ଭୁବନେଶ୍ୱର ୯/୬ : ୧୩ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼, ଯାଜପୁର ଏବଂ କଟକ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଅନ୍ୟପଟେ ଗତକାଲି କେରଳ ଛୁଇଁଛି ମୌସୁମୀ ବୋଲି ଭାରତୀୟ ପାଣିପାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଥିଲେ । ମୌସୁମୀ ଛୁଇଁବା ପରେ କେରଳର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ସେହିପରି ଆସନ୍ତା ସପ୍ତାହକ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।