Connect with us

ଭୁବନେଶ୍ୱର:  ସିଆଇଆଇ – ଇଷ୍ଟର୍ଣ୍ଣ ରିଜିଓନାଲ କାଉନସିଲ ବୈଠକ ୨୦୨୬ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଶିଳ୍ପ ବିକାଶ ଓ ଆଞ୍ଚଳିକ ଅଭିବୃଦ୍ଧି ପାଇଁ ଏକ ନୂଆ ରୋଡ୍‌ମ୍ୟାପ୍‌ ଉପସ୍ଥାପନ କରିଛନ୍ତି।

ଓଡ଼ିଶା ସହିତ ସମଗ୍ର ପୂର୍ବ ଭାରତର ରାଜ୍ୟ ଗୁଡ଼ିକର ଶିଳ୍ପାୟନ ପ୍ରକ୍ରିୟାକୁ ବ୍ୟାପକ ଭାବେ ତ୍ୱରାନ୍ୱିତ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ଏକ ଯୁଗାନ୍ତକାରୀ ନୂଆ ପ୍ଲାଟଫର୍ମ ‘Go East’ (ଗୋ ଇଷ୍ଟ) ଘୋଷଣା କରିଛନ୍ତି।

ଏହି ସମ୍ମିଳନୀରେ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ‘Go East’ର ଅର୍ଥ ହେଉଛି ‘Government of Odisha- Eastern Investment Accelerator and Special Task Force’।

ଏହି ନୂତନ ପଦକ୍ଷେପ ମାଧ୍ୟମରେ ସମଗ୍ର ପୂର୍ବାଞ୍ଚଳ ଓ ପୂର୍ବୋତ୍ତର ରାଜ୍ୟର ଶିଳ୍ପ ଗୋଷ୍ଠୀଗୁଡ଼ିକ ତାଙ୍କ ନିଜ ରାଜ୍ୟରେ ତାଙ୍କର ଇଣ୍ଡଷ୍ଟ୍ରିଆଲ୍ ବେସ୍ ଓ ମାର୍କେଟ୍‌କୁ ସୁରକ୍ଷିତ ରଖି ଓଡ଼ିଶାରେ ନିବେଶ କରିବାକୁ ବ୍ୟାପକ ସୁଯୋଗ ପାଇବେ। ବିଗତ ୨ ବର୍ଷ ମଧ୍ୟରେ ଓଡ଼ିଶାର ଶିଳ୍ପାୟନ ପ୍ରକ୍ରିୟା ଏକ ବ୍ୟାପକ ସ୍ତରରେ ପହଞ୍ଚିଥିବା ବେଳେ ଆଗାମୀ ୫ ବର୍ଷ ମଧ୍ୟରେ ଓଡ଼ିଶା ଶିଳ୍ପାୟନ ଓ ଅଭିବୃଦ୍ଧି କ୍ଷେତ୍ରରେ ପୂର୍ବ ଭାରତର ଶ୍ରେଷ୍ଠ ରାଜ୍ୟରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ୱାସ ବ୍ୟକ୍ତ କରିଛନ୍ତି।

ଏହି ସ୍ୱତନ୍ତ୍ର ‘Go East’ ନୀତି ଅଧୀନରେ ରାଜ୍ୟରେ ଏକ ଉଚ୍ଚସ୍ତରୀୟ ସ୍ୱତନ୍ତ୍ର ଟାସ୍କ ଫୋର୍ସ (Special Task Force) ଗଠନ କରାଯିବ, ଯାହା ସମସ୍ତ ନିବେଶ ପ୍ରକଳ୍ପ ଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବ। ଏଥିସହିତ ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ’ (IPICOL) ମଧ୍ୟରେ ଏକ ସମର୍ପିତ ‘Go East Cell’ ଗଠନ କରାଯିବ। ନିବେଶ ପ୍ରକ୍ରିୟା ଏବଂ ମଞ୍ଜୁରୀର ସ୍ଥିତିକୁ ରିଏଲ୍ ଟାଇମ୍‌ (ତତ୍କାଳ) ମନିଟରିଂ ଓ ଟ୍ରାକିଂ କରିବା ପାଇଁ ଏକ ସ୍ୱତନ୍ତ୍ର ‘Go Swift’ ମଡ୍ୟୁଲ୍ ମଧ୍ୟ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ପଦକ୍ଷେପ ଫଳରେ ଓଡ଼ିଶାର ସୀମାବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ସର୍ବାଧିକ ପୁଞ୍ଜି ନିବେଶ ହେବା ସହ ସେଠାରେ ଅନେକ ନୂଆ ଇଣ୍ଡଷ୍ଟ୍ରିଆଲ୍ ଗ୍ରୋଥ ସେଣ୍ଟର (ଶିଳ୍ପ ବିକାଶ କେନ୍ଦ୍ର) ଗଢ଼ି ଉଠିବ, ଯାହା ସ୍ଥାନୀୟ ଅଞ୍ଚଳର ରୂପରେଖ ବଦଳାଇବ।

ଏହି ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଶିଳ୍ପ ନୀତି ରିଜୋଲ୍ୟୁସନ୍-୨୦୨୨ (IPR-2022) ରେ କିଛି ଗୁରୁତ୍ୱପୂର୍ଣ୍ଣ ସଂଶୋଧନ (Amendment) କରାଯାଇଥିବା ନେଇ ସୂଚନା ଦେଇଛନ୍ତି। ଏହି ସଂଶୋଧନ ଦ୍ୱାରା ରାଜ୍ୟର ଆର୍ଥିକ ଅନଗ୍ରସର ଓ ପଛୁଆ ଅଞ୍ଚଳ ଭାବେ ପରିଚିତ ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି ଭଳି ୧୫ ଟି ପ୍ରମୁଖ ଜିଲ୍ଲାରେ ଅଣ-ଖଣିଜ ଦ୍ରବ୍ୟ ଭିତ୍ତିକ ଶିଳ୍ପ (Non-mineral based industries) ପ୍ରତିଷ୍ଠା ପାଇଁ ଏକ ବ୍ୟାପକ ସୁଯୋଗ ସୃଷ୍ଟି ହେବ। ଏହି ଜିଲ୍ଲାଗୁଡ଼ିକୁ ‘Thrust Sector’ ବା ଅଗ୍ରାଧିକାର ଶ୍ରେଣୀରେ ସାମିଲ କରାଯିବ, ଯାହା ଦ୍ୱାରା ରାଜ୍ୟରେ ସନ୍ତୁଳିତ ଆଞ୍ଚଳିକ ବିକାଶ ସମ୍ଭବ ହୋଇପାରିବ।

ଶିଳ୍ପାୟନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ସରକାରୀ ସ୍ତରରେ ନିଆଯାଇଥିବା ପଦକ୍ଷେପ ବାବଦରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଥିଲେ ଯେ ‘Deregulation 1.0’ ଏବଂ ‘2.0’ ମାଧ୍ୟମରେ ବଡ଼ ଧରଣର ସୁଧାର ଅଣାଯାଇଛି। ଏହାଦ୍ୱାରା ପୂର୍ବରୁ ଶିଳ୍ପ ପ୍ରତିଷ୍ଠା ପାଇଁ ଲାଗୁଥିବା ୪୦୦ ଦିନର ସମୟ ଏବେ କମି ୧୬୦ ଦିନରୁ କମ୍ ହୋଇଯାଇଛି ଏବଂ ଆଗକୁ ଏହାକୁ ୧୦୦ ଦିନରୁ କମ୍ କରିବାକୁ ଲକ୍ଷ୍ୟ ରଖାଯାଇଛି।

ଜୁନ୍ ୨୦୨୪ ଠାରୁ ଓଡ଼ିଶା ସରକାର ପ୍ରାୟ ୯.୫ ଲକ୍ଷ କୋଟି ଟଙ୍କାର ୪୭୭ଟି ପ୍ରୋଜେକ୍ଟକୁ ମଞ୍ଜୁରୀ ଦେଇଛନ୍ତି, ଯାହା ଦ୍ୱାରା ୬ ଲକ୍ଷ ଲୋକଙ୍କ ପାଇଁ ରୋଜଗାର ସୃଷ୍ଟି ହେବ।

ଏଥିମଧ୍ୟରୁ ୩.୧୧ ଲକ୍ଷ କୋଟିରୁ ଅଧିକ ନିବେଶ ସହିତ ୧୨ଟି ପ୍ରୋଜେକ୍ଟର ଗ୍ରାଉଣ୍ଡିଂ ସରି ପ୍ରକଳ୍ପଗୁଡ଼ିକ ଉଦ୍‌ଘାଟନ ପର୍ଯ୍ୟାୟରେ ପହଞ୍ଚିଛି, ଯାହା ପ୍ରମାଣିତ କରୁଛି ଯେ ଓଡ଼ିଶା କେବଳ ନିବେଶ ଆକର୍ଷିତ କରୁନାହିଁ ବରଂ ସଫଳତାର ସହ ଏହାର ରୂପାୟନ ମଧ୍ୟ କରୁଛି।

ଓଡ଼ିଶାର ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ନିଜ ଅଭିଭାଷଣରେ ନୂତନ ‘Go East’ ଯୋଜନା ସୀମାବର୍ତ୍ତୀ ଓ ପଛୁଆ ଜିଲ୍ଲାଗୁଡ଼ିକରେ ଶିଳ୍ପାୟନର ଏକ ନୂଆ ଯୁଗ ଆରମ୍ଭ କରିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ।

ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା  ପାୱାରପଏଣ୍ଟ ଉପସ୍ଥାପନା ମାଧ୍ୟମରେ ଓଡ଼ିଶାର ଶିଳ୍ପ ଅଭିବୃଦ୍ଧି ଓ ନିବେଶର ସଫଳ ଚିତ୍ର ସିଆଇଆଇ ସଦସ୍ୟମାନଙ୍କ ସାମ୍ନାରେ ରଖିଥିଲେ। ସେ ଦର୍ଶାଇଥିଲେ ଓଡ଼ିଶା କିପରି ବିଗତ ଦିନମାନଙ୍କରେ ସିଙ୍ଗଲ୍ ୱିଣ୍ଡୋ ସିଷ୍ଟମକୁ ସୁଦୃଢ଼ କରି ନିବେଶ ପ୍ରକଳ୍ପଗୁଡ଼ିକୁ ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରିବାରେ ଦେଶରେ ରେକର୍ଡ ସୃଷ୍ଟି କରିଛି। ଆମର ଶିଳ୍ପ ଭିତ୍ତିଭୂମି, ଉନ୍ନତ ବିମାନ ତଥା ବନ୍ଦର ସଂଯୋଗୀକରଣ ଯୋଗୁଁ ଓଡ଼ିଶା ଏବେ କେବଳ ପୂର୍ବ ଭାରତ ନୁହେଁ, ବରଂ ସମଗ୍ର ଦେଶ ପାଇଁ ମାନୁଫାକ୍ଚରିଂର ପ୍ରମୁଖ ଗେଟ୍‌ୱେ ସାଜିଛି ବୋଲି ସେ ନିଜ ପ୍ରେଜେଣ୍ଟେସନରେ ସ୍ପଷ୍ଟ କରିଥିଲେ।

 

 

ସମ୍ମିଳନୀ ଶେଷରେ ମୁଖ୍ୟମନ୍ତ୍ରୀ ସମସ୍ତ ଶିଳ୍ପ ଗୋଷ୍ଠୀକୁ ଓଡ଼ିଶାର ପ୍ରଗତିରେ ସହଭାଗୀ ହେବାକୁ ଆହ୍ୱାନ ଦେଇ ‘ବିକଶିତ ଭାରତ ୨୦୪୭’ ଗଠନ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବାକୁ ଅନୁରୋଧ କରିଥିଲେ।

 

 

ଏହି ସମ୍ମିଳନୀରେ ସରକାରୀ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମତ ପ୍ରଧାନ, ଇପିକଲ (IPICOL) ର ପରିଚାଳନା ନିର୍ଦ୍ଦେଶିକା  ଆବୋଲି ସୁନୀଲ ନରଭାଣେ, ସିଆଇଆଇ ପୂର୍ବ ଆଞ୍ଚଳିକ ଉପାଧ୍ୟକ୍ଷ ରୁଦ୍ର ଚାଟାର୍ଜୀ, ଓଡ଼ିଶା କାଉନସିଲ୍ ଅଧ୍ୟକ୍ଷ ଅନିଲ କୁମାର ସିଂହଙ୍କ ସମେତ ବହୁ ବିଶିଷ୍ଟ ଶିଳ୍ପପତି ଉପସ୍ଥିତ ଥିଲେ।

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ବଡ଼ମ୍ବା ଓ ଆସିକା ଆଖୁ ଚାଷୀଙ୍କ ପାଇଁ ଏକର ପ୍ରତି ୧୫,୦୦୦ ଟଙ୍କାର ଇନ୍‌ପୁଟ୍ ସବ୍‌ସିଡି 

Published

on

ଭୁବନେଶ୍ୱର : ରାଜ୍ୟର ଆଖୁ ଚାଷୀଙ୍କ ଆୟ ବୃଦ୍ଧି ଓ ସମବାୟ ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀ  ମୋହନ ମାଝୀ ଆଜି “ସମବାୟ ଚିନି ଶିଳ୍ପ ଅଞ୍ଚଳରେ ଆଖୁ ଉତ୍ପାଦନ ପ୍ରୋତ୍ସାହନ” ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବଡ଼ମ୍ବା ଓ ଆସିକା ସମବାୟ ଚିନି କଳ ଅଞ୍ଚଳର ଚାଷୀମାନଙ୍କୁ ଏକର ପ୍ରତି ୧୫,୦୦୦ ଟଙ୍କାର ଇନ୍‌ପୁଟ୍ ସବ୍‌ସିଡି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

 PACS ଓ LAMPCS ର ମେଗା ମେମ୍ବରସିପ୍ ଡ୍ରାଇଭ୍ ‘ସମ୍ବନ୍ଧ’ର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଆଖୁ ଚାଷୀମାନଙ୍କୁ ଉଚ୍ଚ ସୁଗାର କଣ୍ଟେଣ୍ଟ ଥିବା ଉନ୍ନତମାନର ଆଖୁ ବିହନ ଯୋଗାଇବାକୁ କୃଷି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ  ଓଡ଼ିଶା ଆଜି ଭାରତର ପ୍ରଥମ ରାଜ୍ୟ ଭାବେ ନିଜର ‘ସମବାୟ ନୀତି ୨୦୨୬’ ପ୍ରଣୟନ କରିଛି। ଏହି ନୂତନ ନୀତି ଅଧୀନରେ PACS ଓ LAMPCS ଗୁଡ଼ିକୁ କେବଳ ଋଣ ପ୍ରଦାନ ମଧ୍ୟରେ ସୀମିତ ନରଖି ଗ୍ରାମାଞ୍ଚଳର ‘ମଲ୍ଟି-ସର୍ଭିସ୍ ୱାନ୍-ଷ୍ଟପ୍ ସଲ୍ୟୁସନ୍’ ସେଣ୍ଟରରେ ପରିଣତ କରାଯାଉଛି। ଚାଷୀମାନଙ୍କୁ ଧାନ କୁଇଣ୍ଟାଲ ପ୍ରତି ୩୧୦୦ ଟଙ୍କା MSP ପ୍ରଦାନ କରାଯାଉଥିବା ବେଳେ ଗୋଟିଏ ଛାତ ତଳେ ସାର, ବିହନ, ଆଧୁନିକ କୃଷି ଯନ୍ତ୍ରପାତି, ବ୍ୟାଙ୍କିଙ୍ଗ୍, ଫସଲ ବୀମା ଓ ଦୁଗ୍ଧ ସଂଗ୍ରହ ସୁବିଧା ଯୋଗାଇ ଦିଆଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୮୫ଟି ରୂପାନ୍ତରିତ ମଣ୍ଡି, ୫୦ଟି କଷ୍ଟମ୍ ହାୟାରିଂ ସେଣ୍ଟର, ୨୫୦ଟି ଜନସେବା କେନ୍ଦ୍ର (CSC), ୬୦ଟି ନୂତନ Consumer Store, ୭୦ଟି ପ୍ୟାକ୍ସର ନୂତନ କାର୍ଯ୍ୟାଳୟ ଓ ଗୋଦାମ ଘର, ୨୧ଟି ପ୍ୟାକ୍ସରେ ଦୁଗ୍ଧ ସଂଗ୍ରହ କେନ୍ଦ୍ର ଉଦ୍‌ଘାଟନ କରିବା ସହିତ ୪ଟି ଆଦର୍ଶ ମଣ୍ଡି ଏବଂ ବିଶ୍ୱର ସର୍ବବୃହତ୍ ଶସ୍ୟ ସଂରକ୍ଷଣ ଯୋଜନାରେ ୩ଟି ଶସ୍ୟ ଗୋଦାମଘରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ସମବାୟ ସମିତିଗୁଡ଼ିକର କାର୍ଯ୍ୟଶୈଳୀକୁ ଅଧିକ ସ୍ୱଚ୍ଛ ଓ ଦକ୍ଷ କରିବା ପାଇଁ National PACS Software ମାଧ୍ୟମରେ କୋର୍ ବ୍ୟାଙ୍କିଙ୍ଗ୍ ଓ ରିଅଲ-ଟାଇମ ସେଟେଲମେଣ୍ଟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହିକ୍ରମରେ ୩୦୦ଟି ପ୍ୟାକ୍ସରେ NLPS ମାଧ୍ୟମରେ ଅନ୍‌ଲାଇନ୍ ବ୍ୟବସ୍ଥାର ଶୁଭାରମ୍ଭ କରିଥିଲେ ।

ଏହି ଅବସରରେ ପ୍ରଥମ ଥର ପାଇଁ ପ୍ୟାକ୍ସ ଓ ଲ୍ୟାମ୍ପ୍‌ସର ଚାଷୀ-ସଦସ୍ୟମାନଙ୍କୁ ଲାଭାଂଶ ବଣ୍ଟନ ପ୍ରକ୍ରିୟା ଆରମ୍ଭ କରାଯାଇଛି । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲାଭାଂଶ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ୩୨୨ଟି ପ୍ୟାକ୍ସ ଓ ଲ୍ୟାମ୍ପ୍‌ସର ଚାଷୀମାନଙ୍କୁ ଲାଭାଂଶ ପ୍ରଦାନ କରିଛନ୍ତି । ଏହି ପ୍ରକ୍ରିୟାରେ ୨୦୨୪-୨୫ ଆର୍ଥିକ ବର୍ଷରେ ସମୁଦାୟ ୫୦୦ରୁ ଅଧିକ ସମିତିର ପ୍ରାୟ ୮ ଲକ୍ଷ ଚାଷୀ ଲାଭାନ୍ୱିତ ହେବେ ।

।

ଆଜି ମୁଖ୍ୟମନ୍ତ୍ରୀ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ୧୧ ଜଣ ସହକାରୀ ଅଧୀକ୍ଷକ, ୧୯ ଜଣ ପଣ୍ୟାଗାର ସହାୟକ ଏବଂ ୩୬ ଜଣ ସମବାୟ ନିରୀକ୍ଷକଙ୍କୁ ଆନୁଷ୍ଠାନିକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରିବା ସହିତ କାର୍ଯ୍ୟକ୍ରମରେ ଆୟୋଜିତ ଏକ ପ୍ରଦର୍ଶନୀ ମୁଖ୍ୟମନ୍ତ୍ରୀ ବୁଲି ଦେଖିଥିଲେ ।

ଏହି ସମାରୋହରେ ସମବାୟ ମନ୍ତ୍ରୀ  ପ୍ରଦୀପ ବଳ ସାମନ୍ତ ସମବାୟ ମାଧ୍ୟମରେ ହିଁ ଗ୍ରାମୀଣ ଅର୍ଥନୀତିର ଦ୍ରୁତ ବିକାଶ ସମ୍ଭବ ବୋଲି ପ୍ରକାଶ କରି ପ୍ରତ୍ୟେକ ପରିବାରରୁ ଅନ୍ୟୁନପକ୍ଷେ ଜଣେ ସଦସ୍ୟକୁ ସମବାୟ ସହିତ ଯୋଡିବାର ମୂଳ ଲକ୍ଷ୍ୟ ରଖି ଏହି ଅଭିଯାନ ଆରମ୍ଭ କରାଯାଇଛି ବୋଲି କହିଥିଲେ । ଗତ ଦୁଇ ବର୍ଷ ମଧ୍ୟରେ ସମବାୟ ବିଭାଗ ପକ୍ଷରୁ ହାସଲ ହୋଇଥିବା ବିଭିନ୍ନ ଉପଲବ୍‌ଧି ଉପରେ ଆଲୋକପାତ କରି ସେ କହିଥିଲେ ଆମ ସରକାରରେ ଏବେ ସମବାୟ ସମିତି ଗୁଡ଼ିକ ଆଉ କ୍ଷତିଗ୍ରସ୍ତ ଅନୁଷ୍ଠାନ ନୁହେଁ, ବରଂ ଏକ ସ୍ୱାବଲମ୍ୱୀ ଓ ଲାଭଜନକ ବ୍ୟବସାୟିକ ପ୍ରତିଷ୍ଠାନରେ ପରିଣତ ହୋଇଛି ।

ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ସମବାୟ କ୍ଷେତ୍ରର ସୁଦୃଢ଼ୀକରଣ ଓ ଡିଜିଟାଇଜେସନ୍ ଉପରେ ଗୁରୁତ୍ୱ ଆରୋପ କରିଥିଲେ ।

 

ଏହି କାର୍ଯ୍ୟକ୍ରମରେ, କୃଷି ସଚିବ ସଚିନ ରାମଚନ୍ଦ୍ର ଯାଦବ, ହସ୍ତତନ୍ତ ସଚିବ ଶ୍ରୀମତୀ ଗୁହା ପୁନମ୍ ତାପସ କୁମାର ପ୍ରମୁଖ ଉପସ୍ଥିତ ଥିଲେ ।

ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିବା ବେଳେ ସମବାୟ ସମିତି ସମୂହର ରେଜିଷ୍ଟ୍ରାର ମନିଷ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ ।

 

କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ୟାକ୍ସର ଓ ଲ୍ୟାମ୍ପସ୍‌ର ସଦସ୍ୟ, ସମବାୟବିତ, ବିଭାଗୀୟ ଅଧିକାରୀ ଓ ଚାଷୀ ଭାଇଭଉଣୀ ଉପସ୍ଥିତ ଥିଲେ।

Continue Reading

Nation

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ

Published

on

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ ଠାରେ ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁଇ ବର୍ଷର କଠୋର ଇନ୍‌ଡୋର ଓ ଆଉଟ୍‌ଡୋର ପ୍ରଶିକ୍ଷଣ ସଫଳତାର ସହ ସମ୍ପୂର୍ଣ୍ଣ କରିଥିବା ୩୩୬ ଜଣ ନବନିଯୁକ୍ତ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏହି ବ୍ୟାଚ୍‌ରେ ୭୦ ଜଣ ମହିଳା ସବ୍-ଇନ୍ସପେକ୍ଟର ସାମିଲ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ଏହା ଓଡ଼ିଶାର ନାରୀ ସଶକ୍ତିକରଣ ଓ ପରିବର୍ତ୍ତିତ ସାମାଜିକ ଚିତ୍ରର ଏହା ଏକ ଉଜ୍ଜ୍ୱଳ ପ୍ରତିଫଳନ ବୋଲି କହିଛନ୍ତି ।

 

ଦୀକ୍ଷାନ୍ତ ସମାରୋହକୁ ସମ୍ବୋଧିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଆଧୁନିକ ଅପରାଧ, ଟେକ୍ନୋଲୋଜିର ବ୍ୟବହାର ଓ ସାଇବର ଠକେଇର ମୁକାବିଲା ପାଇଁ ଓଡ଼ିଶା ପୋଲିସ ନିଜକୁ ନିରନ୍ତର ଅପ୍‌ଡେଟ୍ କରୁଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦକ୍ଷ ପରିଚାଳନାରେ ରାଜ୍ୟରୁ ମାଓ ଓ ନକ୍ସଲ ହିଂସା ସମ୍ପୂର୍ଣ୍ଣ ଦମନ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ଆଗାମୀ ଦଶ ବର୍ଷ ମଧ୍ୟରେ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଶିଳ୍ପାୟନ ଏବଂ ଶାନ୍ତି-ଶୃଙ୍ଖଳା ଅପରିହାର୍ଯ୍ୟ ବୋଲି ଦର୍ଶାଇ ମୁଖ୍ୟମନ୍ତ୍ରୀ ପୋଲିସ ବିଭାଗର ଆଧୁନିକୀକରଣ ଓ ମାନବ ସମ୍ବଳ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ । ଗତ ଦୁଇ ବର୍ଷ ମଧ୍ୟରେ ପୋଲିସ ବିଭାଗରେ ୧୭,୭୯୪ଟି ନୂତନ ପଦବୀ ସୃଷ୍ଟି କରାଯିବା ସହ ୫,୮୧୭ଟି ପଦବୀ ପୂରଣ କରାଯାଇଛି ଏବଂ ଥାନାଗୁଡ଼ିକର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ ଯାନବାହାନ ଓ ଇନ୍ଧନ ଭତ୍ତା ପ୍ରଦାନ କରାଯାଉଛି । ଏହା ସହିତ ୨୦୨୯ ସୁଦ୍ଧା ଓଡ଼ିଶାକୁ ‘ନିଶାମୁକ୍ତ ରାଜ୍ୟ’ରେ ପରିଣତ କରିବା ପାଇଁ ସରକାର ସଂକଳ୍ପବଦ୍ଧ ବୋଲି ସେ ଦୋହରାଇଥିଲେ ।

ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ SMART POLICING ନୀତି ଆପଣାଇବାକୁ ଆହ୍ୱାନ ଦେବା ସହ ନବନିଯୁକ୍ତ ଅଧିକାରୀମାନଙ୍କୁ ତିନୋଟି ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି । ସରକାରଙ୍କ ‘ଶୂନ୍ୟ ସହନଶୀଳତା’ ନୀତିକୁ ଆଧାର କରି ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରହିବା, ୟୁନିଫର୍ମ ସର୍ଭିସରେ ସର୍ବୋଚ୍ଚ ଶୃଙ୍ଖଳା ବଜାୟ ରଖିବା ଏବଂ କ୍ଷମତାର ଅପବ୍ୟବହାର ନକରି ନିର୍ଦ୍ଦୋଷଙ୍କୁ ସୁରକ୍ଷା ଓ ଅପରାଧୀଙ୍କୁ ଆଇନ ଅନୁଯାୟୀ ଦଣ୍ଡ ଦେବା ପାଇଁ ସେ ପରାମର୍ଶ ଦେଇଥିଲେ ।

ସମାରୋହରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ର କହିଥିଲେ ଯେ ପୋଲିସ ଅଧିକାରୀମାନେ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ କାର୍ଯ୍ୟ କରିବା ଉଚିତ। ପୋଲିସ ସେବାରେ ଅନେକ ସମସ୍ୟା ଓ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଲେ ମଧ୍ୟ, ସେମାନଙ୍କୁ ସମ୍ପୂର୍ଣ୍ଣ ସାହସିକତା, ନିଷ୍ଠା ଓ ସାଧୁତାର ସହିତ ନିଜର ଦାୟିତ୍ୱ ତୁଲାଇବାକୁ ହେବ। ଏହା ସହିତ ସାଇବର ଅପରାଧ ଭଳି ଆଧୁନିକ ସମସ୍ୟାର ମୁକାବିଲା କରିବା ପାଇଁ ପ୍ରଯୁକ୍ତିବିଦ୍ୟା ଏବଂ ସ୍ମାର୍ଟ ପୋଲିସିଂ ବ୍ୟବସ୍ଥାର ଉପଯୋଗ କରିବା ଜରୁରୀ ଅଟେ। ନକ୍ସଲ ବିରୋଧୀ ଅଭିଯାନ କ୍ଷେତ୍ରରେ ଓଡ଼ିଶା ପୋଲିସ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଏହି ଅସାଧାରଣ କୃତିତ୍ୱ ଓ ସଫଳତା ପାଇଁ ସେ ସମଗ୍ର ଓଡ଼ିଶା ପୋଲିସ ବାହିନୀକୁ ଧନ୍ୟବାଦ ଜଣାଇଥିଲେ ।

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ନିର୍ଦ୍ଦେଶକ ତଥା ପୋଲିସ ମହାନିରୀକ୍ଷକ ଶ୍ରୀ ଅନୁପ କୁମାର ସାହୁ ସ୍ୱାଗତ ଅଭିଭାଷଣ ଦେବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ ।

ଏହି ଦୀକ୍ଷାନ୍ତ ସମାରୋହରେ ବିଭିନ୍ନ ବିଭାଗରେ ଉତ୍କର୍ଷ ହାସଲ କରିଥିବା କୃତୀ କ୍ୟାଡେଟ୍‌ମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ । ଏଥିରେ ପି. ନଳିନୀ ରାଓଙ୍କୁ ସର୍ବାଧିକ ନମ୍ବର ହାସଲ କରି ରାଜ୍ୟପାଳଙ୍କ ପଦକ, ଟ୍ରଫି ସହ ୧୦,୦୦୦ ଟଙ୍କାର ନଗଦ ପୁରସ୍କାର ରାଶି ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ । ଏଥି ସହ ତେଜସ୍ୱିନୀ ମହନ୍ତରାୟ, ଯୁଧିଷ୍ଠିର ବେହେରା, ଲକ୍ଷ୍ମଣ କୁମାର ମହନ୍ତ, ସସ୍ମିତା ଖୁଣ୍ଟିଆ, ନିହାରିକା ତ୍ରିପାଠୀ ଓ ଆଶୁତୋଷ ନାୟକଙ୍କୁ ପୋଲିସ ପ୍ରଶିକ୍ଷଣରେ ଉତ୍ତମ ପ୍ରଦର୍ଶନ ନିମନ୍ତେ ମୁଖ୍ୟମନ୍ତ୍ରୀ ଟ୍ରଫି ସହ ପୁରସ୍କାର ପ୍ରଦାନ କରିଥିଲେ ।

 

Continue Reading

Nation

ବଜେଟ ଖର୍ଚ୍ଚ ବୃଦ୍ଧି କରିବାକୁ ସଚିବମାନଙ୍କୁ କହିଲେ ମୁଖ୍ୟ ଶାସନ ସଚିବ

Published

on

ଭୁବନେଶ୍ୱର: ବଜେଟ ଖର୍ଚ୍ଚ ବୃଦ୍ଧି କରିବାକୁ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ବିଭାଗୀୟ ସଚିବମାନଙ୍କୁ କହିଛନ୍ତି ।

ମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ବୈଠକରେ ବିଭିନ୍ନ ବିଭାଗର ବ୍ୟୟ ସ୍ଥିତି ସମୀକ୍ଷା କରି ଅନୁମୋଦିତ ବଜେଟ୍‌ ବ୍ୟବସ୍ଥା ଅନୁଯାୟୀ ବିକାଶମୂଳକ ଯୋଜନା ଓ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନକୁ ତ୍ୱରାନ୍ୱିତ କରି ବ୍ୟୟ ହାର ବୃଦ୍ଧି କରିବାକୁ ସଚିବମାନଙ୍କୁ ପରାମର୍ଶ ଦେଇଥିଲେ । ନିର୍ଦ୍ଧାରିତ ଲକ୍ଷ୍ୟ ଅନୁଯାୟୀ ବ୍ୟୟ କରିବା ସହ କାର୍ଯ୍ୟକ୍ରମର ଗୁଣାତ୍ମକ ଓ ଫଳାଫଳଭିତ୍ତିକ କାର୍ଯ୍ୟାନ୍ୱୟନ  ଉପରେ ଗୁରୁତ୍ୱ ଦେବାକୁ ସେ କହିଥିଲେ ।

ବୈଠକରେ ଅର୍ଥ ବିଭାଗ ପକ୍ଷରୁ ରାଜ୍ୟର ଆୟ ଓ ବ୍ୟୟ ସ୍ଥିତି ସମ୍ପର୍କରେ ବିସ୍ତୃତ ଉପସ୍ଥାପନ କରାଯାଇଥିଲା । ଚଳିତ ଆର୍ଥିକ ବର୍ଷରେ ଅଗଷ୍ଟ ମାସ ଶେଷ ସୁଦ୍ଧା ଗତ ବର୍ଷର  ଏହି ସମୟ ତୁଳନାରେ ରାଜ୍ୟର ମୋଟ ବ୍ୟୟ ଓ କାର୍ଯ୍ୟକ୍ରମ ବ୍ୟୟରେ ଉନ୍ନତି ଘଟିଥିବା ବେଳେ ପୁଞ୍ଜି ବ୍ୟୟରେ ମଧ୍ୟ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଥିବା  ଜଣାଯାଇଛି । ସେହିପରି ରାଜ୍ୟର ମୋଟ ରାଜସ୍ୱ ଆଦାୟରେ ମଧ୍ୟ ଗତବର୍ଷ ତୁଳନାରେ ଅଧିକ ଅଭିବୃଦ୍ଧି ରେକର୍ଡ ହୋଇଛି ।

 ବୈଠକରେ ଉନ୍ନୟନ କମିଶନର-ତଥା-ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହଙ୍କ   ସମେତ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ଏବଂ ଅନ୍ୟ ବିଭିନ୍ନ ବିଭାଗର  ସଚିବମାନେ ଯୋଗଦେଇ ବିଭାଗୀୟ କାର୍ଯ୍ୟକ୍ରମ, ଆର୍ଥିକ ପ୍ରଦର୍ଶନ, ଜନକଲ୍ୟାଣମୂଳକ ପଦକ୍ଷେପ ଏବଂ କାର୍ଯ୍ୟକାରୀ ହେଉଥିବା ବିକାଶମୂଳକ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ ।

        

     ବୈଠକରେ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଜିଲ୍ଲାର ୨୫ଟି ରଣନୀତିକ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ରୋଡମ୍ୟାପ୍ ଉପସ୍ଥାପନ କରିଥିଲେ । ଖୋର୍ଦ୍ଧା ଜିଲ୍ଲାର ସମନ୍ୱିତ ଓ ଦ୍ରୁତ ବିକାଶ ପାଇଁ ଶିଳ୍ପ, ଭିତ୍ତିଭୂମି, କୃଷି, କ୍ରୀଡ଼ା, ପର୍ଯ୍ୟଟନ, ଐତିହ୍ୟ ଓ ଜ୍ଞାନଭିତ୍ତିକ ବିକାଶକୁ ସମାନ ଗୁରୁତ୍ୱ ଦେଇ ପ୍ରସ୍ତୁତ  ରୋଡମ୍ୟାପ୍‌ ସଂପର୍କରେ ଜିଲ୍ଲାପାଳ  ଆଲୋକପାତ କରିଥିଲେ । ଜିଲ୍ଲାର  ଗ୍ରାମ ପଞ୍ଚାୟତସ୍ତରରେ କଲ୍ୟାଣ ମଣ୍ଡପ, ଗ୍ରାମୀଣ ହାଟ, ମଡେଲ୍‌ ପାର୍କ, ପୋଖରୀ ଭଳି ବହୁମୁଖୀ ସୁବିଧା ସହ ପ୍ରମୁଖ ଉପଯୋଗୀ ମଡେଲ୍ ପ୍ରକଳ୍ପ ବିକଶିତ କରିବା ପାଇଁ ପ୍ରସ୍ତାବ ରଖାଯାଇଛି ।   

    ବେଗୁନିଆ-ବୋଲଗଡ଼ ଓ ଟାଙ୍ଗୀ ଅଞ୍ଚଳକୁ ଶିଳ୍ପ କ୍ଷେତ୍ର ଭାବେ ବିକଶିତ କରି ନୂଆ ପୁଞ୍ଜିନିବେଶ ଆକର୍ଷଣ, ନିଯୁକ୍ତି ସୁଯୋଗ ସୃଷ୍ଟି ଓ ଏମ୍‌ଏସ୍‌ଏମ୍‌ଇ ଭିତ୍ତିକ ସହାୟକ ଶିଳ୍ପର ବିକାଶ ପାଇଁ ପ୍ରସ୍ତାବ ରଖାଯାଇଛି  । ତୃଣମୂଳସ୍ତରରେ ସିଭିକ୍‌ ଓ ଜ୍ଞାନଭିତ୍ତିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆଧୁନିକ ବ୍ଲକ୍‌ସ୍ତରୀୟ କନଭେନ୍ସନ୍‌ ସେଣ୍ଟରକୁ ଜନସମାଗମ, ଜ୍ଞାନ ବିନିମୟ, ସାଂସ୍କୃତିକ ପ୍ରଦର୍ଶନୀ ଓ ସରକାରୀ କାର୍ଯ୍ୟକ୍ରମର କେନ୍ଦ୍ର ଭାବେ ବିକଶିତ କରିବା ନେଇ ଆଲୋଚନା ହୋଇଥିଲା ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions