ସୁନ୍ଦରଗଡ ୮/୪ : ସ୍ତ୍ରୀକୁ ଠେଙ୍ଗାରେ ଆକ୍ରମଣ କରି ହତ୍ୟା କଲା ସ୍ୱାମୀ । ଏପରି ଏକ ଅଭାବନୀୟ ଘରଣା ଦେଖିବାକୁ ମିଳିଛି ସୁନ୍ଦରଗଡ ଜିଲ୍ଲାରେ । ତେବେ ଅଭିଯୁକ୍ତ ସ୍ୱାମୀକୁ ପୋଲିସ ଅଟକ ରଖିବା ସହ ତଦନ୍ତ ଆରମ୍ଭ କରିଛି । ସୂଚନା ମୁତାବକ, ସୁନ୍ଦରଗଡ ଜିଲ୍ଲା ବଡଗାଁ ଥାନା ଅନ୍ତର୍ଗତ ଟିକିଲିପଡା ଗ୍ରାମରେ ଏକ ଭଡାଘରେ ସ୍ୱାମୀ ଏବଂ ସ୍ତ୍ରୀ ବସବାସ କରୁଥିଲେ । ଉଭୟଙ୍କ ମଧ୍ୟରେ ଅନେକ ସମୟରେ ଝଗଡା ହେଉଥିଲା । କିନ୍ତୁ ଏହା ଉଗ୍ର ରୂପ ଧାରଣ କରିଥିଲା । ଗତ ୬ ତାରିଖରେ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏହାସହ ମୃତଦେହକୁ ନିକଟସ୍ଥ ଜଙ୍ଗଲରେ ଫିଙ୍ଗି ଦେଇଥିଲା । ଆଜି ପୋଲିସ ମୃତଦେହକୁ ଉଦ୍ଧାର କରିବା ସହ ଅଭିଯୁକ୍ତ ସ୍ୱାମୀଙ୍କୁ ଅଟକ ରଖିଛି ।