Connect with us

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ବର ଏ.ଜି ଛକରେ ଥିବା ଓ.ଏସ୍.ଆଇ.ଟି.ସି ର ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ର ଯାତ୍ରା ଶୁଭାରମ୍ଭ କରିଛନ୍ତି ।

ଯାତ୍ରୀ ମାନଙ୍କୁ ଆରାମଦାୟକ ଅନୁଭୂତି ପ୍ରଦାନ କରିବା ପାଇଁ ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା ସଂଯୁକ୍ତ କରାଯାଇଛି ।

ସୁରକ୍ଷା ପାଇଁ ସି.ସି ଟିଭି କ୍ୟାମେରା, ଆରାମଦାୟକ ସିଟ୍, ଆପାତ୍ତକାଳୀନ ବଟନ୍, vehicle tracking system, ଅଗ୍ନି ନିର୍ବାପକ ବ୍ୟବସ୍ଥା, ବସ୍‌ ମଧ୍ୟରେ ଯାତ୍ରୀ ମାନଙ୍କୁ ବିଭିନ୍ନ ସୂଚନା ପ୍ରଦାନ ନିମନ୍ତେ system ITMS ଭଳି ବିଭିନ୍ନ ବୈଷୟିକ ଜ୍ଞାନକୌଶଳଯୁକ୍ତ ସୁବିଧା ରହିଛି ।

ଏହି ବସ୍‌ ଗୁଡିକ ଆନ୍ତଃରାଜ୍ୟ ବସ୍‌ ପରିବହନରେ ମଧ୍ୟ ନିୟୋଜିତ ହେବ।

ସୂଚନାଯୋଗ୍ୟ ଯେ ନିଗମ ପକ୍ଷରୁ ଚଳାଚଳ କରିବାକୁ ଥିବା ୧୮୦ଟି ନୂଆ ବସ୍‌ ମଧ୍ୟରୁ ଆଜି ୧୧୦ଟିର ଶୁଭାରମ୍ଭ ହୋଇଥିବା ବେଳେ, ଆଉ ୭୦ଟି ବସ୍‌ ଖୁବଶୀଘ୍ର ଚଳାଚଳ କରିବ ।

ବର୍ତ୍ତମାନ ଓ.ଏସ୍.ଆଇ.ଟି.ସି ପକ୍ଷରୁ ୨୮ଟି ଜିଲ୍ଲାରେ ତଥା ୪୩ଟି ଆନ୍ତଃରାଜ୍ୟ ମାର୍ଗରେ ୩୯୮ଟି ବସ୍‌ ଆନ୍ଧ୍ରପ୍ରଦେଶ, ପଶ୍ଚିମବଂଗ, ଝାରଖଣ୍ଡ ଓ ଛତିଶଗଡକୁ ସଂଯୋଗ କରୁଛି । ଆଜି ଯାତ୍ରା ଆରମ୍ଭ କରିଥିବା ୧୧୦ଟି ବସ୍‌ ଗୁଡିକ ଭଲ୍‌ବୋ, AC Uttra Delux, Non-AC Delux ତଥା Non-AC High Comfort bus ଅନ୍ତର୍ଭୁକ୍ତ ଅଟେ ।

ପରେ ମୁଖ୍ୟମନ୍ତ୍ରୀ ପଟିଆ ଯାଇ ପଟିଆ ଓ ଭଗବାନପୁର ଠାରେ ମୋ ବସ୍‌ର ଦୁଇଟି ଡିପୋ ଉଦ୍‌ଘାଟନ କରିଥିଲେ । ଏହି ଅତ୍ୟାଧୁନିକ ଡିପୋ ଦୁଇଟିରେ ମେସିନ୍‌ ଜରିଆରେ ବସ୍ ପରିଷ୍କାର କରିବା ସହିତ ବସ୍ ଗୁଡିକରେ ତେଲ ପକାଇବାର ସୁବିଧା ମଧ୍ୟ କରାଯାଇଛି।

ପରେ ମୁଖ୍ୟମନ୍ତ୍ରୀ ପୋଖରୀପୁଟ ଠାରେ ରାଜ୍ୟ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ନବନିର୍ମିତ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଉଦ୍‌ଘାଟନ କରିଥିଲେ । ୧୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରତିଷ୍ଠାନରେ ସମସ୍ତ ପ୍ରକାର ଅକ୍ଷମତାର ପରୀକ୍ଷା, ଚିକିତ୍ସା, ଗତିଶୀଳତାର ତାଲିମ, ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା, ଚିତ୍ରକଳା, ନୃତ୍ୟଗୀତ ତାଲିମ ତଥା ବୃତ୍ତିଗତ ଶିକ୍ଷା ଓ ବିଭିନ୍ନ ପ୍ରକାର ପରାମର୍ଶ ର ବନ୍ଦୋବସ୍ତ କରାଯାଇଛି । ଏହି ପ୍ରତିଷ୍ଠାନରେ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ୧୦୦ ଜଣ ଭିନ୍ନକ୍ଷମ ପିଲାଙ୍କର ରହଣୀର ସୁବନ୍ଦୋବସ୍ତ କରାଯାଇଛି । ଏଠାରେ ପିଲାମାନଙ୍କର ଅଭିଭାବକ ମଧ୍ୟ ପିଲାମାନଙ୍କ ସହିତ ରହି ଚିକିତ୍ସା କରାଇ ପାରିବେ । ଏହି କେନ୍ଦ୍ରରେ ଉନ୍ନତମାନର ଯନ୍ତ୍ରପାତିର ସୁବିଧା ମଧ୍ୟ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଓଟିଡଡିସିର ନୂତନ ରେଷ୍ଟୁରାଣ୍ଟ ନିମନ୍ତ୍ରଣର ଶୁଭ ଉଦଘାଟନ କରିଥିଲେ। ଭୁବନେଶ୍ୱର ରମାଦେବୀ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଥିବା ଏହି ରେଷ୍ଟୁରାଣ୍ଟରେ ଖାଣ୍ଟି ଓଡ଼ିଆ ଖାଦ୍ୟ ପରିବେଷଣ କରାଯିବ। ନିମନ୍ତ୍ରଣ ରେଷ୍ଟୁରାଣ୍ଟର ଶାଖା ଖୁବ ଶୀଘ୍ର ପୁରୀ ଓ ସମ୍ବଲପୁରରେ ଖୋଲିବ ବୋଲି ଓଟିଡିସି ଅଧଃକ୍ଷା ଶ୍ରୀମୟୀ ମିଶ୍ର କହିଛନ୍ତି।

ଏହିସବୁ କାର୍ଯ୍ୟକ୍ରମରେ ମନ୍ତ୍ରୀ  ପଦ୍ମନାଭ ବେହେରା, ମନ୍ତ୍ରୀ  ପ୍ରତାପ ଜେନା, ମନ୍ତ୍ରୀ  ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ମନ୍ତ୍ରୀ  ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ  ଅନନ୍ତ ନାରାୟଣ ଜେନା, ବିଧାୟକ ସୁଷାନ୍ତ ରାଉତ, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଗଙ୍ଗାଧର ବିଷୋୟୀ ଓଡ୍ର ଖଣ୍ଡାୟତ କାଳଞୀ ସମାଜ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି

Published

on

ବୁଗୁଡ଼ା :  ଓଡ୍ର ଖଣ୍ଡାୟତ କାଳଁଞୀ ସମାଜର କେନ୍ଦ୍ରୀୟ ପରିଷଦ ପକ୍ଷରୁ ଆଜି ବେତାରସିଙ୍ଗି ଅଂଚଳ ପରିଷଦର ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବୁଗୁଡ଼ା-ଭଞ୍ଜନଗର ଅଂଚଳର ଜଣାଶୁଣା ଲୋକପ୍ରିୟ ଜନନେତା ଗଙ୍ଗାଧର ବିଷୋୟୀଙ୍କୁ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି ଭାବେ ମନୋନୀତ କରାଯଇଛି l

ଅଞ୍ଚଳ ପରିଷଦର ଉପସଭାପତି ଭାବେ ଅନ୍ତର୍ଯ୍ୟାମୀ ସ୍ଵାଇଁ, ସମ୍ପାଦକ ଭାବେ ଅମ୍ବିକା ପ୍ରସାଦ ବିଷୋୟୀ, ସଂଗଠନ ସମ୍ପାଦକ ଭାବେ ଯୋଗୀ ନାହାକ,ସଂଗଠକ ଭାବେ ଲକ୍ଷ୍ମଣ ସ୍ଵାଇଁ, ଓ ଉପଦେଷ୍ଟା ଭାବେ ଗନ୍ଧର୍ବ ସେନ୍ ଭୂୟା ସର୍ବ ସମ୍ମତି ଭାବେ ନିର୍ବାଚିତ ହୋଇଛନ୍ତି l

ବୈଠକରେ କେନ୍ଦ୍ର ପରିଷଦ ସଭାପତି ସନ୍ତୋଷ କୁମାର ଜେନା, ଉପସଭାପତି ବୃନ୍ଦାବନ ଖଟେଇ, ସମ୍ପାଦକ ନୀଳାଚଳ ପୋଲେଇ, ଉପଦେଷ୍ଟା କାଳୀଚରଣ ନାୟକ, ଆସିକା ଅଞ୍ଚଳ ସଭାପତି ନରହରି ବିଶୋଇ, ସମ୍ପାଦକ ଯୋଗେନ୍ଦ୍ର ପ୍ରଧାନ, ସିଦ୍ଧେଶ୍ୱର ଅଞ୍ଚଳ ସଭାପତି ଯୋଗେନ୍ଦ୍ର ବିଶୋଇ, ଆଠଗଡ ସଭାପତି ସୂର୍ଯ୍ୟ ନାରାୟଣ ଭୂୟା ,ସମ୍ପାଦକ ରାଧାଶ୍ୟାମ ଜେନା, ଉପଦେଷ୍ଟା ପଦ୍ମଚରଣ ଜେନା, କଇଁଡି ଅଞ୍ଚଳ ସଭାପତି ଜଗବନ୍ଧୁ ଜେନା, ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ କେନ୍ଦ୍ର ସଭାପତି ହରିହର ପ୍ରଧାନଙ୍କ ସମେତ ଗ୍ରାମମଣ୍ଡଳ,ଅଞ୍ଚଳ ଓ 19 ଖଣ୍ଡ ଗ୍ରାମର ସମାଜ ଭାଇମାନେ ଉପସ୍ଥିତ ଥିଲେ l

ନବ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ କୂଳ ଦେବତାଙ୍କ ନିକଟରେ ଶପଥ ପାଠ କରାଯାଇଥିଲା l

ନୂତନ କମିଟି ଅଞ୍ଚଳରେ ସମାଜ ଭାଇଙ୍କ ଶିକ୍ଷା, ଆର୍ଥିକ ଉନ୍ନତି, ଗରିବ, ବୃଦ୍ଧ ବୃଦ୍ଧା ଙ୍କ କଲ୍ୟାଣ ସୁରକ୍ଷା ,ନାରୀ ସୁରକ୍ଷା ଉପରେ ଗୁରୁତ୍ଵ ଦେଇଥିଲେ l ଅଞ୍ଚଳରେ ବର୍ତ୍ତମାନ ଶୂନ୍ୟ ଅଭିଯୋଗ ଘୋଷଣା କରାଯାଇଛି l ଶେଷରେ ନବ ନିର୍ବାଚିତ ସଭାପତି ଗଙ୍ଗାଧର ବିଶୋଇ ଧନ୍ୟବାଦ ପ୍ରଦାନ କରିଥିଲେ l

Continue Reading

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions