Connect with us

ରାଉରକେଲା: ମାନ୍ୟବର ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟ ଶାସନ ସଚିବ  ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ‌୍‍, ଜାତୀୟ ସ୍ବାସ୍ଥ୍ୟ ମିଶନ, ଓଡ଼ିଶା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଆର. ଭିନିଲ‌୍‍ କ୍ରିଷ୍ଣା ଆଜି ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଏହି ଉଚ୍ଚ ପ୍ରତିନିଧି ଦଳ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ, ଫୁଟବଲ‌୍‍ ଖେଳ ସହ ଆଥ‌୍‍ଲେଟିକ୍ସ ପାଇଁ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ‌୍‍ କାର୍ଯ୍ୟ ବୁଲି ଦେଖିଛନ୍ତି।

ଏହା ସହିତ ରାଉରକେଲାର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ମଧ୍ୟ ଅନୁଧ୍ୟାନ କରିଛନ୍ତି।

ବିଭିନ୍ନ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ ଏହି ଟିମ‌୍‍ ସୁନ୍ଦରଗଡ଼ ଜିଲ୍ଲାପାଳ, ରାଉରକେଲା ଏଡିଏମ‌୍‍ ତଥା ମହାନଗର ନିଗମ କମିଶନର ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ବିମାନବନ୍ଦରଠାରେ ସମୀକ୍ଷା କରିଥିଲେ।

ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଥିଲେ ଯେ
“ରାଉରକେଲାରେ ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି
ଷ୍ଟାଡିୟମକୁ ୨୦୨୨ ଜୁଲାଇ ସୁଦ୍ଧା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଛି। ଏହାଛଡ଼ା ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ବି ନିର୍ମାଣ କାମ ମଧ୍ୟ ଶେଷ ପର୍ଯାୟରେ ପହଞ୍ଚିଛି । ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ଫୁଟବଲ ଖେଳ ସହ ଆଥଲେଟିକ‌୍‍ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ୤ ସେଠାରେ ୪୦୦ ମିଟର ବିଶିଷ୍ଟ ଆଥଲେଟିକ‌୍‍ ଟ୍ରାକ‌୍‍ ନିର୍ମାଣ କରାଯାଉଛି।

ଏତଦବ୍ୟତୀତ ସ୍ମାର୍ଟ ସିଟି ଅଧୀନରେ ମଧ୍ୟ ଅନେକ ପ୍ରକଳ୍ପ ଚାଲିଛି୤ ତେଣୁ ବିଶ୍ବକପ‌୍‍ ହକିକୁ ଦୃଷ୍ଟିରେ ରଖି ରାଉରକେଲାରେ ଚାଲିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି”, ସେହିପରି
ଏୟାରପୋର୍ଟ ଅଥରିଟି ଅଫ‌୍‍ ଇଣ୍ଡିଆ ପକ୍ଷରୁ ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କାର୍ଯ୍ୟ ଜାରି ରହିଛି । ସେଠାରେ ଟର୍ମିନାଲ ବିଲ୍ଡିଂ ମଧ୍ୟ ନିର୍ମାଣ କରାଯିବ୤ ଏହାକୁ ଆଗାମୀ ୨୦୨୨ ମେ’ ମାସ ସୁଦ୍ଧା ଶେଷ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି।

ଛେଣ୍ଡଠାରେ ତିଆରି ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ବର୍ଷ ଜୁନ‌୍‍ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି।

ଏହି ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଓ,5Tସଚିବ ରାଉରକେଲାରେ କୋଭିଡ‌୍‍ ପରିସ୍ଥିତିର ସମୀକ୍ଷା କରିଥିଲେ। ଗଣମାଧ୍ୟମକୁ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, “ବର୍ତ୍ତମାନ ରାଉରକେଲାରେ ଜେ ପି ହସ୍ପିଟାଲକୁ ସରକାରୀ କୋଭିଡ‌୍‍ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ରଖାଯାଇଛି। ସେହିପରି ସୁନ୍ଦରଗଡ଼ରେ ଏନଟିପିସି କୋଭିଡ‌୍‍ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ରହିଛି୤ ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଶାସନ ସବୁ ଦୃଷ୍ଟିରୁ ପ୍ରସ୍ତୁତ ରହିଛି’’, ।

ଏହି ସଚିବସ୍ତରୀୟ ପ୍ରତିନିଧି ଦଳ ପ୍ରଥମେ ବିପିୟୁଟି କ୍ୟାମ୍ପସରେ ନିର୍ମାଣ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର କାର୍ଯ୍ୟ ବୁଲି ଦେଖିଥିଲେ। ନିର୍ଦ୍ଧାରିତ ସମୟ ଅନୁଯାୟୀ ସମସ୍ତ କାର୍ଯ୍ୟ ଯେପରି ସମ୍ପାଦନ କରାଯିବ ସେଥିପାଇଁ ମୁଖ୍ୟ ଶାସନ ସଚିବ ସ୍ଥାନୀୟ ପ୍ରଶାସନକୁ ନିଦ୍ଦେର୍ଶ ଦେଇଥିଲେ। ୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ବକପ‌୍‍ ଭୁବନେଶ୍ବର ସହିତ ରାଉରକେଲାର ଏହି ଷ୍ଟାଡିୟମରେ ଆୟୋଜନ କରାଯିବ୤ ଏକାସାଙ୍ଗରେ ଏଠାରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।

ହକି ସହିତ ବିଭିନ୍ନ କ୍ରୀଡ଼ାର ବିକାଶ ଲାଗି ସହରରେ ଯେଉଁ ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ କରାଯାଉଛି ତାହା ସ୍ମାର୍ଟ ସିଟି ରାଉରକେଲାକୁ ଆଗାମୀ ଦିନରେ ଦେଶର ଏକ ପ୍ରମୁଖ କ୍ରୀଡ଼ା ହବ‌୍‍ ଭାବେ ପରିଚିତ କରାଇବ୤

ପାନପୋଷଠାରେ ବ୍ୟାଡମିଣ୍ଟନ ଏବଂ ଲନ‌୍‍ ଟେନିସ‌୍‍ ଖେଳର ପ୍ରସାର ପାଇଁ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ନିର୍ମାଣ କରାଯାଉଛି୤

ଏଠାରେ ୩ଟି ଇନଡୋର ବ୍ୟାଡ‌୍‍ମିଣ୍ଟନ କୋର୍ଟ ସହିତ ଆଉଟଡୋର ଲନ‌୍‍ ଟେନିସ‌୍‍ କୋର୍ଟ ରହିଛି୤

ଖେଳାଳିମାନଙ୍କ ଫିଟନେସ‌୍‍ ପାଇଁ ଅତ୍ୟାଧୁନିକ ଜିମ‌୍‍ର ବ୍ୟବସ୍ଥା କରାଯାଉଛି୤

ସେହିପରି ଫୁଟବଲ ଖେଳ ସହ ଆଥ‌୍‍ଲେଟିକ୍ସ ପାଇଁ ବିର୍ସା ମୁଣ୍ଡା ଷ୍ଟାଡିୟମ ତିଆରି କରାଯାଉଛି୤

ସଚିବସ୍ତରୀୟ ପ୍ରତିନିଧି ଦଳ ଏହି ଦୁଇଟି ପ୍ରକଳ୍ପସ୍ଥଳ ବୁଲି ଏହାର ଅଗ୍ରଗତି ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିଲେ୤

ସହରାଞ୍ଚଳର ଗରିବ ବସ୍ତି ବାସିନ୍ଦାଙ୍କୁ ବାସୋପଯୋଗୀ ଘର ଯୋଗାଇଦେବା ସରକାରଙ୍କ ଲକ୍ଷ୍ୟ୤ ତେଣୁ ରାଉରକେଲାରେ ଏଥିପାଇଁ ଅତି ସ୍ବଳ୍ପ ମୂଲ୍ୟରେ ଘର ଯୋଗାଇ ଦେବାକୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି୤ ଏହି ପ୍ରତିନିଧି ଦଳ ଆଜି ଛେଣ୍ଡଠାରେ ପ୍ରାୟ ୫ ଏକର ଜମିରେ ଚାଲିଥିବା ଏହି ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ୤ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ୫ଟି ପ୍ରକଳ୍ପ କରାଯାଉଛି, ଯେଉଁଠି ବସ୍ତି ବାସିନ୍ଦାଙ୍କ ପାଇଁ ପ୍ରାୟ ୩ ହଜାର ଘର ନିର୍ମାଣ କରାଯିବ୤ ଏହି ଗସ୍ତ ବେଳେ ୫ଟି ସଚିବ କହିଥିଲେ ଯେ, ଯେତେଶୀଘ୍ର ସମ୍ଭବ ହିତାଧିକାରୀମାନଙ୍କୁ ସେମାନଙ୍କ ପାଇଁ ନିର୍ଦ୍ଧାରିତ ଘର ଚିହ୍ନଟ କରି ଜଣାଇ ଦେବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।
ଯାହା୤ ଫଳରେ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ହିତାଧିକାରୀମାନେ ନିଜ ନିଜ ଘରର ଗୁଣାତ୍ମକ ମାନ ତଦାରଖ କରିପାରିବେ୤

ଏହି ଗସ୍ତ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନର ପ୍ରସାର ପାଇଁ ଛେଣ୍ଡଠାରେ ପ୍ରାୟ ୮ ଏକର ଜମିରେ ଚାଲିଥିବା ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମର ନିର୍ମାଣ କାର୍ଯ୍ୟ ମଧ୍ୟ ସଚିବସ୍ତରୀୟ ପ୍ରତିନିଧି ଦଳ ବୁଲି ଦେଖିଥିଲେ

୤ ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ୤

Continue Reading
Click to comment

Leave a Reply

Your email address will not be published. Required fields are marked *

Sports

ଓଡିଶା ସରକାର ଜାତୀୟ ଖୋ ଖୋ ଟିମ୍ କୁ ଦେବେ 15 କୋଟି, 3 ବର୍ଷ ପାଇଁ ସ୍ପନସର୍ କରିବେ

Published

on

ଭୁବନେଶ୍ୱର:ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାର ‘ଖୋ ଖୋ’ ଖେଳର ଜାତୀୟ ଟିମକୁ ଆଗାମୀ 3 ବର୍ଷ ପାଇଁ ସ୍ପନସର କରିବେ । ଏହି ସ୍ପନସରସିପ ର ଅବଧି 2025 ଜାନୁଆରୀରୁ 2027 ଡିସେମ୍ବର ପର୍ଯ୍ୟନ୍ତ ରହିବ। ଏଥିପାଇଁ ବର୍ଷକୁ 5 କୋଟି ଟଙ୍କା ଲେଖାଏଁ ସମୁଦାୟ 15 କୋଟି ଟଙ୍କା ଖର୍ଚ୍ଚ ହେବ। ଓଡିଶା ଖଣି ନିଗମ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯିବ। ଏହାଦ୍ୱାରା ଭାରତୀୟ ଖୋ ଖୋ ଖେଳାଳୀ ପ୍ରୋତ୍ସାହନ ପାଇବା ସହିତ ଓଡିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜଳ କରିପାରିବ ।

Continue Reading

Sports

ବିଶ୍ୱର ସର୍ବ ବୃହତ ହକି ଷ୍ଟାଡିୟମକୁ ଆଜି ଲୋକର୍ପଣ କଲେ ଓଡିଶା ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର:ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲା ଠାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି।

ବିଶ୍ଵ କ୍ରୀଡା ଇତିହାସ ରେ ଯୋଡି ହେଲା ଏକ ସ୍ଵର୍ଣ୍ଣିମ ଅଧ୍ୟାୟ. ହକିକୁ ଭଲ ପାଉଥିବା ସମସ୍ତଙ୍କୁ, ଖେଳାଳୀ, ସାଧାରଣ ଜନତା, ଓଡିଶାର ହକିପ୍ରେମୀ ଦେଶର ହକି କ୍ରୀଡାବିତ୍‌ ସମସ୍ତଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡିଅମକୁ ମୁଁ ଉତ୍ସର୍ଗ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ହକିକୁ ଭଲ ପାଉଥିବା ସମସ୍ତଙ୍କୁ ହକି ବିଶ୍ଵ କପ୍ ଭବ୍ୟ ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରିଥିଲେ।

ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳିଙ୍କୁ ଏକ କୋଟି ଟଙ୍କା ଦିଆଯିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ .

ଉପସ୍ଥିତ ଜନସାଧାରଣ ଓ କ୍ରୀଡାପ୍ରେମୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ହେଉଛି ଓଡିଶାର ସମଗ୍ର ଦେଶକୁ ସବୁଠାରୁ ଶ୍ରେଷ୍ଠ ଉପହାର। ଏହା ଭାରତକୁ ହକି କ୍ଷେତ୍ରରେ ଏକ ବଡ ଶକ୍ତି ଭାବରେ ଗଢି ତୋଳିବ ଏବଂ ଆଗାମୀ ଅନେକ ଦଶକ ପର୍ଯ୍ୟନ୍ତ ହକି ଖେଳରେ ଦେଶ ଏକ ମଜବୁତ ଦଳ ଭାବରେ ପ୍ରତିଷ୍ଠା ଲାଭ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହକିର ସ୍ବର୍ଣ୍ଣକ୍ଷେତ୍ର ସୁନ୍ଦରଗଡରେ ଆଜି ବିଶ୍ବର ସବୁଠାରୁ ବଡ ଷ୍ଟାଡିଅମ ଓଡିଶା ମାଟିର ଗୌରବ ଗାନ କରୁଛି। ଏ ଷ୍ଟାଡିଅମ ସାରା ବିଶ୍ବ ପାଇଁ ହକିର ମୁଖ୍ୟ କେନ୍ଦ୍ର ହୋଇରହିବ ଏବଂ ଦେଶର ପ୍ରମୁଖ ଟିମ୍‌ ମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ସୁଯୋଗ ଦେଇଚାଲିବ। ଆମର ଏହି ଉଦ୍ୟମ ଦେଶର ଯୁବ ଖେଳାଳୀ ମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ। ଦେଶରେ ଅନେକ ଚମ୍ପିଆନ ସୃଷ୍ଟି କରିବ ଏବଂ ଦେଶ ତଥା ରାଜ୍ୟର ଗୌରବ ବୃଦ୍ଧି କରିଚାଲିବ ବୋଲି ସେ କହିଥିଲେ।

ମହାପ୍ରଭୁ ଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସଦିଚ୍ଛା ଓ ଭଲପାଇବା ଯୋଗୁ ଆମର ସ୍ବପ୍ନ ସାକାର ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ସବୁକ୍ଷେତ୍ରରେ ଶ୍ରେଷ୍ଠ ହେବାର ଉଦ୍ୟମର ଏହା ପ୍ରତିଫଳନ। ଦେଶର କ୍ରୀଡା ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଏହି ଷ୍ଟାଡିଅମ ଓଡିଶାର ଛବିକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଅନେକ ଯୁଗ ପର୍ଯ୍ୟନ୍ତ ଏହି ଷ୍ଟାଡିଅମ ଆମର ମୁକୁଟମଣି ହୋଇ ହକି ପ୍ରତି ଭାରତୀୟ ମାନଙ୍କର ଭାବାବେଗ ଓ ଭଲପାଇବାକୁ ପରିପ୍ରକାଶ କରିଚାଲିବ। ଏହା ଭାରତୀୟ ହକିର ଏନ୍ତୁଡିଶାଳା ହୋଇ ରହିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ତଥା କିମ୍ବଦନ୍ତୀ ପୁରୁଷ ବିର୍ସା ମୁଣ୍ଡାଙ୍କ ପ୍ରତି ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

120 କୋଟି ଟଙ୍କା ଖର୍ଚ୍ଚରେ ରେକର୍ଡ ପନ୍ଦର ମାସ ସମୟ ମଧ୍ୟରେ ଏହି ଷ୍ଟାଡିୟମ୍ ନିର୍ମିତ ହୋଇଛି .

ଏହି କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତ ବେହେରା ,ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କୀ ,5T ସଚିବ କାର୍ତିକ ପାଣ୍ଡିଆନ୍ ଓ ହକି ଇଣ୍ଡିଆ ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ.
ଇଣ୍ଡିଆ A ଓ ଇଣ୍ଡିଆ B team ମଧ୍ୟରେ ଉଦଘାଟନୀ ମ୍ଯାଚ କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉଦଘାଟନ କରିଥିଲେ.

ମୁଖ୍ୟମନ୍ତ୍ରୀ ଆଜି ରାଉରକେଲାରେ ପହଞ୍ଚିବା ପରେ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ପରିଦର୍ଶନ କରି ସେଠାରେ ଭାରତୀୟ ହକି ଟିମ୍‌ର ଖେଳାଳୀ ମାନଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ମେଡିକାଲ କଲେଜ ଉଦ୍‌ଘାଟନ କରିବା ସହିତ ସୁନ୍ଦରଗଡ ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଉରକେଲା ସହରରେ ମୋ ବସ୍‌ ଚଳାଚଳର ଶୁଭାରମ୍ଭ ମଧ୍ୟ କରିଥିଲେ। ଏହାପରେ ସେ ହକି ଷ୍ଟାଡିଅମ ଉଦ୍‌ଘାଟନ କରିଥିଲେ।

Continue Reading

Sports

ବିଶ୍ୱସ୍ତରୀୟ ଚେସ ଖେଳରେ ଖେଳାଳୀଙ୍କ ସାଙ୍ଘାତିକ ଠକାମୀ

Published

on

ନୂଆଦିଲ୍ଲୀ: ବିଶ୍ୱସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ ରେ ଖେଳାଳୀଙ୍କ ସାଂଘାତିକ ଠକାମୀର ସୂଚନା ମିଳିବାରେ ଲାଗିଛି।

ଗତ ସେପ୍ଟେମ୍ବର ୪ ତାରିଖରେ ପାଞ୍ଚ ଥରର ବିଶ୍ଵ ଚେସ ଚମ୍ପିୟାନ ମାଗନସ କାର୍ଲସେନ ସେଣ୍ଟ ଲୁଇସ ଠାରେ ଅନୁଷ୍ଠିତ ୫ ଲକ୍ଷ ଡଲାର ସୀନକ୍ୟୁଫିଲଡ଼ କପ ପ୍ରତିଯୋତାରୁ ହଠାତ ଓହରି ଯିବା ଘଟଣା ସ୍ୱାଭାବିକ ଭାବେ ବିଶ୍ୱ ଚେସ ପ୍ରେମୀମାନଙ୍କୁ ଚକିତ କରିଥିଲା ।ଆମେରିକାର ୧୯ ବର୍ଷ ବର୍ଷୀୟ ହାନ୍ସ ନେଇମେନଙ୍କ ଠାରୁ ହରିଯିବା ପରେ ସେ ଏହି ନିଷ୍ପତ୍ତି ନେଇଥିଲେ। କୌଣସି ପ୍ରତିଯୋଗିତାରୁ ଓହରି ଯିବା ତାଙ୍କ ପାଇଁ ଏହା ପ୍ରଥମ ଘଟଣା ଥିଲା।

କାର୍ଲସେନ ଯଦିଓ ଏହି ନିଷ୍ପତ୍ତିର କାରଣ ଦର୍ଶାଇ ନଥିଲେ ତେବେ ପରଦିନ ଏକ ଭିଡ଼ିଓ ତାଙ୍କ ଟ୍ୱିଟରରେ ପୋଷ୍ଟ କରିଥିଲେ। ଏହି ଭିଡ଼ିଓରେ ପ୍ରସିଦ୍ଧ ଫୁଟବଲ ମ୍ୟାନେଜର ଯୋଶୀ ମେରୀନୋ ଯେକି ବର୍ତମାନ ଇଟଳିଆନ କ୍ଲବ ରୋମାର ହେଡ କୋଚ ଅଛନ୍ତି ସେ ” ମୁଁ ଯଦି ମୁହଁ ଖୋଲିବି ମୁଁ ବଡ଼ ଅଡୁଆରେ ପଡିଯିବି। ବଡ଼ ଅର୍ଥ ବଡ ଅଡୁଆରେ ପଡିଯିବି”।

ଚେସ ଖେଳାଳୀମନେ ଭାବୁଥିଲେ ଯେ କାର୍ଲସେନ ବୋଧେ ନେଇମେନ ଖେଳରେ ଠକାମୀ କରୁଥିବାର ସନ୍ଦେହ କରି ଏଭଳି ପଦକ୍ଷେପ ନେଇଛନ୍ତି।

ତେବେ ସେପ୍ଟେମ୍ବର ୬ ତାରିଖରେ ନେଇମେନ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଥିଲେ। “ମୋର ସ୍ୱଚ୍ଛତା ପ୍ରମାଣ କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଉଲଗ୍ନ ହୋଇ ଖେଳିବାକୁ ପ୍ରସ୍ତୁତ ଅଛି।” ତେବେ ସେ ସ୍ୱୀକାର କରିଥିଲେ ଯେ ୧୨ ବର୍ଷ ଏବଂ ୧୬ ବର୍ଷ ବୟସରେ ସେ ଖେଳରେ ଠକେଇ କରିଥିଲେ।

ଏହି ଘଟଣା ପରେ ଚେସ ଡ଼ଟ କମ ର ବିଶ୍ୱ ଚେସ ଚମ୍ପିୟାନସିପ ଟୁର୍ଣ୍ଣାମେଣ୍ଟ ନେଇମେନଙ୍କ ନିମନ୍ତ୍ରଣ ବାତିଲ କରିଦେଇଛନ୍ତି।

ଚେସ ଖେଳରେ ଠକେଇ ଘଟଣାର ଏକ ଲମ୍ବା ଇତିହାସ ରହିଛି।

ଖେଳାଳୀ ବାରମ୍ବାର ପରିସ୍ରାଗାର ଦୌଡ଼ିବା ଠକାଇର ଏକ କାରଣ। ଟଏଲେଟରେ ପରବର୍ତୀ ଗୋଟି ଚାଳନାର ପରାମର୍ଶ ନେବା ଘଟଣା ଏକଦା ଜଣାଶୁଣା ଥିଲା। ୨୦୦୫ ବିଶ୍ଵ ଚମ୍ପିୟାନସିପ ମ୍ୟାଚ ବେଳେ ଭେସଲିନ ଟୋପାଲାଭ ଅଭିଯୋଗ କରିଥିଲେଯେ ପ୍ରତିଦ୍ୱନ୍ଦୀ ଖେଳାଳୀ ଭ୍ଲାଡ଼ କାର୍ମନିକ ଲାଭାଟୋରୀରେ ବସି ଖେଳ ବିଶ୍ଳେଷଣ କରୁଛନ୍ତି। ଏହି ଘଟଣା ଚେସ ଖେଳ ଇତିହାସରେ ୨୦୦୫ ଟଏଲେଟଗେଟ ଭାବେ କୁଖ୍ୟାତ।

ଶୀତଳ ଯୁଦ୍ଧ ସମୟରେ ସୋଭିଏତ ଖେଳାଳିମନେ ପରସ୍ପର ସହ ତାଳ ମେଳ ରଖି ପ୍ରତିପକ୍ଷକୁ ହରାଇବାର ଯୋଜନା କରୁଥିବାର ଅଭିଯୋଗ ରହିଛି।

ବର୍ତମାନ ଇଣ୍ଟରନେଟ ଯୁଗରେ ଜୋତାରେ, ଚାଷମରେ ମାଇକ୍ରୋ ଡିଭାଇସ ବ୍ୟବହାର କରି ଠକେଇ କରିବାର ଅନେକ ଅଭିଯୋଗ ରହିଛି।

କଳା ଚାଷମାରେ ଏକ ଗୁପ୍ତ ମାଇକ୍ରୋ କ୍ୟାମେରା ଲଗାଇ ଉତ୍ତର ଇଟାଲୀୟ ସହର ମିଲାନ ନିକଟସ୍ଥ ବୁସିନାସ୍କୋ ସହରର ପୂର୍ବତନ ମେୟର ଲୋରିସ କ୍ରେଡ଼ା ଏକ ଶକ୍ତିଶାଳୀ ଚେସ ସଫ୍ଟୱେରକୁ ପ୍ରତିପକ୍ଷ ର ଗୋଟି ଚାଳନାର ଫୋଟୋ ପଠାଇ ପରାମର୍ଶ ନେଉଥିଲେ। ଏହି ଘଟଣା ଧରାପଡିବା ପରେ ଲୋରିସ କ୍ରେଡ଼ାଙ୍କୁ ନିଷିଦ୍ଧ ଘୋଷଣା କରାଯାଇଥିଲା।

ବର୍ତ୍ତମାନ ଅନଲାଇନ ଚେସ ଟୁର୍ଣ୍ଣାମେଣ୍ଟ କୁ ଠକାମୀ ପ୍ରତିରୋଧ କରିବାକୁ ଆୟୋଜକ ମାନଙ୍କୁ ଅନେକ ବ୍ୟବସ୍ଥା କରିବାକୁ ପଡୁଛି।

ରାଜକୀୟ ଖେଳରେ ବର୍ତମାନ ଠକମାନଙ୍କ ରାଜତ୍ୱ ନିଶ୍ଚିତ ଭାବରେ ଚିନ୍ତାର କାରଣ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions