Connect with us

ଭୁବନେଶ୍ୱର:ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରିବାପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବୁଧବାର ଅନେକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ସେମାନଙ୍କ ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବ୍ୟବସ୍ଥା ସହିତ ସୁଧ ରିହାତି ପ୍ରଦାନ, ଅନ୍‌ ଲାଇନ ମାର୍କେଟ ବ୍ୟବସ୍ଥାର ଶୁଭାରମ୍ଭ, କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କ ପୋଷାକ ପାଇଁ ଭତ୍ତା ଘୋଷଣା, ଫେଡେରେସନ ଇସି ମେମ୍ବର ମାନଙ୍କ ବୈଠକ ବାବଦ ଦେୟ ଓ ଗସ୍ତ ପାଇଁ ଭତ୍ତା ଘୋଷଣା, ଜିଲ୍ଲା ସ୍ତରରେ ମିଶନ ଶକ୍ତି ଗଠନ ପାଇଁ ପ୍ରତ୍ୟେକ ଜିଲ୍ଲାକୁ ଏକ କୋଟି ଟଙ୍କା ଲେଖାଏ ଘୋଷଣା ଆଦି ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ତୃଣମୂଳ ସ୍ତରରେ ମିଶନ ଶକ୍ତି ଆନ୍ଦୋଳନ ଆହୁରି ଜୋରଦାର ହେବା ସହିତ ଆର୍ଥିକ ଦୃଷ୍ଟିରୁ ଅଧିକ ସଶକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି ଯେ ମା ମାନଙ୍କ ସଶକ୍ତିକରଣ ବିନା କୌଣସି ରାଜ୍ୟ ବା ଦେଶ କିମ୍ବା ପରିବାର ଆଗେଇ ପାରିବ ନାହିଁ । ଓଡିଶା ମିଶନ ଶକ୍ତି ମା ମାନଙ୍କ ସଶକ୍ତିକରଣ ଦିଗରେ ସବୁବେଳେ ବାଟ ଦେଖାଇ ଚାଲିବ।

କୋଡିଏ ବର୍ଷ ତଳେ ଆରମ୍ଭ ହୋଇଥିବା ମିଶନ ଶକ୍ତି କାର୍ଯ୍ୟକ୍ରମ ଆଜି ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଆନ୍ଦୋଳନ ହୋଇପାରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ମିଶନ ଶକ୍ତି ମା ମାନଙ୍କ ପାଇଁ ଏକ ସ୍ବତନ୍ତ୍ର ବିଭାଗ ଅଛି ।

ମିଶନ ଶକ୍ତି ପାଇଁ ୫୦୦୦ କୋଟି ଟଙ୍କାର କାମ ଦେବା ପାଇଁ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଥିବା ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ରାଜ୍ୟ ସରକାରଙ୍କ ୨୧ଟି ବିଭାଗ ମିଶନ ଶକ୍ତିକୁ କାମ ଯୋଗାଇ ଦେଉଛନ୍ତି ।

ମିଶନ ଶକ୍ତିର ମା ମାନେ ଏ ବର୍ଷ ଏପର୍ଯ୍ୟନ୍ତ ୬୦୦୦ କୋଟି ଟଙ୍କାର ଋଣ ନେଲେଣି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଋଣ ପାଇଁ ସୁଧ ରିହାତି ବାବଦରେ ୨୦୦ କୋଟି ଟଙ୍କା ଦିଆଗଲା । ଏଥିପାଇଁ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ବ୍ୟାଙ୍କ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ଷ୍ଟେଟ ବ୍ୟାଙ୍କ, ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ, ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ, ପଞ୍ଜାବ ନେସ୍‌ନାଲ ବ୍ୟାଙ୍କ, ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କ ଆଦି ବ୍ୟାଙ୍କ ଗୁଡିକୁ ସୁଧ ରିହାତି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ । ଅନ୍ୟ ବ୍ୟାଙ୍କଗୁଡିକ ମାନେ ଏହିଭଳି ଭାବରେ କାମ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ମିଶନ ଶକ୍ତିର ମା ମାନଙ୍କ ଦ୍ବାରା ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ମିଶନ ଶକ୍ତି ବଜାର ପାଇଁ ଭିତ୍ତିଭୂମି ରଖିଥିଲେ । ଏହାସହିତ ମିଶନ ଶକ୍ତିର ଅନ୍‌ଲାଇନ ମାର୍କେଟିଂର ଶୁଭାରମ୍ଭ ମଧ୍ୟ କରିଥିଲେ । ଏହାଦ୍ବାରା ସାରା ବିଶ୍ବରେ ମିଶନ ଶକ୍ତି ମା ମାନଙ୍କର ଦ୍ରବ୍ୟ ବିକ୍ରୟ ହୋଇପାରିବ ଏବଂ ଆମେରିକା ଓ ଲଣ୍ଡନର ଲୋକମାନେ ମୟୁରଭଂଜ ଓ ମାଲକାନଗିରିର ମିଶନ ଶକ୍ତି ମା ମାନଙ୍କର ଦ୍ରବ୍ୟ କିଣି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ମା ମାନଙ୍କ ରୋଜଗାର ବୃଦ୍ଧି ହେବ ବୋଲି ସେ କହିଥିଲେ । ଆଗାମୀ ଦିନରେ ସାରା ରାଜ୍ୟରେ ଏଭଳି ମିଶନ ଶକ୍ତି ବଜାର ସୃଷ୍ଟି କରାଯିବ ବୋଲି ସେ ଘୋଷଣା କରିଥିଲେ ।

ଆର୍ଥିକ ଦୃଷ୍ଟିରୁ ମା ମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେଉଁ ଗାଁରେ ବ୍ୟାଙ୍କ ନାହିଁ, ସେଠାରେ ସ୍ବୟଂ ସହାୟକ ଗୋଷ୍ଠୀ ବ୍ୟାଙ୍କ ସଖୀ ମାନଙ୍କୁ ଦାୟିତ୍ବ ଦିଆଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ସବୁ ପଞ୍ଚାୟତ ଓ ୱାର୍ଡରେ ମିଶନ ଶକ୍ତି ଘର ନିର୍ମାଣ କରାଯାଉଛି । ସବୁ ବ୍ଲକ୍‌ ଓ ରାଜ୍ୟ ସ୍ତରରେ ମଧ୍ୟ ମିଶନ ଶକ୍ତି ଭବନ କରାଯିବ ବୋଲି ସେ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ପ୍ରତି ଜିଲ୍ଲାରେ ଜିଲ୍ଲା ମିଶନ ଶକ୍ତି ଭବନ ନିର୍ମାଣ କରାଯିବ। ଏଥିପାଇଁ ପ୍ରତ୍ୟେକ ଜିଲ୍ଲାକୁ ଏକ କୋଟି ଟଙ୍କା ଲେଖାଏ ଦିଆଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତିର ମା ମାନଙ୍କ ସହିତ ଆଲୋଚନା କରି ସେମାନଙ୍କ ସମସ୍ୟା ସମାଧାନ ପାଇଁ ବ୍ୟବସ୍ଥା କରିବାକୁ ସେ ମିଶନ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ମିଶନ ଶକ୍ତି ମା ମାନଙ୍କ ଅନୁରୋଧ ଅନୁଯାୟୀ ରାଜ୍ୟ ସରକାର ମିଶନ ଶକ୍ତି ଫେଡେରେସନର EC ସଦସ୍ୟ ମାନଙ୍କ ବୈଠକ ବାବଦ ଖର୍ଚ୍ଚ ଓ ଗସ୍ତ ପାଇଁ ଭତ୍ତା ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିପାଇଁ ସେ ୨୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି କହିଥିଲେ।

ସେହିପରି ପଞ୍ଚାୟତ ସ୍ତରରେ ସବୁ କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କ ପୋଷାକ (Uniform) ପାଇଁ ଭତ୍ତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

କୋଭିଡ ଠାରୁ ଆରମ୍ଭ କରି ବିଭିନ୍ନ ଜରୁରୀ ସମୟରେ ମିଶନ ଶକ୍ତିର ମା ମାନେ ଭଲ କାମ କରିଛନ୍ତି । ସେଥିପାଇଁ ଓଡିଶା ଋଣୀ । ମିଶନ ଶକ୍ତିର ମା ମାନଙ୍କୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେମାନେ ମିଶନ ଶକ୍ତିର ଗୌରବ ବୃଦ୍ଧି କରିଛନ୍ତି।

କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କଥା ନୁହେଁ, କାମରେ ବିଶ୍ବାସ କରନ୍ତି । ତାଙ୍କର ଦୃଢ ନେତୃତ୍ବ ଯୋଗୁ ମିଶନ ଶକ୍ତି କାର୍ଯ୍ୟକ୍ରମ ଆଜି ଶକ୍ତିଶାଳୀ ହୋଇପାରିଛି । ଏଥିରେ ସ୍ବାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ ଆଜି ଦିନଟିକୁ ମିଶନ ଶକ୍ତି ପାଇଁ ଏକ ଐତିହାସିକ ଦିନ ଭାବରେ ବର୍ଣ୍ଣନା କରିଥିଲେ ଏବଂ ମା ମାନେ ସରକାର ଓ ସମାଜ ମଧ୍ୟରେ ସେତୁବନ୍ଧ ଭାବରେ କାମ କରି ଆନ୍ଦୋଳନକୁ ମଜବୁତ କରିଛନ୍ତି ବୋଲି କହିଥିଲେ । ବିଭାଗୀୟ ଉପଦେଷ୍ଟା ଶ୍ରୀମତୀ ଲୋପାମୁଦ୍ରା ବକ୍‌ସିପାତ୍ର, ବରଗଡ, ନୂଆପଡା, ଗଞ୍ଜାମ ଓ ମୟୁରଭଂଜର ମିଶନ ଶକ୍ତି ବ୍ଲକ୍‌ ସଭାନେତ୍ରୀ ମାନଙ୍କ ସହିତ ମତ ବିନିମୟ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଜି ମିଶନ ଶକ୍ତିର ଇ-ମାର୍କେଟିଂ ପାଇଁ ଅନ୍‌ଲାଇନ ପୋର୍ଟାଲର ଶୁଭାରମ୍ଭ କରିବା ସହିତ ଭୁବନେଶ୍ବର SIRD campusରେ ମିଶନ ଶକ୍ତି ବଜାର ପାଇଁ ଭିତ୍ତି ରଖିଥିଲେ। ଏହାସହିତ ସୁଧ ରିହାତି ବଣ୍ଟନ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ । ଭର୍ଚ୍ୟୁଆଲ ମାଧ୍ୟମରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ୩୧୪ ବ୍ଲକ୍‌ର ବ୍ଲକ୍‌ ଫେଡେରେସନର ସଭାନେତ୍ରୀମାନେ ଯୋଗ ଦେଇଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ତିନି ଜିଲ୍ଲାରେ ବନ୍ୟା ରିଲିଫ କାର୍ଯ୍ୟ ତଦାରଖ ପାଇଁ ତିନି ଆଇଏଏସ ଅଫିସର ଗଲେ

Published

on

ଭୁବନେଶ୍ୱର : ଓଡିଶା ସରକାର ଆଜି ତିନିଜଣ ଆଇ ଏ ଏସ ଅଫିସରଙ୍କୁ ବନ୍ୟା ରିଲିଫ ଓ ଥଇଥାନ କାର୍ଯ୍ୟ ତଦାରଖ ପାଇଁ ତିନି ବନ୍ୟା ପ୍ଲାବିତ ଜିଲ୍ଳାକୁ ପଠାଇଛନ୍ତି l ଓଏମସିର ଏମଡ଼ି ସୁଧାଂଶୁ ମୋହନ ସାମଲଙ୍କୁ ଭଦ୍ରକ, ଓଡିଶା ରାଜ୍ୟ ସିଭିଲ ସପଲାୟୀ ନିଗମ ଏମଡି  କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର ଏବଂ ରାଜ୍ୟ ଅବକାରୀ କମିଶନର ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀଙ୍କୁ ଯାଜପୁର ଜିଲ୍ଲାକୁ ପଠା ଯାଇଛି l

Continue Reading

Nation

ଅନ୍ତର୍ଜାତୀୟ ଜଳସୀମାରେ ଏବେ ଟୁନା ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ: ମିଳିଲା ଅନୁମୋଦନ ପତ୍ରର

Published

on

ଭୁବନେଶ୍ୱର :  ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ୍ ଆଜି ଏଠାରେ ମୁକ୍ତ ସମୁଦ୍ରରେ ମତ୍ସ୍ୟ ଉତ୍ପାଦନ ଲାଗି ଉଦ୍ଦିଷ୍ଟ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର (LoA)’ର ଜାତୀୟ ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତ ପ୍ରାୟ ୭୩, ୮୯୦ କୋଟି ଟଙ୍କାର ସାମୁଦ୍ରିକ ଖାଦ୍ୟ ସାମଗ୍ରୀ ରପ୍ତାନି କରି ବିଶ୍ୱରେ ଅଗ୍ରଣୀ ସ୍ଥାନ ହାସଲ କରିପାରିଛି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ମାଛଧରା କାର୍ଯ୍ୟ ଉପକୂଳର ୪୦-୫୦ ନଟିକାଲ ମାଇଲ ମଧ୍ୟରେ ସୀମିତ ଥିବାବେଳେ ଗଭୀର ସମୁଦ୍ରର ଅନ୍ତର୍ଜାତୀୟ ଜଳସୀମାରେ ଟୁନା ଭଳି ଉଚ୍ଚ-ମୂଲ୍ୟର ମାଛ ଧରିବା ପାଇଁ ଏହି ନୂତନ ନୀତି ବିରାଟ ସୁଯୋଗ ଆଣିଦେବ ଏବଂ ଖାଦ୍ୟ ସୁରକ୍ଷା ଓ ପୋଷଣ କ୍ଷେତ୍ରକୁ ସୁଦୃଢ଼ କରିବ।

ଏହି ପବିତ୍ର ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ସଫଳତା ‘ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଡକୁମେଣ୍ଟ (୨୦୨୬-୨୦୩୬)’କୁ ମଧ୍ୟ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି।

କେନ୍ଦ୍ର ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ୱାରା ଆୟୋଜିତ ଏହି ସମାରୋହରେ ଜାତୀୟ ସମବାୟ ରପ୍ତାନି ଲିମିଟେଡ୍ (NCEL) ସମେତ ବିଭିନ୍ନ ପ୍ରମୁଖ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଜାହାଜର ମାଲିକମାନଙ୍କୁ ସ୍ୱତନ୍ତ୍ର ଅନୁମୋଦନ ପତ୍ର ବଣ୍ଟନ କରାଯାଇଛି, ଯାହା ଦ୍ୱାରା ଯୋଗ୍ୟ ଭାରତୀୟ ଜାହାଜଗୁଡ଼ିକୁ ଦେଶର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ବାହାରେ ଥିବା ଗଭୀର ଅନ୍ତର୍ଜାତୀୟ ସାମୁଦ୍ରିକ ଜଳସୀମାରେ ନିୟନ୍ତ୍ରିତ ଓ ଦାୟିତ୍ୱପୂର୍ଣ୍ଣ ଭାବେ ଉଚ୍ଚ-ମୂଲ୍ୟବାନ ମାଛ ଧରିବା ପାଇଁ ଅନୁମତି ମିଳିପାରିବ।

 

ଶ୍ରୀ ରାଧାକୃଷ୍ଣନ୍ ଏହି ଜାତୀୟ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ଉପକୂଳବର୍ତ୍ତୀ ରାଜ୍ୟରୁ ଆସିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରାଧିକରଣ ପତ୍ର (LoA) ପ୍ରଦାନ କରିଥିଲେ। ଏହି ଅନୁମୋଦନ ପତ୍ର ପାଇଥିବା ସଂସ୍ଥା ଓ ମତ୍ସ୍ୟଜୀବୀମାନଙ୍କ ମଧ୍ୟରେ ଓଡ଼ିଶାର ପାରାଦୀପ ସମେତ ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଗୋଆ, ଆନ୍ଧ୍ରପ୍ରଦେଶ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଦେଶର ଅନ୍ୟାନ୍ୟ ପ୍ରମୁଖ ଉପକୂଳ ଅଞ୍ଚଳରୁ ଆସିଥିବା ସାମୁଦ୍ରିକ ସମବାୟ ସମିତିର ପ୍ରତିନିଧିମାନେ ସାମିଲ ଥିଲେ।

ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି କହିଛନ୍ତି ଯେ, ଭାରତର ଦୀର୍ଘ ଉପକୂଳ ଏବଂ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ଦେଶର ପ୍ରାୟ ୫୦ ନିୟୁତ ମତ୍ସ୍ୟଜୀବୀଙ୍କୁ ଜୀବିକା ପ୍ରଦାନ କରୁଛି। ଏହି LoA କାର୍ଯ୍ୟକ୍ରମ ଦ୍ୱାରା ଦେଶର ମତ୍ସ୍ୟଜୀବୀ ପରିବାର ଗୁଡିକ ସ୍ୱଚ୍ଛଳ ଓ ସମୃଦ୍ଧ ହୋଇପାରିବେ। ଓଡିଶା ଭଳି ରାଜ୍ୟ ଏହାଦ୍ୱାରା ବିଶେଷ ଭାବେ ଉପକୃତ ହେବେ ବୋଲି ସେ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  କହିଥିଲେ, ଆମ ସମୁଦ୍ର କେବଳ ଭୌଗୋଳିକ ସୀମା ନୁହେଁ, ବରଂ ରାଜ୍ୟର ୬ ଲକ୍ଷ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ଜୀବନରେଖା ଓ ପରିଚୟ ଅଟେ।

ମୁଖ୍ୟମନ୍ତ୍ରୀ କହିଥିଲେ, ଗତ ବର୍ଷ ଡିସେମ୍ବର ୨୦୨୫ରେ ଗୁଜରାଟର ଭେରାଭଲରୁ ଭାରତର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ରେ ମାଛ ଧରିବା ପାଇଁ ‘ଆକ୍ସେସ୍ ପାସ୍’ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଥିଲା। ଏପର୍ଯ୍ୟନ୍ତ ଦେଶର ୫ ହଜାର ମତ୍ସ୍ୟଜୀବୀ ଏହି ପାସ୍ ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଓଡ଼ିଶାର ୮୬୬ ଜଣ ଅଛନ୍ତି।

ସେ କହିଥିଲେ ଯେ, ବର୍ତ୍ତମାନ ଏହାର ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବା ପାଇଁ ପ୍ରାଧିକରଣ ପତ୍ର (LoA) ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରାରମ୍ଭିକ ଭାବେ ଓଡିଶାର ୮ ଜଣ ମତ୍ସ୍ୟଜୀବୀଙ୍କୁ ଏହି LoA ପ୍ରଦାନ କରାଯିବା ସହ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ ଅଧୀନରେ ଭାରତୀୟ EEZ ଅଞ୍ଚଳରେ ମାଛ ଧରିବା ପାଇଁ ୨ଟି ଗଭୀର ସମୁଦ୍ର ମାଛଧରା ଜାହାଜ (DSFV) କୁ ମଧ୍ୟ ‘ଗୋ-ଆହେଡ୍‌’ ଅନୁମତି ଜାରି କରାଯାଇଛି। ଦେଶର ସମଗ୍ର ଉପକୂଳର ୨୪ ଲକ୍ଷ ବର୍ଗ କିଲୋମିଟର ବିଶିଷ୍ଟ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ରରେ (EEZ) ଆମ ମତ୍ସ୍ୟଜୀବୀଙ୍କ ପାଇଁ ଏହା ବିପୁଳ ସୁଯୋଗ ଆଣିଦେବ।

 ଆଗାମୀ ୧୦ ବର୍ଷ ମଧ୍ୟରେ ସମୁଦ୍ରରେ ୧୫୦ଟି ନୂତନ ଅତ୍ୟାଧୁନିକ ଗଭୀର ସମୁଦ୍ର ମାଛଧରା ଜାହାଜର ନିୟୋଜନ କରାଯିବ ଏବଂ ପ୍ରଚଳିତ ୫୦୦ଟି ମାଛଧରା ଜାହାଜର ସମ୍ପୂର୍ଣ୍ଣ ଆଧୁନିକୀକରଣ କରାଯିବ ବୋଲି ସେ କହିଛନ୍ତି ।

 

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ,  ମତ୍ସ୍ୟଜୀବୀମାନଙ୍କୁ ଯେଉଁ ସୁବିଧା ସୁଯୋଗ ଦିଆଯାଉଛି, ତାହା ଜାରି ରହିଲେ ଓଡିଶା ଖୁବ୍ ଶୀଘ୍ର ମତ୍ସ୍ୟ ଉତ୍ପାଦନ ଓ ରପ୍ତାନୀରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିବ। ଗଭୀର ସମୁଦ୍ରରେ ମାଛ ଉତ୍ପାଦନ କାର୍ଯ୍ୟକ୍ରମ ଏ କ୍ଷେତ୍ରରେ ଓଡିଶା ପାଇଁ ଖୁବ୍ ସହାୟକ ହେବ ବୋଲି ସେ ମତ ଦେଇଥିଲେ।

ମତ୍ସ୍ୟ, ପ୍ରାଣୀସମ୍ପଦ, ଦୁଗ୍ଧ ଉତ୍ପାଦନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ  କହିଥିଲେ ଯେ ଗଭୀର ସମୁଦ୍ରର ବିପୁଳ ସାମୁଦ୍ରିକ ସମ୍ପଦର ସ୍ଥାୟୀ ଓ ସୁନିୟୋଜିତ ବ୍ୟବହାର ପାଇଁ ଆମେ ବ୍ୟାପକ ସହାୟକ ନୀତିଗତ ସଂସ୍କାରଗୁଡ଼ିକ କାର୍ଯ୍ୟକାରୀ କରିଛୁ।

ଏହି ଜାତୀୟସ୍ତରର ସମାରୋହରେ କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍.ପି. ସିଂହ ବାଘେଲ, ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଭାରତ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ସଚିବ ଡକ୍ଟର ଅଭିଲାଖ୍ ଲିଖୀ ପ୍ରମୁଖ ଉପସ୍ଥିତ ଥିଲେ।

Continue Reading

Nation

ବ୍ରହ୍ମପୁର-ଉଧ୍‌ନା (ସୁରଟ) ଅମୃତ ଭାରତ ଏକ୍ସପ୍ରେସ ଏବେ ଦୈନିକ

Published

on

ଭୁବନେଶ୍ୱର: ଓଡ଼ିଶାର ବିକାଶ ଯାତ୍ରାରେ ଆଜି ଏକ ନୂତନ ଫର୍ଦ୍ଦ ଯୋଡ଼ି ହୋଇଯାଇଛି। ରେଶମ ସହର ବ୍ରହ୍ମପୁରରୁ ବାହାରି ପଶ୍ଚିମ ଓଡ଼ିଶା ଦେଇ ଗୁଜୁରାଟର ଉଧ୍‌ନା (ସୁରଟ) ପର୍ଯ୍ୟନ୍ତ ଚାଲୁଥିବା ସାପ୍ତାହିକ ଅମୃତ ଭାରତ ଏକ୍ସପ୍ରେସ ଆଜିଠାରୁ ଦୈନିକ ଟ୍ରେନ ରୂପେ ନିଜର ଯାତ୍ରା ଆରମ୍ଭ କରିଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମଗ୍ର ରାଜ୍ୟବାସୀ, ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ଏହାକୁ ଓଡ଼ିଶାର ବିକାଶ ଲାଗି ଏକ ଐତିହାସିକ ଦିନ ବୋଲି ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସୁରଟ ସହ ଓଡ଼ିଶାର ଭାବଗତ, ସାଂସ୍କୃତିକ ଓ ଅର୍ଥନୈତିକ ସମ୍ପର୍କ ଅତି ନିବିଡ଼। ଓଡ଼ିଶାର ଲକ୍ଷ ଲକ୍ଷ ଶ୍ରମିକ ଓ ବ୍ୟବସାୟୀ ଭାଇମାନେ ସୁରଟରେ ରହି ସେଠାକାର ଟେକ୍ସଟାଇଲ ଓ ଡାଇମଣ୍ଡ ଶିଳ୍ପରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି।

ପୂର୍ବରୁ ସାପ୍ତାହିକ ଟ୍ରେନ ଯୋଗୁ ଯାତାୟତରେ ଅନେକ ଅସୁବିଧା ହେଉଥିଲା। ଓଡ଼ିଶା ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର ସରକାର ଏହି ସେବାକୁ ଦୈନିକ କରିଥିବାରୁ, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପକ୍ଷରୁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଏବଂ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଇଛନ୍ତି।

ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ଅତ୍ୟାଧୁନିକ ଟ୍ରେନ ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଭାଇଭଉଣୀଙ୍କ ପାଇଁ ନିରାପଦ, ଶସ୍ତା ଓ ଦ୍ରୁତ ଯାତ୍ରାର ସୁବିଧା ପ୍ରଦାନ କରିବ। ଏହାଦ୍ୱାରା ଗୁଜୁରାଟ ସହ ଓଡିଶାର ସମ୍ପର୍କ ଆହୁରି ନିବିଡ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଗୋପାଳପୁର ବନ୍ଦରର ସମ୍ପ୍ରସାରଣ ସହ ଆଗାମୀ ଦିନରେ ବାହୁଦା ଠାରେ ଏକ ବୃହତ୍ ବନ୍ଦର ସ୍ଥାପନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବ୍ରହ୍ମପୁର ସହରକୁ ‘ଗ୍ରେଟର ବ୍ରହ୍ମପୁର ସିଟି’ ଭାବେ ବିକଶିତ କରିବା ସହ ବ୍ରହ୍ମପୁର-ଜୟପୁରକୁ ସଂଯୋଗ କରୁଥିବା ଏକ ୬-ଲେନ୍ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।

କେନ୍ଦ୍ର ରେଳ, ଇଲୋକ୍ଟ୍ରୋନିକ୍‌ସ ଓ ଆଇଟି, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଥିଲେ ଯେ ଅତୀତରେ ସୁରଟ ଠାରେ ଗୋଟିଏ ସଭାରେ ଯୋଗଦେଇଥିବା ଅବସରରେ ସୁରଟରୁ ବ୍ରହ୍ମପୁର ଯାଏ ନିୟମିତ ରେଳ ଚଳାଚଳ ପାଇ ଯେଉଁ ଅନୁରୋଧ କରାଯାଇଥିଲା, ଆଜି ତାହା ପୂରଣ କରାଯାଇଛି । ବର୍ତ୍ତମାନ ସମୟର Latest Technology ର ଟ୍ରେନ୍ ଅମୃତ ଭାରତ ଏକ୍ସପ୍ରେସ ବର୍ତ୍ତମାନ ଠାରୁ ପ୍ରତିଦିନ ବ୍ରହ୍ମପୁରରୁ ସୁରଟ ଅଭିମୁଖେ ଚଳାଚଳ କରିବ । ସେ ଆହୁରି ଘୋଷଣା କରିଥିଲେ ଯେ ବ୍ରହ୍ମପୁର ରେଳ ଷ୍ଟେସନକୁ ବିଶ୍ୱ ସ୍ତରୀୟ ରେଳ ଷ୍ଟେସନ କରିବା ପାଇ ୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ଓ ଏହାର କାମ ଖୁବ୍ ଶୀଘ୍ର ଆରମ୍ଭ ହେବ ।

ଏହି ଶୁଭାରମ୍ଭ ଉତ୍ସବରେ ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୂତି ଭୁଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁରର ସାଂସଦ ଡକ୍ଟର ପ୍ରଦୀପ କୁମାର ପାଣିଗ୍ରାହୀ, ଆସ୍କାର ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ, ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ୍ ଙ୍କ ସମେତ ଗଞ୍ଜାମ ଜିଲ୍ଲାର ସମସ୍ତ ବିଧାୟକଗଣ, ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ପୂର୍ବ ତଟ ରେଳପଥର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions