Nation

ପଞ୍ଚାୟତ ନିର୍ବାଚନ ପୂର୍ବରୁ ପଞ୍ଚାୟତ ପ୍ରଧିନିଧିଙ୍କୁ ଠାକୁରାଣୀ ପ୍ରସାଦ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚାୟତ ପ୍ରତିନିଧିଙ୍କୁ ଠାକୁରାଣୀଙ୍କ ପ୍ରସାଦ ବାଣ୍ଟିଛନ୍ତି।

ଆଜି ଗଞ୍ଜାମ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ତାରାତରିଣୀ ମନ୍ଦିରରେ ଭେଟି ମାଙ୍କ ପ୍ରସାଦ ବାଣ୍ଟି ଥିଲେ ।

ସୂଚନାଯୋଗ୍ୟ ଯେ କରୋନାର ପ୍ରଥମ ଲହରରେ ଗଞ୍ଜାମ ବିଶେଷ ଭାବରେ ପ୍ରଭାବିତ ହୋଇଥିଲା । ବାହାରେ ରହୁଥିବା ଓଡ଼ିଶାବାସୀ ମଧ୍ୟ ଲକ୍ ଡାଉନ୍ ଯୋଗୁଁ ଘରକୁ ଫେରି ଥିଲେ ।
ଜିଲ୍ଲାରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସେତେବେଳେ ସରପଞ୍ଚ ମାନଙ୍କୁ ଜିଲ୍ଲାପାଳ କ୍ଷମତା ଦେଇ ଥିଲେ । ସରପଞ୍ଚ ଅନ୍ୟ ପଞ୍ଚାୟତ ପ୍ରତିନିଧି ମାନେ ମଧ୍ୟ ନିଷ୍ଠାର ସହ ଲୋକଙ୍କୁ ସେବା ଯୋଗାଇ ଦେଇଥିଲେ ।

ପରିସ୍ଥିତି ରେ ଉନ୍ନତି ଆସିଥଲା ଓ କରୋନା ମୁକାବିଲା ରେ ଗଞ୍ଜାମ ଦେଶ ବିଦେଶରେ ଉଦାହରଣ ପାଲଟିଥିଲା।

ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ଅବସରରେ ସରପଞ୍ଚ, ଅନ୍ୟ ପଞ୍ଚାୟତ ପ୍ରତିନିଧି ଓ ଜିଲ୍ଲା ପରିଷଦ ସଭ୍ୟ ମାନଙ୍କୁ କରୋନା ସମୟରେ ସେମାନଙ୍କ ଭଲ କାମ ପାଇଁ ତାରାତରିଣୀ ପୀଠରେ ଭେଟି ମାଙ୍କ ଫ୍ରସାଦ ଓ ଲଡୁ ବାଣ୍ଟି ଥିଲେ ।

Leave a Reply

Your email address will not be published. Required fields are marked *

Trending

Exit mobile version