ରାଜନୀତି

ଶେଷ ଜୀବନରେ ଜନ୍ମମାଟିର ସେବା କରିବାକୁ ଚାହୁଁଛି : ଦାମ

Published

on

ଭୁବନେଶ୍ୱର ୧୫/୩ : ବିଜେପିରେ ଯୋଗ ଦେବା ପରେ ଦାମ କହିଛନ୍ତି , ସେ ବାଲିକୁଦା-ଏରସମା ଆସନରୁ ଲଢିବାକୁ ଆଗ୍ରହୀ । ଦାମ କହିଛନ୍ତି, ଜନ୍ମସ୍ଥାନ ବାଲିକୁଦାରୁ ସେ ୨୫ ବର୍ଷ ବିଧାୟକ ଥିଲେ । ତେଣୁ ଶେଷ ଜୀବନରେ ଜନ୍ମମାଟିର ସେବା କରିବାକୁ ଚାହୁଁଛି । ତେବେ ଦାମଙ୍କ ବାଲିକୁଦା-ଏରସମାରୁ ଲଢିବା ନିଷ୍ପତି ପୁଅ ସମ୍ବିତ ରାଉତରାୟଙ୍କୁ ଆଶ୍ୱସ୍ତି ଦେଇପାରେ । କାରଣ, ପାରାଦୀପ ଆସନରୁ ଲଢିବାକୁ ସେ ଅନେକ ଦିନରୁ ଆଗ୍ରହୀ ଥିବା କହିସାରିଛନ୍ତି ସମ୍ବିତ । ତେଣୁ ବିଜେଡି ଯଦି ସମ୍ବିତଙ୍କୁ ପାରାଦୀପରୁ ଟିକେଟ୍ ଦିଏ , ତେବେ ବାପାଙ୍କ ସହ ଟକ୍କର ନେଇ ଆଉ ଆଶଙ୍କା ରହିବ ନାହିଁ । ଏପରିକି ବାପାଙ୍କ ଲୋକପ୍ରିୟତା ଏବଂ ବିଜେଡି ଟିକେଟ୍ ତାଙ୍କୁ ନିର୍ବାଚନରେ ଲାଭ ଦେବା ସମ୍ଭାବନା ଅଧିକ ।
ଗୋଟିଏ ପଟେ ବାପା ଦାମ ରାଉତ ବିଜେପିରେ ମିଶି ବିଜେଡିକୁ ଚେକ୍ ଦେବାକୁ ଚାହୁଁଥିବା ବେଳେ ଦିନ ତମାମ ନବୀନ ନିବାସରେ ପୁଅ ସମ୍ବିତ ରାଉତରାୟଙ୍କୁ ଦେଖିବାକୁ ମିଳିଥିଲା । ନବୀନଙ୍କ କ୍ୟାମ୍ପର ଡଜେନ ସରିକି ନେତା ସମ୍ବିତଙ୍କୁ ସହ ଆଲୋଚନା କରିଥିଲେ । ଏପରିକି ବାପାଙ୍କୁ ବିଜେପିରେ ଯୋଗ ନ ଦେବାକୁ ବୁଝାଇବାକୁ ସମ୍ବିତଙ୍କୁ କୁହାଯାଇଥିଲା । କିନ୍ତୁ ଦାମଙ୍କୁ ଚୁପ୍ କରିବାକୁ ବିଜେଡି ଯେଉଁ ଫର୍ମୁଲା ଆପଣାଇଥିଲା ସେଥିରେ ଖୋଦ୍ ନିଜେ ପୂର୍ଣ୍ଣଛେଦ ଟାଣିଛନ୍ତି ଦାମ । ପୁଅ କିମ୍ବା ଝିଅ କାହା କଥା ଶୁଣିବି ନାହିଁ ବୋଲି ଆଜି ରୋକଠୋକ କହିଛନ୍ତି ଦାମ । ଏପରିକି ୨୦୧୯ରେ ନବୀନ ସରକାରକୁ ମାତ୍ ଦେବାକୁ ସବୁ ପ୍ରକାର ପ୍ରୟାସ କରିବି ବୋଲି କହିଛନ୍ତି ଦାମ ।

Leave a Reply

Your email address will not be published. Required fields are marked *

Trending

Exit mobile version