ବୁଗୁଡ଼ା : ଓଡ୍ର ଖଣ୍ଡାୟତ କାଳଁଞୀ ସମାଜର କେନ୍ଦ୍ରୀୟ ପରିଷଦ ପକ୍ଷରୁ ଆଜି ବେତାରସିଙ୍ଗି ଅଂଚଳ ପରିଷଦର ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବୁଗୁଡ଼ା-ଭଞ୍ଜନଗର ଅଂଚଳର ଜଣାଶୁଣା ଲୋକପ୍ରିୟ ଜନନେତା ଗଙ୍ଗାଧର ବିଷୋୟୀଙ୍କୁ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି ଭାବେ ମନୋନୀତ କରାଯଇଛି l
ଅଞ୍ଚଳ ପରିଷଦର ଉପସଭାପତି ଭାବେ ଅନ୍ତର୍ଯ୍ୟାମୀ ସ୍ଵାଇଁ, ସମ୍ପାଦକ ଭାବେ ଅମ୍ବିକା ପ୍ରସାଦ ବିଷୋୟୀ, ସଂଗଠନ ସମ୍ପାଦକ ଭାବେ ଯୋଗୀ ନାହାକ,ସଂଗଠକ ଭାବେ ଲକ୍ଷ୍ମଣ ସ୍ଵାଇଁ, ଓ ଉପଦେଷ୍ଟା ଭାବେ ଗନ୍ଧର୍ବ ସେନ୍ ଭୂୟା ସର୍ବ ସମ୍ମତି ଭାବେ ନିର୍ବାଚିତ ହୋଇଛନ୍ତି l
ବୈଠକରେ କେନ୍ଦ୍ର ପରିଷଦ ସଭାପତି ସନ୍ତୋଷ କୁମାର ଜେନା, ଉପସଭାପତି ବୃନ୍ଦାବନ ଖଟେଇ, ସମ୍ପାଦକ ନୀଳାଚଳ ପୋଲେଇ, ଉପଦେଷ୍ଟା କାଳୀଚରଣ ନାୟକ, ଆସିକା ଅଞ୍ଚଳ ସଭାପତି ନରହରି ବିଶୋଇ, ସମ୍ପାଦକ ଯୋଗେନ୍ଦ୍ର ପ୍ରଧାନ, ସିଦ୍ଧେଶ୍ୱର ଅଞ୍ଚଳ ସଭାପତି ଯୋଗେନ୍ଦ୍ର ବିଶୋଇ, ଆଠଗଡ ସଭାପତି ସୂର୍ଯ୍ୟ ନାରାୟଣ ଭୂୟା ,ସମ୍ପାଦକ ରାଧାଶ୍ୟାମ ଜେନା, ଉପଦେଷ୍ଟା ପଦ୍ମଚରଣ ଜେନା, କଇଁଡି ଅଞ୍ଚଳ ସଭାପତି ଜଗବନ୍ଧୁ ଜେନା, ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ କେନ୍ଦ୍ର ସଭାପତି ହରିହର ପ୍ରଧାନଙ୍କ ସମେତ ଗ୍ରାମମଣ୍ଡଳ,ଅଞ୍ଚଳ ଓ 19 ଖଣ୍ଡ ଗ୍ରାମର ସମାଜ ଭାଇମାନେ ଉପସ୍ଥିତ ଥିଲେ l
ନବ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ କୂଳ ଦେବତାଙ୍କ ନିକଟରେ ଶପଥ ପାଠ କରାଯାଇଥିଲା l
ନୂତନ କମିଟି ଅଞ୍ଚଳରେ ସମାଜ ଭାଇଙ୍କ ଶିକ୍ଷା, ଆର୍ଥିକ ଉନ୍ନତି, ଗରିବ, ବୃଦ୍ଧ ବୃଦ୍ଧା ଙ୍କ କଲ୍ୟାଣ ସୁରକ୍ଷା ,ନାରୀ ସୁରକ୍ଷା ଉପରେ ଗୁରୁତ୍ଵ ଦେଇଥିଲେ l ଅଞ୍ଚଳରେ ବର୍ତ୍ତମାନ ଶୂନ୍ୟ ଅଭିଯୋଗ ଘୋଷଣା କରାଯାଇଛି l ଶେଷରେ ନବ ନିର୍ବାଚିତ ସଭାପତି ଗଙ୍ଗାଧର ବିଶୋଇ ଧନ୍ୟବାଦ ପ୍ରଦାନ କରିଥିଲେ l