Connect with us

ସୁବର୍ଣ୍ଣପୁର ୧୧/୪ : କୈରାଝୁଲି ନିର୍ବାଚନୀ ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ୱିତୀୟ ପର‌୍ୟ୍ୟାୟ ନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଜେଡ଼ି ସୁପ୍ରିମୋ । ଓଡ଼ିଶାବାସୀଙ୍କ ପାଇଁ ଶେଷ ନିଶ୍ୱାସ ପର‌୍ୟ୍ୟନ୍ତ କାମ କରିବି ବୋଲି ଭରସା ଦେଇଛନ୍ତି ନବୀନ । ପ୍ରଚାର କରିବା ସହ ନିର୍ବାଚନୀ ସଭାରେ ଲୋକସଭା ନିର୍ବାଚନ ଫଳାଫଳ ନେଇ ବଡ଼ ଘୋଷଣା କରିଛନ୍ତି । କେନ୍ଦ୍ରରେ କୌଣସି ଜାତୀୟ ଦଳ ଏଥର ବହୁମତ ପାଇବେନି । ସରକାର ଗଠନରେ ବିଜେଡ଼ିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ ।
ଏହା ବ୍ୟତୀତ ନବୀନ କହିଛନ୍ତି, କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି । କିନ୍ତୁ କେନ୍ଦ୍ରର ବିଜେପି ସରକାର ‘କାଳିଆ’କୁ ବନ୍ଦ କରିବା ପାଇଁ ଚକ୍ରାନ୍ତି ଚଳାଇଛି । ମୁଁ ଥିବା ପର‌୍ୟ୍ୟନ୍ତ କାଳିଆ ଯୋଜନାକୁ କେହି ଚାହିଁଲେ ବି ବନ୍ଦ କରିପାରିବେ ନାହିଁ । ବିଜେଡ଼ି କ୍ଷମତାକୁ ଆସିବାର ପ୍ରଥମ ଦିନରେ ହିଁ କାଳିଆ ଯୋଜନାର ଦୁଇ କିସ୍ତିର ଟଙ୍କା ୧୦ ହାଜର ଟଙ୍କାର ପାଇବେ । କେନ୍ଦ୍ରକୁ ସମାଲୋଚନା କରି ନବୀନ କହିଛନ୍ତି ନିର୍ବାଚନ ହେଲେ ଓଡ଼ିଶାରେ କେନ୍ଦ୍ରୀୟ ନେତାଙ୍କ ପାଦ ପଡ଼ୁଛି । ତିତିଲି, ମରୁଡ଼ି, ବନ୍ୟା, ବାତ୍ୟା ବେଳେ କୌଣସି କେନ୍ଦ୍ରୀୟ ନେତା ଓଡ଼଼ିଶା ଆଡ଼େ ଆଡ଼ ଦୃଷ୍ଟିରେ ଚାହିଁଲେନି । ଆଉ ଏବେ ନିର୍ବାଚନ ପାଇଁ ଓଙ୍ଗ଼ିଶା ଦଉଡ଼ୁଛନ୍ତି କେନ୍ଦ୍ରୀୟ ନେତା । ଭୋଟ୍ ହାତେଇବା ପାଇଁ କେନ୍ଦ୍ରର ବିଜେପି ସରକାର କୁମ୍ଭୀର କାନ୍ଦଣା କାନ୍ଧୁଛନ୍ତି । ରାଜ୍ୟବାସୀଙ୍କ ହିତରେ ତାଙ୍କର କୌଣସି ମନ ନାହିଁ । ବିଭିନ୍ନ କେନ୍ଦ୍ରୀୟ ଯୋଜନାର ବିଫଳତାକୁ ନେଇ କଲେ ସମାଲୋଚନା କଲେ ମୁଖ୍ୟମନ୍ତ୍ରୀ ।
ମହାନଦୀ ପାଣିକୁ ଛତିଶଗଡ଼ ସରକାର ଅଟକାଇ ରଖିିଲେ । ଏନେଇ ଅଭିଯୋଗ ହେଲେ ମଧ୍ୟ କେନ୍ଦ୍ର ଓଡ଼଼ିଶାକୁ ଅଣଦେଖା କଲା । ଅଭିଯୋଗ ଶୁଣିଲାନି । ରାଜ୍ୟ ସରକାର ଜମି ଦେବାସତ୍ୱେ ରେଳ ଲାଇନ୍ ହେଲାନି । ଏସସି/ଏସଟି ପିଲାଙ୍କ ବୃତ୍ତି କାହିଁକି ବନ୍ଦ ହେଲା ? ବୀମା କରି ଚାଷୀ ହଇରାଣ ହେଉଛି ? ଦୁଇଗଣା ଏମଏସପି କୁଆଡ଼େ ଗଲା ? ବୁଣାକାରଙ୍କ ଉପରେ କେନ୍ଦ୍ର ସରକାର ଜିଏସଟି ଲଗାଇଲେ । କେବିକେ ଯୋଜନା କାହିଁକି ବନ୍ଦ ହେଲା ? ଏନେଇ କେନ୍ଦ୍ରକୁ ପ୍ରଶ୍ନ କରିବା ପାଇଁ ଜନତାଙ୍କୁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions