Connect with us

ଭୁବନେଶ୍ୱର: କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ମଞ୍ଜୁର କରାଯାଇଛି । 250 କିଲୋମିଟର ଦୀର୍ଘ ଗୋପାଳପୁର-ରାୟଗଡା ନୂଆ ରେଳ ଲାଇନ ଓ ନୂଆପଡା-ଗୁଣୁପୁର-ଥେରୁବାଲି ରେଳ ଲାଇନର ଦୋହରୀକରଣ ପାଇଁ ଫାଇନାଲ ଲୋକେସନ ସର୍ଭେ ମଞ୍ଜୁର କରାଯାଇଛି। ଏହି ଦୁଇଟି ପ୍ରକଳ୍ପ ଦ୍ୱାରା ଓଡ଼ିଶା, ବିଶେଷକରି ଦକ୍ଷିଣ ଓଡିଶାରେ ରେଳ ଭିତ୍ତିଭୂମି ସହିତ ଅର୍ଥନୈତିକ ବିକାଶ ଆହୁରି ବ୍ୟାପକ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କର ଫୋକସ୍‍ ଜାରି ରଖିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଦିଗ୍‍ଦର୍ଶନରେ ଓଡ଼ିଶା ବିକାଶର ଯେଉଁ ଲକ୍ଷ୍ୟ ରଖିଛି ତାହା ନିଶ୍ଚୟ ହାସଲ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ଗତକାଲି କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରି ଓଡ଼ିଶାର ରେଳ ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ । ବିଭିନ୍ନ ନୂଆ ପ୍ରକଳ୍ପ ସହିତ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡ଼ିକର ଆଲୋଚନା ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା ।

ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଯୋଡ଼ା-ବଡ଼ବିଲ ଓ ଯୋଡ଼ା-ବରଷୁଆଁ ରେଳ ଲାଇନ୍‍ ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଥିଲେ । ଏହାଦ୍ୱାରା ବଡ଼ବିଲ, ଯୋଡ଼ା ଓ କେନ୍ଦୁଝରକୁ ନେଇ ଏକ ଇଣ୍ଡଷ୍ଟ୍ରିଆଲ କରିଡର ନିର୍ମାଣ ପାଇଁ ରାଜ୍ୟ ସରକାର ଯେଉଁ ଯୋଜନା କରୁଛନ୍ତି, ସେଥିରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ଦୁଇଟି ରେଳ ଲାଇନ ନିର୍ମାଣର ସମ୍ଭାବନା ମଧ୍ୟ ଉଜ୍ୱଳ ହୋଇଛି । ଏହାସହିତ ରାଜ୍ୟର ଅନ୍ୟାନ୍ୟ ପ୍ରକଳ୍ପ ସହିତ ଦକ୍ଷିଣ ଓଡ଼ିଶାର ପ୍ରକଳ୍ପ ଗୁଡ଼ିକୁ ମଧ୍ୟ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

ଅର୍ଥନୈତିକ ଅଭିବୃଦ୍ଧିରେ ରେଳ ଯୋଗାଯୋଗର ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ବିକାଶର ଗତି ବହୁଗୁଣିତ ହେବା ସହିତ ଅନେକ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହୋଇପାରିବ ।

ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଥିଲେ ଯେ, ଏହି ଦୁଇଟି ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ସକରାତ୍ମକ ଦୃଷ୍ଟି ରଖି ପଦକ୍ଷେପ ନେଉଛନ୍ତି । ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କର ସ୍ୱତନ୍ତ୍ର ଫୋକସ୍‍ ରହିଛି ବୋଲି ସେ କହିଥିଲେ । ଆଗାମୀ ୨୫ ବର୍ଷର ଅମୃତ କାଳରେ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟର ପରିକଳ୍ପନାରେ ଓଡ଼ିଶାକୁ ଦେଶର ଅର୍ଥନୀତିର ଇଞ୍ଜିନ ଭାବେ ବିକଶିତ କରିବା ପାଇଁ ପଦକ୍ଷେପ ନିଆଯାଉଛି । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ରେଳ ଭିତ୍ତିଭୂମିର ବ୍ୟାପକ ବିକାଶ କରାଯାଉଛି ବୋଲି ସେ କହିଥିଲେ ।

ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ ଶ୍ରୀ ବୈଷ୍ଣବ କହିଥିଲେ ଯେ ଓଡ଼ିଶାରେ ବର୍ତ୍ତମାନ ୭୩ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଜାରି ରହିଛି । ୨୦୧୪ ରୁ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨୦୪୬ କି.ମି. ନୂଆ ରେଳ ଲାଇନ ନିର୍ମାଣ ହୋଇ ସାରିଛି ଯାହା କି ମାଲେସିଆର ସମ୍ପୂର୍ଣ୍ଣ ରେଳ ନେଟୱର୍କ ଠାରୁ ଅଧିକ ।

ଶ୍ରୀ ବୈଷ୍ଣବ କହିଥିଲେ ଯେ ଓଡ଼ିଶାର ଜନଜାତି ବହୁଳ ଓ ଆକାଂକ୍ଷୀ ଜିଲ୍ଲା ଗୁଡ଼ିକରେ ରେଳ ଭିତ୍ତିଭୂମିର ବିକାଶ ଉପରେ କେନ୍ଦ୍ର ସରକାରଙ୍କ ଫୋକସ୍‍ ରହିଛି । ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳରେ ବର୍ତ୍ତମାନ ସୁଦ୍ଧା ୨୦ ହଜାର କୋଟି ଟଙ୍କାର ୮ ଟି ନୂଆ ରେଳ ଲାଇନ ନିର୍ମାଣ ପାଇଁ ମଞ୍ଜୁରୀ ଦିଆଯାଇଥିବା ବେଳେ ୫୯ ଟି ରେଳ ଷ୍ଟେସନକୁ ଅମୃତ ଷ୍ଟେସନ ଭାବେ ବିକଶିତ କରାଯାଉଛି । ଏଥିରୁ ୧୬ ଟି ଷ୍ଟେସନ ଆକାଂକ୍ଷୀ ଜିଲ୍ଲାରେ ରହିଛି ବୋଲି ସେ କହିଥିଲେ । ଏହା ସହିତ ପ୍ରଧାନମନ୍ତ୍ରୀ ନିକଟରେ ରାୟଗଡ଼ା ଡିଭିଜନ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି ବୋଲି ଶ୍ରୀ ବୈଷ୍ଣବ କହିଥିଲେ । ଆହୁରି ମଧ୍ୟ ଓଡ଼ିଶାରେ ବର୍ତ୍ତମାନ ୬ ଟି ବନ୍ଦେ ଭାରତ ଟ୍ରେନ୍‍ ଚାଲୁଛି ବୋଲି ସେ କହିଥିଲେ । ଆଗାମୀ ଦିନରେ ରେଳ ଭିତ୍ତିଭୂମି କ୍ଷେତ୍ରରେ ଓଡ଼ିଶାରେ ଆହୁରି ବ୍ୟାପକ ପଦକ୍ଷେପ ନିଆଯିବ ବୋଲି ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ଏଥର ତୃତୀୟ ଲିଙ୍ଗୀ ପଶିବେ…

Published

on

ଭୁବନେଶ୍ୱର : ସେ ପୁରୁଷ ନୁହଁନ୍ତି l ମହିଳା ବି ନୁହନ୍ତି l ସେ ଜଣେ ଜଣାଶୁଣା ତୃତୀୟ ଲିଙ୍ଗୀ ମଣିଷ l

ଆତ୍ମ ଘୋଷିତ ତୃତୀୟ ଲିଙ୍ଗୀ ମେନକା ଗୁରୁସ୍ୱାମୀ ଯିବେ ରାଜ୍ୟସଭା l ପାର୍ଲିଆମେଣ୍ଟରେ ସଭ୍ୟ ହିସାବରେ ପ୍ରବେଶ କରିବାରେ ଦେଶର ପ୍ରଥମ ତୃତୀୟ ଲିଙ୍ଗୀ ଭାବେ ସେ ଇତିହାସ ରଚିବାକୁ ଯାଉଛନ୍ତି l

ସବୁ ରାଜନୈତିକ ଦଳଗୁଡିକ ବିସ୍ତାରିତ ପ୍ରତିନିଧିତ୍ୱ କଥାର ଡିଣ୍ଡିମ ପିଟୁଥିବା ବେଳେ, ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ମେନକାଙ୍କୁ ରାଜ୍ୟସଭା ପାର୍ଥି କରି ଏକ ନୂତନ ପରମ୍ପରା ସୃଷ୍ଟି କରିଛି l

Continue Reading

Nation

ପୁରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ଖୁବ୍ ଶୀଘ୍ର ଆରମ୍ଭ ହେବ, ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା

Published

on

ଭୁବନେଶ୍ୱର

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା ଯାଇଛି।

ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ। ସୂଚନାଯୋଗ୍ୟ ଯେ, ଗଣତି-ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ବାହାର ଓ ଭିତର ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ମରାମତି ଓ ସଂରକ୍ଷଣ କାର୍ଯ୍ଯ ଇତି ମଧ୍ଯରେ ସରିଛି । ସମଗ୍ର ପ୍ରକ୍ରିୟା ୯୫ ଦିନରେ ଓ ୩୩୩ ଘଣ୍ଟାର କାମରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି। ବର୍ତ୍ତମାନ ଗଣତି-ମଣତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ ଅନୁମୋଦନ ପରେ ଏହା ଆରମ୍ଭ କରାଯିବ। କଡା ସୁରକ୍ଷା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରାଯିବ।

ସୂଚନାଯୋଗ୍ୟ ଯେ, ଶେଷ ଗଣତି-ମଣତି ପ୍ରକ୍ରିୟା ୧୯୭୮ରେ ହୋଇଥିଲା। ତେଣୁ ବର୍ତ୍ତମାନର ପ୍ରକ୍ରିୟାରେ ସମ୍ପତ୍ତିର ଗଣତି ସମୟରେ ଏହାକୁ ୧୯୭୮ର ତାଲିକା ସହିତ ମେଳକ କରାଯାଇ ଚୁଡାନ୍ତ ତାଲିକା ପ୍ରସ୍ତୁତ କରାଯିବ। ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ କରାଯିବ ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ଚଳିତ ବର୍ଷର ରଥଯାତ୍ରାର ପ୍ରସ୍ତୁତି ପ୍ରକ୍ରିୟା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଫାସି କାଠ ଓ ଚନ୍ଦନ କାଠର ବ୍ୟାପକ ଆବଶ୍ୟକତା ରହୁଥିବାରୁ ଏଥିପାଇଁ ବନପ୍ରକଳ୍ପ ଜରିଆରେ ଏହି ଗଛ ଗୁଡିକ ଲଗାଇବା ପାଇଁ ପ୍ରସ୍ତାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ ଏବଂ ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।

Continue Reading

Nation

ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ ହିଣ୍ଡାଲକୋର ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କର କଲେ ଶିଳାନ୍ୟାସ

Published

on

କେନ୍ଦୁଝର: ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଜିଲ୍ଳାରେ ସ୍ଥାପନ ହେବାକୁ ଯାଉଥିବା ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ କରିଛନ୍ତି।

ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝର କେବଳ ଖଣି ଏବଂ ଇସ୍ପାତ ପାଇଁ ଜଣାଯିବ ନାହିଁ। ଆମେ ଏହାକୁ ବହୁବିଧ କ୍ଷେତ୍ର ଶିଳ୍ପ ଅଭିବୃଦ୍ଧିର କେନ୍ଦ୍ର କରିବାକୁ ପ୍ରତିବଦ୍ଧ।

ସୂଚନା ଥାଉ ଯେ, ୧୦୦ କୋଟି ଟଙ୍କା ନିବେଶରେ ବିକଶିତ ହେବାକୁଥିବା ଟେକ୍ସଟାଇଲ୍ ପାର୍କରେ ୧,୨୦୦ ଯୁବକ ଯୁବତୀ ନିଯୁକ୍ତି ସୁଯୋଗ ପାଇବେ। ଆଧୁନିକ ଭିତ୍ତିଭୂମି ଏବଂ ଲଜିଷ୍ଟିକ୍ ସହାୟତା ସହିତ ହିଣ୍ଡାଲ୍କୋ ୭ ଏକର ଜମିରେ ଏକ ପୋଷାକ ଉତ୍ପାଦନ ୟୁନିଟ୍ ସ୍ଥାପନ କରିବ। ଏହି ୟୁନିଟ୍ ବାର୍ଷିକ ୨୪ ଲକ୍ଷ ପୋଷାକ ଉତ୍ପାଦନ କରିବ।

ସେ ଆହୁରି କହିଥିଲେ ଯେ ଗତ ବର୍ଷ ଜୁଲାଇ ମାସରେ ଭୁବନେଶ୍ୱରରେ ଅନୁଷ୍ଠିତ ଓ-ଟେକ୍ସ ଟେକ୍ସଟାଇଲ୍ କନକ୍ଲେଭ ସମୟରେ, ୭,୮୦୦ କୋଟି ଟଙ୍କାର ୩୩ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା, ଯାହା ରାଜ୍ୟ ସାରା ୫୩,୦୦୦ ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିଛି। ଭଦ୍ରକରେ ଏକ ଟେକ୍ନିକାଲ୍ ଟେକ୍ସଟାଇଲ୍ ପାର୍କ ସହିତ, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗୀର, ଗଞ୍ଜାମ, କଟକ ଏବଂ ଜଗତସିଂହପୁର ଠାରେ ମଧ୍ଯ ସମର୍ପିତ ବୟନଶିଳ୍ପ ଏବଂ ପୋଷାକ ପାର୍କ ପ୍ରତିଷ୍ଠା କରାଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଦ୍ୱାରା OCAC ମାଧ୍ୟମରେ 187 କୋଟି ଟଙ୍କା ବିନିଯୋଗରେ ଏକ ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟର ପାଇଁ ମଧ୍ୟ ଶିଳାନ୍ୟାସ କରିଛନ୍ତି।

ସନ୍ତୁଳିତ ଆଞ୍ଚଳିକ ବିକାଶ ଉପରେ ସରକାରଙ୍କ ଧ୍ୟାନକୁ ଦୋହରାଇ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ଜିଲ୍ଲାରେ ମନ୍ଦିର ବିକାଶ ପାଇଁ 312 କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ଏବଂ ମକର ପର୍ବ ସମୟରେ 1,900 କୋଟି ଟଙ୍କାର ପ୍ରକଳ୍ପ ପୂର୍ବରୁ ଆରମ୍ଭ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାଏକ, ବିଧାୟକ ଶ୍ରୀ ଅଖିଳ ନାଏକ, ଡଃ ଫକୀର ମୋହନ ନାଏକ ଜିଲ୍ଲାପାଳ ଶ୍ରୀ ବିଶାଳ ସିଂହ, ଓକାକ ସିଇଓ ଶ୍ରୀ ପ୍ରଦୀପ କୁମାର ରାଉତ, ହିଂଡ଼ାଲକୋ ସଭାପତି ଶ୍ରୀ ଅର୍ଧେନ୍ଦୁ ମହାପାତ୍ର, ବରିଷ୍ଠ ଅଧିକାରୀ ଏବଂ ବହୁ ସଂଖ୍ୟକ ନାଗରିକ ଯୋଗ ଦେଇଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions