Connect with us

ରାଉରକେଲା: ଏକବିଂଶ ଶତାଦ୍ଦୀରେ ଭାରତକୁ ଜ୍ଞାନର ବିଶ୍ୱସ୍ତରୀୟ ମହାଶକ୍ତିରେ ପରିଣତ କରିବା ହେଉଛି ଜାତୀୟ ଶିକ୍ଷାନୀତିର ଏକ ଲକ୍ଷ୍ୟ ଏବଂ ଏହି ଜାତୀୟ ଲକ୍ଷ୍ୟଗୁଡିକୁ ହାସଲ କରିବା ନିମନ୍ତେ ଏନଆଇଟି ରାଉରକେଲା ଭଳି ପ୍ରତିଷ୍ଠାନଗୁଡିକୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବାକୁ ପଡିବ ବୋଲି ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିଛନ୍ତି ।

ଓଡିଶାର ରାଉରକେଲାଠାରେ ରବିବାର ଏନ୍‌ଆଇଟି ରାଉରକେଲାର ଅଷ୍ଟାଦଶ ସମାବର୍ତନ ଉତ୍ସବରେ ସେ ଉଦବୋଧନ ଦେଇଛନ୍ତି ।


ରାଷ୍ଟ୍ରପତି କହିଛନ୍ତି ପୂର୍ବ ଭାରତର ଦ୍ୱିତୀୟ ସର୍ବବୃହତ ସରକାରୀ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ଭାବରେ ଏନ୍‌ଆଇଟି ରାଉରକେଲା ଇଞ୍ଜିନିୟରିଂ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ରଖିଛି । ଛଅ ଦଶନ୍ଧିରୁ ଅଧିକ ସମୟ ଧରି ଏହି ପ୍ରତିଷ୍ଠାନ ଦେଶର ବୈଷୟିକ ବୃତିଧାରୀମାନଙ୍କୁ ସମୃଦ୍ଧ କରିଆସୁଛି ।
ସମଗ୍ର ଭାରତ ଏବଂ ଅନ୍ୟାନ୍ୟ ଦେଶରୁ ବହୁ ଛାତ୍ରଛାତ୍ରୀ ଏନ୍‌ଆଇଟିରେ ଅଧ୍ୟୟନ କରୁଥିବା ବିଷୟ ଉଲ୍ଲେଖ କରି ରାଷ୍ଟ୍ରପତି କହିଛନ୍ତ ୭୦୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ଏହି ୭୦୦ ଏକରର କ୍ୟାମ୍ପସ ସମୃଦ୍ଧ ବିବିଧତାର ପ୍ରତିନିଧିତ୍ୱ କରୁଛି । ଏହା ଶିକ୍ଷାର ପରାଗଣ ନିମନ୍ତେ ଅନୁକୂଳ ପରିବେଶ ସୃଷ୍ଟି କରିବା ସହ ବିଭିନ୍ନ ସଂସ୍କୃତି ମଧ୍ୟରେ ସମନ୍ୱୟକୁ ପ୍ରୋତ୍ସାହିତ କରିଥାଏ । ଏହା ମଧ୍ୟ ବିଭିନ୍ନ ଦେଶର ଲୋକଙ୍କ ମଧ୍ୟରେ ପ୍ରତ୍ୟକ୍ଷ ସମ୍ପର୍କକୁ ମଜବୁତ କରିଥାଏ ।


ବୈଷୟିକ ଶିକ୍ଷାରେ ଅପେକ୍ଷାକୃତ କମ୍ ସଂଖ୍ୟକ ମହିଳାମାନଙ୍କ ଯୋଗଦାନ ପ୍ରସଙ୍ଗ ଉତ୍‌ଥାପନ କରି ରାଷ୍ଟ୍ରପତି କହିଛନ୍ତି ଯେ, ସେ ସମଗ୍ର ଦେଶରେ ଯେତିକି ସମାବର୍ତନ ସମାରୋହରେ ଯୋଗ ଦେଇଛନ୍ତି ସେଥିମଧ୍ୟରୁ ଅଧିକାଂଶ ଉତ୍ସବରେ ସେ ଦେଖିଛନ୍ତି ଯେ କଳା, ମାନବ ବିଜ୍ଞାନ, ଚିକିତ୍ସା ବିଜ୍ଞାନ, ଆଇନ୍ ଓ ଅନ୍ୟାନ୍ୟ ବହୁ ବିଷୟରେ ଛାତ୍ରୀମାନେ ଛାତ୍ରମାନଙ୍କଠାରୁ ଅଧିକ ଭଲ ପ୍ରଦର୍ଶନ କରୁଛନ୍ତି । ତେବେ ବୈଷୟିକ ଏବଂ ବିଜ୍ଞାନ ପାଠ୍ୟକ୍ରମରେ ମହିଳାମାନଙ୍କର ନାମଲେଖା କମ୍ ରହୁଥିବାର ଲକ୍ଷ୍ୟ କରାଯାଉଛି । ଏକ ସଦ୍ୟ ସର୍ବେକ୍ଷଣ ଅନୁଯାୟୀ ସମଗ୍ର ଭାରତର ଇଞ୍ଜିନିୟରିଂ ଓ ବୈଷୟିକ ପ୍ରତିଷ୍ଠାନଗୁଡିକରେ ମହିଳାମାନଙ୍କର ସଂଖ୍ୟା ମାତ୍ର ୨୦ ପ୍ରତିଶତ ।

ଛାତ୍ରୀମାନେ ଯେଭଳି ଅନ୍ୟାନ୍ୟ କ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ କରୁଛନ୍ତି ବୈଷୟିକ ଶିକ୍ଷା କ୍ଷେତ୍ରରେ ମଧ୍ୟ ସେହି ସମାନ ପ୍ରଦର୍ଶନ ନିମନ୍ତେ ସେମାନଙ୍କୁ ଉତ୍ସାହିତ କରାଯିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ବୈଷୟିକ କ୍ଷେତ୍ରରେ ମହିଳାମାନଙ୍କ ଉତ୍କର୍ଷ ଓ ଉନ୍ନତି ଜାତୀୟ ବିକାଶକୁ ଏକ ନୂତନ ଦିଗଦର୍ଶନ ଦେବ ବୋଲି ସେ କହିଛନ୍ତି । ଏହା ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରର ଉଚ୍ଚତର ସ୍ତରରେ ଲିଙ୍ଗଗତ ସଶକ୍ତିକରଣକୁ ପ୍ରୋତ୍ସାହିତ କରିବ । ଏକବିଂଶ ଶତାଦ୍ଦୀର ବିଶ୍ୱରେ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ସ୍ତରରେ ମହିଳାମାନଙ୍କୁ ଅଦୃଶ୍ୟ ଅନ୍ତରାୟରୁ ଉନ୍ମୁକ୍ତ ହେବା ନିମନ୍ତେ ମଧ୍ୟ ଏହା ସହାୟକ ହେବ ।


କର୍ପୋରେଟ ସାମାଜିକ ଦାୟିତ୍ୱବୋଧ ଭଳି ବିଶ୍ୱବିଦ୍ୟାଳୟ ସାମାଜିକ ଦାୟିତ୍ୱବୋଧର ଆବଶ୍ୟକତା ଉପରେ ଉଲ୍ଲେଖ କରି ରାଷ୍ଟ୍ରପତି କହିଛନ୍ତି, ବିଶ୍ୱବିଦ୍ୟାଳୟ ଏବଂ ଅନୁଷ୍ଠାନଗୁଡିକ ସେମାନଙ୍କ ଆଖପାଖର ସମ୍ପ୍ରଦାୟଗୁଡିକୁ ସଶକ୍ତ କରିବା ଦିଗରେ ନିଶ୍ଚିତ ଭାବେ ଅବଦାନ କରିବା ଉଚିତ୍ । ‘ଉନ୍ନତ ଭାରତ ଅଭିଯାନ’ର ଅଂଶସ୍ୱରୂପ ଏନ୍‌ଆଇଟି ରାଉରକେଲା ୫ଟି ଗ୍ରାମକୁ ପୋଷ୍ୟଗ୍ରାମ ଭାବେ ଗ୍ରହଣ କରି ସେହି ଗ୍ରାମଗୁଡିକରେ ବିଜ୍ଞାନ ପରୀକ୍ଷାଗାରଗୁଡିକୁ ଉନ୍ନୀତ କରିବା ସହ ସେଠାରେ କମ୍ପ୍ୟୁଟର ଶିକ୍ଷା ଯୋଗାଇ ଦେଇଥିବାରୁ ରାଷ୍ଟ୍ରପତି ଖୁସି ବ୍ୟକ୍ତ କରିଛନ୍ତି ।

ସେ ଆହୁରି କହିଛନ୍ତି ଯେ ଏହି କ୍ୟାମ୍ପସରେ ଥିବା ଦାରିଦ୍ର‌୍ୟ ଉନ୍ମେଳନ ଗବେଷଣା କେନ୍ଦ୍ର ଓଡିଶାର କଳାହାଣ୍ଡି, ବଲାଙ୍ଗୀର ଓ କୋରାପୁଟ ଅଂଚଳର ଅବହେଳିତ ଲୋକମାନଙ୍କ ଉନ୍ନତି ଦିଗରେ କାର୍ଯ୍ୟ କରୁଛି । ଏଭଳି ପ୍ରଶଂସନୀୟ ପଦକ୍ଷେପ ନିମନ୍ତେ ସେ ଏନ୍‌ଆଇଟି ରାଉରକେଲାକୁ ସାଧୁବାଦ ଜଣାଇଛନ୍ତି ।


ଜାତୀୟ ଶିକ୍ଷାନୀତି ୨୦୨୦ର କାର୍ଯ୍ୟକାରୀତା ସମ୍ପର୍କରେ ଉଲ୍ଲେଖ କରି ରାଷ୍ଟ୍ରପତି କହିଛନ୍ତି ଯେ ଇଞ୍ଜିନିୟରିଂ ପ୍ରତିଷ୍ଠାନଗୁଡିକ କଳା ଏବଂ ମାନବ ବିଜ୍ଞାନ ଉପରେ ଅଧିକ ଗୁରୁତ୍ୱ ପ୍ରଦାନ ପୂର୍ବକ ଅଧିକ ସାମଗ୍ରିକ ଏବଂ ବହୁମୁଖୀ ଶିକ୍ଷା ଆଡକୁ ଅଗ୍ରସର ହେବା ଏହି ନୀତିର ଲକ୍ଷ୍ୟ । ଏନ୍‌ଆଇଟି ରାଉରକେଲା ଏହି ଆଭିମୁଖ୍ୟକୁ କିଛି ମାତ୍ରାରେ ଆପଣାଇ ସାରିଛି ବୋଲି ସେ କହିଛନ୍ତି । ଏନ୍‌ଆଇଟି ରାଉରକେଲା ଏହି ପ୍ରକ୍ରିୟାକୁ ଆହୁରି ଆଗକୁ ନେବା ସହ ଜାତୀୟ ଶିକ୍ଷା ନୀତିର ଅନ୍ୟାନ୍ୟ ପ୍ରମୁଖ ବିଷୟଗୁଡିକୁ କାର୍ଯ୍ୟକାରୀ କରିବ ବୋଲି ସେ ବିଶ୍ୱାସ ପ୍ରକଟ କରିଛନ୍ତି । ଏକବିଂଶ ଶତାଦ୍ଦୀରେ ଭାରତକୁ ଜ୍ଞାନର ବିଶ୍ୱସ୍ତରୀୟ ମହାଶକ୍ତିରେ ପରିଣତ କରିବା ହେଉଛି ଜାତୀୟ ଶିକ୍ଷାନୀତିର ଏକ ଲକ୍ଷ୍ୟ ଏବଂ ଏହି ଜାତୀୟ ଲକ୍ଷ୍ୟଗୁଡିକୁ ହାସଲ କରିବା ନିମନ୍ତେ ଏନଆଇଟି ରାଉରକେଲା ଭଳି ପ୍ରତିଷ୍ଠାନଗୁଡିକୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବାକୁ ପଡିବ ବୋଲି ସେ କହିଛନ୍ତି

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ବନ୍ୟା ପ୍ରଭାବିତ ଜିଲ୍ଲାରେ ଅଗଷ୍ଟ ୧୫ ସୁଦ୍ଧା ଚାଉଳ ଓ କିରାସିନି କୋଟା ବଣ୍ଟନ ପାଇଁ ସରକାରଙ୍କ ତାଗିଦ  

Published

on

ଭୁବନେଶର : ରାଜ୍ୟର ବନ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ଓ ଏହାର ସହଜ ଉପଲବ୍ଧତା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।ଏ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ  ସଞ୍ଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ବିଭାଗୀୟ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପରାମର୍ଶ କ୍ରମେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସବିଶେଷ ଆଲୋଚନା ହୋଇଛି ।

ଏହି ସମୀକ୍ଷା ବୈଠକରେ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ବିଭାଗୀୟ ପ୍ରମୁଖ ଅଧିକାରୀଙ୍କ ସମେତ ଭିଡ଼ିଓ କନଫରେନସିଙ୍ଗ ମାଧ୍ୟମରେ ସମସ୍ତ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ଯୋଗ ଦେଇଥିଲେ । ଉକ୍ତ ବୈଠକରେ ବନ୍ୟା ପ୍ରପୀଡ଼ିତ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀର ସହଜ ଉପଲବ୍ଧତା ଓ ଏହାର ଦରଦାମ ବୃଦ୍ଧି ନିୟନ୍ତ୍ରଣ ଉପରେ ସବିଶେଷ ଆଲୋଚନା ହୋଇଛି । ଏଥିପ୍ରତି ସଜାଗ ରହିବାକୁ ଯୋଗାଣ ଅଧିକାରୀ ମାନଙ୍କୁ ଶ୍ରୀ ସିଂହ ପରାମର୍ଶ ଦେଇଛନ୍ତି । ଆବଶ୍ୟକ ପଡିଲେ ଏ ସଂକ୍ରାନ୍ତୀୟ ଅଭିଯୋଗ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ସହ ଚଢ଼ାଉ ଜୋରଦାର କରିବାକୁ କୁହାଯାଇଛି ।

ଏତଦବ୍ୟତୀତ ଖାଦ୍ୟ ସୁରକ୍ଷା ଅନ୍ତର୍ଗତ ହିତାଧିକାରୀଙ୍କୁ ବଣ୍ଟନ କରାଯାଉଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ଗତ ଏପ୍ରିଲ-ମଇ-ଜୁନ ମାସର ଚାଉଳ କୋଟା ସହ, ଜୁଲାଇ ଓ ଅଗଷ୍ଟ ମାସର ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଓ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାଗୁଡ଼ିକର ଚାଉଳ କୋଟା ତଥା ଜୁଲାଇ-ଅଗଷ୍ଟ-ସେପ୍ଟେମ୍ବର ମାସର କିରାସିନି କୋଟାର ସମେୟାଚିତ ଉଠାଣ ଏବଂ ବଣ୍ଟନ ଉପରେ ସବିଶେଷ ସମୀକ୍ଷା କରଯାଇଥିଲା ।

ଉପରୋକ୍ତ ଚାଉଳ କୋଟା, କିରାସିନି କୋଟା ଗୁଡ଼ିକ ଯେପରି ଆସନ୍ତା ୧୫ ଅଗଷ୍ଟ ମଧ୍ୟରେ ଉଠାଣ ତଥା ବଣ୍ଟନ କାର୍ଯ୍ୟ ଶେଷ କରାଯିବ ଏଥିପ୍ରତି ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ଯୋଗାଣ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Continue Reading

Nation

ତିନି ଜିଲ୍ଲାରେ ବନ୍ୟା ରିଲିଫ କାର୍ଯ୍ୟ ତଦାରଖ ପାଇଁ ତିନି ଆଇଏଏସ ଅଫିସର ଗଲେ

Published

on

ଭୁବନେଶ୍ୱର : ଓଡିଶା ସରକାର ଆଜି ତିନିଜଣ ଆଇ ଏ ଏସ ଅଫିସରଙ୍କୁ ବନ୍ୟା ରିଲିଫ ଓ ଥଇଥାନ କାର୍ଯ୍ୟ ତଦାରଖ ପାଇଁ ତିନି ବନ୍ୟା ପ୍ଲାବିତ ଜିଲ୍ଳାକୁ ପଠାଇଛନ୍ତି l ଓଏମସିର ଏମଡ଼ି ସୁଧାଂଶୁ ମୋହନ ସାମଲଙ୍କୁ ଭଦ୍ରକ, ଓଡିଶା ରାଜ୍ୟ ସିଭିଲ ସପଲାୟୀ ନିଗମ ଏମଡି  କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର ଏବଂ ରାଜ୍ୟ ଅବକାରୀ କମିଶନର ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀଙ୍କୁ ଯାଜପୁର ଜିଲ୍ଲାକୁ ପଠା ଯାଇଛି l

Continue Reading

Nation

ଅନ୍ତର୍ଜାତୀୟ ଜଳସୀମାରେ ଏବେ ଟୁନା ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ: ମିଳିଲା ଅନୁମୋଦନ ପତ୍ରର

Published

on

ଭୁବନେଶ୍ୱର :  ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ୍ ଆଜି ଏଠାରେ ମୁକ୍ତ ସମୁଦ୍ରରେ ମତ୍ସ୍ୟ ଉତ୍ପାଦନ ଲାଗି ଉଦ୍ଦିଷ୍ଟ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର (LoA)’ର ଜାତୀୟ ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତ ପ୍ରାୟ ୭୩, ୮୯୦ କୋଟି ଟଙ୍କାର ସାମୁଦ୍ରିକ ଖାଦ୍ୟ ସାମଗ୍ରୀ ରପ୍ତାନି କରି ବିଶ୍ୱରେ ଅଗ୍ରଣୀ ସ୍ଥାନ ହାସଲ କରିପାରିଛି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ମାଛଧରା କାର୍ଯ୍ୟ ଉପକୂଳର ୪୦-୫୦ ନଟିକାଲ ମାଇଲ ମଧ୍ୟରେ ସୀମିତ ଥିବାବେଳେ ଗଭୀର ସମୁଦ୍ରର ଅନ୍ତର୍ଜାତୀୟ ଜଳସୀମାରେ ଟୁନା ଭଳି ଉଚ୍ଚ-ମୂଲ୍ୟର ମାଛ ଧରିବା ପାଇଁ ଏହି ନୂତନ ନୀତି ବିରାଟ ସୁଯୋଗ ଆଣିଦେବ ଏବଂ ଖାଦ୍ୟ ସୁରକ୍ଷା ଓ ପୋଷଣ କ୍ଷେତ୍ରକୁ ସୁଦୃଢ଼ କରିବ।

ଏହି ପବିତ୍ର ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ସଫଳତା ‘ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଡକୁମେଣ୍ଟ (୨୦୨୬-୨୦୩୬)’କୁ ମଧ୍ୟ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି।

କେନ୍ଦ୍ର ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ୱାରା ଆୟୋଜିତ ଏହି ସମାରୋହରେ ଜାତୀୟ ସମବାୟ ରପ୍ତାନି ଲିମିଟେଡ୍ (NCEL) ସମେତ ବିଭିନ୍ନ ପ୍ରମୁଖ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଜାହାଜର ମାଲିକମାନଙ୍କୁ ସ୍ୱତନ୍ତ୍ର ଅନୁମୋଦନ ପତ୍ର ବଣ୍ଟନ କରାଯାଇଛି, ଯାହା ଦ୍ୱାରା ଯୋଗ୍ୟ ଭାରତୀୟ ଜାହାଜଗୁଡ଼ିକୁ ଦେଶର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ବାହାରେ ଥିବା ଗଭୀର ଅନ୍ତର୍ଜାତୀୟ ସାମୁଦ୍ରିକ ଜଳସୀମାରେ ନିୟନ୍ତ୍ରିତ ଓ ଦାୟିତ୍ୱପୂର୍ଣ୍ଣ ଭାବେ ଉଚ୍ଚ-ମୂଲ୍ୟବାନ ମାଛ ଧରିବା ପାଇଁ ଅନୁମତି ମିଳିପାରିବ।

 

ଶ୍ରୀ ରାଧାକୃଷ୍ଣନ୍ ଏହି ଜାତୀୟ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ଉପକୂଳବର୍ତ୍ତୀ ରାଜ୍ୟରୁ ଆସିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରାଧିକରଣ ପତ୍ର (LoA) ପ୍ରଦାନ କରିଥିଲେ। ଏହି ଅନୁମୋଦନ ପତ୍ର ପାଇଥିବା ସଂସ୍ଥା ଓ ମତ୍ସ୍ୟଜୀବୀମାନଙ୍କ ମଧ୍ୟରେ ଓଡ଼ିଶାର ପାରାଦୀପ ସମେତ ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଗୋଆ, ଆନ୍ଧ୍ରପ୍ରଦେଶ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଦେଶର ଅନ୍ୟାନ୍ୟ ପ୍ରମୁଖ ଉପକୂଳ ଅଞ୍ଚଳରୁ ଆସିଥିବା ସାମୁଦ୍ରିକ ସମବାୟ ସମିତିର ପ୍ରତିନିଧିମାନେ ସାମିଲ ଥିଲେ।

ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି କହିଛନ୍ତି ଯେ, ଭାରତର ଦୀର୍ଘ ଉପକୂଳ ଏବଂ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ଦେଶର ପ୍ରାୟ ୫୦ ନିୟୁତ ମତ୍ସ୍ୟଜୀବୀଙ୍କୁ ଜୀବିକା ପ୍ରଦାନ କରୁଛି। ଏହି LoA କାର୍ଯ୍ୟକ୍ରମ ଦ୍ୱାରା ଦେଶର ମତ୍ସ୍ୟଜୀବୀ ପରିବାର ଗୁଡିକ ସ୍ୱଚ୍ଛଳ ଓ ସମୃଦ୍ଧ ହୋଇପାରିବେ। ଓଡିଶା ଭଳି ରାଜ୍ୟ ଏହାଦ୍ୱାରା ବିଶେଷ ଭାବେ ଉପକୃତ ହେବେ ବୋଲି ସେ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  କହିଥିଲେ, ଆମ ସମୁଦ୍ର କେବଳ ଭୌଗୋଳିକ ସୀମା ନୁହେଁ, ବରଂ ରାଜ୍ୟର ୬ ଲକ୍ଷ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ଜୀବନରେଖା ଓ ପରିଚୟ ଅଟେ।

ମୁଖ୍ୟମନ୍ତ୍ରୀ କହିଥିଲେ, ଗତ ବର୍ଷ ଡିସେମ୍ବର ୨୦୨୫ରେ ଗୁଜରାଟର ଭେରାଭଲରୁ ଭାରତର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ରେ ମାଛ ଧରିବା ପାଇଁ ‘ଆକ୍ସେସ୍ ପାସ୍’ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଥିଲା। ଏପର୍ଯ୍ୟନ୍ତ ଦେଶର ୫ ହଜାର ମତ୍ସ୍ୟଜୀବୀ ଏହି ପାସ୍ ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଓଡ଼ିଶାର ୮୬୬ ଜଣ ଅଛନ୍ତି।

ସେ କହିଥିଲେ ଯେ, ବର୍ତ୍ତମାନ ଏହାର ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବା ପାଇଁ ପ୍ରାଧିକରଣ ପତ୍ର (LoA) ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରାରମ୍ଭିକ ଭାବେ ଓଡିଶାର ୮ ଜଣ ମତ୍ସ୍ୟଜୀବୀଙ୍କୁ ଏହି LoA ପ୍ରଦାନ କରାଯିବା ସହ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ ଅଧୀନରେ ଭାରତୀୟ EEZ ଅଞ୍ଚଳରେ ମାଛ ଧରିବା ପାଇଁ ୨ଟି ଗଭୀର ସମୁଦ୍ର ମାଛଧରା ଜାହାଜ (DSFV) କୁ ମଧ୍ୟ ‘ଗୋ-ଆହେଡ୍‌’ ଅନୁମତି ଜାରି କରାଯାଇଛି। ଦେଶର ସମଗ୍ର ଉପକୂଳର ୨୪ ଲକ୍ଷ ବର୍ଗ କିଲୋମିଟର ବିଶିଷ୍ଟ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ରରେ (EEZ) ଆମ ମତ୍ସ୍ୟଜୀବୀଙ୍କ ପାଇଁ ଏହା ବିପୁଳ ସୁଯୋଗ ଆଣିଦେବ।

 ଆଗାମୀ ୧୦ ବର୍ଷ ମଧ୍ୟରେ ସମୁଦ୍ରରେ ୧୫୦ଟି ନୂତନ ଅତ୍ୟାଧୁନିକ ଗଭୀର ସମୁଦ୍ର ମାଛଧରା ଜାହାଜର ନିୟୋଜନ କରାଯିବ ଏବଂ ପ୍ରଚଳିତ ୫୦୦ଟି ମାଛଧରା ଜାହାଜର ସମ୍ପୂର୍ଣ୍ଣ ଆଧୁନିକୀକରଣ କରାଯିବ ବୋଲି ସେ କହିଛନ୍ତି ।

 

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ,  ମତ୍ସ୍ୟଜୀବୀମାନଙ୍କୁ ଯେଉଁ ସୁବିଧା ସୁଯୋଗ ଦିଆଯାଉଛି, ତାହା ଜାରି ରହିଲେ ଓଡିଶା ଖୁବ୍ ଶୀଘ୍ର ମତ୍ସ୍ୟ ଉତ୍ପାଦନ ଓ ରପ୍ତାନୀରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିବ। ଗଭୀର ସମୁଦ୍ରରେ ମାଛ ଉତ୍ପାଦନ କାର୍ଯ୍ୟକ୍ରମ ଏ କ୍ଷେତ୍ରରେ ଓଡିଶା ପାଇଁ ଖୁବ୍ ସହାୟକ ହେବ ବୋଲି ସେ ମତ ଦେଇଥିଲେ।

ମତ୍ସ୍ୟ, ପ୍ରାଣୀସମ୍ପଦ, ଦୁଗ୍ଧ ଉତ୍ପାଦନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ  କହିଥିଲେ ଯେ ଗଭୀର ସମୁଦ୍ରର ବିପୁଳ ସାମୁଦ୍ରିକ ସମ୍ପଦର ସ୍ଥାୟୀ ଓ ସୁନିୟୋଜିତ ବ୍ୟବହାର ପାଇଁ ଆମେ ବ୍ୟାପକ ସହାୟକ ନୀତିଗତ ସଂସ୍କାରଗୁଡ଼ିକ କାର୍ଯ୍ୟକାରୀ କରିଛୁ।

ଏହି ଜାତୀୟସ୍ତରର ସମାରୋହରେ କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍.ପି. ସିଂହ ବାଘେଲ, ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଭାରତ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ସଚିବ ଡକ୍ଟର ଅଭିଲାଖ୍ ଲିଖୀ ପ୍ରମୁଖ ଉପସ୍ଥିତ ଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions