ରାଜ୍ୟ

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରଜ ଶୁଭେଚ୍ଛା

Published

on

ଭୁବନେଶ୍ୱର ୧୪/୬ : ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରଜ ଶୁଭେଚ୍ଛା । ପହିଲି ରଜ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଗଣପର୍ବ ରଜର ପବିତ୍ର ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ଟ୍ୱିଟ କରି ସେ ଲଖିଛନ୍ତି ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଗୌରବମୟ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ । ଏହାସହ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଥିବା ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଆମ ଗୌରବମୟ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି।

Leave a Reply

Your email address will not be published. Required fields are marked *

Trending

Exit mobile version