ଭୁବନେଶ୍ୱର ୧୬/୩ : ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି । ଆଜି ୩ ଜଣ ଓଡିଆଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଛନ୍ତି ରାଷ୍ଟ୍ରପତି । ସେମାନେ ହେଲେ ଦୈତାରୀ ନାୟକ, କମଳା ପୂଜାରୀ ଓ ଡି. ପ୍ରକାଶ ରାଓ । ବିରଳ ଧାନ ସଂଗ୍ରହ କରିଥିବା କମଳା ପୂଜାରୀଙ୍କୁ ମିଳିଛି ପଦ୍ମଶ୍ରୀ ସମ୍ମାନ । ଆଦିବାସୀ ଅଧ୍ୟୁଷିତ ଅଂଚଳରୁ ଆସିଥିଲେ ମଧ୍ୟ ତାଙ୍କ ବିରଳ କୃତିତ୍ୱ ପାଇଁ କମଳା ଦିଲ୍ଲୀରେ ସମ୍ମାନୀତ ହୋଇଛନ୍ତି । ସେହିପରି ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦୈତାରୀ ନାୟକ ଏବଂ ଡି.ପ୍ରକାଶ ରାଓ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ହୋଇଛନ୍ତି ।