Connect with us

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରୀତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ବ ଆରୋପ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ କୋଭିଡ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ରାଜ୍ୟରେ positive ହାର ମଧ୍ୟ କମିଛି । ଏ ସବୁ ପାଇଁ ଲକ୍‌ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂକ୍ରମଣ ହାରକୁ ସଂପୂର୍ଣ୍ଣ କମାଇବା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଆଉ ଦୁଇ ସପ୍ତାହ ବୃଦ୍ଧି କରିଛନ୍ତି। ଲୋକଙ୍କ ସହଯୋଗ ଉପରେ ପୂର୍ଣ୍ଣ ଆସ୍ଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଯଦି ସମସ୍ତେ କୋଭିଡ ନିୟମ ମାନି ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲିବା ବନ୍ଦ କରିଦେବା, ତେବେ ଆମେ ନିଶ୍ଚୟ ଏହି ଲଢେଇ ଜିତିପାରିବା ।

ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଯୋଗୁ ଅନେକ ପରିବାର ଛାରଖାର ହୋଇଯାଇଛି। ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା’ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବା କୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ସଂକ୍ରମଣ ରୋକିବାକୁ ମଇ ୨୪ ରୁ ଆରମ୍ଭ ହେବାକୁ ଥିବା ସର୍ଭେ ଯେପରି ସଂପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ, ତାକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ମାନଙ୍କୁ ସକ୍ରିୟ ଭାବେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

କୋଭିଡରେ ପୀଡିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସଂପର୍କୀୟ ମାନେ ରୋଗୀଙ୍କ ଅବସ୍ଥା ସଂପର୍କରେ ଯେପରି ସଠିକ ସୂଚନା ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେଥିପାଇଁ Helf Desk ବ୍ୟବସ୍ଥାରେ ଉନ୍ନତି ଆଣିବା ସହିତ ନିୟୋଜିତ କର୍ମଚାରୀମାନଙ୍କୁ ମାନବିକ ଦୃଷ୍ଟିଭଙ୍ଗୀ ନେଇ କାର୍ଯ୍ୟ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ଟିକାକରଣ କୋଭିଡ ନିୟନ୍ତ୍ରଣ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଟିକାକରଣ କେନ୍ଦ୍ର ମାନଙ୍କରେ ସାମାଜିକ ଦୂରତା ସୁନିଶ୍ଚିତ କରିବା ଉପରେ ଗୁରୁତ୍ବ ଦେଇଥିଲେ । ଲୋକମାନେ ଯେପରି ସୁବିଧାରେ ଟିକାକରଣ କେନ୍ଦ୍ରରେ ପହଞ୍ଚି ଟିକା ନେଇପାରିବେ, ସେଥିପାଇଁ ସେମାନଙ୍କୁ ଟିକାକରଣ କେନ୍ଦ୍ରର ସ୍ଥାନ ଓ ସମୟ ସଂପର୍କରେ ପୂର୍ବରୁ ସୂଚନା ଦେବା ପାଇଁ ପରାମର୍ଶ ଦେଇଥିଲେ ।

କୋଭିଡ ସଂକ୍ରମଣ ରୋକିବାରେ ଠିକ୍‌ ଭାବରେ ମାସ୍କ ପିନ୍ଧିବାର ବିଶେଷ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହା ଉପରେ ପ୍ରାଥମିକତା ଦେବାକୁ ପରାମଶ ଦେଇ ଥିଲେ ।ଗରିବ ଲୋକମାନେ ଯେପରି ସୁବିଧାରେ ମାସ୍କ ପାଇପାରିବେ, ସେଥିପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିଧାୟକମାନେ ଖର୍ଚ୍ଚ କରି ମିଶନ ଶକ୍ତି ଗ୍ରୁପ ରୁ ସଗ୍ରହ କରିବାକୁ ପଦଷେପ ନିଆଯାଇଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଲକ୍‌ଡାଉନର ସୁଫଳକୁ ଅନୁଭବ କରି ଆଉ ଦୁଇ ସପ୍ତାହ ପାଇଁ ଏହାର ଅବଧିକୁ ବଢାଯାଇଛି ଏବଂ ଏହାକୁ କଡାକଡି ଭାବରେ କାର୍ଯ୍ୟକାରୀ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମଇ ୨୪ ତାରିଖରୁ ଘରକୁ ଘର ସର୍ଭେ ଆରମ୍ଭ କରାଯିବ । ଏଥିପାଇଁ ସଂପୃକ୍ତ ବିଭାଗକୁ ଆବଶ୍ୟକ ଗାଇଡଲାଇନ ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଜିଲ୍ଲାପାଳ ମାନେ Helf Desk ଗୁଡିକୁ ଉତ୍ତମ ରୂପେ ତଦାରଖ କରୁଛନ୍ତି ଏବଂ Oxygen Logistic ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି ବୋଲି ସେ କହିଥିଲେ ।

ରାଜ୍ୟର କୋଭିଡ ପରିସ୍ଥିତି ଉପରେ ଉପସ୍ଥାପନା ରଖି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କହିଥିଲେ ଯେ ସାରା ଦେଶରେ ବର୍ତ୍ତମାନ କୋଭିଡ ସଂକ୍ରମଣ କମିବାରେ ଲାଗିଛି।

ଭାରତରେ ମଇ ୮ ତାରିଖରେ ଏହା ସର୍ବାଧିକ (Peak) ୪,୧୪,୧୮୮ ହୋଇଥିଲା । ଆଜି ଏହା ୨,୬୩,୦୨୧ ଅଛି। ସେହିପରି ଓଡିଶାରେ ମଧ୍ୟ ସଂକ୍ରମଣ କମିବାରେ ଲାଗିଛି। ଓଡିଶାରେ ସଂକ୍ରମଣ ମଇ ୧୩ ତାରିଖରେ ସର୍ବାଧିକ ହୋଇଥିଲା ଏବଂ ତା ପରଠାରୁ ଏହା କମିବାରେ ଲାଗିଛି ବୋଲି ସେ କହିଥିଲେ । ଆମର positivity rate ଗତ ସପ୍ତାହରେ ୨୧ ପ୍ରତିଶତ ଥିବାବେଳେ ଏବେ ଏହା ୧୮ ପ୍ରତିଶତକୁ କମିଛି। ଟେଷ୍ଟ ସଂଖ୍ୟା ବୃଦ୍ଧି ପାଇବା ସତ୍ତ୍ବେ, positivity କମିବା ଏକ ଭଲ ସୂଚନା ବୋଲି ସେ କହିଥିଲେ। ଆଗାମୀ ସପ୍ତାହ ମଧ୍ୟରେ ଟେଷ୍ଟ ସଂଖ୍ୟା ୭୦ ହଜାରକୁ ବୃଦ୍ଧି କରାଯିବ ବୋଲି ସେ କହିଥିଲେ । ଆମର ମୃତ୍ୟୁହାର ୦.୪୦ରୁ କମି ୦.୩୭ ହୋଇଛି। ଗତ ୧୫ ଦିନର ମୃତ୍ୟୁହାରକୁ ଲକ୍ଷ୍ୟ କଲେ ଏହା ୦.୧୬ ଅଛି, ଯାହାକି ସାରା ଭାରତରେ ସର୍ବନିମ୍ନ ବୋଲି ସେ କହିଥିଲେ । ରାଜ୍ୟରେ ICU ବେଡ୍‌ର ସଂଖ୍ୟା ବୃଦ୍ଧି କରାଯାଇଛି ଏବଂ ଖୁବ୍‌ଶୀଘ୍ର ଆଉ ୩୬୮ଟି ICU ବେଡ୍‌ର ବ୍ୟବସ୍ଥା କରାଯିବ। ରାଜ୍ୟରେ ଆଉ ପ୍ଲାଜମାଥେରାପି କରାଯିବ ନାହିଁ ବୋଲି ସେ ସୂଚନା ଦେଇଥିଲେ।

ପୋଲିସ ମହାନିର୍ଦ୍ଦେଶକ ଅଭୟ ରାଜ୍ୟରେ ଲକ୍‌ଡାଉନ ଓ ବିଭିନ୍ନ କୋଭିଡ଼ ଗାଇଡଲାଇନର ଅନୁପାଳନ ପାଇଁ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଓଡିଶାରୁ ଅନ୍ୟ ରାଜ୍ୟକୁ ବର୍ତ୍ତମାନ ସୁଦ୍ଧା ୮୬୮ଟି ଟ୍ୟାଙ୍କର ଜରିଆରେ ୧୫୯୧୨ ମେଟ୍ରିକ ଟନ୍‌ ଅକ୍‌ସିଜେନ ପଠାଯାଇଛି ବୋଲି ସେ ସୂଚନା ଦେଇଥିଲେ। ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଶ୍ରୀ ଏମ୍‌. ଅକ୍ଷୟ କହିଥିଲେ ଯେ ଅଗ୍ନି ସୂରକ୍ଷା ପାଇଁ ୬୨ଟି କୋଭିଡ ହସ୍‌ପିଟାଲରେ ଅଗ୍ନିଶମ ସେବା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି।
ବୈଠକରେ ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଅବଜରଭର  ନିକୁଞ୍ଜ ବିହାରି ଧଳ, କଳାହାଣ୍ଡି-ନୂଆପଡାର ଅବଜର୍‌ଭର  ସତ୍ୟବ୍ରତ ସାହୁ, ଅନୁଗୁଳ-ଢେଙ୍କାନାଳର ଅବଜର୍‌ଭର ବିଷ୍ଣୁପଦ ସେଠୀ, ଅନୁଗୁଳ, କେନ୍ଦୁଝର ଓ ମୟୁରଭଂଜର ଜିଲ୍ଲାପାଳ, କଟକ ଓ ଭୁବନେଶ୍ବର ମ୍ୟୁନିସପାଲ କମିଶନର ମାନେ ସେମାନଙ୍କ ଜିଲ୍ଲାରେ କୋଭିଡ ପରିଚାଳନା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ବୈଠକ ସଂଚାଳନ କରିଥିଲେ।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଗଙ୍ଗାଧର ବିଷୋୟୀ ଓଡ୍ର ଖଣ୍ଡାୟତ କାଳଞୀ ସମାଜ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି

Published

on

ବୁଗୁଡ଼ା :  ଓଡ୍ର ଖଣ୍ଡାୟତ କାଳଁଞୀ ସମାଜର କେନ୍ଦ୍ରୀୟ ପରିଷଦ ପକ୍ଷରୁ ଆଜି ବେତାରସିଙ୍ଗି ଅଂଚଳ ପରିଷଦର ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବୁଗୁଡ଼ା-ଭଞ୍ଜନଗର ଅଂଚଳର ଜଣାଶୁଣା ଲୋକପ୍ରିୟ ଜନନେତା ଗଙ୍ଗାଧର ବିଷୋୟୀଙ୍କୁ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି ଭାବେ ମନୋନୀତ କରାଯଇଛି l

ଅଞ୍ଚଳ ପରିଷଦର ଉପସଭାପତି ଭାବେ ଅନ୍ତର୍ଯ୍ୟାମୀ ସ୍ଵାଇଁ, ସମ୍ପାଦକ ଭାବେ ଅମ୍ବିକା ପ୍ରସାଦ ବିଷୋୟୀ, ସଂଗଠନ ସମ୍ପାଦକ ଭାବେ ଯୋଗୀ ନାହାକ,ସଂଗଠକ ଭାବେ ଲକ୍ଷ୍ମଣ ସ୍ଵାଇଁ, ଓ ଉପଦେଷ୍ଟା ଭାବେ ଗନ୍ଧର୍ବ ସେନ୍ ଭୂୟା ସର୍ବ ସମ୍ମତି ଭାବେ ନିର୍ବାଚିତ ହୋଇଛନ୍ତି l

ବୈଠକରେ କେନ୍ଦ୍ର ପରିଷଦ ସଭାପତି ସନ୍ତୋଷ କୁମାର ଜେନା, ଉପସଭାପତି ବୃନ୍ଦାବନ ଖଟେଇ, ସମ୍ପାଦକ ନୀଳାଚଳ ପୋଲେଇ, ଉପଦେଷ୍ଟା କାଳୀଚରଣ ନାୟକ, ଆସିକା ଅଞ୍ଚଳ ସଭାପତି ନରହରି ବିଶୋଇ, ସମ୍ପାଦକ ଯୋଗେନ୍ଦ୍ର ପ୍ରଧାନ, ସିଦ୍ଧେଶ୍ୱର ଅଞ୍ଚଳ ସଭାପତି ଯୋଗେନ୍ଦ୍ର ବିଶୋଇ, ଆଠଗଡ ସଭାପତି ସୂର୍ଯ୍ୟ ନାରାୟଣ ଭୂୟା ,ସମ୍ପାଦକ ରାଧାଶ୍ୟାମ ଜେନା, ଉପଦେଷ୍ଟା ପଦ୍ମଚରଣ ଜେନା, କଇଁଡି ଅଞ୍ଚଳ ସଭାପତି ଜଗବନ୍ଧୁ ଜେନା, ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ କେନ୍ଦ୍ର ସଭାପତି ହରିହର ପ୍ରଧାନଙ୍କ ସମେତ ଗ୍ରାମମଣ୍ଡଳ,ଅଞ୍ଚଳ ଓ 19 ଖଣ୍ଡ ଗ୍ରାମର ସମାଜ ଭାଇମାନେ ଉପସ୍ଥିତ ଥିଲେ l

ନବ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ କୂଳ ଦେବତାଙ୍କ ନିକଟରେ ଶପଥ ପାଠ କରାଯାଇଥିଲା l

ନୂତନ କମିଟି ଅଞ୍ଚଳରେ ସମାଜ ଭାଇଙ୍କ ଶିକ୍ଷା, ଆର୍ଥିକ ଉନ୍ନତି, ଗରିବ, ବୃଦ୍ଧ ବୃଦ୍ଧା ଙ୍କ କଲ୍ୟାଣ ସୁରକ୍ଷା ,ନାରୀ ସୁରକ୍ଷା ଉପରେ ଗୁରୁତ୍ଵ ଦେଇଥିଲେ l ଅଞ୍ଚଳରେ ବର୍ତ୍ତମାନ ଶୂନ୍ୟ ଅଭିଯୋଗ ଘୋଷଣା କରାଯାଇଛି l ଶେଷରେ ନବ ନିର୍ବାଚିତ ସଭାପତି ଗଙ୍ଗାଧର ବିଶୋଇ ଧନ୍ୟବାଦ ପ୍ରଦାନ କରିଥିଲେ l

Continue Reading

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions