ନୂଆଦିଲ୍ଲୀ ୧୭/୧୨ : କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲଟ ଆଜି ରାଜସ୍ଥାନର ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଛନ୍ତି । ଜୟପୁରଠାରେ ଏକ ଉତ୍ସବରେ ରାଜ୍ୟପାଳ କଲ୍ୟାଣ ସିଂ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ । ସଚିନ ପାଇଲଟ ଉପ-ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଛନ୍ତି ।
ତେଣେ ଭୋପାଳରେ କଂଗ୍ରେସର ଲୋକପ୍ରିୟ ନେତା କମଳନାଥ ମଧ୍ୟପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ରୂପେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଭୋପାଳର ଜାମ୍ବୋରି ମଇଦାନରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।
ସେହିପରି ରାୟପୁରର ସାଇନ୍ସ କଲେଜ ଗ୍ରାଉଣ୍ଡରେ ଅନୁଷ୍ଠିତ ଏକ ଉତ୍ସବରେ ଭୁପେଶ ବଘେଲ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ । ଉତ୍ସବରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ଦଳର ସଭାପତି ରହୁଳ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମେତ ବହୁ ନେତା ଉପସ୍ଥିତ ଥିଲେ ।