Connect with us

ଆଜି ଭବାନୀପାଟଣାରେ ବୁଥସ୍ତରୀୟ ବିଭିନ୍ନ ଯୋଜନା ବାବଦରେ ବି ନବୀନ ସରକାରଙ୍କୁ ଟାର୍ଗେଟ କରିଛନ୍ତି ୟୁପି ମୁଖ୍ୟମନ୍ତ୍ରୀ । କାଳିଆ ଯୋଜନା ଓ ଟଙ୍କିକିଆ ଚାଉଳ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଯୋଗୀ ଆଦିତ୍ୟନାଥ । ଏହାର କଡ଼ା ଜବାବ ଦେଇଛନ୍ତି ବିଜେଡ଼ି ମୁଖପାତ୍ର ପ୍ରତାପ ଦେବ । ସେ କହିଛନ୍ତି, ୟୁପି ମୁଖ୍ୟମନ୍ତ୍ରୀ ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ବିରୋଧରେ ଯେଉଁ ବିଷୋଦଗାର କରିଛନ୍ତି ତାହା ସମ୍ପୂର୍ଣ୍ଣ ଭିତ୍ତିହୀନ । ଋଣଛାଡ଼ କରିବେ ବୋଲି ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିିଥିଲେ ଯୋଗୀ ଆଦିତ୍ୟନାଥ । ହେଲେ ସେ ଯେଉଁ ଋଣ ଛାଡ଼ କଲେ ସେଥିରେ ଲୋକେ ୧୫, ୧୬ , ୧୭ ଟଙ୍କା ପାଇଲେ । ତାହା ଚାଷୀଙ୍କୁ କେତେ ଉପକାର କଲା ? ସେ ପ୍ରଥମେ ନିଜ ରାଜ୍ୟ କଥା ବୁଝିବା ଉଚିତ୍ ।
ଅପରପକ୍ଷେ କାଳିଆ ଯୋଜନାକୁ ରାଜ୍ୟ ସରକାରଙ୍କ ଠାରୁ ଆରମ୍ଭ କରି କୃଷି ବୈଜ୍ଞାନିକ, ସମସ୍ତ ରାଜ୍ୟ ସରକାର ଏପରିକି ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରଶଂସା କରିଛନ୍ତି । କାଳିଆରେ ଯୋଜନାରେ ଦୁର୍ନିତୀର ନାମଗନ୍ଧ ନାହିଁ । ଏହି ଯୋଜନା ଅନୁସାରେ ଚାଷୀଙ୍କ ପାଖରେ ସିଧାସଳଖ ଟଙ୍କା ପହଞ୍ଚୁଛି । ତୃତୀୟ ବ୍ୟକ୍ତି ଏଠାରେ ହସ୍ତକ୍ଷେପ କରିପାରିବ ନାହିଁ । ତେଣୁ ଯୋଜନାରେ ଦୁର୍ନିତୀ ପ୍ରଶ୍ନ ଉଠୁନାହିଁ । କାଳିଆ ଯୋଜନା ବିଷୟରେ ପ୍ରଶ୍ନ କରିଥିବା ଯୋଗୀଙ୍କ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ ।
ଏହାବ୍ୟତୀତ ଆଗାମୀ ବିଧାନସଭା ନିର୍ବାଚନରେ ବିଜେଡ଼ି ହିଁ ଜିତିବ ବୋଲି ଦୃଢ଼ୋକ୍ତି କରିଛନ୍ତି ପ୍ରତାପ ଦେବ । ପଂଚାୟ ନିିର୍ବାଚନରେ ଯାହା ହୋଇଛି, ତାହାର ପୁନରାବୃତ୍ତି ହେବନାହିଁ । ଆଗାମୀ ନିର୍ବାଚନରେ ୧୦୦ରୁ ଅଧିକ ସିଟ୍ ପାଇବ ବିଜେଡ଼ି ବୋଲି ଦୃଢୋକ୍ତି କରିଛନ୍ତି ପ୍ରତାପ ଦେବ । ଯେଉଁ ପ୍ରତିଶ୍ରୁତି ଲୋକଙ୍କୁ ୨୦୧୪ରେ ଦେଇଥିଲୁ, ତାକୁ ପୂରଣ କରିବା ପାଇଁ ପ୍ରାଣପଣେ ଉଦ୍ୟମ ଜାରି ରହିଛି । କେନ୍ଦ୍ରୀୟ ନେତାମାନେ ଓଡ଼ିଶା ଆସି ବାହାସ୍ପଟ ମାରିବା ବନ୍ଦ କରନ୍ତୁ ବୋଲି କହିଛନ୍ତି ପ୍ରତାପ ଦେବ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions