Connect with us

ଆସନ୍ତା ୬ରେ ପୁଣି ଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଗାମୀ ଲୋକସଭା ନିର୍ବାଚନ ପାଇଁ ଦିନ କେଇଟା ବାକି । ଏପରିସ୍ଥଳେ ଜାତୀୟଦଳ ଗୁଡ଼ିକ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି । ୧୨୦ ମିଶନକୁ ସାକାର କରିବା ପାଇଁ ମୋଦି ବାରମ୍ବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୬ରେ ସୁନ୍ଦରଗଡ଼ ସାଧାରଣ ସଭାରେ ଯୋଗଦେବା ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍ । ସେପଟେ ଆସନ୍ତା ୨ରେ ମୋଦିଙ୍କ କଳାହାଣ୍ଡି ଗସ୍ତ ନେଇ ଚୂଡ଼ାନ୍ତ ହୋଇସାରିଛି ।
ନିର୍ବାଚନ ପାଖେଇ ଆସୁଥିବା ବେଳେ ଓଡ଼ିଶାରେ ସ୍ଥିତି ମହଭୁତ କରିବା ପାଇଁ ମୋଦି ପୁଣି ଥରେ ଓଡ଼ିଶା ଆସୁଛନ୍ତି । ପଶ୍ଚିମ ଓଡ଼ିଶାରେ ଦଳକୁ ଶକ୍ତିଶାଳୀ କରିବା ପାଇଁ ପ୍ରୟାସ କରୁଛନ୍ତି ପ୍ରଧାନମନ୍ତ୍ରୀ । ମାର୍ଚ୍ଚ ୨୯ରେ କୋରାପୁଟ ଆସିଥିଲେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ମାରାଥନ୍ ଗସ୍ତରୁ ଜଣାପଡ଼ୁଛି ୧୨୦ ମିଶନ ପାଇଁ ଲାଗି ପଡ଼ିଛନ୍ତି ମୋଦି । କୋରାପୁଟ ଜୟପୁର ସମାବେଶ ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଥିଲେ ପ୍ରଧାନମନ୍ତ୍ରୀ । ଚଳିତ ନିର୍ବାଚନରେ ବିଜେଡ଼ିକୁ ପ୍ରତ୍ୟାଖ୍ୟାନ କରି ନେତୃତ୍ୱ ପ୍ରତ୍ୟାବର୍ତ୍ତନ କରିବା ପାଇଁ ଆହ୍ୱାନ ଦେଇଥିଲେ । ବିକାଶ ନାରେ ରାଜ୍ୟ ସରାକଙ୍କ ଉପରେ ବର୍ଷିଥିଲେ ମୋଦି ।
ମୋଦିଙ୍କ ମାରାଥନ ଗସ୍ତରୁ ସ୍ପଷ୍ଟ ହେଉଛି ୧୨୦ ମିଶନକୁ ଅଧିକ ଗୁରୁତ୍ୱ ଦେଉଛନ୍ତି ମୋଦି । ଚଳିତ ନିର୍ବାଚନରେ କୌଣସି ଜାତୀୟ ଦଳ ଗରିଷ୍ଠତା ହାସଲ କରିବ ନାହିଁ ବୋଲି ଚର୍ଚ୍ଚା ହେଉଛି । ଏପରିସ୍ଥଳେ ମୋଦିଙ୍କ ପାଇଁ ଓଡ଼ିଶାବାସୀଙ୍କ ଭୋଟର ଅନେକ ମହତ୍ୱ ରହିଛି । ଏଥର ଦିଲ୍ଲୀ ଗାଦି ଅକ୍ତିଆର କରିବାରେ ଓଡ଼ିଶାବାସୀ ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି ଜୋରଦାର ଚର୍ଚ୍ଚା ହେଉଛି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions