ଭୁୁୁବନେଶ୍ୱର: ଚଳିତ ଆର୍ଥିକ ବର୍ଷ ପାଇଁ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମୁୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କହିିିଛନ୍ତି।
“ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ।”
ଗଞ୍ଜାମ ଜିଲ୍ଲାର ଆସ୍କା ଠାରେ ନିର୍ମିତ ଏକ ସେତୁର ଉଦଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ” ଖୁସିର କଥା, ଆଜି ଆସ୍କାରେ ଏକ ଗୁରୁତ୍ବପୂର୍ଣ୍ଣ ସେତୁର ଉଦଘାଟନ କରାଗଲା । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁ ବଦଳରେ ଏହାକୁ ନିର୍ମାଣ କରାଯାଇଛି । ଜିଲ୍ଲାର ବିଭିନ୍ନ ଅଞ୍ଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ସଂଯୋଗ ଭାବେ କାର୍ଯ୍ୟ କରିବ । ଆସ୍କା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ବରକୁ ଦୂରତ୍ୱ ମଧ୍ୟ କମିବ । ଏହାଦ୍ବାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ ଯାତାୟାତରେ ସୁବିଧା ଆସିବ।”
“ଗଞ୍ଜାମ ଜିଲ୍ଲା ଆମ ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର । ଜିଲ୍ଲାର ଜନସାଧାରଣ ସେମାନଙ୍କ ପରିଶ୍ରମ ପାଇଁ ସୁନାମ କରିଛନ୍ତି । ଏହି ସେତୁ ଦ୍ବାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି ମୁଁ ଆଶା କରୁଛି ।”
ଏହି କାର୍ଯ୍ୟକ୍ରମ ରେ ଆସ୍କା ଏମ୍ ପି ପ୍ରମିଳା ବିଶୋଇ, ଆସ୍କା ବିଧାୟକ ଜିଲ୍ଲା ପରିଷଦ ସଭାପତି ଓ ଜିଲ୍ଲାପାଳ ପ୍ରମୁଖ ଉଦ୍ ବୋଧନ ଦେଇଥିଲେ।