Connect with us

ଭୁବନେଶ୍ୱର: ଓଡିଶା ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ଅମରେଶ ପତ୍ରୀ ସୋମବାର ବାଙ୍କୀ ବିଧାୟକ ଦେବୀ ରଂଜନ ତ୍ରିପାଠୀଙ୍କ ସହିତ କଟକ ଜିଲ୍ଲା ବାଙ୍କୀ ବିଧାନସଭା ମଣ୍ଡଳୀ ଗସ୍ତ କରି କ୍ଷେତ୍ର ପରିଦର୍ଶନ ପୂର୍ବକ କୃଷକ ଏବଂ ପାଣି ପଂଚାୟତ ସଦସ୍ୟମାନଙ୍କ ସହିତ ଆଲୋଚନା କରିଥିଲେ । ବାଙ୍କୀ ବ୍ଲକ ଓ ବାଙ୍କୀ-ଡମପଡା ବ୍ଲକର ବିଭିନ୍ନ ଅଂଚଳରେ କାର୍ଯ୍ୟକାରୀ ହେଉଥିବା ଉଠା ଜଳସେଚନ ପ୍ରକଳ୍ପରୁ କୃଷକମାନେ କିପରି ଉପକୃତ ହେଉଛନ୍ତି ସେ ସମ୍ପର୍କରେ ଜାଣିବା ପାଇଁ ନିଜେ ବିଭିନ୍ନ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରିବା ସହିତ ଏହି ସବୁ ପ୍ରକଳ୍ପ ଦ୍ୱାରା ସେମାନେ କିପରି ଅଧିକରୁ ଅଧିକ ଉପକୃତ ହୋଇପାରିବେ, ସେ ସଂପର୍କରେ ଅନୁଧ୍ୟାନ କରିଥିଲେ ।

କୃଷକମାନଙ୍କୁ କୃଷି ପାଇଁ ଜଳ ଯୋଗାଣ ନିମନ୍ତେ ସୁବିଧା କରିବା ପାଇଁ ଯେଉଁ ସବୁ ସମସ୍ୟା ରହୁଛି, ବିଶେଷ କରି ଅଚଳ ରହିଥିବା ପ୍ରକଳ୍ପର ମରାମତି, ପ୍ରକଳ୍ପଗୁଡିକର ରକ୍ଷଣାବେକ୍ଷଣରେ ରହିଥିବା ସମସ୍ୟାର ସମାଧାନ କରିବା ପାଇଁ ଓଏଲଆଇ ସି ଅଧ୍ୟକ୍ଷ ଶ୍ରୀ ପତ୍ରୀ ସଂପୃକ୍ତ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ କୃଷିର ବିକାଶ ଓ କୃଷକମାନଙ୍କର କଲ୍ୟାଣକୁ ସର୍ବାଧିକ ଗୁରୁତ୍ୱ ଦେଉଥିବାବେଳେ ବାଙ୍କୀର କୃଷକମାନଙ୍କ ପାଇଁ ପାଣି ପଂଚାୟତ ଜରିଆରେ ତଥା ଉଠା ଜଳସେଚନ ସୁବିଧା ମାଧ୍ୟମରେ ଜଳଯୋଗାଣ ପାଇଁ ଆବଶ୍ୟକ ପଦକ୍ଷେପ ସଂପର୍କରେ ପତ୍ରୀ ଗୁରୁତ୍ୱାରୋପ କରିଥିଲେ ।

ଏହି ଗସ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟ ମାନସ କୁମାର ମହାପାତ୍ର, ତ୍ରିଲୋଚନ ରାଉତ, ବାଙ୍କୀ ସମବାୟ ସମିତିର ପୂର୍ବତନ ଅଧ୍ୟକ୍ଷ ତଥା ପୂର୍ବତନ ନିର୍ଦ୍ଦେଶକ ଗତିକୃଷ୍ଣ ସ୍ୱାଇଁ, ବାଙ୍କୀର କେନ୍ଦ୍ର ସମବାୟ ବ୍ୟାଙ୍କର ପୂର୍ବତନ ସଭାପତି ସୁବସ ଚନ୍ଦ୍ର ପାଢୀ, କୁସୁପାଙ୍ଗୀ ଗ୍ରାମ ପଂଚାୟତର ସମିତି ସଭ୍ୟ ଅଜିତ୍ କୁମାର ଜେନା, ସାମାଜସେବୀ(ତେନ୍ତୁଳିଆ) ପୂର୍ଣ୍ଣଚନ୍ଦ୍ର ନାୟକ, ସମାଜସେବୀ ବିକାଶ ମହାରଣା, ବନ୍ଦାଳର ପୂର୍ବତନ ସରପଂଚ ସୌମେନ୍ଦ୍ର ସାମଲ, ଗୋପାଳପୁର ପୂର୍ବତନ ପଂଚାୟତ ସମିତି ସଭ୍ୟ ଦିବାକର ପଟ୍ଟନାୟକ, ଉଠା ଜଳ ସେଚନ କଟକ ସର୍କଲ ଅଧିକ୍ଷଣ ଯନ୍ତ୍ରୀ ମାନସ ରଂଜନ ପଟ୍ଟନାୟକ, କଟକ ଉଠାଜଳ ସେଚନ ଡିଭିଜନ ନିର୍ବାହୀ ଯନ୍ତ୍ରୀ ପବିତ୍ର ପରିଡା, ବାଙ୍କୀ ଓ ଆଠଗଡର ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ମିଶ୍ର, ସହକାରୀ ଯନ୍ତ୍ରୀ(ବିଦ୍ୟୁତ୍‌), ଉଠା ଜଳ ସେଚନ ସେକ୍ସନ ବାଙ୍କୀ, ବଂଶୀଧର ଦାଶ, ସହକାରୀ ଯନ୍ତ୍ରୀ(ସିଭିଲ), ଉଠା ଜଳ ସେଚନ ସେକ୍ସନ , ସୁବର୍ଣ୍ଣପୁର, ମନୋରଂଜନ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଗଙ୍ଗାଧର ବିଷୋୟୀ ଓଡ୍ର ଖଣ୍ଡାୟତ କାଳଞୀ ସମାଜ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି

Published

on

ବୁଗୁଡ଼ା :  ଓଡ୍ର ଖଣ୍ଡାୟତ କାଳଁଞୀ ସମାଜର କେନ୍ଦ୍ରୀୟ ପରିଷଦ ପକ୍ଷରୁ ଆଜି ବେତାରସିଙ୍ଗି ଅଂଚଳ ପରିଷଦର ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବୁଗୁଡ଼ା-ଭଞ୍ଜନଗର ଅଂଚଳର ଜଣାଶୁଣା ଲୋକପ୍ରିୟ ଜନନେତା ଗଙ୍ଗାଧର ବିଷୋୟୀଙ୍କୁ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି ଭାବେ ମନୋନୀତ କରାଯଇଛି l

ଅଞ୍ଚଳ ପରିଷଦର ଉପସଭାପତି ଭାବେ ଅନ୍ତର୍ଯ୍ୟାମୀ ସ୍ଵାଇଁ, ସମ୍ପାଦକ ଭାବେ ଅମ୍ବିକା ପ୍ରସାଦ ବିଷୋୟୀ, ସଂଗଠନ ସମ୍ପାଦକ ଭାବେ ଯୋଗୀ ନାହାକ,ସଂଗଠକ ଭାବେ ଲକ୍ଷ୍ମଣ ସ୍ଵାଇଁ, ଓ ଉପଦେଷ୍ଟା ଭାବେ ଗନ୍ଧର୍ବ ସେନ୍ ଭୂୟା ସର୍ବ ସମ୍ମତି ଭାବେ ନିର୍ବାଚିତ ହୋଇଛନ୍ତି l

ବୈଠକରେ କେନ୍ଦ୍ର ପରିଷଦ ସଭାପତି ସନ୍ତୋଷ କୁମାର ଜେନା, ଉପସଭାପତି ବୃନ୍ଦାବନ ଖଟେଇ, ସମ୍ପାଦକ ନୀଳାଚଳ ପୋଲେଇ, ଉପଦେଷ୍ଟା କାଳୀଚରଣ ନାୟକ, ଆସିକା ଅଞ୍ଚଳ ସଭାପତି ନରହରି ବିଶୋଇ, ସମ୍ପାଦକ ଯୋଗେନ୍ଦ୍ର ପ୍ରଧାନ, ସିଦ୍ଧେଶ୍ୱର ଅଞ୍ଚଳ ସଭାପତି ଯୋଗେନ୍ଦ୍ର ବିଶୋଇ, ଆଠଗଡ ସଭାପତି ସୂର୍ଯ୍ୟ ନାରାୟଣ ଭୂୟା ,ସମ୍ପାଦକ ରାଧାଶ୍ୟାମ ଜେନା, ଉପଦେଷ୍ଟା ପଦ୍ମଚରଣ ଜେନା, କଇଁଡି ଅଞ୍ଚଳ ସଭାପତି ଜଗବନ୍ଧୁ ଜେନା, ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ କେନ୍ଦ୍ର ସଭାପତି ହରିହର ପ୍ରଧାନଙ୍କ ସମେତ ଗ୍ରାମମଣ୍ଡଳ,ଅଞ୍ଚଳ ଓ 19 ଖଣ୍ଡ ଗ୍ରାମର ସମାଜ ଭାଇମାନେ ଉପସ୍ଥିତ ଥିଲେ l

ନବ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ କୂଳ ଦେବତାଙ୍କ ନିକଟରେ ଶପଥ ପାଠ କରାଯାଇଥିଲା l

ନୂତନ କମିଟି ଅଞ୍ଚଳରେ ସମାଜ ଭାଇଙ୍କ ଶିକ୍ଷା, ଆର୍ଥିକ ଉନ୍ନତି, ଗରିବ, ବୃଦ୍ଧ ବୃଦ୍ଧା ଙ୍କ କଲ୍ୟାଣ ସୁରକ୍ଷା ,ନାରୀ ସୁରକ୍ଷା ଉପରେ ଗୁରୁତ୍ଵ ଦେଇଥିଲେ l ଅଞ୍ଚଳରେ ବର୍ତ୍ତମାନ ଶୂନ୍ୟ ଅଭିଯୋଗ ଘୋଷଣା କରାଯାଇଛି l ଶେଷରେ ନବ ନିର୍ବାଚିତ ସଭାପତି ଗଙ୍ଗାଧର ବିଶୋଇ ଧନ୍ୟବାଦ ପ୍ରଦାନ କରିଥିଲେ l

Continue Reading

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions