Connect with us

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମଇ ୨୬ ତାରିଖ ଦିନ ବାତ୍ୟା ୟାସ ଯୋଗୁଁ ଅନେକ ଜିଲ୍ଲାରେ ଫସଲ ନଷ୍ଟ ହେବା ସହିତ ପଶୁସଂପଦ, ମତ୍ସ୍ୟ, ହସ୍ତତନ୍ତ ଓ ରେଶମ ଚାଷ ଆଦି ବିଭିନ୍ନ କ୍ଷେତ୍ରରେ ବ୍ୟାପକ କ୍ଷତି ହୋଇଛି। ଚାଷୀ ମାନଙ୍କର କ୍ଷତି ଭରଣା ପାଇଁ ମୁଖ୍ୟମନ୍ତ୍ରୀ ପ୍ୟାକେଜ ଘୋଷଣା କରି ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

କୃଷିକ୍ଷେତ୍ର
୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଫସଲ ପାଇଁ ଅଣଜଳସେଚିତ ଅଞ୍ଚଳରେ ଛୋଟ ଓ ନାମମାତ୍ର ଚାଷୀ ଙ୍କୁ ହେକ୍ଟର ର ପିଚ୍ଛା ୬୮୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ। ଜଳସେଚିତ ଅଞ୍ଚଳରେ ହେକ୍ଟର ପିଚ୍ଛା ୧୩,୫୦୦ ଟଙ୍କା ଏବଂ ସମସ୍ତ ପ୍ରକାର ସବୁଦିନିଆ ଫସଲ ପାଇଁ ହେକ୍ଟର ପିଚ୍ଛା ୧୮,୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ। ଆମ୍ବ, କାଜୁ, ନଡିଆ, କେତକୀ, ପାନ ଆଦି ଫସଲ ସବୁଦିନିଆ ଫସଲ ଶ୍ରେଣୀରେ ଅନ୍ତର୍ଭୁକ୍ତ। କେବଳ ପ୍ରକୃତ ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯିବ।
• ସବୁଦିନିଆ ଫସଲ ପାଇଁ ଚାଷୀ ମାନଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ସର୍ବନିମ୍ନ ୧୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ମିଳିବ।
• ପ୍ରଭାବିତ ଜିଲ୍ଲାର ଚାଷୀମାନଙ୍କୁ ୨୦୨୧ ଖରିଫ ଋତୁ ପାଇଁ ବର୍ତ୍ତମାନ ଦିଆଯାଉଥିବା ରିହାତିର ଅଧିକ ୨୫ ପ୍ରତିଶତ ରିହାତି ସହିତ ଦେଢ ଲକ୍ଷ କ୍ବିଣ୍ଟାଲ ଉନ୍ନତ ମାନର ପ୍ରାମାଣିକ ଧାନ ବିହନ ଯୋଗାଇ ଦିଆଯିବ। ଏହି ରିହାତି ସିଧାସଳଖ DBT ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଦିଆଯିବ।
• ଖରିଫ ଋତୁରେ ଅଧିକ ଅମଳ ପାଇଁ ଏକ ଲକ୍ଷ ଏକର ଜମି ପାଇଁ ଏକ ଲକ୍ଷ ଚାଷୀଙ୍କୁ ବିହନ ବିଶୋଧନ ପ୍ରଦର୍ଶନ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ।
• ଖରିଫ ଋତୁରେ ଧାନ,ଝୋଟ ଓ ଡାଲିଜାତୀୟ ଫସଲ ପାଇଁ ପ୍ରଭାବିତ ଅଞ୍ଚଳରେ ୨୫ ହଜାର ଏକର ଜମିରେ ପ୍ରଦର୍ଶନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ।
• ଧାଡି ବୁଣା ଓ ଧାଡି ରୁଆ ଆଦି ଉନ୍ନତ ଚାଷ ପ୍ରଣାଳୀ ଅବଲମ୍ବନ କରୁଥିବା ଚାଷୀ ମାନଙ୍କୁ ୩୬ ହଜାର ଏକର ଜମି ପାଇଁ ହେକ୍ଟର ପିଚ୍ଛା ୧୫୦୦ ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ।
• ୬୦,୦୦୦ ହେକ୍ଟର ଜମିରେ ରୋଗପୋକ ମାରିବା ପାଇଁ ଆବଶ୍ୟକତା ଭିତ୍ତିରେ ଇନ୍‌ପୁଟ ସବ୍‌ସିଡି ଚାଷୀ ମାନଙ୍କ ଆକାଉଣ୍ଟକୁ ଦିଆଯିବ।
• ଉନ୍ନତମାନର କୃଷି ଯନ୍ତ୍ରପାତି କିଣିବାପାଇଁ ପ୍ରଭାବିତ ଜିଲ୍ଲାରେ ଚାଷୀ ମାନଙ୍କୁ ୨୦ କୋଟି ଟଙ୍କାର ରିହାତି DBT ଜରିଆଇ ଦିଆଯିବ।
• ପ୍ରଭାବିତ ଅଞ୍ଚଳରେ ଚାଷୀ ମାନଙ୍କୁ ରିହାତି ଦରରେ ୨୦୦୦ ପମ୍ପସେଟ୍‌ ଓ ୩୦୦୦ ସ୍ପ୍ରେୟର ଯୋଗାଇ ଦିଆଯିବ। ପମ୍ପସେଟ୍‌ ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୧୫,୦୦୦ ଟଙ୍କା, ପାୱାର ସ୍ପ୍ରେୟର ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୩୮୦୦ ଟଙ୍କା ଓ ହାତରେ ଚାଲୁଥିବା ସ୍ପ୍ରେୟର ପାଇଁ ସର୍ବାଧିକ ୭୫୦ ଟଙ୍କା ରିହାତି ଦିଆଯିବ।
• ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ କେତେକ ସ୍ଥାନରେ ଜମିରେ ଲୁଣି ପାଣି ମାଡିଯାଇଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି। ତେଣୁ ଏପରି ଜମିର ପୋଷକତତ୍ତ୍ବର ପରିଚାଳନା ଓ ମାଟିର ମାନରେ ଉନ୍ନତି ପାଇଁ (Nutrient Management & Soil Ameliorants) ହେକ୍ଟର ପିଚ୍ଛା ୭୫୦ ଟଙ୍କା ସହାୟତା ଦିଆଯିବ। ସମୁଦାୟ ୧୦ ହଜାର ହେକ୍ଟର ଜମି ପାଇଁ ସହାୟତା ପ୍ରଦାନ କରାଯିବ।
• ପାନବରଜ ଚାଷ କରୁଥିବା ୧୨୫ ଜଣ ଚାଷୀଙ୍କୁ ଜଣ ପିଚ୍ଛା ୧୫,୦୦୦ ଟଙ୍କା ପ୍ରୋତ୍ସାହନ ରାଶି DBT ଜରିଆରେ ଦିଆଯିବ।
• ୧୦ ହଜାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସେମାନଙ୍କ ବାଡିରେ ପରିବା ଚାଷ ପାଇଁ ଉନ୍ନତ ମାନର ଚାରା ୧୧୫ ଟଙ୍କାରେ ଯୋଗାଇ ଦିଆଯିବ।
• ବାତ୍ୟାରେ କ୍ଷତିଗ୍ରସ୍ତ ୫୦ଟି ଛତୁ ଚାଷ ୟୁନିଟ୍‌କୁ ୪୦,୦୦୦ ଟଙ୍କା ଲେଖାଏ ଯୋଗାଇ ଦିଆଯିବ । ଏଥିରେ କ୍ଷତିଗ୍ରସ୍ତ ଚାଷୀମାନେ ସେମାନଙ୍କ ଛତୁ ଚାଷ ୟୁନିଟର ପୁନରୁଦ୍ଧାର କରିପାରିବେ । ଏହି ସହାୟତା ଚାଷୀର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ପ୍ରଦାନ କରାଯିବ ।
• କ୍ଷତିଗ୍ରସ୍ତ ଅଞ୍ଚଳର ଚାଷୀ ମାନଙ୍କୁ କିଟ୍‌ ପିଚ୍ଛା ୧୧୦ ଟଙ୍କାର ୧୦ ହଜାର ପରିବା ମିନି କିଟ୍‌ ମାଗଣାରେ ଯୋଗାଇ ଦିଆଯିବ।
• ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜାନାରେ ବୀମାଭୁକ୍ତ ହୋଇଥିବା କ୍ଷତିଗ୍ରସ୍ତ ଚାଷୀ ମାନଙ୍କର ଦାବୀ ଯେପରି ସମାଧାନ ହୋଇପାରିବ, ସେଥିପାଇଁ ଫସଲ କଟା ରିପୋର୍ଟ ତ୍ବରାନ୍ବିତ ଭାବରେ ପ୍ରସ୍ତତ କରିବା ପାଇଁ ପଦକ୍ଷେପ ନିଆଯିବ।
• କ୍ଷତିଗ୍ରସ୍ତ ଅଞ୍ଚଳର ୩୩ ପ୍ରତିଶତରୁ ଅଧିକ କ୍ଷତି ସହିଥିବା ଚାଷୀମାନଙ୍କର ସ୍ବଳ୍ପ ମିଆଦୀ ଖରିଫ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ।

ପଶୁସଂପଦ ବିକାଶ କ୍ଷେତ୍ର –
• ବାତ୍ୟାରେ ଦୁଧିଆଳୀ ଗାଇ, ମଇଁଷି. ଛେଳି, ମେଣ୍ଢା ଓ କୁକୁଡା ହରାଇଥିବା ଚାଷୀ ମାନଙ୍କୁ ମଧ୍ୟ ସହାୟତା ପ୍ରଦାନ କରାଯିବ। ଦୁଧିଆଳୀ ଗାଇ ଓ ମଇଁଷି ପାଇଁ ୩୦,୦୦୦ ଟଙ୍କା ସହାୟତା ଘୋଷଣା କରାଯାଇଥିବା ବେଳେ, ଖୀର ଦେଉ ନଥିବା ପ୍ରାଣୀ ମାନଙ୍କ ପାଇଁ ୨୫,୦୦୦ ଟଙ୍କା ସହାୟତା (ସର୍ବାଧିକ ୩ଟି ପାଇଁ) ଦିଆଯିବ । ସେହିପରି ସର୍ବାଧିକ ୬ଟି ବାଛୁରୀ ପାଇଁ – ପ୍ରତି ବାଛୁରୀ ପାଇଁ ୧୬,୦୦୦ ଟଙ୍କା, ୩୦ଟି ଛେଳି/ମେଣ୍ଢା ପର୍ଯ୍ୟନ୍ତ ୩୦୦୦ ଟଙ୍କା ଏବଂ ପ୍ରତି କୁକୁଡା ପିଚ୍ଛା ୫୦ ଟଙ୍କା ଲେଖାଏ, ସର୍ବାଧିକ ୫୦୦୦ ଟଙ୍କା ଲେଖାଏ ପ୍ରତି କ୍ଷତିଗ୍ରସ୍ତ ଚାଷୀଙ୍କୁ ଦିଆଯିବ।
• ବାତ୍ୟାରେ ଭାଙ୍ଗି ଯାଇଥିବା ଗୁହାଳର ପୁନନିର୍ମାଣ ପାଇଁ ୨୧୦୦ ଟଙ୍କା ସହାୟତା ଦିଆଯିବ।
• ବାତ୍ୟାରେ କ୍ଷତିଗ୍ରସ୍ତ ମତ୍ସ୍ୟ ଚାଷୀଙ୍କୁ ସେମାନଙ୍କର ଆଂଶିକ ଭାବରେ ଭାଙ୍ଗିଥିବା ଡଙ୍ଗାର ମରାମତି ପାଇଁ ୪୧୦୦ ଟଙ୍କା ଲେଖାଏ, ଆଂଶିକ ଭାବରେ କ୍ଷତିଗ୍ରସ୍ତ ମାଛଧରା ଜାଲ ମରାମତି ପାଇଁ ୨୧୦୦ ଟଙ୍କା ଲେଖାଏ, ପୁରା ଭାଙ୍ଗିଯାଇଥିବା ଡଙ୍ଗା ନିର୍ମାଣ ପାଇଁ ୯୬୦୦ ଟଙ୍କା ଲେଖାଏ ଏବଂ ପୁରା ନଷ୍ଟ ହୋଇଯାଇଥିବା ମାଛଧରା ଜାଲ କ୍ଷେତ୍ରରେ ୨୬୦୦ ଟଙ୍କା ସହାୟତା ପ୍ରଦାନ କରାଯିବ।
• ବାତ୍ୟାରେ ପଟୁ ମାଟି ମାଡି ଯାଇଥିବା ମାଛ ଚାଷ ଫାର୍ମ/ ମାଛ ବିହନ ଫାର୍ମର ପୁନରୁଦ୍ଧାର ପାଇଁ ହେକ୍ଟର ପିଚ୍ଛା ୧୨,୨୦୦ ଟଙ୍କା ଏବଂ କ୍ଷତିଗ୍ରସ୍ତ ମାଛ ବିହନ ଫାର୍ମ ପାଇଁ ହେକ୍ଟର ପିଚ୍ଛା ୮୨୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଭାବରେ ଯୋଗାଇ ଦିଆଯିବ।
• ବାତ୍ୟାରେ ମଧ୍ୟ ଅନେକ ହସ୍ତତନ୍ତ ଓ ହସ୍ତଶିଳ୍ପ କାରିଗର କ୍ଷତିଗ୍ରସ୍ତ ହୋଇଛନ୍ତି । ତେଣୁ କ୍ଷତିଗ୍ରସ୍ତ କାରିଗର ମାନଙ୍କୁ ସେମାନଙ୍କର ଉପକରଣ ପାଇଁ ୪୧୦୦ ଟଙ୍କା ଲେଖାଏ ଏବଂ ନଷ୍ଟ ହୋଇଥିବା କଂଚା ମାଲ ତଥା ତିଆରି ହୋଇଥିବା ଜିନିଷ ପାଇଁ ପ୍ରତି କାରିଗରଙ୍କୁ ୪୧୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ।
• ଏରି, ମଲବେରୀ ଓ ଟସର ଚାଷୀ ମାନଙ୍କ ପାଇଁ ଇନ୍‌ପୁଟ ସବ୍‌ସିଡି ଭାବରେ ହେକ୍ଟର ପିଚ୍ଛା ୪୮୦୦ ଟଙ୍କା ଏବଂ ମୁଗା ଚାଷୀଙ୍କ ପାଇଁ ହେକ୍ଟର ପିଚ୍ଛା ୬୦୦୦ ଟଙ୍କା ଲେଖାଏ ସହାୟତା ଦିଆଯିବ।
• କ୍ଷତିଗ୍ରସ୍ତ ଲୋକଙ୍କୁ ରୋଜଗାର ଯୋଗାଇବା ପାଇଁ MGNREGS ଯୋଜନାରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ । ଏଥିରେ ଗ୍ରାମ ପଂଚାୟତ ରାସ୍ତା, ଖେଳ ପଡିଆ, କେନାଲ, ମାଟିବନ୍ଧ ଆଦିର ମରାମତି ଓ ରକ୍ଷଣାବେକ୍ଷଣ ସହିତ ଗାଇଗୁହାଳ, ଛେଳି ଗୁହାଳ ଓ ଗୋଖାଦ୍ୟ ଚାଷ ଉପରେ ମଧ୍ୟ ଗୁରୁତ୍ବ ଦିଆଯିବ।
ଯୋଗ୍ୟ ହିତାଧିକାରୀଙ୍କୁ SDRF/NDRF ନିୟମ ଅନୁଯାୟୀ ଗୃହ ନିର୍ମାଣ ଓ ଅନ୍ୟ ସହାୟତା ପ୍ରଦାନ କରାଯିବ।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଗଙ୍ଗାଧର ବିଷୋୟୀ ଓଡ୍ର ଖଣ୍ଡାୟତ କାଳଞୀ ସମାଜ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି

Published

on

ବୁଗୁଡ଼ା :  ଓଡ୍ର ଖଣ୍ଡାୟତ କାଳଁଞୀ ସମାଜର କେନ୍ଦ୍ରୀୟ ପରିଷଦ ପକ୍ଷରୁ ଆଜି ବେତାରସିଙ୍ଗି ଅଂଚଳ ପରିଷଦର ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବୁଗୁଡ଼ା-ଭଞ୍ଜନଗର ଅଂଚଳର ଜଣାଶୁଣା ଲୋକପ୍ରିୟ ଜନନେତା ଗଙ୍ଗାଧର ବିଷୋୟୀଙ୍କୁ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି ଭାବେ ମନୋନୀତ କରାଯଇଛି l

ଅଞ୍ଚଳ ପରିଷଦର ଉପସଭାପତି ଭାବେ ଅନ୍ତର୍ଯ୍ୟାମୀ ସ୍ଵାଇଁ, ସମ୍ପାଦକ ଭାବେ ଅମ୍ବିକା ପ୍ରସାଦ ବିଷୋୟୀ, ସଂଗଠନ ସମ୍ପାଦକ ଭାବେ ଯୋଗୀ ନାହାକ,ସଂଗଠକ ଭାବେ ଲକ୍ଷ୍ମଣ ସ୍ଵାଇଁ, ଓ ଉପଦେଷ୍ଟା ଭାବେ ଗନ୍ଧର୍ବ ସେନ୍ ଭୂୟା ସର୍ବ ସମ୍ମତି ଭାବେ ନିର୍ବାଚିତ ହୋଇଛନ୍ତି l

ବୈଠକରେ କେନ୍ଦ୍ର ପରିଷଦ ସଭାପତି ସନ୍ତୋଷ କୁମାର ଜେନା, ଉପସଭାପତି ବୃନ୍ଦାବନ ଖଟେଇ, ସମ୍ପାଦକ ନୀଳାଚଳ ପୋଲେଇ, ଉପଦେଷ୍ଟା କାଳୀଚରଣ ନାୟକ, ଆସିକା ଅଞ୍ଚଳ ସଭାପତି ନରହରି ବିଶୋଇ, ସମ୍ପାଦକ ଯୋଗେନ୍ଦ୍ର ପ୍ରଧାନ, ସିଦ୍ଧେଶ୍ୱର ଅଞ୍ଚଳ ସଭାପତି ଯୋଗେନ୍ଦ୍ର ବିଶୋଇ, ଆଠଗଡ ସଭାପତି ସୂର୍ଯ୍ୟ ନାରାୟଣ ଭୂୟା ,ସମ୍ପାଦକ ରାଧାଶ୍ୟାମ ଜେନା, ଉପଦେଷ୍ଟା ପଦ୍ମଚରଣ ଜେନା, କଇଁଡି ଅଞ୍ଚଳ ସଭାପତି ଜଗବନ୍ଧୁ ଜେନା, ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ କେନ୍ଦ୍ର ସଭାପତି ହରିହର ପ୍ରଧାନଙ୍କ ସମେତ ଗ୍ରାମମଣ୍ଡଳ,ଅଞ୍ଚଳ ଓ 19 ଖଣ୍ଡ ଗ୍ରାମର ସମାଜ ଭାଇମାନେ ଉପସ୍ଥିତ ଥିଲେ l

ନବ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ କୂଳ ଦେବତାଙ୍କ ନିକଟରେ ଶପଥ ପାଠ କରାଯାଇଥିଲା l

ନୂତନ କମିଟି ଅଞ୍ଚଳରେ ସମାଜ ଭାଇଙ୍କ ଶିକ୍ଷା, ଆର୍ଥିକ ଉନ୍ନତି, ଗରିବ, ବୃଦ୍ଧ ବୃଦ୍ଧା ଙ୍କ କଲ୍ୟାଣ ସୁରକ୍ଷା ,ନାରୀ ସୁରକ୍ଷା ଉପରେ ଗୁରୁତ୍ଵ ଦେଇଥିଲେ l ଅଞ୍ଚଳରେ ବର୍ତ୍ତମାନ ଶୂନ୍ୟ ଅଭିଯୋଗ ଘୋଷଣା କରାଯାଇଛି l ଶେଷରେ ନବ ନିର୍ବାଚିତ ସଭାପତି ଗଙ୍ଗାଧର ବିଶୋଇ ଧନ୍ୟବାଦ ପ୍ରଦାନ କରିଥିଲେ l

Continue Reading

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions