Connect with us

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ୧,୮୦୦ ଶହରୁ ୨,୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Continue Reading

ରାଜ୍ୟ

ଡ଼ି ଏମ ଏଫ ଅର୍ଥ ଖର୍ଚ୍ଚ ନେଇ କଡା ଆଭିମୁଖ୍ୟ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published

on

ଭୁବନେଶ୍ୱର: ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବା ଡ଼ିଏମଏଫ ଅର୍ଥ ବ୍ୟୟର ଅଡିଟ ରିପୋର୍ଟ ଓ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ କଡା ନିର୍ଦେଶ ଦେଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମଙ୍ଗଳବାର ଡ଼ିଏମଏଫ  ବୈଠକରେ ପାଣ୍ଠିର ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ ନିର୍ଦେଶ ଦେଇଛନ୍ତି ଯେ ଏଣିକି ଲଘୁ ଖଣିଜ ପଦାର୍ଥରୁ ମିଳୁଥୁବା ଡ଼ିଏମଏଫ ପାଣ୍ଠି କେବଳ ସେହି ଜିଲ୍ଲା ରେ ଖର୍ଚ୍ଚ ହେବ ।

 

ଆଲୋଚନାରୁ ଜଣାପଡିଛିଯେ, ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି ଟଙ୍କା ଆଦାୟ ହୋଇଛି ଏବଂ ପ୍ରାୟ ୫୫ ପ୍ରତିଶତ ଟଙ୍କା ଖର୍ଚ୍ଚ ହୋଇଛି । ଏହି ଖର୍ଚ୍ଚକୁ ବୃଦ୍ଧି କରି ଲୋକଙ୍କୁ ମୌଳିକ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହା ସହିତ, ୧୦ ଟି ଜିଲ୍ଲାରେ ଡ଼ି.ଏମ.ଏଫ ପୁନଃ ଗଠନ ହେବା ପରେ ଟ୍ରଷ୍ଟ ବୋର୍ଡ ମିଟିଂ ହୋଇସାରିଛି ବୋଲି ବୈଠକରୁ ଜଣାଯାଇଛି ।

ବୈଠକରେ ମୁଖ୍ୟମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ପ୍ରତ୍ୟେକ DMFର ଅଡିଟ୍ ରିପୋର୍ଟ ସହିତ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ ଏବଂ ଲଘୁ ଖଣିଜ ପଦାର୍ଥ (Minor Minerals) ରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାର ଯେକୌଣସି ସ୍ଥାନରେ ବ୍ୟବହାର କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏହି ପାଣ୍ଠିକୁ ସେହି ସ୍ଥାନର ମୌଳିକ ଆବଶ୍ୟକତା ଯଥା – ଶିକ୍ଷା, ସ୍ୱାସ୍ଥ୍ୟ, ଜଳ ଯୋଗାଣ, ଗମନାଗମନ ଆଦି ବ୍ୟବସ୍ଥା ରେ ଖର୍ଚ୍ଚ କରିବା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଖଣି ଅଞ୍ଚଳର ନିକଟବର୍ତ୍ତୀ ସ୍ଥାନ ଗୁଡ଼ିକରେ ଲୋକଙ୍କୁ ସମ୍ପୂର୍ଣ୍ଣ ମୌଳିକ ସେବା (Saturation Mode) ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରୁ ଜଣାଯାଇଛି ଯେ, DMF ଟ୍ରଷ୍ଟବୋର୍ଡ ବୈଠକ ଡକାଯାଇ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରାଯିବ। DMF ଦ୍ୱାରା ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ପ୍ରଭାବିତ ଗ୍ରାମଗୁଡ଼ିକୁ ଚିହ୍ନଟ କରାଯିବ। ଖଣି ଅଂଚଳର ପାର୍ଶ୍ୱବର୍ତ୍ତୀ ଜାଗା ଗୁଡିକରେ ଥିବା ଜନବସତି ଗୁଡିକରେ ହେଉଥିବା ପ୍ରଦୂଷଣକୁ ରୋକିବା ପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ।

ଯେଉଁ ଜିଲ୍ଲାଗୁଡ଼ିକରେ ବାର୍ଷିକ DMF ପାଣ୍ଠି 10 କୋଟି ଟଙ୍କା କିମ୍ବା ତା’ଠାରୁ ଅଧିକ ସଂଗ୍ରହ ହେଉଛି, ସେମାନେ ଏକ ଏଣ୍ଡାଓମେଣ୍ଟ ପାଣ୍ଠି (Endowment Fund) ଗଠନ କରିବେ। ଏହି ଏଣ୍ଡାଓମେଣ୍ଟ ପାଣ୍ଠିକୁ ସରକାରୀ ସିକ୍ୟୁରିଟି କିମ୍ବା ଅନୁସୂଚିତ ବ୍ୟାଙ୍କଗୁଡ଼ିକର ବଣ୍ଡ ଏବଂ ଏଫଡିରେ ବିନିଯୋଗ କରାଯିବ । ଖଣିଜ ପଦାର୍ଥ ଶେଷ ହେବା ପରେ କିମ୍ୱା କୌଣସି କାରଣରୁ ଖଣି କାର୍ଯ୍ୟକଳାପ ବନ୍ଦ ହୋଇଯାଇଥିବା ଅଞ୍ଚଳରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ଜୀବିକା ସୃଷ୍ଟି ପାଇଁ ଏହି ପାଣ୍ଠି ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Continue Reading

ରାଜ୍ୟ

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ସ୍ୱାସ୍ଥ୍ୟ କଲ୍ୟାଣ ସମିତିର ୨୨ ତମ ପରିଚାଳନା କମିଟି ବୈଠକ 

Published

on

ଭୁବନେଶ୍ୱର, ତା-୨.୧୨.୨୦୨୫

ମୁଖ୍ୟ ଶାସନ ସଚିବ  ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ଓଡ଼ିଶା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସମିତିର ୨୨ତମ ପରିଚାଳନା କମିଟି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।

 

ବୈଠକର ପ୍ରାରମ୍ଭରେ ଗତ ୨୧ତମ ବୈଠକରେ ନିଆଯାଇଥିବା ନିଷ୍ପତ୍ତିର କାର୍ଯ୍ୟାନୁଷ୍ଠାନ ସଂପର୍କରେ ଆଲୋଚନା କରାଯାଇଥିଲା । ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସ୍‌, ଜାତୀୟ ସ୍ୱାସ୍ଥ୍ୟ ମିଶନର ମିଶନ ନିର୍ଦ୍ଦେଶିକା, ଓଡ଼ିଶା ଡଃ. ବୃନ୍ଦା ଡି., ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକଙ୍କ ସମେତ କମିଟିର ସଦସ୍ୟ ଥିବା ଅନ୍ୟ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ରାଜ୍ୟ ବଜେଟ୍‌ ଯୋଜନା ଅନ୍ତର୍ଭୁକ୍ତ ସ୍ୱାସ୍ଥ୍ୟଭିତ୍ତିକ ପ୍ରମୁଖ ପଦକ୍ଷେପ ଓ ସଫଳତା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା ।

 

ବୈଠକରୁ ଜଣାଯାଇଛି ଯେ, ସ୍ୱାସ୍ଥ୍ୟ ବିଭାଗ ଜରିଆରେ“ଆୟୁଷ୍ମାନ ଆରୋଗ୍ୟ ମନ୍ଦିର” ମାଧ୍ୟମରେ ବ୍ୟାପକ ପ୍ରାଥମିକ ସ୍ୱାସ୍ଥ୍ୟ ଯତ୍ନ ସେବା କାର୍ଯ୍ୟକ୍ରମ କରାଯାଇଛି । ଅଗଷ୍ଟ ୨୦୨୪ ଠାରୁ ୮୨,୪୭୦ ଆୟୁଷ୍ମାନ ଶିବିର ଅନୁଷ୍ଠିତ ହୋଇ ୫୪ ଲକ୍ଷ ଲୋକ ସେବା ପାଇପାରିଛନ୍ତି । ରାଜ୍ୟରେ “ସ୍ୱସ୍ଥ ନାରୀ, ସଶକ୍ତ ପରିବାର” ଅଭିଯାନରେ ଓଡ଼ିଶାରେ ରେକର୍ଡ ସଂଖ୍ୟକ ଏକ କୋଟିରୁ ଉର୍ଦ୍ଧ୍ୱ ଲୋକ ଶିବିରରେ ଯୋଗଦେଇଥିଲେ । ଓଡ଼ିଶାରେ ୧.୦୨ ଲକ୍ଷ ସ୍ୱାସ୍ଥ୍ୟ ଶିବିର ସହିତ ୫,୮୪୩ ଟି ସ୍ୱତନ୍ତ୍ର ଶିବିର ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ୨୫.୩୮ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କର ଉଚ୍ଚ ରକ୍ତଚାପ ଓ ମଧୁମେୟ ଏବଂ ୯.୬୪ ଲୋକଙ୍କର କର୍କଟ ରୋଗ ଚିହ୍ନଟ ପରୀକ୍ଷା କରାଯାଇ ପରାମର୍ଶ ଓ ପରବର୍ତ୍ତୀ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ଗ୍ରହଣ କରାଯାଇଛି । ‘ନିଦାନ’ କାର୍ଯ୍ୟକ୍ରମ ଜରିଆରେ ମେଡିକାଲ କଲେଜ ଓ ହସ୍ପିଟାଲ ଠାରୁ ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ଦେୟମୁକ୍ତ ରୋଗ ପରୀକ୍ଷଣ ବ୍ୟବସ୍ଥା କରାଯାଉଛି । ବୈଠକରେ ନିଦାନ ‘ସିଟି ସ୍କାନ’ ଓ ଏମଆରଆଇ ସ୍କାନ ବ୍ୟବସ୍ଥା, ‘ସହାୟ’ କାର୍ଯ୍ୟକ୍ରମ ଅଧିନରେ ଦେୟମୁକ୍ତ ଡାଏଲିସିସ ସେବା, ଦେୟମୁକ୍ତ ଔଷଧ ସେବା ସଂପର୍କରେ ବିଶଦ୍ ଆଲୋଚନା କରାଯାଇଥିଲା । ରାଜ୍ୟରେ ୪୯ ହଜାର ୭୨୬ ଜଣ ଆଶା କର୍ମୀ ନିୟୋଜିତ ରହିଛନ୍ତି । ଜାତୀୟ ଆମ୍ବୁଲାନ୍‌ସ୍‌ ସେବା ଅଧିନରେ ୮୬୬ ଟି ଜରୁରୀ ଆମ୍ବୁଲାନ୍‌ସ୍‌ ସେବା ଏବଂ ୫୦୦ ଜନନୀ ଏକସ୍‌ପ୍ରେସ୍‌ କାର୍ଯ୍ୟକ୍ଷମ ରହିଛି । ବୈଠକରେ ଜାତୀୟ ସିକଲ ସେଲ ରକ୍ତହୀନତା ଦୂରୀକରଣ ମିଶନ କାର୍ଯ୍ୟକ୍ରମ, ଆକାଂକ୍ଷୀ ବ୍ଲକରେ ସ୍ୱାସ୍ଥ୍ୟଭିତ୍ତିକ କାର୍ଯ୍ୟକ୍ରମ ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ ଅର୍ନ୍ତଗତ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ ହୋଇ ୨୦୨୪-୨୫ ବର୍ଷରେ ଓଡ଼ିଶା କାୟାକଳ୍ପ ପୁରସ୍କାର ପ୍ରାପ୍ତ ହୋଇଛି । ରାଜ୍ୟ, ଜିଲ୍ଲା, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଆଦିରେ ନୂଆ ସ୍ୱାସ୍ଥ୍ୟ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରି ରହିଥିବା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା ।

 

ରାଜ୍ୟର ୧୫ଟି ଜିଲ୍ଲାର ୫୫ଟି ବ୍ଲକ୍‌ର ୧୭୫୧ଟି ଗାଁରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହାଅଭିଯାନ (ପିଏମଜନମନ) କାର୍ଯ୍ୟକାରୀ ହୋଇଛି ଏବଂ ଏଥିରେ ଏହି ଗୋଷ୍ଠୀର ପ୍ରାୟ ୩.୧୦ ଲକ୍ଷ ଜନସଂଖ୍ୟା ଉପକୃତ ହେଉଛନ୍ତି । ପିଭିଟିଜି ଜିଲ୍ଲାରେ ୧୨୨ଟି ମୋବାଇଲ୍ ସ୍ୱାସ୍ଥ୍ୟ ୟୁନିଟ୍ ଏବଂ ୫୫ଟି ପିଭିଟିଜି ଜିଲ୍ଲାରେ ୫୧ ଟି ମୋବାଇଲ୍ ସ୍ୱାସ୍ଥ୍ୟ ୟୁନିଟ୍ କାର୍ଯ୍ୟକାରୀ ହେଉଛି । ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ( ଡିଏଜେୟୁଜିଏ) ଅଭିଯାନ ଅଧୀନରେ, ୨୭ଟି ଜିଲ୍ଲାର ୨୩୪ଟି ବ୍ଲକରେ ଥିବା ୭,୬୬୭ଟି ଗାଁରେ ୭,୩୪,୪୧୫ ଜଣଙ୍କୁ ମେଡିକାଲ ହେଲଥ ୟୁନିଟ୍ ମାଧ୍ୟମରେ ବିଭିନ୍ନ ରୋଗର ପ୍ରାଥମିକ ସ୍କ୍ରିନିଂ ଓ ଚିକିତ୍ସା ସୁବିଧା ପ୍ରଦାନ କରାଯାଉଛି ।

 

ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ରାଜ୍ୟରେ ସ୍ୱାସ୍ଥ୍ୟ ସେବା ନିମନ୍ତେ ନିଆଯାଇଥିବା ପଦକ୍ଷେପକୁ ପ୍ରଶଂସା କରିବା ସହିତ ରାଜ୍ୟ ସରକାରଙ୍କ ଲକ୍ଷ୍ୟ ଅନୁସାରେ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବାକୁ ଆହୁରି ଉନ୍ନତ କରିବା ପାଇଁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ, ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ନିୟମିତ ସମୀକ୍ଷା କରିବା, ରୋଗୀମାନଙ୍କ ପରୀକ୍ଷଣ ଓ ଚିକିତ୍ସାକୁ ପ୍ରାଥମିକତା ସମ୍ପର୍କରେ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions