Connect with us

ବାଲେଶ୍ୱର ୨୪/୪ : ବାଲେଶ୍ୱର ରେମୁଣାରୁ ମୋଦିଙ୍କୁ ସିଧା ନିଶାନା କଲେ ନବୀନ । ଓଡ଼ିଶାରୁ ବିଜେଡି ବିଦା ହେବା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ କଟାକ୍ଷ କରି ନବୀନ କହିଲେ, “ଗତକାଲି ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଓଡ଼ିଶାରୁ ବିଜେଡି ଗଲାପରେ ସେ ଓଡ଼ିଶାକୁ ଆସିବେ । ତେଣୁ ନବୀନ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନମ୍ରତାର ସହ ନିମନ୍ତ୍ରଣ କରୁଛି ଓଡ଼ିଶା ଆସିବେ । କାରଣ ତୃତୀୟ ପର‌୍ୟ୍ୟାୟ ଭୋଟ୍ ପରେ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ବିଜେଡି ବହୁମତ ପାଇ ସାରିଲାଣି ତେଣୁ ବିଜେଡି ସରକାର ସପଥ ଗ୍ରହଣ ଉତ୍ସବରେ ଅତିଥିଭାବେ ଯୋଗଦେବାକୁ ମୋଦିଜୀଙ୍କୁ ନମ୍ରତାର ସହ ଅନୁରୋଧ କରୁଛି ।”
ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରାପଡ଼ା ବାରୁଅ ଜନସମାବେଶରେ ନବୀନଙ୍କୁ ନେଇ ଦେଇଥିବା ବୟାନ ଉପରେ ସିଧା ନିଶାନା କରିଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଉ ନବୀନଙ୍କ ଏଭଳି କଟାକ୍ଷ “ନିମନ୍ତ୍ରଣ” ରାଜ୍ୟ ରାଜନୀତିକୁ ଉଷ୍ମ କରିଛି । କାରଣ ଚତୁର୍ଥ ପର‌୍ୟ୍ୟାୟ ନିର୍ବାଚନ ତାରିଖ ଯେତେ ନିକଟତର ହେଉଛି ପ୍ରମୁଖ ଦଳର ଶୀର୍ଷ ନେତାଙ୍କ ଲଢ଼େଇ ଏବଂ ଆରୋପ ପ୍ରତ୍ୟାରୋପ ଘାମାସାନ ହେଉଛି । ଆଉ ଖୁଲମଖୁଲା ପ୍ରତିପକ୍ଷକୁ ଶାଣିତ ଆକ୍ରମଣ କରୁଛନ୍ତି ହେଭିୱେଟ୍ ।
ପୂର୍ବରୁ ମଧ୍ୟ ମୋଦିଙ୍କ ଡବଲ ଇଞ୍ଜିନ୍ ଥିଓରୀକୁ ନେଇ ନବୀନ ମୋଦିଙ୍କୁ ସିଧା ନିଶାନା କରିଥିଲେ । ଏବଂ କହିଥିଲେ ଯେଉଁ ରାଜ୍ୟରେ ବିଜେପି ଡ଼ବଲ ଇଂଜିନ୍ ଲଗାଇଥିଲା ସେଠାରେ କାହିଁକି ହାରିଲା । ଏପରିକି ଆସନ୍ତା ମେ’ ୨୩ ତାରିଖରେ ମଧ୍ୟ ବିଜେପିର ମେନ୍ ଇଞ୍ଜିନ୍ ଲାଇନଚ୍ୟତ୍ ହେବ କହି ସିଧା ନିଶାନା ବିଜେପି ଶିବିରରେ ଛନକା ଭରିଛି । ଆଉ ଏବେ ମୋଦିଙ୍କୁ ବିଜେଡି ସରକାରଙ୍କ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ ବୟାନ ସାରା ରାଜନୀତିକୁ ହଟଚମଟ କରିଦେଇଛି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions