Nation

ଯୋରନ୍ଦା ପୀଠର ୧୧୨ କୋଟି ଟଙ୍କାର ରୂପାନ୍ତର ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କଲେ ମହିମା ଧର୍ମାବଲମ୍ବୀ ସାଧୁସନ୍ଥ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ଅନେକ ମହିମା ସାଧୁସନ୍ଥ ଓ ଧର୍ମାବଲମ୍ବୀମାନେ ନବୀନ ନିବାସ ଠାରେ ଭେଟିଛନ୍ତି । ଯୋରନ୍ଦା ପୀଠର ରୂପାନ୍ତର ପାଇଁ ପଦକ୍ଷେପକୁ ସେମାନେ ସ୍ୱାଗତ ଜଣାଇବା ସହ ଏଥି ପାଇଁ ଅର୍ଥ ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିଥିଲେ।

ସୂଚନାଯୋଗ୍ୟ ଯେ ଗତ ମେ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଭି.କେ. ପାଣ୍ଡିଆନ ଯୋରନ୍ଦା ପୀଠ ପରିଦର୍ଶନ କରି ଏହାର ସମ୍ପୂର୍ଣ୍ଣ ରୂପାନ୍ତର ପାଇଁ ପ୍ରସ୍ତାବ ଦେବା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ଜିଲ୍ଲାପାଳଙ୍କ ପ୍ରସ୍ତାବଭିତ୍ତିରେ ମୁଖ୍ୟମନ୍ତ୍ରୀ ଜୁନ୍ ୧୫ ତାରିଖ ଦିନ ଏଥିପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ ।

Leave a Reply

Your email address will not be published. Required fields are marked *

Trending

Exit mobile version