Nation

ସୋନପୁର ଦୁର୍ଘଟଣାର ମୃତକ ଛାତ୍ରଙ୍କ ଆତ୍ମୀୟ ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ବର: ସୋନପୁରର ସଦର ବ୍ଲକ୍‌ର ଶରଧାବାଲି ସ୍କୁଲଠାରେ କାର୍‌ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି୤ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ୤।

ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ମଧ୍ୟ ଘୋଷଣା କରିଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି l

Leave a Reply

Your email address will not be published. Required fields are marked *

Trending

Exit mobile version