Connect with us

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ବର ଏ.ଜି ଛକରେ ଥିବା ଓ.ଏସ୍.ଆଇ.ଟି.ସି ର ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ର ଯାତ୍ରା ଶୁଭାରମ୍ଭ କରିଛନ୍ତି ।

ଯାତ୍ରୀ ମାନଙ୍କୁ ଆରାମଦାୟକ ଅନୁଭୂତି ପ୍ରଦାନ କରିବା ପାଇଁ ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା ସଂଯୁକ୍ତ କରାଯାଇଛି ।

ସୁରକ୍ଷା ପାଇଁ ସି.ସି ଟିଭି କ୍ୟାମେରା, ଆରାମଦାୟକ ସିଟ୍, ଆପାତ୍ତକାଳୀନ ବଟନ୍, vehicle tracking system, ଅଗ୍ନି ନିର୍ବାପକ ବ୍ୟବସ୍ଥା, ବସ୍‌ ମଧ୍ୟରେ ଯାତ୍ରୀ ମାନଙ୍କୁ ବିଭିନ୍ନ ସୂଚନା ପ୍ରଦାନ ନିମନ୍ତେ system ITMS ଭଳି ବିଭିନ୍ନ ବୈଷୟିକ ଜ୍ଞାନକୌଶଳଯୁକ୍ତ ସୁବିଧା ରହିଛି ।

ଏହି ବସ୍‌ ଗୁଡିକ ଆନ୍ତଃରାଜ୍ୟ ବସ୍‌ ପରିବହନରେ ମଧ୍ୟ ନିୟୋଜିତ ହେବ।

ସୂଚନାଯୋଗ୍ୟ ଯେ ନିଗମ ପକ୍ଷରୁ ଚଳାଚଳ କରିବାକୁ ଥିବା ୧୮୦ଟି ନୂଆ ବସ୍‌ ମଧ୍ୟରୁ ଆଜି ୧୧୦ଟିର ଶୁଭାରମ୍ଭ ହୋଇଥିବା ବେଳେ, ଆଉ ୭୦ଟି ବସ୍‌ ଖୁବଶୀଘ୍ର ଚଳାଚଳ କରିବ ।

ବର୍ତ୍ତମାନ ଓ.ଏସ୍.ଆଇ.ଟି.ସି ପକ୍ଷରୁ ୨୮ଟି ଜିଲ୍ଲାରେ ତଥା ୪୩ଟି ଆନ୍ତଃରାଜ୍ୟ ମାର୍ଗରେ ୩୯୮ଟି ବସ୍‌ ଆନ୍ଧ୍ରପ୍ରଦେଶ, ପଶ୍ଚିମବଂଗ, ଝାରଖଣ୍ଡ ଓ ଛତିଶଗଡକୁ ସଂଯୋଗ କରୁଛି । ଆଜି ଯାତ୍ରା ଆରମ୍ଭ କରିଥିବା ୧୧୦ଟି ବସ୍‌ ଗୁଡିକ ଭଲ୍‌ବୋ, AC Uttra Delux, Non-AC Delux ତଥା Non-AC High Comfort bus ଅନ୍ତର୍ଭୁକ୍ତ ଅଟେ ।

ପରେ ମୁଖ୍ୟମନ୍ତ୍ରୀ ପଟିଆ ଯାଇ ପଟିଆ ଓ ଭଗବାନପୁର ଠାରେ ମୋ ବସ୍‌ର ଦୁଇଟି ଡିପୋ ଉଦ୍‌ଘାଟନ କରିଥିଲେ । ଏହି ଅତ୍ୟାଧୁନିକ ଡିପୋ ଦୁଇଟିରେ ମେସିନ୍‌ ଜରିଆରେ ବସ୍ ପରିଷ୍କାର କରିବା ସହିତ ବସ୍ ଗୁଡିକରେ ତେଲ ପକାଇବାର ସୁବିଧା ମଧ୍ୟ କରାଯାଇଛି।

ପରେ ମୁଖ୍ୟମନ୍ତ୍ରୀ ପୋଖରୀପୁଟ ଠାରେ ରାଜ୍ୟ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ନବନିର୍ମିତ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଉଦ୍‌ଘାଟନ କରିଥିଲେ । ୧୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରତିଷ୍ଠାନରେ ସମସ୍ତ ପ୍ରକାର ଅକ୍ଷମତାର ପରୀକ୍ଷା, ଚିକିତ୍ସା, ଗତିଶୀଳତାର ତାଲିମ, ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା, ଚିତ୍ରକଳା, ନୃତ୍ୟଗୀତ ତାଲିମ ତଥା ବୃତ୍ତିଗତ ଶିକ୍ଷା ଓ ବିଭିନ୍ନ ପ୍ରକାର ପରାମର୍ଶ ର ବନ୍ଦୋବସ୍ତ କରାଯାଇଛି । ଏହି ପ୍ରତିଷ୍ଠାନରେ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ୧୦୦ ଜଣ ଭିନ୍ନକ୍ଷମ ପିଲାଙ୍କର ରହଣୀର ସୁବନ୍ଦୋବସ୍ତ କରାଯାଇଛି । ଏଠାରେ ପିଲାମାନଙ୍କର ଅଭିଭାବକ ମଧ୍ୟ ପିଲାମାନଙ୍କ ସହିତ ରହି ଚିକିତ୍ସା କରାଇ ପାରିବେ । ଏହି କେନ୍ଦ୍ରରେ ଉନ୍ନତମାନର ଯନ୍ତ୍ରପାତିର ସୁବିଧା ମଧ୍ୟ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଓଟିଡଡିସିର ନୂତନ ରେଷ୍ଟୁରାଣ୍ଟ ନିମନ୍ତ୍ରଣର ଶୁଭ ଉଦଘାଟନ କରିଥିଲେ। ଭୁବନେଶ୍ୱର ରମାଦେବୀ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଥିବା ଏହି ରେଷ୍ଟୁରାଣ୍ଟରେ ଖାଣ୍ଟି ଓଡ଼ିଆ ଖାଦ୍ୟ ପରିବେଷଣ କରାଯିବ। ନିମନ୍ତ୍ରଣ ରେଷ୍ଟୁରାଣ୍ଟର ଶାଖା ଖୁବ ଶୀଘ୍ର ପୁରୀ ଓ ସମ୍ବଲପୁରରେ ଖୋଲିବ ବୋଲି ଓଟିଡିସି ଅଧଃକ୍ଷା ଶ୍ରୀମୟୀ ମିଶ୍ର କହିଛନ୍ତି।

ଏହିସବୁ କାର୍ଯ୍ୟକ୍ରମରେ ମନ୍ତ୍ରୀ  ପଦ୍ମନାଭ ବେହେରା, ମନ୍ତ୍ରୀ  ପ୍ରତାପ ଜେନା, ମନ୍ତ୍ରୀ  ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ମନ୍ତ୍ରୀ  ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ  ଅନନ୍ତ ନାରାୟଣ ଜେନା, ବିଧାୟକ ସୁଷାନ୍ତ ରାଉତ, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

ରାଜ୍ୟ

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ୧,୮୦୦ ଶହରୁ ୨,୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Continue Reading

ରାଜ୍ୟ

ଡ଼ି ଏମ ଏଫ ଅର୍ଥ ଖର୍ଚ୍ଚ ନେଇ କଡା ଆଭିମୁଖ୍ୟ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published

on

ଭୁବନେଶ୍ୱର: ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବା ଡ଼ିଏମଏଫ ଅର୍ଥ ବ୍ୟୟର ଅଡିଟ ରିପୋର୍ଟ ଓ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ କଡା ନିର୍ଦେଶ ଦେଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମଙ୍ଗଳବାର ଡ଼ିଏମଏଫ  ବୈଠକରେ ପାଣ୍ଠିର ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ ନିର୍ଦେଶ ଦେଇଛନ୍ତି ଯେ ଏଣିକି ଲଘୁ ଖଣିଜ ପଦାର୍ଥରୁ ମିଳୁଥୁବା ଡ଼ିଏମଏଫ ପାଣ୍ଠି କେବଳ ସେହି ଜିଲ୍ଲା ରେ ଖର୍ଚ୍ଚ ହେବ ।

 

ଆଲୋଚନାରୁ ଜଣାପଡିଛିଯେ, ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି ଟଙ୍କା ଆଦାୟ ହୋଇଛି ଏବଂ ପ୍ରାୟ ୫୫ ପ୍ରତିଶତ ଟଙ୍କା ଖର୍ଚ୍ଚ ହୋଇଛି । ଏହି ଖର୍ଚ୍ଚକୁ ବୃଦ୍ଧି କରି ଲୋକଙ୍କୁ ମୌଳିକ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହା ସହିତ, ୧୦ ଟି ଜିଲ୍ଲାରେ ଡ଼ି.ଏମ.ଏଫ ପୁନଃ ଗଠନ ହେବା ପରେ ଟ୍ରଷ୍ଟ ବୋର୍ଡ ମିଟିଂ ହୋଇସାରିଛି ବୋଲି ବୈଠକରୁ ଜଣାଯାଇଛି ।

ବୈଠକରେ ମୁଖ୍ୟମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ପ୍ରତ୍ୟେକ DMFର ଅଡିଟ୍ ରିପୋର୍ଟ ସହିତ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ ଏବଂ ଲଘୁ ଖଣିଜ ପଦାର୍ଥ (Minor Minerals) ରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାର ଯେକୌଣସି ସ୍ଥାନରେ ବ୍ୟବହାର କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏହି ପାଣ୍ଠିକୁ ସେହି ସ୍ଥାନର ମୌଳିକ ଆବଶ୍ୟକତା ଯଥା – ଶିକ୍ଷା, ସ୍ୱାସ୍ଥ୍ୟ, ଜଳ ଯୋଗାଣ, ଗମନାଗମନ ଆଦି ବ୍ୟବସ୍ଥା ରେ ଖର୍ଚ୍ଚ କରିବା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଖଣି ଅଞ୍ଚଳର ନିକଟବର୍ତ୍ତୀ ସ୍ଥାନ ଗୁଡ଼ିକରେ ଲୋକଙ୍କୁ ସମ୍ପୂର୍ଣ୍ଣ ମୌଳିକ ସେବା (Saturation Mode) ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରୁ ଜଣାଯାଇଛି ଯେ, DMF ଟ୍ରଷ୍ଟବୋର୍ଡ ବୈଠକ ଡକାଯାଇ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରାଯିବ। DMF ଦ୍ୱାରା ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ପ୍ରଭାବିତ ଗ୍ରାମଗୁଡ଼ିକୁ ଚିହ୍ନଟ କରାଯିବ। ଖଣି ଅଂଚଳର ପାର୍ଶ୍ୱବର୍ତ୍ତୀ ଜାଗା ଗୁଡିକରେ ଥିବା ଜନବସତି ଗୁଡିକରେ ହେଉଥିବା ପ୍ରଦୂଷଣକୁ ରୋକିବା ପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ।

ଯେଉଁ ଜିଲ୍ଲାଗୁଡ଼ିକରେ ବାର୍ଷିକ DMF ପାଣ୍ଠି 10 କୋଟି ଟଙ୍କା କିମ୍ବା ତା’ଠାରୁ ଅଧିକ ସଂଗ୍ରହ ହେଉଛି, ସେମାନେ ଏକ ଏଣ୍ଡାଓମେଣ୍ଟ ପାଣ୍ଠି (Endowment Fund) ଗଠନ କରିବେ। ଏହି ଏଣ୍ଡାଓମେଣ୍ଟ ପାଣ୍ଠିକୁ ସରକାରୀ ସିକ୍ୟୁରିଟି କିମ୍ବା ଅନୁସୂଚିତ ବ୍ୟାଙ୍କଗୁଡ଼ିକର ବଣ୍ଡ ଏବଂ ଏଫଡିରେ ବିନିଯୋଗ କରାଯିବ । ଖଣିଜ ପଦାର୍ଥ ଶେଷ ହେବା ପରେ କିମ୍ୱା କୌଣସି କାରଣରୁ ଖଣି କାର୍ଯ୍ୟକଳାପ ବନ୍ଦ ହୋଇଯାଇଥିବା ଅଞ୍ଚଳରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ଜୀବିକା ସୃଷ୍ଟି ପାଇଁ ଏହି ପାଣ୍ଠି ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions