Connect with us

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି କାର୍ଯ୍ୟକ୍ରମ ଅଧୀନରେ କୃଷକ, କୃଷି କର୍ମଚାରୀ ମାନଙ୍କ ପାଇଁ କୃଷକ ଡାଟାବେସ୍‌, କୃଷିସାମଗ୍ରୀ ବିକ୍ରେତାମାନଙ୍କ ପାଇଁ ଅନ୍‌ଲାଇନ ଲାଇସେନ୍‌ସ ପ୍ରଦାନ, ଦକ୍ଷ କର୍ମଚାରୀ ମାନଙ୍କ ପାଇଁ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଆଦି ବିଭିନ୍ନ ଅନ୍‌ଲାଇନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷକ ଓଡିଶାରେ ଆମର ୭୬ ଲକ୍ଷ ଚାଷୀ ଭାଇଭଉଣୀ ମାନଙ୍କ Database ରଖାଯିବା ବହୁତ ଭଲ ଉଦ୍ୟମ।

ଏହାସହିତ ସବୁ ଚାଷୀ ମାନଙ୍କୁ କୃଷକ ପରିଚୟ ପତ୍ର ମଧ୍ୟ ଦିଆଯିବ।

ଏହାଦ୍ବାରା ଚାଷୀମାନେ ସହଜରେ ବିଭିନ୍ନ ସରକାରୀ ସୁବିଧା ପାଇପାରିବେ।

ସୂଚନାଯୋଗ୍ୟ ଯେ କୃଷକ ଓଡିଶା କାର୍ଯ୍ୟକ୍ରମରେ ରାଜ୍ୟର ୭୬ ଲକ୍ଷ ଚାଷୀ ମାନଙ୍କୁ ନେଇ କୃଷକ ଡାଟାବେସ୍‌ର ଶୁଭାରମ୍ଭ କରାଯାଇଛି।

ଏହି ଡାଟାବେସ୍‌ର ଯାଂଚ ପ୍ରକ୍ରିୟା ୧୦୦ ଦିନ ମଧ୍ୟରେ ସଂପୂର୍ଣ୍ଣ କରାଯାଇ କୃଷକ ମାନଙ୍କୁ ପରିଚୟ ପତ୍ର ପ୍ରଦାନ କରାଯିବ।

ଏହାଦ୍ବାରା କୃଷକମାନେ ବିଭିନ୍ନ ଯୋଜନା ଓ ସେବାର ସୁଫଳ ଅତି ଶୀଘ୍ର ପାଇପାରିବେ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ଭାଇଭଉଣୀ ନିଜ କାମ ଛାଡି ବାରମ୍ବାର ସରକାରୀ କାର୍ଯ୍ୟାଳୟକୁ ନ ଆସି ଘରେ ରହି ଅନ୍‌ଲାଇନ ଜରିଆରେ ସେବା ପାଆନ୍ତୁ ବୋଲି ସେ ଚାହାନ୍ତି। 

ଆଜିର ୫-ଟି initiative ଏହାକୁ ସଫଳ କରିଛି ବୋଲି ସେ ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଆରମ୍ଭ ହେଉଥିବା କୃଷକ ଓଡିଶା, Input Dealer ମାନଙ୍କ ପାଇଁ ଅନ୍‌ଲାଇନ ଲାଇସେନ୍‌ସ, OUAT student ମାନଙ୍କୁ ଅନ୍‌ଲାଇନ ସାର୍ଟିଫିକେଟ, Agriculture Field Staff ମାନଙ୍କ ପାଇଁ ‘ଦକ୍ଷତା’ ଆଦି କାର୍ଯ୍ୟକ୍ରମ ବିଭାଗକୁ ଚାଷୀ ମାନଙ୍କ ସହିତ ସିଧା ଯୋଡିବାରେ ସହାୟକ ହେବ।

    ଭଲ କାମ କରୁଥିବା କୃଷି ବିଭାଗର କର୍ମଚାରୀ ମାନଙ୍କୁ ସ୍ବୀକୃତି ଦେବା ପାଇଁ ହେଉଥିବା ଉଦ୍ୟମକୁ ସେ ପ୍ରଶଂସା କରି ଦକ୍ଷ କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।

ରାଜ୍ୟରେ କୃଷି ଓ କୃଷକର ଉନ୍ନତି ପାଇଁ ସମସ୍ତେ ମିଳିମିଶି କାମ କରିଚାଲିବା ପାଇଁ ସେ ଆହ୍ବାନ ଦେଇ କହିଥିଲେ ଯେ ଚାଷ ଆମ ଅର୍ଥନୀତିର ମେରୁଦଣ୍ଡ। କରୋନା ସମୟରେ କୃଷି ହିଁ ଆମ ଅର୍ଥନୀତି ପାଇଁ ବଡ ଆଶା ଭାବରେ ଦେଖାଦେଇଛି। 

ଏବର୍ଷ ଆମେ bumper crop ଆଶା କରୁଛୁ । ଏଥିପାଇଁ ଆମର ଚାଷୀ ଭାଇଙ୍କୁ ସେ ଅଭିନନ୍ଦନ ମଧ୍ୟ ଜଣାଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ସାମଗ୍ରୀ ବିକ୍ରେତା ମାନଙ୍କ ପାଇଁ ଇ-ଲାଇସେନ୍‌ସ ପ୍ରଦାନ ସହିତ ୬ଟି ଅନ୍‌ଲାଇନ ସେବା ଏବଂ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ଅନ୍‌ଲାଇନ ସାର୍ଟିଫିକେଟ ଓ ମାର୍କସିଟ୍‌ ଆଦି ୯ଟି ସେବା କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଥିଲେ।

ଦକ୍ଷତା କାର୍ଯ୍ୟକ୍ରମରେ ଦକ୍ଷ କୃଷି କର୍ମଚାରୀ ମାନଙ୍କୁ ସ୍ବୀକୃତି ଓ ପୁରସ୍କାର ପ୍ରଦାନ କରାଯାଉଛି।

ଏହି କାର୍ଯ୍ୟକ୍ରମରେ ସେପ୍ଟେମ୍ବର ମାସରେ ୨୨ ଜଣ କର୍ମଚାରୀ ଓ ଅକ୍ଟୋବର ମାସରେ ୩୮ ଜଣ କର୍ମଚାରୀଙ୍କୁ ସ୍ବୀକୃତି ପ୍ରଦାନ କରାଯାଇଛି ।

ଏହି ଅବସରରେ ନୂଆପଡା ଓ ଗଞ୍ଜାମ ଜିଲ୍ଲାର ଦକ୍ଷ କର୍ମଚାରୀ ଓ କୃଷକ ସରକାରୀ ଯୋଜନାର ସଫଳ ପରିଚାଳନା ସଂପର୍କରେ ସେମାନଙ୍କ ଅନୁଭୂତି ବର୍ଣ୍ଣନା କରିଥିଲେ।

୨୦୧୮ ମସିହାରେ ଆରମ୍ଭ ହୋଇଥିବା ଆମ କୃଷି କାର୍ଯ୍ୟକ୍ରମରେ ଚାଷୀ ମାନଙ୍କୁ ମୋବାଇଲ ଫୋନ ଭିତ୍ତିକ କୃଷି ପରାମର୍ଶ ସେବା ପ୍ରଦାନ କରାଯାଉଛି। 

୨୦୧୮ ମସିହାରେ ମାତ୍ର ୫୦ ହଜାର ଚାଷୀଙ୍କୁ ଧାନ ଫସଲ ସମ୍ବନ୍ଧୀୟ ସୂଚନା ପ୍ରଦାନ କରାଯାଇଥିବା ବେଳେ ବର୍ତ୍ତମାନ ୧୦ ଲକ୍ଷ ଚାଷୀଙ୍କୁ ୧୫ ଗୋଟି ଫସଲ ସମ୍ବନ୍ଧୀୟ ସୂଚନା ପ୍ରଦାନ କରାଯାଉଛି ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟ କୃଷି ବିଭାଗ କୃଷି ଓ କୃଷକ ମାନଙ୍କ ଉନ୍ନତି ପାଇଁ ଉଦ୍ୟମ ଜାରି ରଖିଛି ।

୫-ଟି କାର୍ଯ୍ୟକ୍ରମକୁ ବିଭାଗ ନିଷ୍ଠାର ସହ ଅନୁପାଳନ କରୁଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ବିଭାଗର ଅନ୍‌ଲାଇନ ସେବା, ଦକ୍ଷତା କାର୍ଯ୍ୟକ୍ରମ, ଆମ କୃଷି ଆଦି ସଂପର୍କରେ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା ।

ବିଭାଗୀୟ ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, OUATର କୁଳପତି, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି), ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ କୃଷି ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଗଙ୍ଗାଧର ବିଷୋୟୀ ଓଡ୍ର ଖଣ୍ଡାୟତ କାଳଞୀ ସମାଜ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି

Published

on

ବୁଗୁଡ଼ା :  ଓଡ୍ର ଖଣ୍ଡାୟତ କାଳଁଞୀ ସମାଜର କେନ୍ଦ୍ରୀୟ ପରିଷଦ ପକ୍ଷରୁ ଆଜି ବେତାରସିଙ୍ଗି ଅଂଚଳ ପରିଷଦର ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବୁଗୁଡ଼ା-ଭଞ୍ଜନଗର ଅଂଚଳର ଜଣାଶୁଣା ଲୋକପ୍ରିୟ ଜନନେତା ଗଙ୍ଗାଧର ବିଷୋୟୀଙ୍କୁ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି ଭାବେ ମନୋନୀତ କରାଯଇଛି l

ଅଞ୍ଚଳ ପରିଷଦର ଉପସଭାପତି ଭାବେ ଅନ୍ତର୍ଯ୍ୟାମୀ ସ୍ଵାଇଁ, ସମ୍ପାଦକ ଭାବେ ଅମ୍ବିକା ପ୍ରସାଦ ବିଷୋୟୀ, ସଂଗଠନ ସମ୍ପାଦକ ଭାବେ ଯୋଗୀ ନାହାକ,ସଂଗଠକ ଭାବେ ଲକ୍ଷ୍ମଣ ସ୍ଵାଇଁ, ଓ ଉପଦେଷ୍ଟା ଭାବେ ଗନ୍ଧର୍ବ ସେନ୍ ଭୂୟା ସର୍ବ ସମ୍ମତି ଭାବେ ନିର୍ବାଚିତ ହୋଇଛନ୍ତି l

ବୈଠକରେ କେନ୍ଦ୍ର ପରିଷଦ ସଭାପତି ସନ୍ତୋଷ କୁମାର ଜେନା, ଉପସଭାପତି ବୃନ୍ଦାବନ ଖଟେଇ, ସମ୍ପାଦକ ନୀଳାଚଳ ପୋଲେଇ, ଉପଦେଷ୍ଟା କାଳୀଚରଣ ନାୟକ, ଆସିକା ଅଞ୍ଚଳ ସଭାପତି ନରହରି ବିଶୋଇ, ସମ୍ପାଦକ ଯୋଗେନ୍ଦ୍ର ପ୍ରଧାନ, ସିଦ୍ଧେଶ୍ୱର ଅଞ୍ଚଳ ସଭାପତି ଯୋଗେନ୍ଦ୍ର ବିଶୋଇ, ଆଠଗଡ ସଭାପତି ସୂର୍ଯ୍ୟ ନାରାୟଣ ଭୂୟା ,ସମ୍ପାଦକ ରାଧାଶ୍ୟାମ ଜେନା, ଉପଦେଷ୍ଟା ପଦ୍ମଚରଣ ଜେନା, କଇଁଡି ଅଞ୍ଚଳ ସଭାପତି ଜଗବନ୍ଧୁ ଜେନା, ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ କେନ୍ଦ୍ର ସଭାପତି ହରିହର ପ୍ରଧାନଙ୍କ ସମେତ ଗ୍ରାମମଣ୍ଡଳ,ଅଞ୍ଚଳ ଓ 19 ଖଣ୍ଡ ଗ୍ରାମର ସମାଜ ଭାଇମାନେ ଉପସ୍ଥିତ ଥିଲେ l

ନବ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ କୂଳ ଦେବତାଙ୍କ ନିକଟରେ ଶପଥ ପାଠ କରାଯାଇଥିଲା l

ନୂତନ କମିଟି ଅଞ୍ଚଳରେ ସମାଜ ଭାଇଙ୍କ ଶିକ୍ଷା, ଆର୍ଥିକ ଉନ୍ନତି, ଗରିବ, ବୃଦ୍ଧ ବୃଦ୍ଧା ଙ୍କ କଲ୍ୟାଣ ସୁରକ୍ଷା ,ନାରୀ ସୁରକ୍ଷା ଉପରେ ଗୁରୁତ୍ଵ ଦେଇଥିଲେ l ଅଞ୍ଚଳରେ ବର୍ତ୍ତମାନ ଶୂନ୍ୟ ଅଭିଯୋଗ ଘୋଷଣା କରାଯାଇଛି l ଶେଷରେ ନବ ନିର୍ବାଚିତ ସଭାପତି ଗଙ୍ଗାଧର ବିଶୋଇ ଧନ୍ୟବାଦ ପ୍ରଦାନ କରିଥିଲେ l

Continue Reading

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions