ରାଜ୍ୟ

ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ୧୧,୦୦୬ଟି ନର୍ସିଂ ଅଫିସର ପଦବୀ ସୃଷ୍ଟି

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ ୧୧,୦୦୬ଟି ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି ।

ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ୟାୟରେ ପୂରଣ କରାଯିବ। ଓଡିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ ଏହି ପଦବୀ ଗୁଡିକ ପୂରଣ କରାଯିବ।

ଏହି ନୂତନ ପଦବୀ ଗୁଡିକ ମଧ୍ୟରୁ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଗୁଡିକରେ ୮୭୪ଟି ପଦବୀ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଗୁଡିକରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି । ଏହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସପିଟାଲ ଗୁଡିକରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି ।

Leave a Reply

Your email address will not be published. Required fields are marked *

Trending

Exit mobile version