Connect with us

ମୟୁରଭଞ୍ଜ ୧୭/୪ : ଆଜି ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ରାଜ୍ୟରେ ପଂଚମ ଥର ପାଇଁ ସରକାର ଗଢିବା ଲାଗି ଜୋରଦାର କସରସ ଆରମ୍ଭ କରିଦେଇଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରୁ ପ୍ରଚାର କରିଛନ୍ତି ନବୀନ । ଏହି ମର୍ମରେ ନବୀନ ମୟୁରଭଂଜର ଠାକୁରମୁଣ୍ଡାରେ ଦଳ ତରଫରୁ ଆୟୋଜିତ ଏକ ଜନସଭାରେ ସାମିଲ ହୋଇଛନ୍ତି ନବୀନ ।
ତେବେ ଏଠାରେ ବି ସମାନ କଥା ଦୋହରାଇଛନ୍ତି ନବୀନ । ନିଜ ଅଭିଭାଷଣରେ କହିଛନ୍ତି କି, କାଳିଆ ଯୋଜନାରେ ୪୦ ଲକ୍ଷ ଚାଷ ଉପକୃତ ହେଲେଣି । କିନ୍ତୁ କେନ୍ଦ୍ରର ବିଜେପି ସରକାର ଏହାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି । ମୁଁ ଥିବା ପର‌୍ୟ୍ୟନ୍ତ ଏହି ଯୋଜନାକୁ କେହି ବନ୍ଦ କରିପାରିବେ ନାହିଁ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ନବୀନ । ତେବେ ବିଜେଡି ସରକାର ଆସିବାର ପ୍ରଥମ ଦିନରେ ହିଁ ବକେୟା କାଳିଆ ଯୋଜନାର ୨ଟି କିସ୍ତିର ୧୦ ହଜାର ଟଙ୍କା ଚାଷୀଙ୍କୁ ଦିଆଯିବ କହି ଭୋଟରଙ୍କୁ ଲୋଭ ଦେଖାଇଛନ୍ତି ନବୀନ ।
ନବୀନ ଆହୁରୀ ମଧ୍ୟ କହିଛନ୍ତି ଯେ, ମା’ମାନେ ହେଉଛନ୍ତି ପ୍ରକୃତ ବିକାଶ ଡବଲ ଇଂଜିନି । ବିଜେଡି ମା’ମାନଙ୍କୁ ସାଥି କରିଛି । ମାମାନଙ୍କ ପାଇଁ କାମ କରିଛି । କେନ୍ଦ୍ରୀୟ ଯୋଜନାରେ ମହିଳାଙ୍କ ସ୍ୱାସ୍ଥ୍ୟ ସୁବିଧା ପାଇଁ ୫ ଲକ୍ଷ ଟଙ୍କା ମିଳୁଥିବା ବେଳେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ତାର ଡବଲ ତଥା ୧୦ ଲକ୍ଷ ଟଙ୍କା ମିଳିବ । ମିଶନ ଶକ୍ତି ମା’ମାନଙ୍କ ପାଇଁ ୫ ହଜାର କୋଟି ଟଙ୍କାର ବୋନସ ମିଳିବ ବୋଲି କହି ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଗୋଟି ଚାଳନା କରିଛନ୍ତି ନବୀନ । ‘ବିଜେଡି ସରକାର ଚାଷୀଙ୍କ ସରକାର, ଗରିବଙ୍କ ସରକାର , ମହିଳାଙ୍କ ସରକାର, ଶ୍ରମିକଙ୍କ ସରକାର, ଯୁବକଙ୍କ ସରକାର ଏବଂ ସମସ୍ତେ ମୋର ପରିବାର । ସାଢେ ୪କୋଟି ଓଡିଶାବାସୀ ମୋର ପରିବାର’ ବୋଲି କହିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions