ଭୁବନେଶ୍ୱର,୨୫/୦୨:ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୧୯ ଜାନୁୟାରୀରୁ ଲାଗୁ ହେବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଏଥିରେ ପ୍ରାୟ ୩ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ କର୍ମଚାରୀ ଉପକୃତ ହେବେ। ସୂଚନାଯୋଗ୍ୟ ଯେ, ନିକଟରେ କେନ୍ଦ୍ର ସରକାର ସରକାରୀ କର୍ମଚାରୀ ଓ ପେନ୍ସନ୍ଧାରୀଙ୍କ ପାଇଁ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପରେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି।