Connect with us

ଜିଲ୍ଲାରେ ନୂଆ ମାତୃ ଓ ଶିଶୁ ଚିକିତ୍ସାଳୟ ଏବଂ ICU ପାଇଁ ଶିଳାନ୍ୟାସ ଜୀବନ ସହିତ ଜୀବିକାକୁ ଗୁରୁତ୍ବ ଦିଆଯାଇ ବିକାଶ କାର୍ଯ୍ୟକୁ ତ୍ବରାନ୍ବିତ କରାଯିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଭିଡ ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢେଇ ସହିତ ଲୋକଙ୍କ ଜୀବିକା ମଧ୍ୟ ଗୁରୁତ୍ବପୂର୍ଣ୍ଣ । ତେଣୁ ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡକ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରାଯାଇ ଲୋକଙ୍କ ପାଇଁ ଜୀବିକା ସୃଷ୍ଟି କରାଯିବ। ଆଜି ଜଗତସିଂହପୁରର ବିଲୁଆଖାଇ ନଦୀ ଉପରେ ଏକ ବୃହତ ସେତୁର ଉଦ୍‌ଘାଟନ ଏବଂ ଜିଲ୍ଲାରେ ଏକ ମାତୃ ଓ ଶିଶୁ ଚିକିତ୍ସାଳୟ ପାଇଁ ଶିଳାନ୍ୟାସ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କରିଛନ୍ତି।

ଜଗତସିଂହପୁରର ଶଂଖାରୀ ସାହି ନିକଟରେ ବିଲୁଆଖାଇ ନଦୀ ଉପରେ ୬୧.୪୨ କୋଟି ଟଙ୍କା ବ୍ୟୟରେ ଏକ ବୃହତ ସେତୁ ନିର୍ମାଣ କରାଯାଇଛି । ୨୦୧୬ ଅକ୍ଟୋବରରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା । ଏହି ସେତୁ ଜଗତସିଂହପୁର ଜିଲ୍ଲା ମୁଖ୍ୟାଳୟକୁ କଟକ ବାଇଶମୌଜା ସହିତ ସିଧାସଳଖ ଯୋଡିବା ସହିତ ଜଗତସିଂହପୁରରୁ ଭୁବନେଶ୍ବରର ଦୂରତ୍ବ ବହୁତ ପରିମାଣରେ କମିଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସେତୁ ଜଗତସିଂହପୁର ଜିଲ୍ଲାରେ ବିକାଶର ଧାରାକୁ ତ୍ବରାନ୍ବିତ କରିବାରେ ସହାୟକ ହେବ। ସେହିପରି ଶିଳାନ୍ୟାସ କରାଯାଇଥିବା ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ଚିକିତ୍ସାଳୟରେ ପାଇଁ ୧୬.୨୮ କୋଟି ଟଙ୍କା ବିନିଯୋଗ କରାଯିବ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ ନିର୍ମାଣ ହେବାକୁ ଥିବା ICUରେ ୧୦ଟି ଶଯ୍ୟା ରହିବ । ଏଥିପାଇଁ ୨.୨୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଜିଲ୍ଲାର ମା ଓ ଶିଶୁମାନଙ୍କ ଚିକିତ୍ସା କ୍ଷେତ୍ରରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଜଗତସିଂହପୁର ଜିଲ୍ଲା ରାଜ୍ୟର ଏକ ଆଗୁଆ ଜିଲ୍ଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଉଭୟ କୃଷି ଓ ଶିଳ୍ପ କ୍ଷେତ୍ରରେ ଏହାର ସୁନାମ ରହିଛି। ବିଜୁବାବୁ ଏଠାରେ ପାରାଦୀପ ବନ୍ଦର ନିର୍ମାଣ କରି ବିକାଶ ଧାରା ଆରମ୍ଭ କରିଥିଲେ । ଆଜିର ଏହି ଦୁଇଟି ପ୍ରକଳ୍ପ ଜଗତସିଂହପୁରର ବିକାଶ କ୍ଷେତ୍ରରେ ଏକ ନୂଆ ଧାରା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସ୍ବାସ୍ଥ୍ୟ କ୍ଷେତ୍ରକୁ ସେ ସବୁବେଳେ ପ୍ରାଥମିକତା ଦେଇ ଆସିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୭୦ ଲକ୍ଷରୁ ଅଧିକ ପରିବାରକୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି। ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ଦୃଢ କରାଯାଉଛି। ଓଡିଶା ଖୁବ ଶୀଘ୍ର ପୂର୍ବ ଭାରତର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ଭାବରେ ପ୍ରତିଷ୍ଠା ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କୋଭିଡ ଯୁଦ୍ଧରେ ଓଡିଶା ବହୁତ ଭଲ ପ୍ରଦର୍ଶନ କରୁଛି ଏବଂ ଜଗତସିଂହପୁର ଜିଲ୍ଲା ମଧ୍ୟ ଏ କ୍ଷେତ୍ରରେ ଭଲ କାମ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଜନସାଧାରଣଙ୍କ ସହଯୋଗ ଓ କରୋନା ଯୋଦ୍ଧାଙ୍କ ତ୍ୟାଗ ଯୋଗୁ ଏ ଯୁଦ୍ଧରେ ଓଡିଶା ନିଶ୍ଚିତ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ । ଜିଲ୍ଲାର ସମସ୍ତ କୋଭିଡ ଯୋଦ୍ଧା, ନିର୍ବାଚିତ ପ୍ରତିନିଧି, ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଇସ୍ପାତ, ଖଣି ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କହିଥିଲେ ଯେ ଏହି ଦୁଇଟି ପ୍ରକଳ୍ପ ଦ୍ବାରା ଜଗତସିଂହପୁର ଜିଲ୍ଲାରେ ବିକାଶ ପ୍ରକ୍ରିୟା ଆହୁରି ମଜବୁତ ହେବ।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ କହିଥିଲେ ଯେ ଓଡିଶାରେ ମା ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ମାତୃ ଓ ଶିଶୁ ମୃତ୍ୟୁ ହାର ମଧ୍ୟ ଅନେକ ପରିମାଣରେ ହ୍ରାସ ପାଇଛି।

ଜଳସଂପଦ ତଥା ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଥିଲେ ଯେ ଏହି ଦୁଇଟି ପ୍ରକଳ୍ପ ଦ୍ବାରା ଜଗତସିଂହପୁର ବିକାଶ ଇତିହାସରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହୋଇଛି।

ଅନ୍ୟ ମାନଙ୍କ ମଧ୍ୟରେ ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ଜଗତସିଂହପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ମୁଦୁଲି ସେମାନଙ୍କର ବ୍ୟକ୍ତବ୍ୟ ରଖିଥିଲେ। ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଅତିରିକ୍ତ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପୂର୍ତ୍ତ ବିଭାଗ ସଚିବ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।

Continue Reading
Click to comment

Leave a Reply

Your email address will not be published. Required fields are marked *

National

ଓଡ଼ିଶାରେ ୮୪ତମ ଭାରତୀୟ ସଡକ କଂଗ୍ରେସ ଉଦ୍‍ଘାଟିତ, ରାଜ୍ୟ ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

Published

on

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ  ନିତିନ ଜୟରାମ ଗଡକରୀ ଶୁକ୍ରବାର ୮୪ତମ ଭାରତୀୟ ସଡକ କଂଗ୍ରେସ ସମାବେଶକୁ ଉଦ୍‍ଘାଟନ କରିଛନ୍ତି ।

ଏହି ଅବସରରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ଗଡ଼କରୀ ଓଡିଶା  ପାଇଁ ୧୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠି ଘୋଷଣା କରିଛନ୍ତି  ।    ଏଥି ସହିତ ସେ କହିଥିଲେ ଯେ, ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବର୍ଜ୍ୟବସ୍ତୁକୁ ବ୍ୟବହାର କରି ସଡକ ନିର୍ମାଣ କରାଯାଉଛି। ତେଣୁ, ଭୁବନେଶ୍ୱରର କଠିନ ବର୍ଜ୍ୟବସ୍ତୁକୁ ସଡକ ନିର୍ମାଣ କ୍ଷେତ୍ରରେ ଉପଯୋଗ କରି ସ୍ୱଚ୍ଛ ଭୁବନେଶ୍ୱର ଗଠନ କରିବାକୁ ପରାମର୍ଶ ଦେଇଥିଲେ ।

ଉଦ୍‍ଘାଟନୀ ଅବସରରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ଉଦ୍‌ବୋଧନ ଦେଇ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ଗଡ଼କରୀ କହିଥିଲେ ଯେ, ଭାରତୀୟ ସଡକ କଂଗ୍ରେସ ହେଉଛି ଭାରତୀୟ ରୋଡ ଇଞ୍ଜିନିୟରିଙ୍ଗ୍ ର ଆତ୍ମା । ଏହି ସମାବେଶ ହେଉଛି ସଡକ ଭିତ୍ତିଭୂମି ନିର୍ମାଣ, ଗବେଷଣା, ଇଞ୍ଜିନିୟରିଙ୍ଗ୍ ଓ ଇନୋଭେସନ୍ ପାଇଁ ଏକ Knowledge Platform.

ସେ କହିଥିଲେ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସଡକ ନିର୍ମାଣ କ୍ଷେତ୍ରରେ ଦେଶ ଆଜି ଅଗ୍ରଗତି କରିଛି, ଯାତାୟତ ସମୟ ହ୍ରାସ ପାଇଛି। ଆଗାମୀ କିଛି ଦିନ ଭିତରେ ଭାରତ ସଡକ ନେଟୱର୍କ କ୍ଷେତ୍ରରେ ବିଶ୍ୱରେ ଏକ ନମ୍ବର ହେବାକୁ ଯାଉଛି। ଦେଶବ୍ୟାପୀ ଉନ୍ନତ ମାନର ସଡକ ନିର୍ମାଣ ପାଇଁ ୨ ଲକ୍ଷ ୮୭ ହଜାର କୋଟି ଟଙ୍କାର ପ୍ରାବଧାନ ରହିଛି।

ସେ ପୁଣି କହିଥିଲେ ଆମେ ଟେକ୍ନୋଲୋଜି ବ୍ୟବହାର କରି ଉତ୍ତମ ମାନର ସଡକ ନିର୍ମାଣ ପାଇଁ ପ୍ରୟାସ କରୁଛୁ। ଏଥିପାଇଁ ବିଶ୍ୱସ୍ତରୀୟ DPR ପ୍ରସ୍ତୁତି କରିବା ଆବଶ୍ୟକତା ରହିଛି। ନିଜ ନିଜ ଭିତରେ Best Practices, Research & Innovation କୁ ବିନିମୟ କରି ଭାରତର ନିର୍ମାଣ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ସେ ପରାମର୍ଶ ଦେଇଥିଲେ। ଆଗାମୀ ଦିନରେ ଆମ ଭବିଷ୍ୟତର ଇନ୍ଧନ ହେଉଛି- ହାଇଡ୍ରୋଜେନ୍ । ସେଥିପାଇଁ ଆମେ ଦେଶରେ ଗ୍ରୀନ ହାଇଡ୍ରୋଜେନ୍ ପ୍ରସ୍ତୁତିକୁ ଗୁରୁତ୍ୱ ଦେଉଛୁ। ସଡକ ନିର୍ମାଣ କ୍ଷେତ୍ରରେ ସଡକ ନିରାପତ୍ତା ପ୍ରତି ଧ୍ୟାନ ଦେବା ପାଇଁ ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‍ଘାଟନୀ ଉଦ୍‍‌ବୋଧନ ଦେଇ କହିଥିଲେ ଯେ, ୨୦୧୪ ମସିହାରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଦାୟିତ୍ୱ ନେବା ଠାରୁ ସଡକ ନିର୍ମାଣ କ୍ଷେତ୍ରରେ ଦ୍ରୁତ ଉନ୍ନତି ଆସିଛି। ପ୍ରଧାନମନ୍ତ୍ରୀଙ୍କ ଦିଗ୍‍ଦର୍ଶନ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁ ଆଜି ଉତ୍ତମ ସଡକ ନିର୍ମାଣ କ୍ଷେତ୍ରରେ ଦେଶବ୍ୟାପୀ ବ୍ୟାପକ ପରିବର୍ତ୍ତନ ଆସିଛି। ସ୍ୱାଧୀନତା ପରଠାରୁ ୨୦୧୪ ମସିହା ସୁଦ୍ଧା ଦେଶରେ ମାତ୍ର ୯୧ ହଜାର କିଲୋମିଟର ରାଜପଥ ନିର୍ମାଣ ହୋଇଥିବା ବେଳେ ୨୦୧୪ ରୁ ୨୦୨୪ ଅର୍ଥାତ୍ ମାତ୍ର ଦଶ ବର୍ଷରେ ୫୫ ହଜାର କିଲୋମିଟର ରାଜପଥ ନିର୍ମାଣ କରାଯାଇଛି। ଦେଶରେ ବିଶ୍ୱସ୍ତରୀୟ ସଡକ ନିର୍ମାଣର ଅଗ୍ରଗତି ସମ୍ଭବ ହୋଇଛି କେନ୍ଦ୍ର ମନ୍ତ୍ରୀ ଗଡକରୀଙ୍କ କାର୍ଯ୍ୟଦକ୍ଷତା ଓ ଦୂରଦୃଷ୍ଟୀ ଚିନ୍ତାଧାରା ଯୋଗୁ।

ସେ ପୁଣି କହିଥିଲେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଆମେ ଓଡିଶାର ଅର୍ଥନୀତିକୁ ମଜବୁତ୍ କରୁଛୁ । ଏଥିପାଇଁ ଆମ ସରକାର ବନ୍ଦର, ସଡକ, ରେଳ ଏବଂ ବିମାନ ପରିବହନ କ୍ଷେତ୍ରର ବିକାଶ ଦିଗରେ ଉଦ୍ୟମ ଅବ୍ୟାହତ ରଖିଛି। Odisha State Road Policy-2025 ଏବଂ Odisha State Highways Authority Act-2025 କରାଯାଇଛି। ସମୃଦ୍ଧ ଓଡିଶା ଗଠନ ପାଇଁ “ବିସ୍ତୃତ ଭିତ୍ତିଭୂମି ମାଷ୍ଟର ପ୍ଲାନ” ପ୍ରସ୍ତୁତ କରାଯାଉଛି । ୨୦୨୫-୨୬ ଆର୍ଥିକ ବର୍ଷରେ କେନ୍ଦ୍ର ସରକାର ଓଡିଶା ପାଇଁ ୧୩ ହଜାର ୬୯ କୋଟି ଟଙ୍କାର ଜାତୀୟ ରାଜପଥ ମଞ୍ଜୁର କରିଛନ୍ତି। କେନ୍ଦ୍ର ରାଜପଥ ମନ୍ତ୍ରୀଙ୍କ ଦ୍ୱାରା ୪ ହଜାର କୋଟି ଟଙ୍କାର ୧୯ଟି ସଡକ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି ଏବଂ ୧୩ଟି ପ୍ରକଳ୍ପ ପାଇଁ ୯ ହଜାର କୋଟି ଟଙ୍କା ମଧ୍ୟ ସେ ପୂର୍ବରୁ ମଞ୍ଜୁର କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ମଧ୍ୟରେ ଆମ ସରକାର ୭୫ ହଜାର କିଲୋମିଟର ସଡକ ନିର୍ମାଣ ପାଇଁ ଲକ୍ଷ୍ୟ ରଖିଛନ୍ତି। ଓଡିଶାର ସଡକ ଗୁଡିକୁ ବିଶ୍ୱସ୍ତରୀୟ ମାନର କରିବା ପାଇଁ କେନ୍ଦ୍ର ମନ୍ତ୍ରୀ ଗୁରୁତ୍ୱ ଦେଉଛନ୍ତି। ଆଗାମୀ ଦିନରେ କେନ୍ଦ୍ର ମନ୍ତ୍ରୀଙ୍କର ଏହି ସହଯୋଗ ଓଡିଶାର ବିକାଶକୁ ଆହୁରି ତୀବ୍ର କରିବ।

ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଥିଲେ ଯେ, ଦେଶରେ ଜାତୀୟ ରାଜପଥର ବିକାଶରେ ଭାରତୀୟ ସଡକ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଓଡିଶାରେ ଏହି ଭଳି ସମ୍ମାନଜନକ ଆୟୋଜନ ଆମ ପାଇଁ ଗୌରବର କଥା। ଏହି ସମାବେଶରୁ ଯେଉଁ ନିଷ୍କର୍ଷ ଏବଂ ନୂଆ ଚିନ୍ତାଧାରା ବାହାରିବ, ସେଗୁଡିକ ଆମ ଦେଶର ସଡକ ନିର୍ମାଣ କ୍ଷେତ୍ରକୁ ସୁଦୃଢ କରିବାରେ ସାହାଯ୍ୟ କରିବ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ, ସଡକ ନିର୍ମାଣ କ୍ଷେତ୍ରରେ ଗୁଣାତ୍ମକ ମାନ ବଜାୟ ରଖିବା ପାଇଁ ବିଶ୍ୱସ୍ତରୀୟ ଚିନ୍ତାଧାରା ନେଇ କାମ କରିବାକୁ ପଡିବ। ଆୟୋଜିତ ଭାରତୀୟ ସଡକ କଂଗ୍ରେସ ଗୁଣାତ୍ମକ ସଡକ ନିର୍ମାଣରେ ବୈଷୟିକ ସହାୟତା ଦେବ ବୋଲି ସେ ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ସଡକ ନିର୍ମାଣ, ଗବେଷଣା ଓ ଇଞ୍ଜିନିୟରିଙ୍ଗ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଓ ଅବଦାନ ରଖିଥିବା ବ୍ୟକ୍ତି ବିଶେଷମାନଙ୍କ ସମ୍ମାନୀତ କରାଯାଇଥିଲା ଏବଂ ଏକ ସ୍ମରଣିକା ଉନ୍ମୋଚନ ହୋଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଭାରତୀୟ ସଡକ କଂଗ୍ରେସର ସଭାପତି ପ୍ରଫେସର ମନୋରଞ୍ଜନ ପରିଡା, ମହାସଚିବ ରାହୁଲ ଗୁପ୍ତା ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ। ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସମାବେଶକୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ।

Continue Reading

National

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି।

ସେ କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ।

ସେ ପୁଣି କହିଛନ୍ତି ଯେ ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ।

Continue Reading

National

ସୁଜାତାଙ୍କ ହୋଇପାରେ ସିଏମଓରେ ପ୍ରବେଶ

Published

on

ଭୁବନେଶ୍ୱର: ବରିଷ୍ଠ ଆଇଏସ ଅଧିକାରୀ ସୁଜାତା ପାଣ୍ଡିଆନଙ୍କ ହୋଇପାରେ ସିଏମଓରେ ପ୍ରବେଶ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି କେ ପାଣ୍ଡିଆନଙ୍କ ଆଇଏସ ସେବାରୁ ଇସ୍ତଫା ଦେବାପରେ ଏବଂ ତୁରନ୍ତ ପରବର୍ତ୍ତୀ କାଳରେ କ୍ୟାବିନେଟ ମନ୍ତ୍ରୀ ପଦବୀରେ ନିଯୁକ୍ତି ଏବଂ ବିଜେଡିରେ ଯୋଗ ଦେବାପରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦ ଖାଲି ପଡ଼ିଛି। ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ କାହାକୁ ମିଳିବ ତାହା ନେଇ ଅନେକ କଳ୍ପନା ଜଳ୍ପନା ରାଜ୍ୟ ପାୱାର କରିଡରରେ ଚାଲିଛି।

ତେବେ ଯେତେ ଦୂର ସମ୍ଭବ ଏହି ସଂବେଦନଶୀଳ ପଦବୀ ପାଣ୍ଡିଆନଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା ରାଉତଙ୍କୁ ଏହି ପଦବୀ ମିଳିପାରେ। ସୁଜାତଙ୍କ ସହ ମୁଖ୍ୟମନ୍ତ୍ରୀ ସହଜ ଅନୁଭବ କରିପାରିବେ। ଏହି ପଦବୀ ପାଇଁ ଏସି ଓ ଏଷ୍ଟି ବିଭାଗ ସଚିବ ରୁପା ରୋସନ ସାହୁଙ୍କ ନାମ ବି ବିଚାରରେ ଅଛି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions