ରାଜ୍ୟ

ଶ୍ରୀଜୀଉଙ୍କ ଆଶିଷ ନେଲେ ମୁଖ୍ୟମନ୍ତ୍ରୀ

Published

on

ପୁରୀ ୧/୧ : ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି । ସେ ଏହି ଅବସରରେ ରାଜ୍ୟବାସୀଙ୍କୁ ନବବର୍ଷ ଶୁଭେଚ୍ଛା ଜଣାଇ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ।
ମଙ୍ଗଳବାର ମଧ୍ୟାହ୍ନରେ ଶ୍ରୀ ପଟ୍ଟନାୟକ ପୁରୀରେ ପହଂଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ କୁମାର ମହାପାତ୍ର ତାଙ୍କୁ ସ୍ୱାଗତ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ମନ୍ଦିର ଭିତରକୁ ଯାଇ ଚତୁର୍ଦ୍ଧା ମୂର୍ତ୍ତୀଙ୍କ ନିକଟରେ ପୂଜାର୍ଚ୍ଚନା କରି ଆଶିଷ ଭିକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ସମୟରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି, ପୁରୀ ଜିଲ୍ଲାପାଳ ଜ୍ୟୋତି ପ୍ରକାଶ ଦାସ ଓ ଏସ୍ପି ସାର୍ଥକ ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

Trending

Exit mobile version