ଭୁବନେଶ୍ୱର ୧୮/୫ : ୧୨ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାତି ୭ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- କେରାପୁଟ, ରାୟଗଡ଼ା, ଯାଜପୁର, ବାଲେଶ୍ୱର, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।