Connect with us

ଭୁବନେଶ୍ୱର ୧୭/୩ : ରାଜ୍ୟରେ ସାଧାରଣ ନିର୍ବାଚନ ନେଇ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ପଥ ଉତ୍ସବକୁ ବାତିଲ୍ କରାଯାଇଛି ବୋଲି କର୍ତ୍ତୃପକ୍ଷ କହିଛନ୍ତି। ହକି ବିଶ୍ବକପ୍ ପାଇଁ ଡିସେମ୍ବର ଦ୍ବିତୀୟ ସପ୍ତାହରୁ ଆରମ୍ଭ ହୋଇଥିବା ପଥ ଉତ୍ସବ ମେ ଶେଷ ସପ୍ତାହ ପର‌୍ୟ୍ୟନ୍ତ ଚାଲିବ ବୋଲି ବିଡିଏ କର୍ତ୍ତୃପକ୍ଷ ପୂର୍ବରୁ ନିଷ୍ପତ୍ତି ନେଇଥିଲେ। ଏପରିକି ପର‌୍ୟ୍ୟଟନ ବିଭାଗରୁ ଏନେଇ ଆଗୁଆ ୬୦ଲକ୍ଷ ଟଙ୍କା ବି ଆଣିଥିଲେ।
ଜାନୁଆରିରୁ ମେ’ ମାସ ଶେଷ ପର‌୍ୟ୍ୟନ୍ତ ପ୍ରତି ସପ୍ତାହରେ ପଥ ଉତ୍ସବ ଆୟୋଜନ ପାଇଁ ସପ୍ତାହ ପିଛା ୩ଲକ୍ଷ ଟଙ୍କା ହିସାବରେ ୬୦ଲକ୍ଷ ଟଙ୍କା ଆଣିଥିଲେ। ହେଲେ ଏବେ ଆଦର୍ଶ ଆଚରଣ ବିଧି ଲାଗୁ ହେଉଥିବା କହି କାର‌୍ୟ୍ୟକ୍ରମକୁ ବାତିଲ୍ କରିଦେଇଛନ୍ତି। ବିଡିଏ କର୍ତ୍ତୃପକ୍ଷ କହିଛନ୍ତି ଯେ, ନିର୍ବାଚନ କମିସନଙ୍କ ନିୟମ ଅନୁଯାୟୀ କୌଣସି ସରକାରୀ କାର‌୍ୟ୍ୟକ୍ରମ ଆୟୋଜନ ହେବନି। ତେଣୁ ପଥ ଉତ୍ସବ ବନ୍ଦ ହେଲା। ଆସନ୍ତା ଶୀତ ଋତୁରେ ପୁଣି ପଥ ଉତ୍ସବ ଆରମ୍ଭ ହେବ କି ନାହିଁ ସେନେଇ ଏବେ କିଛି ନିଷ୍ପତ୍ତି ନିଆଯାଇନି। କର୍ତ୍ତୃପକ୍ଷ ଚାହିଁଲେ ଆରମ୍ଭ ହେବ।
ଅପରପକ୍ଷେ ବିଡିଏର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ପୂର୍ବରୁ ବିଏମସି ପଥ ଉତ୍ସବ ଆୟୋଜନ କରୁଥିଲା। କିନ୍ତୁ ହକି ବିଶ୍ବକପ୍ ସମୟରେ ଯେତେବେଳେ ଏହା ଆରମ୍ଭ ହେଲା ବିଡିଏ କର୍ତ୍ତୃପକ୍ଷ ସମସ୍ତ ଦାୟିତ୍ବ ନେଇଥିଲେ। ବିଡିଏ ଏନେଫାର୍ସମେଣ୍ଟ ମେମ୍ବରଙ୍କ ସଂଯୋଜନାରେ ଏହି କାର‌୍ୟ୍ୟକ୍ରମ ଆୟୋଜନ ହେଉଥିଲା। କିନ୍ତୁ ନିକଟରେ ତାଙ୍କର ବଦଳି ହୋଇଥିବାରୁ ଏବଂ ଏହି କାର‌୍ୟ୍ୟକ୍ରମ ଦାୟିତ୍ବରେ ଥିବା କେତେକ ଅଧିକାରୀମାନଙ୍କର ବଦଳି ହୋଇଯାଇଥିବାରୁ ନୂଆ ଅଧିକାରୀମାନେ ଏହି କାର‌୍ୟ୍ୟକ୍ରମ ଆୟୋଜନ କରିବାକୁ ଆଗ୍ରହ ଦେଖାଉନାହାନ୍ତି। ବିଏମସିରେ ବି ନୂଆ ଅଧିକାରୀମାନେ ଯୋଗ ଦେଇଛନ୍ତି।

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

ରାଜ୍ୟ

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ୧,୮୦୦ ଶହରୁ ୨,୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Continue Reading

ରାଜ୍ୟ

ଡ଼ି ଏମ ଏଫ ଅର୍ଥ ଖର୍ଚ୍ଚ ନେଇ କଡା ଆଭିମୁଖ୍ୟ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published

on

ଭୁବନେଶ୍ୱର: ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବା ଡ଼ିଏମଏଫ ଅର୍ଥ ବ୍ୟୟର ଅଡିଟ ରିପୋର୍ଟ ଓ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ କଡା ନିର୍ଦେଶ ଦେଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମଙ୍ଗଳବାର ଡ଼ିଏମଏଫ  ବୈଠକରେ ପାଣ୍ଠିର ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ ନିର୍ଦେଶ ଦେଇଛନ୍ତି ଯେ ଏଣିକି ଲଘୁ ଖଣିଜ ପଦାର୍ଥରୁ ମିଳୁଥୁବା ଡ଼ିଏମଏଫ ପାଣ୍ଠି କେବଳ ସେହି ଜିଲ୍ଲା ରେ ଖର୍ଚ୍ଚ ହେବ ।

 

ଆଲୋଚନାରୁ ଜଣାପଡିଛିଯେ, ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି ଟଙ୍କା ଆଦାୟ ହୋଇଛି ଏବଂ ପ୍ରାୟ ୫୫ ପ୍ରତିଶତ ଟଙ୍କା ଖର୍ଚ୍ଚ ହୋଇଛି । ଏହି ଖର୍ଚ୍ଚକୁ ବୃଦ୍ଧି କରି ଲୋକଙ୍କୁ ମୌଳିକ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହା ସହିତ, ୧୦ ଟି ଜିଲ୍ଲାରେ ଡ଼ି.ଏମ.ଏଫ ପୁନଃ ଗଠନ ହେବା ପରେ ଟ୍ରଷ୍ଟ ବୋର୍ଡ ମିଟିଂ ହୋଇସାରିଛି ବୋଲି ବୈଠକରୁ ଜଣାଯାଇଛି ।

ବୈଠକରେ ମୁଖ୍ୟମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ପ୍ରତ୍ୟେକ DMFର ଅଡିଟ୍ ରିପୋର୍ଟ ସହିତ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ ଏବଂ ଲଘୁ ଖଣିଜ ପଦାର୍ଥ (Minor Minerals) ରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାର ଯେକୌଣସି ସ୍ଥାନରେ ବ୍ୟବହାର କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏହି ପାଣ୍ଠିକୁ ସେହି ସ୍ଥାନର ମୌଳିକ ଆବଶ୍ୟକତା ଯଥା – ଶିକ୍ଷା, ସ୍ୱାସ୍ଥ୍ୟ, ଜଳ ଯୋଗାଣ, ଗମନାଗମନ ଆଦି ବ୍ୟବସ୍ଥା ରେ ଖର୍ଚ୍ଚ କରିବା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଖଣି ଅଞ୍ଚଳର ନିକଟବର୍ତ୍ତୀ ସ୍ଥାନ ଗୁଡ଼ିକରେ ଲୋକଙ୍କୁ ସମ୍ପୂର୍ଣ୍ଣ ମୌଳିକ ସେବା (Saturation Mode) ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରୁ ଜଣାଯାଇଛି ଯେ, DMF ଟ୍ରଷ୍ଟବୋର୍ଡ ବୈଠକ ଡକାଯାଇ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରାଯିବ। DMF ଦ୍ୱାରା ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ପ୍ରଭାବିତ ଗ୍ରାମଗୁଡ଼ିକୁ ଚିହ୍ନଟ କରାଯିବ। ଖଣି ଅଂଚଳର ପାର୍ଶ୍ୱବର୍ତ୍ତୀ ଜାଗା ଗୁଡିକରେ ଥିବା ଜନବସତି ଗୁଡିକରେ ହେଉଥିବା ପ୍ରଦୂଷଣକୁ ରୋକିବା ପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ।

ଯେଉଁ ଜିଲ୍ଲାଗୁଡ଼ିକରେ ବାର୍ଷିକ DMF ପାଣ୍ଠି 10 କୋଟି ଟଙ୍କା କିମ୍ବା ତା’ଠାରୁ ଅଧିକ ସଂଗ୍ରହ ହେଉଛି, ସେମାନେ ଏକ ଏଣ୍ଡାଓମେଣ୍ଟ ପାଣ୍ଠି (Endowment Fund) ଗଠନ କରିବେ। ଏହି ଏଣ୍ଡାଓମେଣ୍ଟ ପାଣ୍ଠିକୁ ସରକାରୀ ସିକ୍ୟୁରିଟି କିମ୍ବା ଅନୁସୂଚିତ ବ୍ୟାଙ୍କଗୁଡ଼ିକର ବଣ୍ଡ ଏବଂ ଏଫଡିରେ ବିନିଯୋଗ କରାଯିବ । ଖଣିଜ ପଦାର୍ଥ ଶେଷ ହେବା ପରେ କିମ୍ୱା କୌଣସି କାରଣରୁ ଖଣି କାର୍ଯ୍ୟକଳାପ ବନ୍ଦ ହୋଇଯାଇଥିବା ଅଞ୍ଚଳରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ଜୀବିକା ସୃଷ୍ଟି ପାଇଁ ଏହି ପାଣ୍ଠି ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions