Connect with us


 

ଭୁବନେଶ୍ୱର: ଗତ ଡିସେମ୍ବର 19 ତାରିଖରେ ଅନୁଷ୍ଠିତ ତୃତୀୟ ଐତିହ୍ୟ କ୍ଯାବିନେଟ ନିଷ୍ପତ୍ତି ଅନୁଯାୟୀ 2024ଫେବ୍ରୁଆରି 3 ତାରିଖ ରୁ 5 ତା ରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଜନତା ମଇଦାନ, ଭୁବନେଶ୍ଵର ଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯାଇଛି
ଏହି ପରିପ୍ରେକ୍ଷୀରେ ଆଜି 5-T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍‌  ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ ।

ସମ୍ମିଳନୀ ଉପଲକ୍ଷେ ପ୍ରସ୍ତୁତ କରାଯାଉଥିବା ଅକ୍ଷର ଭୂମିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ଦ୍ଵାରା ସମ୍ମିଳନୀର ପ୍ରଥମ ଦିନରେ ଲୋକାର୍ପଣ କରାଯିବ ।
ଉକ୍ତ ସମ୍ମିଳନୀ ଅବସରରେ ସମସ୍ତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଓଡ଼ିଆ ଭାଷା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ ।
ଏହି ସମ୍ମିଳନୀରେ ଭାଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟ ବସ୍ତୁ ଗୁଡ଼ିକୁ ନେଇ ୧୬ଗୋଟି ସମ୍ପାନ ଆୟୋଜନ କରାଯିବ । ଏତଦବ୍ଯତୀତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସ୍ଵତନ୍ତ ସମ୍ପାନର ଆୟୋଜନ କରାଯିବ।

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଲୋକାର୍ପିତ ଲୋଗୋକୁ ଚୟନିତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କର ପ୍ରମୁଖ ସ୍ଥାନ/ କାନ୍ଥରେ ଚିତ୍ରଣ କରାଯିବ ।
ଏହି ଲୋଗୋକୁ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯିବା ସହିତ ସମସ୍ତ ସରକାରୀ ଗାଡ଼ିରେ ଷ୍ଟିକରିଂ କରାଯାଇ ସମ୍ମିଳନୀର ପ୍ରଚାର ପ୍ରସାର କରାଯିବ।
ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ବିଷୟଭିତ୍ତିକ ସଙ୍ଗୀତ ପ୍ରସ୍ତୁତ କରାଯିବ ।
 ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମ ଗୁଡ଼ିକର ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ଉଭୟ ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମର ବ୍ଯବହାର କରାଯିବ ।
ଓଡ଼ିଶା ପରିବାର ତରଫରୁ ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆ ସଂଗଠନମାନଙ୍କୁ Live Webcast ଦ୍ଵାରା ଯୋଡ଼ାଯାଇ ସମ୍ମିଳନୀର ଉଦଘାଟନ ଓ ଉଦଯାପନ ଉତ୍ସବରେ ବାସ୍ତବ ଓ ଆଭାସୀ ଉପସ୍ଥିତି ନିମନ୍ତେ ଉତ୍ସାହିତ କରାଯିବ ।
ଏଥିସହିତ ସେମାନଙ୍କର ମତାମତକୁ ବୈଦ୍ୟୁତିକ ଗଣମାଧ୍ୟମ ଓ ମୁଦ୍ରଣ ଗଣମାଧ୍ୟମରେ ପ୍ରକାଶ କରାଯିବା ସହିତ ମତାମତର କ୍ୟାଟଲଗ ମଧ୍ୟ ପ୍ରସ୍ତୁତ କରାଯିବ ।
ଏହି ସମ୍ମିଳନୀ ଉପଲକ୍ଷେ ସମ୍ମିଳନୀ ସମ୍ବନ୍ଧୀୟ ଆଲୋଚନା ଚକ୍ର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗୁଡ଼ିକୁ ତଥ୍ୟପୁସ୍ତିକା (Brochure) ମାଧ୍ୟମରେ ପ୍ରକାଶ କରାଯିବ ।
ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ କରାଯିବା ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ ।
 ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ବିଭିନ୍ନ ନିଗମ କାର୍ଯ୍ଯାଳୟ/ ସରକାରୀ କାର୍ଯ୍ଯାଳୟ/ ବେସରକାରୀ କାର୍ଯ୍ଯାଳୟ/ ଅନୁଷ୍ଠାନମାନଙ୍କରେ ଓଡ଼ିଆ ଭାଷାର ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ/ସମ୍ବର୍ଦ୍ଧିତ କରାଯିବ ।
ରାଜ୍ୟ ବାହାରେ ବିଭିନ୍ନ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ।
ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଆ ଶିଖିବା ନିମିତ୍ତ ଉଭୟ ଡିଜିଟାଲ ଓ କଠିନ ପୁସ୍ତକ ଯୋଗାଇ ଦିଆଯିବ। ସେମାନଙ୍କୁ ସପ୍ତମ ଶ୍ରେଣୀ ସ୍ତରର ଓଡ଼ିଆ ଉତ୍ତୀର୍ଣ୍ଣ ପ୍ରମାଣପତ୍ର ପ୍ରଦାନ ନିମିତ୍ତ ଏକ ପରୀକ୍ଷା ପ୍ଲାଟଫର୍ମ ମଧ୍ୟ ଉପଲବ୍ଧ କରାଯିବ । 
ରାଜ୍ୟରେ ଶହେ ବର୍ଷରୁ ପୁରୁଣା ୧୦୯ଟି ପ୍ରାଥମିକ ବିଦ୍ୟାଳୟ ଏବଂ ୪୫ଟି ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ଭାବେ ଘୋଷଣା କରାଯିବା ସହ ଉକ୍ତ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ବରପୁତ୍ରମାନଙ୍କୁ ସମ୍ବର୍ଦ୍ଧନା କରାଯିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।
ଏହି ଅବସରରେ ସମ୍ମିଳନୀ ସ୍ଥଳ ଏବଂ ଭୁବନେଶ୍ୱର ମହାନଗରକୁ ଆଲୋକମାଳାରେ ସୁସଜ୍ଜିତ କରାଯିବ ।

ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ, ଅନ୍ୟାନ୍ୟ ବିଭାଗୀୟ ମୁଖ୍ୟ ଓ ବିଭିନ୍ନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକମାନେ ଉପସ୍ଥିତ ଥିଲେ ।
 


Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ବନ୍ୟା ପ୍ରଭାବିତ ଜିଲ୍ଲାରେ ଅଗଷ୍ଟ ୧୫ ସୁଦ୍ଧା ଚାଉଳ ଓ କିରାସିନି କୋଟା ବଣ୍ଟନ ପାଇଁ ସରକାରଙ୍କ ତାଗିଦ  

Published

on

ଭୁବନେଶର : ରାଜ୍ୟର ବନ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ଓ ଏହାର ସହଜ ଉପଲବ୍ଧତା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।ଏ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ  ସଞ୍ଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ବିଭାଗୀୟ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପରାମର୍ଶ କ୍ରମେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସବିଶେଷ ଆଲୋଚନା ହୋଇଛି ।

ଏହି ସମୀକ୍ଷା ବୈଠକରେ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ବିଭାଗୀୟ ପ୍ରମୁଖ ଅଧିକାରୀଙ୍କ ସମେତ ଭିଡ଼ିଓ କନଫରେନସିଙ୍ଗ ମାଧ୍ୟମରେ ସମସ୍ତ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ଯୋଗ ଦେଇଥିଲେ । ଉକ୍ତ ବୈଠକରେ ବନ୍ୟା ପ୍ରପୀଡ଼ିତ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀର ସହଜ ଉପଲବ୍ଧତା ଓ ଏହାର ଦରଦାମ ବୃଦ୍ଧି ନିୟନ୍ତ୍ରଣ ଉପରେ ସବିଶେଷ ଆଲୋଚନା ହୋଇଛି । ଏଥିପ୍ରତି ସଜାଗ ରହିବାକୁ ଯୋଗାଣ ଅଧିକାରୀ ମାନଙ୍କୁ ଶ୍ରୀ ସିଂହ ପରାମର୍ଶ ଦେଇଛନ୍ତି । ଆବଶ୍ୟକ ପଡିଲେ ଏ ସଂକ୍ରାନ୍ତୀୟ ଅଭିଯୋଗ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ସହ ଚଢ଼ାଉ ଜୋରଦାର କରିବାକୁ କୁହାଯାଇଛି ।

ଏତଦବ୍ୟତୀତ ଖାଦ୍ୟ ସୁରକ୍ଷା ଅନ୍ତର୍ଗତ ହିତାଧିକାରୀଙ୍କୁ ବଣ୍ଟନ କରାଯାଉଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ଗତ ଏପ୍ରିଲ-ମଇ-ଜୁନ ମାସର ଚାଉଳ କୋଟା ସହ, ଜୁଲାଇ ଓ ଅଗଷ୍ଟ ମାସର ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଓ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାଗୁଡ଼ିକର ଚାଉଳ କୋଟା ତଥା ଜୁଲାଇ-ଅଗଷ୍ଟ-ସେପ୍ଟେମ୍ବର ମାସର କିରାସିନି କୋଟାର ସମେୟାଚିତ ଉଠାଣ ଏବଂ ବଣ୍ଟନ ଉପରେ ସବିଶେଷ ସମୀକ୍ଷା କରଯାଇଥିଲା ।

ଉପରୋକ୍ତ ଚାଉଳ କୋଟା, କିରାସିନି କୋଟା ଗୁଡ଼ିକ ଯେପରି ଆସନ୍ତା ୧୫ ଅଗଷ୍ଟ ମଧ୍ୟରେ ଉଠାଣ ତଥା ବଣ୍ଟନ କାର୍ଯ୍ୟ ଶେଷ କରାଯିବ ଏଥିପ୍ରତି ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ଯୋଗାଣ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Continue Reading

Nation

ତିନି ଜିଲ୍ଲାରେ ବନ୍ୟା ରିଲିଫ କାର୍ଯ୍ୟ ତଦାରଖ ପାଇଁ ତିନି ଆଇଏଏସ ଅଫିସର ଗଲେ

Published

on

ଭୁବନେଶ୍ୱର : ଓଡିଶା ସରକାର ଆଜି ତିନିଜଣ ଆଇ ଏ ଏସ ଅଫିସରଙ୍କୁ ବନ୍ୟା ରିଲିଫ ଓ ଥଇଥାନ କାର୍ଯ୍ୟ ତଦାରଖ ପାଇଁ ତିନି ବନ୍ୟା ପ୍ଲାବିତ ଜିଲ୍ଳାକୁ ପଠାଇଛନ୍ତି l ଓଏମସିର ଏମଡ଼ି ସୁଧାଂଶୁ ମୋହନ ସାମଲଙ୍କୁ ଭଦ୍ରକ, ଓଡିଶା ରାଜ୍ୟ ସିଭିଲ ସପଲାୟୀ ନିଗମ ଏମଡି  କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର ଏବଂ ରାଜ୍ୟ ଅବକାରୀ କମିଶନର ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀଙ୍କୁ ଯାଜପୁର ଜିଲ୍ଲାକୁ ପଠା ଯାଇଛି l

Continue Reading

Nation

ଅନ୍ତର୍ଜାତୀୟ ଜଳସୀମାରେ ଏବେ ଟୁନା ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ: ମିଳିଲା ଅନୁମୋଦନ ପତ୍ରର

Published

on

ଭୁବନେଶ୍ୱର :  ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ୍ ଆଜି ଏଠାରେ ମୁକ୍ତ ସମୁଦ୍ରରେ ମତ୍ସ୍ୟ ଉତ୍ପାଦନ ଲାଗି ଉଦ୍ଦିଷ୍ଟ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର (LoA)’ର ଜାତୀୟ ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତ ପ୍ରାୟ ୭୩, ୮୯୦ କୋଟି ଟଙ୍କାର ସାମୁଦ୍ରିକ ଖାଦ୍ୟ ସାମଗ୍ରୀ ରପ୍ତାନି କରି ବିଶ୍ୱରେ ଅଗ୍ରଣୀ ସ୍ଥାନ ହାସଲ କରିପାରିଛି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ମାଛଧରା କାର୍ଯ୍ୟ ଉପକୂଳର ୪୦-୫୦ ନଟିକାଲ ମାଇଲ ମଧ୍ୟରେ ସୀମିତ ଥିବାବେଳେ ଗଭୀର ସମୁଦ୍ରର ଅନ୍ତର୍ଜାତୀୟ ଜଳସୀମାରେ ଟୁନା ଭଳି ଉଚ୍ଚ-ମୂଲ୍ୟର ମାଛ ଧରିବା ପାଇଁ ଏହି ନୂତନ ନୀତି ବିରାଟ ସୁଯୋଗ ଆଣିଦେବ ଏବଂ ଖାଦ୍ୟ ସୁରକ୍ଷା ଓ ପୋଷଣ କ୍ଷେତ୍ରକୁ ସୁଦୃଢ଼ କରିବ।

ଏହି ପବିତ୍ର ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ସଫଳତା ‘ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଡକୁମେଣ୍ଟ (୨୦୨୬-୨୦୩୬)’କୁ ମଧ୍ୟ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି।

କେନ୍ଦ୍ର ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ୱାରା ଆୟୋଜିତ ଏହି ସମାରୋହରେ ଜାତୀୟ ସମବାୟ ରପ୍ତାନି ଲିମିଟେଡ୍ (NCEL) ସମେତ ବିଭିନ୍ନ ପ୍ରମୁଖ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଜାହାଜର ମାଲିକମାନଙ୍କୁ ସ୍ୱତନ୍ତ୍ର ଅନୁମୋଦନ ପତ୍ର ବଣ୍ଟନ କରାଯାଇଛି, ଯାହା ଦ୍ୱାରା ଯୋଗ୍ୟ ଭାରତୀୟ ଜାହାଜଗୁଡ଼ିକୁ ଦେଶର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ବାହାରେ ଥିବା ଗଭୀର ଅନ୍ତର୍ଜାତୀୟ ସାମୁଦ୍ରିକ ଜଳସୀମାରେ ନିୟନ୍ତ୍ରିତ ଓ ଦାୟିତ୍ୱପୂର୍ଣ୍ଣ ଭାବେ ଉଚ୍ଚ-ମୂଲ୍ୟବାନ ମାଛ ଧରିବା ପାଇଁ ଅନୁମତି ମିଳିପାରିବ।

 

ଶ୍ରୀ ରାଧାକୃଷ୍ଣନ୍ ଏହି ଜାତୀୟ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ଉପକୂଳବର୍ତ୍ତୀ ରାଜ୍ୟରୁ ଆସିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରାଧିକରଣ ପତ୍ର (LoA) ପ୍ରଦାନ କରିଥିଲେ। ଏହି ଅନୁମୋଦନ ପତ୍ର ପାଇଥିବା ସଂସ୍ଥା ଓ ମତ୍ସ୍ୟଜୀବୀମାନଙ୍କ ମଧ୍ୟରେ ଓଡ଼ିଶାର ପାରାଦୀପ ସମେତ ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଗୋଆ, ଆନ୍ଧ୍ରପ୍ରଦେଶ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଦେଶର ଅନ୍ୟାନ୍ୟ ପ୍ରମୁଖ ଉପକୂଳ ଅଞ୍ଚଳରୁ ଆସିଥିବା ସାମୁଦ୍ରିକ ସମବାୟ ସମିତିର ପ୍ରତିନିଧିମାନେ ସାମିଲ ଥିଲେ।

ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି କହିଛନ୍ତି ଯେ, ଭାରତର ଦୀର୍ଘ ଉପକୂଳ ଏବଂ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ଦେଶର ପ୍ରାୟ ୫୦ ନିୟୁତ ମତ୍ସ୍ୟଜୀବୀଙ୍କୁ ଜୀବିକା ପ୍ରଦାନ କରୁଛି। ଏହି LoA କାର୍ଯ୍ୟକ୍ରମ ଦ୍ୱାରା ଦେଶର ମତ୍ସ୍ୟଜୀବୀ ପରିବାର ଗୁଡିକ ସ୍ୱଚ୍ଛଳ ଓ ସମୃଦ୍ଧ ହୋଇପାରିବେ। ଓଡିଶା ଭଳି ରାଜ୍ୟ ଏହାଦ୍ୱାରା ବିଶେଷ ଭାବେ ଉପକୃତ ହେବେ ବୋଲି ସେ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  କହିଥିଲେ, ଆମ ସମୁଦ୍ର କେବଳ ଭୌଗୋଳିକ ସୀମା ନୁହେଁ, ବରଂ ରାଜ୍ୟର ୬ ଲକ୍ଷ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ଜୀବନରେଖା ଓ ପରିଚୟ ଅଟେ।

ମୁଖ୍ୟମନ୍ତ୍ରୀ କହିଥିଲେ, ଗତ ବର୍ଷ ଡିସେମ୍ବର ୨୦୨୫ରେ ଗୁଜରାଟର ଭେରାଭଲରୁ ଭାରତର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ରେ ମାଛ ଧରିବା ପାଇଁ ‘ଆକ୍ସେସ୍ ପାସ୍’ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଥିଲା। ଏପର୍ଯ୍ୟନ୍ତ ଦେଶର ୫ ହଜାର ମତ୍ସ୍ୟଜୀବୀ ଏହି ପାସ୍ ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଓଡ଼ିଶାର ୮୬୬ ଜଣ ଅଛନ୍ତି।

ସେ କହିଥିଲେ ଯେ, ବର୍ତ୍ତମାନ ଏହାର ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବା ପାଇଁ ପ୍ରାଧିକରଣ ପତ୍ର (LoA) ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରାରମ୍ଭିକ ଭାବେ ଓଡିଶାର ୮ ଜଣ ମତ୍ସ୍ୟଜୀବୀଙ୍କୁ ଏହି LoA ପ୍ରଦାନ କରାଯିବା ସହ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ ଅଧୀନରେ ଭାରତୀୟ EEZ ଅଞ୍ଚଳରେ ମାଛ ଧରିବା ପାଇଁ ୨ଟି ଗଭୀର ସମୁଦ୍ର ମାଛଧରା ଜାହାଜ (DSFV) କୁ ମଧ୍ୟ ‘ଗୋ-ଆହେଡ୍‌’ ଅନୁମତି ଜାରି କରାଯାଇଛି। ଦେଶର ସମଗ୍ର ଉପକୂଳର ୨୪ ଲକ୍ଷ ବର୍ଗ କିଲୋମିଟର ବିଶିଷ୍ଟ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ରରେ (EEZ) ଆମ ମତ୍ସ୍ୟଜୀବୀଙ୍କ ପାଇଁ ଏହା ବିପୁଳ ସୁଯୋଗ ଆଣିଦେବ।

 ଆଗାମୀ ୧୦ ବର୍ଷ ମଧ୍ୟରେ ସମୁଦ୍ରରେ ୧୫୦ଟି ନୂତନ ଅତ୍ୟାଧୁନିକ ଗଭୀର ସମୁଦ୍ର ମାଛଧରା ଜାହାଜର ନିୟୋଜନ କରାଯିବ ଏବଂ ପ୍ରଚଳିତ ୫୦୦ଟି ମାଛଧରା ଜାହାଜର ସମ୍ପୂର୍ଣ୍ଣ ଆଧୁନିକୀକରଣ କରାଯିବ ବୋଲି ସେ କହିଛନ୍ତି ।

 

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ,  ମତ୍ସ୍ୟଜୀବୀମାନଙ୍କୁ ଯେଉଁ ସୁବିଧା ସୁଯୋଗ ଦିଆଯାଉଛି, ତାହା ଜାରି ରହିଲେ ଓଡିଶା ଖୁବ୍ ଶୀଘ୍ର ମତ୍ସ୍ୟ ଉତ୍ପାଦନ ଓ ରପ୍ତାନୀରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିବ। ଗଭୀର ସମୁଦ୍ରରେ ମାଛ ଉତ୍ପାଦନ କାର୍ଯ୍ୟକ୍ରମ ଏ କ୍ଷେତ୍ରରେ ଓଡିଶା ପାଇଁ ଖୁବ୍ ସହାୟକ ହେବ ବୋଲି ସେ ମତ ଦେଇଥିଲେ।

ମତ୍ସ୍ୟ, ପ୍ରାଣୀସମ୍ପଦ, ଦୁଗ୍ଧ ଉତ୍ପାଦନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ  କହିଥିଲେ ଯେ ଗଭୀର ସମୁଦ୍ରର ବିପୁଳ ସାମୁଦ୍ରିକ ସମ୍ପଦର ସ୍ଥାୟୀ ଓ ସୁନିୟୋଜିତ ବ୍ୟବହାର ପାଇଁ ଆମେ ବ୍ୟାପକ ସହାୟକ ନୀତିଗତ ସଂସ୍କାରଗୁଡ଼ିକ କାର୍ଯ୍ୟକାରୀ କରିଛୁ।

ଏହି ଜାତୀୟସ୍ତରର ସମାରୋହରେ କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍.ପି. ସିଂହ ବାଘେଲ, ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଭାରତ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ସଚିବ ଡକ୍ଟର ଅଭିଲାଖ୍ ଲିଖୀ ପ୍ରମୁଖ ଉପସ୍ଥିତ ଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions