ସମ୍ବଲପୁର ୨୩/୧୨ : ରାସ୍ତାରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ଚିପିଲିମା ଫାଣ୍ଡି ଅନ୍ତର୍ଗତ ସାତୁପାଲି ଛକ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ଏଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତ ଦେହକୁ ଜବତ କରି ତଦନ୍ତ ଚଳାଇଛି । ହତ୍ୟା ପଛରେ ମୃତକଙ୍କ ସ୍ତ୍ରୀ ଏବଂ ତାଙ୍କ ପ୍ରେମିକଙ୍କ ହାତ ଥିବା ପ୍ରାଥମିକ ତଦନ୍ତରୁ ଜଣାଯାଇଛି ।