ରାଜ୍ୟ

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Published

on

ଭୁବନେଶ୍ବର: ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ। ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ। ଗଞ୍ଜାମ ଜିଲ୍ଲା ତଥା ଓଡିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଥିଲା।

ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *

Trending

Exit mobile version