ରାଜ୍ୟ

୮ରୁ ସକାଳୁଆ ହେବ ନିମ୍ନ ଅଦାଲତା

Published

on

କଟକ ୬/୪ : ରାଜ୍ୟରେ ବଢିବାରେ ଲାଗିଛି ତାପମାତ୍ରା । ଅନେକ ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁବାକୁ ବସିଲାଣି । ତେବେ ମିଳିଥିବା ସୂଚନା ଅନୁସାରେ, ଏପ୍ରିଲ ୮ ତାରିଖରୁ ରାଜ୍ୟର ସମସ୍ତ ନିମ୍ନ ଅଦାଲତ ସକାଳୁଆ ହେବ। ସକାଳ ୭ରୁ କୋର୍ଟ କାର‌୍ୟ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧ଟା ପର‌୍ୟ୍ୟନ୍ତ ଚାଲିବ। ସକାଳ ୭ଟା ୩୦ରେ କୋର୍ଟ ବସିବେ ଓ ଦିନ ୧୦ଟାରୁ ୧୦ଟା ୩୦ ମିନିଟ ପର‌୍ୟ୍ୟନ୍ତ ବିରତି ରହିବ। ଗ୍ରୀଷ୍ମ ଅବକାଶ ପର‌୍ୟ୍ୟନ୍ତ ସକାଳ କୋର୍ଟ ବ୍ୟବସ୍ଥା ଜାରି ରହିବ।
ତେବେ ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ବର, କୋରାପୁଟ ସଦର ଓ ପୁରୀ ସଦରକୁ କିନ୍ତୁ ସକାଳ କୋର୍ଟ ବ୍ୟବସ୍ଥାରୁ ବାଦ୍ ଦିଆଯାଇଛି। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲା ଓ ଦୌରା ଜଜଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Trending

Exit mobile version