ରାଜ୍ୟ

୧୧ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

Published

on

ଭୁବନେଶ୍ୱର ୨୦/୫ : ୧୧ଟି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିପାରେ ବୋଲି ସୋମବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୁଳ, କେନ୍ଦୁଝର, ଢ଼େଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଓ କଟକ ରହିଛି। ଏହି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି।
ସେହିପରି ୨୧ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଆଦି ଜିଲ୍ଲାରେ କାଳବୈଶାଖୀ ହେବା ସହ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୨୨, ୨୩, ୨୪ ତାରିଖ ପର‌୍ୟ୍ୟନ୍ତ କାଳବୈଶାଖୀ ଓ ହାଲକା ବର୍ଷାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *

Trending

Exit mobile version