ରାଜ୍ୟ

୫ଟି ସ୍ଥାନରେ ଘଡଘଡି ସହ ବର୍ଷା : ପାଣିପାଗ କେନ୍ଦ୍ର

Published

on

ଭୁବନେଶ୍ୱର ୨୬/୫ : ରାଜ୍ୟର ୫ଟି ସ୍ଥାନରେ ସନ୍ଧ୍ୟ ୭ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ସ୍ଥାନରେଗୁଡ଼ିକ ମଧ୍ୟରେ ରହିଛି- ତାଳଚେର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର ଏବଂ ମୟୁରଭଞ୍ଜ । ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅନ୍ୟପଟେ ରାଜ୍ୟର ୫ଟି ସ୍ଥାନରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *

Trending

Exit mobile version