ରାଜ୍ୟ

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ : ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶିତ ହୋଇଛି।


ସୂଚନାଯୋଗ୍ୟ ଯେ ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି ଏବଂ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମଇ ୩୦ ତାରିଖରେ ସାରା ରାଜ୍ୟ ତଥା ସାରା ବିଶ୍ବର କୋଣ ଅନୁକୋଣରେ ଥିବା ଓଡିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ।

ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡିଆ ଜାତୀୟତାର ଭାବକୁ ସୁଦୃଢ କରିବା ସହିତ ଓଡିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

Leave a Reply

Your email address will not be published. Required fields are marked *

Trending

Exit mobile version