Connect with us

ଭୁବନେଶ୍ୱର: ବିଜୁ ବାବୁଙ୍କର ବ୍ୟକ୍ତିତ୍ବର ସବୁଠାରୁ ବଳିଷ୍ଠ ଦିଗ ହେଉଛି ତାଙ୍କ ସାହସିକତା । ସେ ରାଜନୀତି ହେଉ, ବା ବିମାନ ଚାଳନା – ସବୁ କ୍ଷେତ୍ରରେ ତାଙ୍କର ଅସୀମ ସାହସ ସବୁବେଳେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ହୋଇଥାଏ।

ଜଣେ ଦୁର୍ଦ୍ଦଶ ପାଇଲଟ ଭାବରେ ବିଜୁ ବାବୁ ଦେଶ ବିଦେଶରେ ସୁପରିଚିତ। ଇଣ୍ଡୋନେସିଆର ସ୍ବାଧିନତା ସଂଗ୍ରାମ ହେଉ, ବା ଜାମ୍ମୁ କାଶ୍ମୀରରେ ପାକିସ୍ତାନୀ ସୈନ୍ୟଙ୍କ ଆକ୍ରମଣ – ସବୁ କ୍ଷେତ୍ରରେ ସେ ତାଙ୍କର ଅସାମାନ୍ୟ ଦକ୍ଷତା ଓ ଅସୀମ ସାହସର ପରିଚୟ ଦେଇଯାଇଛନ୍ତି।

ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳନ କରାଯାଇଛି । ଦେଶର ବିମାନ ଚାଳନା କ୍ଷେତ୍ରରେ ବିଜୁ ବାବୁଙ୍କ ଅବଦାନକୁ ସ୍ମରଣୀୟ କରିବା ପାଇଁ ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପ୍ରତି ବର୍ଷ ତାଙ୍କ ଜନ୍ମ ଦିନକୁ କିମ୍ବଦନ୍ତୀ ଭାରତୀୟ ପାଇଲଟ ଦିବସ (Legendary Indian Pilots Day) ଭାବରେ ପାଳନ କରିବ ଏବଂ ଦେଶର ଜଣେ ଦକ୍ଷ ପାଇଲଟଙ୍କୁ ସମ୍ମାନିତ କରିବା ପାଇଁ ନିଷ୍ପତ୍ତି ନେଇଛି । କ୍ଲବର ସଭାପତି ଡଃ ବି.ବି.ଏଲ୍‌ ମଧୁକର ବିଜୁ ଜୟନ୍ତୀ ସମାରୋହ ଅବସରରେ ଏହା କରିଛନ୍ତି।
ଏହି ଅବସରରେ ଆୟୋଜିତ ଏକ ସମାରୋହ ପାଇଁ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଦିଲ୍ଲୀ ଫ୍ଲାଇଙ୍କ କ୍ଲବରେ ବିଜୁ ବାବୁଙ୍କ ପ୍ରଶିକ୍ଷଣ ଦେଶର ବିମାନ ଚାଳନା କ୍ଷେତ୍ରରେ ଏକ ନୂଆ ଇତିହାସ ସୃଷ୍ଟି କରିଥିଲା । ତାଙ୍କର ବିମାନ ଉଡାଣର କାହାଣୀ ଆଜି କିମ୍ବଦନ୍ତୀ ହୋଇ ଘରେ ଘରେ ତାଙ୍କ ସାହାସିକତା ଓ ଦେଶଭକ୍ତିର କଥା ବର୍ଣ୍ଣନା କରୁଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିମାନ ଚାଳନା ପାଇଁ ପ୍ରବଳ ଆଗ୍ରହ ଯୋଗୁ ବିଜୁ ବାବୁ ୧୯୩୦ ଦଶକର ପ୍ରାରମ୍ଭରେ ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବରେ ବିମାନ ଚାଳନା ପାଇଁ ପ୍ରଶିକ୍ଷଣ ଆରମ୍ଭ କରିଥିଲେ ଏବଂ ଏହି ଠାରୁ ହିଁ ଆରମ୍ଭ ହୋଇଥିଲା ତାଙ୍କର ଗୌରବମୟ ଯାତ୍ରା। ଇଗଲ୍‌ ପରି ଉଚ୍ଚ ଆକାଶରେ ଉଡିବା ଏବଂ ଝଡ ସହ ଲଢିବା ତାଙ୍କର ନିଶା। ଆଉ ତାଙ୍କର ସେହି ସ୍ବପ୍ନକୁ ପୂରଣ କରିଥିଲା ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ। ସେ ବୋଧହୁଏ ଏକମାତ୍ର ସଂଗ୍ରାମୀ ଯିଏ କି ତିନୋଟି ଦେଶର ସ୍ବାଧୀନତା ସଂଗ୍ରାମରେ ଭାଗ ନେଇଥିଲେ। କେବଳ ଭାରତ ନୁହେଁ, ଇଣ୍ଡୋନେସିଆ ଓ ରୁଷିଆର ସ୍ବାଧୀନତା ସଂଗ୍ରାମରେ ମଧ୍ୟ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଭାରତରେ ଜୟପ୍ରକାଶ ନାରାୟଣ ଓ ଅରୁଣା ଆସଫ ଅଲ୍ଲୀଙ୍କ ପରି ନେତୃବୃନ୍ଦଙ୍କୁ ବିମାନ ଯୋଗେ ବିଭିନ୍ନ ସ୍ଥାନକୁ ନେଇ ବ୍ରିଟିଶ କର୍ତ୍ତୃପକ୍ଷଙ୍କ ନଜରରୁ ବଞ୍ଚାଇଥିଲେ । ଏଥିପାଇଁ ସେ ବ୍ରିଟିଶ ସରକାରଙ୍କ ଆକ୍ରୋଶର ଶିକାର ହୋଇ ଜେଲ୍‌ ମଧ୍ୟ ଯାଇଥିଲେ। ଇଣ୍ଡୋନେସିଆର ସ୍ବାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ବିଶ୍ବବିଦିତ। ଏହାସହିତ ଦ୍ବିତୀୟ ବିଶ୍ବ ଯୁଦ୍ଧ ସମୟରେ ସେ ରୁଷିଆର ରେଡ୍‌ ଆର୍ମିକୁ ମଧ୍ୟ ସହାୟତା ଦେଇଥିଲେ।

ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଥିଲେ ଯେ ପାଇଲଟ ଭାବରେ ବିଜୁ ବାବୁଙ୍କ ଗୌରବମୟ ଯାତ୍ରା ପାଇଁ ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବର ଭୂମିକା ଗୁରୁତ୍ବପୂର୍ଣ୍ଣ। ଏଥିପାଇଁ ସାରା ଓଡିଶା ଓ ଭାରତବାସୀ ଏହି କ୍ଲବର ଭୂମିକାକୁ ସବୁ ସମୟରେ ମନେ ରଖିବେ। ଜଣେ ଦକ୍ଷ ପାଇଲଟ ଭାବରେ ବିଜୁ ବାବୁଙ୍କ ସ୍ମୃତିକୁ ପୁନର୍ଜୀବିତ କରିଥିବାରୁ ମୁଖ୍ୟମନ୍ତ୍ରୀ କ୍ଲବର ସଭାପତି ଡଃ. ବି.ବି.ଏଲ ମଧୁକରଙ୍କୁ ଧନ୍ୟବାଦ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ବାବୁ ଆମ ପାଇଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଛନ୍ତି ଓ ରହିବେ। ସେ ଆମକୁ ଯେ କୌଣସି ପରିସ୍ଥିତି ହେଉ ପଛେ, ଗରିବ ଓ ଦୁର୍ବଳ ଲୋକକୁ ସହାୟତା କରିବା ପାଇଁ ଆଗେଇ ଆସିବାକୁ ପ୍ରେରଣା ଦେଉଥିଲେ। ତାଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ଏବଂ କଳିଙ୍ଗର ଗୌରବକୁ ପୁନର୍ଜୀବିତ କରିବା ପାଇଁ ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସଦସ୍ୟ ଡଃ ସସ୍ମିତ ପାତ୍ର ମଧ୍ୟ ଯୋଗ ଦେଇ ବିଜୁ ବାବୁଙ୍କ ସ୍ମୃତି ଚାରଣ କରିଥିଲେ। ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବର ସଭାପତି ଡଃ ବି.ବି.ଏଲ ମଧୁକର ଏବଂ ସଂପାଦକ ଶ୍ରୀ ଅମିତ ଶର୍ମା ବିମାନ ଚାଳନା କ୍ଷେତ୍ରରେ ବିଜୁ ବାବୁଙ୍କ ଅବଦାନକୁ ସ୍ମରଣ କରିଥିଲେ।

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ବନ୍ୟା ପ୍ରଭାବିତ ଜିଲ୍ଲାରେ ଅଗଷ୍ଟ ୧୫ ସୁଦ୍ଧା ଚାଉଳ ଓ କିରାସିନି କୋଟା ବଣ୍ଟନ ପାଇଁ ସରକାରଙ୍କ ତାଗିଦ  

Published

on

ଭୁବନେଶର : ରାଜ୍ୟର ବନ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ଓ ଏହାର ସହଜ ଉପଲବ୍ଧତା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।ଏ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ  ସଞ୍ଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ବିଭାଗୀୟ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପରାମର୍ଶ କ୍ରମେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସବିଶେଷ ଆଲୋଚନା ହୋଇଛି ।

ଏହି ସମୀକ୍ଷା ବୈଠକରେ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ବିଭାଗୀୟ ପ୍ରମୁଖ ଅଧିକାରୀଙ୍କ ସମେତ ଭିଡ଼ିଓ କନଫରେନସିଙ୍ଗ ମାଧ୍ୟମରେ ସମସ୍ତ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ଯୋଗ ଦେଇଥିଲେ । ଉକ୍ତ ବୈଠକରେ ବନ୍ୟା ପ୍ରପୀଡ଼ିତ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀର ସହଜ ଉପଲବ୍ଧତା ଓ ଏହାର ଦରଦାମ ବୃଦ୍ଧି ନିୟନ୍ତ୍ରଣ ଉପରେ ସବିଶେଷ ଆଲୋଚନା ହୋଇଛି । ଏଥିପ୍ରତି ସଜାଗ ରହିବାକୁ ଯୋଗାଣ ଅଧିକାରୀ ମାନଙ୍କୁ ଶ୍ରୀ ସିଂହ ପରାମର୍ଶ ଦେଇଛନ୍ତି । ଆବଶ୍ୟକ ପଡିଲେ ଏ ସଂକ୍ରାନ୍ତୀୟ ଅଭିଯୋଗ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ସହ ଚଢ଼ାଉ ଜୋରଦାର କରିବାକୁ କୁହାଯାଇଛି ।

ଏତଦବ୍ୟତୀତ ଖାଦ୍ୟ ସୁରକ୍ଷା ଅନ୍ତର୍ଗତ ହିତାଧିକାରୀଙ୍କୁ ବଣ୍ଟନ କରାଯାଉଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ଗତ ଏପ୍ରିଲ-ମଇ-ଜୁନ ମାସର ଚାଉଳ କୋଟା ସହ, ଜୁଲାଇ ଓ ଅଗଷ୍ଟ ମାସର ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଓ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାଗୁଡ଼ିକର ଚାଉଳ କୋଟା ତଥା ଜୁଲାଇ-ଅଗଷ୍ଟ-ସେପ୍ଟେମ୍ବର ମାସର କିରାସିନି କୋଟାର ସମେୟାଚିତ ଉଠାଣ ଏବଂ ବଣ୍ଟନ ଉପରେ ସବିଶେଷ ସମୀକ୍ଷା କରଯାଇଥିଲା ।

ଉପରୋକ୍ତ ଚାଉଳ କୋଟା, କିରାସିନି କୋଟା ଗୁଡ଼ିକ ଯେପରି ଆସନ୍ତା ୧୫ ଅଗଷ୍ଟ ମଧ୍ୟରେ ଉଠାଣ ତଥା ବଣ୍ଟନ କାର୍ଯ୍ୟ ଶେଷ କରାଯିବ ଏଥିପ୍ରତି ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ଯୋଗାଣ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Continue Reading

Nation

ତିନି ଜିଲ୍ଲାରେ ବନ୍ୟା ରିଲିଫ କାର୍ଯ୍ୟ ତଦାରଖ ପାଇଁ ତିନି ଆଇଏଏସ ଅଫିସର ଗଲେ

Published

on

ଭୁବନେଶ୍ୱର : ଓଡିଶା ସରକାର ଆଜି ତିନିଜଣ ଆଇ ଏ ଏସ ଅଫିସରଙ୍କୁ ବନ୍ୟା ରିଲିଫ ଓ ଥଇଥାନ କାର୍ଯ୍ୟ ତଦାରଖ ପାଇଁ ତିନି ବନ୍ୟା ପ୍ଲାବିତ ଜିଲ୍ଳାକୁ ପଠାଇଛନ୍ତି l ଓଏମସିର ଏମଡ଼ି ସୁଧାଂଶୁ ମୋହନ ସାମଲଙ୍କୁ ଭଦ୍ରକ, ଓଡିଶା ରାଜ୍ୟ ସିଭିଲ ସପଲାୟୀ ନିଗମ ଏମଡି  କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର ଏବଂ ରାଜ୍ୟ ଅବକାରୀ କମିଶନର ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀଙ୍କୁ ଯାଜପୁର ଜିଲ୍ଲାକୁ ପଠା ଯାଇଛି l

Continue Reading

Nation

ଅନ୍ତର୍ଜାତୀୟ ଜଳସୀମାରେ ଏବେ ଟୁନା ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ: ମିଳିଲା ଅନୁମୋଦନ ପତ୍ରର

Published

on

ଭୁବନେଶ୍ୱର :  ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ୍ ଆଜି ଏଠାରେ ମୁକ୍ତ ସମୁଦ୍ରରେ ମତ୍ସ୍ୟ ଉତ୍ପାଦନ ଲାଗି ଉଦ୍ଦିଷ୍ଟ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର (LoA)’ର ଜାତୀୟ ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତ ପ୍ରାୟ ୭୩, ୮୯୦ କୋଟି ଟଙ୍କାର ସାମୁଦ୍ରିକ ଖାଦ୍ୟ ସାମଗ୍ରୀ ରପ୍ତାନି କରି ବିଶ୍ୱରେ ଅଗ୍ରଣୀ ସ୍ଥାନ ହାସଲ କରିପାରିଛି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ମାଛଧରା କାର୍ଯ୍ୟ ଉପକୂଳର ୪୦-୫୦ ନଟିକାଲ ମାଇଲ ମଧ୍ୟରେ ସୀମିତ ଥିବାବେଳେ ଗଭୀର ସମୁଦ୍ରର ଅନ୍ତର୍ଜାତୀୟ ଜଳସୀମାରେ ଟୁନା ଭଳି ଉଚ୍ଚ-ମୂଲ୍ୟର ମାଛ ଧରିବା ପାଇଁ ଏହି ନୂତନ ନୀତି ବିରାଟ ସୁଯୋଗ ଆଣିଦେବ ଏବଂ ଖାଦ୍ୟ ସୁରକ୍ଷା ଓ ପୋଷଣ କ୍ଷେତ୍ରକୁ ସୁଦୃଢ଼ କରିବ।

ଏହି ପବିତ୍ର ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ସଫଳତା ‘ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଡକୁମେଣ୍ଟ (୨୦୨୬-୨୦୩୬)’କୁ ମଧ୍ୟ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି।

କେନ୍ଦ୍ର ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ୱାରା ଆୟୋଜିତ ଏହି ସମାରୋହରେ ଜାତୀୟ ସମବାୟ ରପ୍ତାନି ଲିମିଟେଡ୍ (NCEL) ସମେତ ବିଭିନ୍ନ ପ୍ରମୁଖ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଜାହାଜର ମାଲିକମାନଙ୍କୁ ସ୍ୱତନ୍ତ୍ର ଅନୁମୋଦନ ପତ୍ର ବଣ୍ଟନ କରାଯାଇଛି, ଯାହା ଦ୍ୱାରା ଯୋଗ୍ୟ ଭାରତୀୟ ଜାହାଜଗୁଡ଼ିକୁ ଦେଶର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ବାହାରେ ଥିବା ଗଭୀର ଅନ୍ତର୍ଜାତୀୟ ସାମୁଦ୍ରିକ ଜଳସୀମାରେ ନିୟନ୍ତ୍ରିତ ଓ ଦାୟିତ୍ୱପୂର୍ଣ୍ଣ ଭାବେ ଉଚ୍ଚ-ମୂଲ୍ୟବାନ ମାଛ ଧରିବା ପାଇଁ ଅନୁମତି ମିଳିପାରିବ।

 

ଶ୍ରୀ ରାଧାକୃଷ୍ଣନ୍ ଏହି ଜାତୀୟ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ଉପକୂଳବର୍ତ୍ତୀ ରାଜ୍ୟରୁ ଆସିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରାଧିକରଣ ପତ୍ର (LoA) ପ୍ରଦାନ କରିଥିଲେ। ଏହି ଅନୁମୋଦନ ପତ୍ର ପାଇଥିବା ସଂସ୍ଥା ଓ ମତ୍ସ୍ୟଜୀବୀମାନଙ୍କ ମଧ୍ୟରେ ଓଡ଼ିଶାର ପାରାଦୀପ ସମେତ ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଗୋଆ, ଆନ୍ଧ୍ରପ୍ରଦେଶ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଦେଶର ଅନ୍ୟାନ୍ୟ ପ୍ରମୁଖ ଉପକୂଳ ଅଞ୍ଚଳରୁ ଆସିଥିବା ସାମୁଦ୍ରିକ ସମବାୟ ସମିତିର ପ୍ରତିନିଧିମାନେ ସାମିଲ ଥିଲେ।

ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି କହିଛନ୍ତି ଯେ, ଭାରତର ଦୀର୍ଘ ଉପକୂଳ ଏବଂ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ଦେଶର ପ୍ରାୟ ୫୦ ନିୟୁତ ମତ୍ସ୍ୟଜୀବୀଙ୍କୁ ଜୀବିକା ପ୍ରଦାନ କରୁଛି। ଏହି LoA କାର୍ଯ୍ୟକ୍ରମ ଦ୍ୱାରା ଦେଶର ମତ୍ସ୍ୟଜୀବୀ ପରିବାର ଗୁଡିକ ସ୍ୱଚ୍ଛଳ ଓ ସମୃଦ୍ଧ ହୋଇପାରିବେ। ଓଡିଶା ଭଳି ରାଜ୍ୟ ଏହାଦ୍ୱାରା ବିଶେଷ ଭାବେ ଉପକୃତ ହେବେ ବୋଲି ସେ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  କହିଥିଲେ, ଆମ ସମୁଦ୍ର କେବଳ ଭୌଗୋଳିକ ସୀମା ନୁହେଁ, ବରଂ ରାଜ୍ୟର ୬ ଲକ୍ଷ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ଜୀବନରେଖା ଓ ପରିଚୟ ଅଟେ।

ମୁଖ୍ୟମନ୍ତ୍ରୀ କହିଥିଲେ, ଗତ ବର୍ଷ ଡିସେମ୍ବର ୨୦୨୫ରେ ଗୁଜରାଟର ଭେରାଭଲରୁ ଭାରତର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ରେ ମାଛ ଧରିବା ପାଇଁ ‘ଆକ୍ସେସ୍ ପାସ୍’ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଥିଲା। ଏପର୍ଯ୍ୟନ୍ତ ଦେଶର ୫ ହଜାର ମତ୍ସ୍ୟଜୀବୀ ଏହି ପାସ୍ ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଓଡ଼ିଶାର ୮୬୬ ଜଣ ଅଛନ୍ତି।

ସେ କହିଥିଲେ ଯେ, ବର୍ତ୍ତମାନ ଏହାର ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବା ପାଇଁ ପ୍ରାଧିକରଣ ପତ୍ର (LoA) ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରାରମ୍ଭିକ ଭାବେ ଓଡିଶାର ୮ ଜଣ ମତ୍ସ୍ୟଜୀବୀଙ୍କୁ ଏହି LoA ପ୍ରଦାନ କରାଯିବା ସହ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ ଅଧୀନରେ ଭାରତୀୟ EEZ ଅଞ୍ଚଳରେ ମାଛ ଧରିବା ପାଇଁ ୨ଟି ଗଭୀର ସମୁଦ୍ର ମାଛଧରା ଜାହାଜ (DSFV) କୁ ମଧ୍ୟ ‘ଗୋ-ଆହେଡ୍‌’ ଅନୁମତି ଜାରି କରାଯାଇଛି। ଦେଶର ସମଗ୍ର ଉପକୂଳର ୨୪ ଲକ୍ଷ ବର୍ଗ କିଲୋମିଟର ବିଶିଷ୍ଟ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ରରେ (EEZ) ଆମ ମତ୍ସ୍ୟଜୀବୀଙ୍କ ପାଇଁ ଏହା ବିପୁଳ ସୁଯୋଗ ଆଣିଦେବ।

 ଆଗାମୀ ୧୦ ବର୍ଷ ମଧ୍ୟରେ ସମୁଦ୍ରରେ ୧୫୦ଟି ନୂତନ ଅତ୍ୟାଧୁନିକ ଗଭୀର ସମୁଦ୍ର ମାଛଧରା ଜାହାଜର ନିୟୋଜନ କରାଯିବ ଏବଂ ପ୍ରଚଳିତ ୫୦୦ଟି ମାଛଧରା ଜାହାଜର ସମ୍ପୂର୍ଣ୍ଣ ଆଧୁନିକୀକରଣ କରାଯିବ ବୋଲି ସେ କହିଛନ୍ତି ।

 

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ,  ମତ୍ସ୍ୟଜୀବୀମାନଙ୍କୁ ଯେଉଁ ସୁବିଧା ସୁଯୋଗ ଦିଆଯାଉଛି, ତାହା ଜାରି ରହିଲେ ଓଡିଶା ଖୁବ୍ ଶୀଘ୍ର ମତ୍ସ୍ୟ ଉତ୍ପାଦନ ଓ ରପ୍ତାନୀରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିବ। ଗଭୀର ସମୁଦ୍ରରେ ମାଛ ଉତ୍ପାଦନ କାର୍ଯ୍ୟକ୍ରମ ଏ କ୍ଷେତ୍ରରେ ଓଡିଶା ପାଇଁ ଖୁବ୍ ସହାୟକ ହେବ ବୋଲି ସେ ମତ ଦେଇଥିଲେ।

ମତ୍ସ୍ୟ, ପ୍ରାଣୀସମ୍ପଦ, ଦୁଗ୍ଧ ଉତ୍ପାଦନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ  କହିଥିଲେ ଯେ ଗଭୀର ସମୁଦ୍ରର ବିପୁଳ ସାମୁଦ୍ରିକ ସମ୍ପଦର ସ୍ଥାୟୀ ଓ ସୁନିୟୋଜିତ ବ୍ୟବହାର ପାଇଁ ଆମେ ବ୍ୟାପକ ସହାୟକ ନୀତିଗତ ସଂସ୍କାରଗୁଡ଼ିକ କାର୍ଯ୍ୟକାରୀ କରିଛୁ।

ଏହି ଜାତୀୟସ୍ତରର ସମାରୋହରେ କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍.ପି. ସିଂହ ବାଘେଲ, ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଭାରତ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ସଚିବ ଡକ୍ଟର ଅଭିଲାଖ୍ ଲିଖୀ ପ୍ରମୁଖ ଉପସ୍ଥିତ ଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions