Connect with us

ଭୂବନେଶ୍ବର : ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ନିମନ୍ତେ ଅଭିପ୍ରେତ ଓଡିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ) ବିଶେଷ ଅପ୍ରଗତି ହାସଲ କିରିଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ କାର୍ଯ୍ୟନ୍ବୟନ ସମୀକ୍ଷା ବୈଠକରୁ ଏହା ଜଣପଡିଛି ।
ବି.ଏସ୍.କେ.ୱାଇ ବିଷୟରେ ସଦ୍ୟତନ ତଥ୍ୟ ଉପସ୍ଥାପନ କରି ଓଡିଶା ହେଲଥ୍ ଆସୁରାନ୍ସ ସୋସାଇଟିର ମୂଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡ଼ି. କହିଥିଲେ ଯେ ଚଳିତ ବର୍ଷ ଜାନୁଆରୀ ୧ ତାରିଖରୁ ଡ଼ିସେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ୬.୩୧ ଲକ୍ଷ ଲୋକ ବିଭିନ୍ନ ଘରୋଇ ହସ୍ପିଟାଲରେ ଉଚ୍ଚମାନର ଦେୟମୁକ୍ତ ଚିକିତ୍ସା ପାଇଛନ୍ତି । ସେମାନଙ୍କର ଚିକିତ୍ସା ବାବଦରେ ରାଜ୍ୟ ସରକାର ଘରୋଇ ହସ୍ପିଟାଲମାନଙ୍କୁ ପ୍ରାୟ ୧୩୮୯ କୋଟି ଟଙ୍କାର ବିଲ୍ ପୈଠ କରିଛନ୍ତି ।
ରାଜ୍ୟର ସମସ୍ତ ୩୦ ଟି ଜିଲ୍ଲାର ଲୋକ ବି.ଏସ୍.କେ.ୱାଇ ରେ ଚିକିତ୍ସା ସୁବିଧା ପାଇଛନ୍ତି । ଚିକିତ୍ସା ପାଇଁ ଆସିଥିବା ଶତ ପ୍ରତିଶତ ରୋଗୀଙ୍କୁ ୧୦୪ କଲସେଣ୍ଟର୍ ମାଧ୍ୟମରେ କାଉସେଲିଂ କରାଯାଇଛି । ନିଜ ନିଜର ପସନ୍ଦର ହସ୍ପିଟାଲରେ ଚିକିତ୍ସା ପାଇଁ ସେମାନଙ୍କୁ ଆବଶ୍ୟକୀୟ ସୂଚନା ଓ ସହାୟତା ଯୋଗାଇ ଦିଆଯାଇଛି । ହସ୍ପିଟାଲରେ ନିୟୋଜିତ ଥିବା ସ୍ବାସ୍ଥ୍ୟମିତ୍ରମାନେ ମଧ୍ୟ ସେମାନଙ୍କର ଆଡମିଶନ୍ ଓ ଚିକିତ୍ସାପାଇଁ ନିଜେ ଉପସ୍ଥିତ ରହି ଡ଼ାକ୍ତରମାନଙ୍କ ସହ ଯୋଗାଯୋଗ ଓ ଆବଶ୍ୟକୀୟ ପ୍ରକ୍ରିୟାଗତ ସହାୟତା କରିଛନ୍ତି । ବି.ଏସ୍.କେ.ୱାଇ ରେ ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୨୦୫୬ ଟି ଚିକିତ୍ସା ଓ ନିଦାନ ପ୍ୟାକେଜ୍ କରାଯାଇଛି । ରୋଗୀମାନଙ୍କୁ ସେମାନଙ୍କର ରୋଗ ଅନୁସାରେ ଉପଯୁକ୍ତ ପ୍ୟାକେଜ୍ ଅନ୍ତର୍ଭୂକ୍ତ କରି ସଂପୃକ୍ତ ହସ୍ପିଟାଲମାନେ ଚିକିତ୍ସା କରିଛନ୍ତି ।
ରାଜ୍ୟର ବିଭିନ୍ନ ଦୁରଦୁରାନ୍ତ ଅଂଚଳମାନଙ୍କରେ ବି.ଏସ୍.କେ.ୱାଇ ବିଷୟରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସ୍ବାସ୍ଥ୍ୟ ସଚିବ ପଣ୍ଡିତ୍ ନିର୍ଦ୍ଧେଶ ଦେଇଥିଲେ । ବିଶେଷତଃ ଗଜପତି, କନ୍ଧମାଳ, ସୋନପୁର, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଆଦି ଜିଲ୍ଲାର ଗ୍ରାମାଚଂଳମାନଙ୍କରେ ସଚେତନତା ଓ ସୂଚନା ପ୍ରଦାନ କାର୍ଯ୍ୟକ୍ରମକୁ ସଘନ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ କୁହାଯାଇଥିଲା ।
ବୈଠକର ଆଲୋଚନାରୁ ଜଣାପଡ଼ିଥିଲା ଯେ କୈାଣସି ତାଲିକାଭୂକ୍ତ ହସ୍ପିଟାଲକୁ ଆସିବା ପୂର୍ବରୁ ରୋଗୀ ବା ତାଙ୍କର ନିକଟ ସମ୍ପର୍କୀୟ ଟୋଲ୍ ଫ୍ରୀ ନମ୍ବର ୧୦୪ କୁ ଆଗୁଆ ଯୋଗାଯୋଗ କରି ସୂଚନା ପାଇପାରୁଚନ୍ତି । ନିଜର ବି.ଏସ୍.କେ.ୱାଇ କାର୍ଡ଼ର ବ୍ୟବହାର ବା ଦେୟମୂକ୍ତ ଚିକିତ୍ସା ବାବଦରେ କୈାଣସି ଅସୁବିଧା ହେଲେ ୧୫୫୩୬୯ ଟୋଲ୍ ଫ୍ରୀ ନମ୍ବରକୁ ଫୋନକରି ଜଣାଉଛନ୍ତି, ଏବଂ ସେ ସମସ୍ୟାର ସମାଧାନ କରାଯାଉଛି । ଲୋକମାନେ ନିଜର ଅଭିଯୋଗ ମଧ୍ୟ ଟୋଲ୍ ଫ୍ରୀ ନମ୍ବର ୧୪୫୪୫, ଟ୍ବିଟର୍ ଆକାଉଣ୍ଟ @bskyodisha ଓ ଫେସବୁକ୍ ଆକାଉଣ୍ଟ bskyodisha ମାଧ୍ୟମରେ ଜଣାଉଛନ୍ତି ଯାହାକୁକି ସମୟାନୁବନ୍ଧିତ ଭାବେ ସମାଧାନ କରାଯାଉଛି । ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ଏବଂ ଏଥିରୁ ସୁବିଧା ନେବାର ସରଳ ଉପାୟ ବାବଦରେ ବ୍ୟାପକ ସଚେତନତା ସୃଷ୍ଟି କରିବା ନିମନ୍ତେ ଶ୍ରୀମତୀ ପଣ୍ଡିତ୍ ନିର୍ଦ୍ଧେଶ ଦେଇଥିଲେ । ପୂର୍ଣସେବା ମନୋଭାବରେ କାର୍ଯ୍ୟ କରିବାକୁ ଜିଲ୍ଲା ସଂଯୋଜକ ଓ ସ୍ବାସ୍ଥ୍ୟମିତ୍ର ମାନଙ୍କୁ ପରାମର୍ଶ ଦିଆଯାଇଥିଲା ।
ଅତିରିକ୍ତ ଶାସନ ସଚିବ ଶୁଭାନନ୍ଦ ମହାପାତ୍ରଙ୍କ ସମେତ ଓଡ଼ିଶା ହେଲଥ୍ ଆସୁରାନ୍ସ ସୋସାଇଟିର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ଏଥର ତୃତୀୟ ଲିଙ୍ଗୀ ପଶିବେ…

Published

on

ଭୁବନେଶ୍ୱର : ସେ ପୁରୁଷ ନୁହଁନ୍ତି l ମହିଳା ବି ନୁହନ୍ତି l ସେ ଜଣେ ଜଣାଶୁଣା ତୃତୀୟ ଲିଙ୍ଗୀ ମଣିଷ l

ଆତ୍ମ ଘୋଷିତ ତୃତୀୟ ଲିଙ୍ଗୀ ମେନକା ଗୁରୁସ୍ୱାମୀ ଯିବେ ରାଜ୍ୟସଭା l ପାର୍ଲିଆମେଣ୍ଟରେ ସଭ୍ୟ ହିସାବରେ ପ୍ରବେଶ କରିବାରେ ଦେଶର ପ୍ରଥମ ତୃତୀୟ ଲିଙ୍ଗୀ ଭାବେ ସେ ଇତିହାସ ରଚିବାକୁ ଯାଉଛନ୍ତି l

ସବୁ ରାଜନୈତିକ ଦଳଗୁଡିକ ବିସ୍ତାରିତ ପ୍ରତିନିଧିତ୍ୱ କଥାର ଡିଣ୍ଡିମ ପିଟୁଥିବା ବେଳେ, ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ମେନକାଙ୍କୁ ରାଜ୍ୟସଭା ପାର୍ଥି କରି ଏକ ନୂତନ ପରମ୍ପରା ସୃଷ୍ଟି କରିଛି l

Continue Reading

Nation

ପୁରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ଖୁବ୍ ଶୀଘ୍ର ଆରମ୍ଭ ହେବ, ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା

Published

on

ଭୁବନେଶ୍ୱର

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା ଯାଇଛି।

ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ। ସୂଚନାଯୋଗ୍ୟ ଯେ, ଗଣତି-ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ବାହାର ଓ ଭିତର ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ମରାମତି ଓ ସଂରକ୍ଷଣ କାର୍ଯ୍ଯ ଇତି ମଧ୍ଯରେ ସରିଛି । ସମଗ୍ର ପ୍ରକ୍ରିୟା ୯୫ ଦିନରେ ଓ ୩୩୩ ଘଣ୍ଟାର କାମରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି। ବର୍ତ୍ତମାନ ଗଣତି-ମଣତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ ଅନୁମୋଦନ ପରେ ଏହା ଆରମ୍ଭ କରାଯିବ। କଡା ସୁରକ୍ଷା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରାଯିବ।

ସୂଚନାଯୋଗ୍ୟ ଯେ, ଶେଷ ଗଣତି-ମଣତି ପ୍ରକ୍ରିୟା ୧୯୭୮ରେ ହୋଇଥିଲା। ତେଣୁ ବର୍ତ୍ତମାନର ପ୍ରକ୍ରିୟାରେ ସମ୍ପତ୍ତିର ଗଣତି ସମୟରେ ଏହାକୁ ୧୯୭୮ର ତାଲିକା ସହିତ ମେଳକ କରାଯାଇ ଚୁଡାନ୍ତ ତାଲିକା ପ୍ରସ୍ତୁତ କରାଯିବ। ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ କରାଯିବ ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ଚଳିତ ବର୍ଷର ରଥଯାତ୍ରାର ପ୍ରସ୍ତୁତି ପ୍ରକ୍ରିୟା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଫାସି କାଠ ଓ ଚନ୍ଦନ କାଠର ବ୍ୟାପକ ଆବଶ୍ୟକତା ରହୁଥିବାରୁ ଏଥିପାଇଁ ବନପ୍ରକଳ୍ପ ଜରିଆରେ ଏହି ଗଛ ଗୁଡିକ ଲଗାଇବା ପାଇଁ ପ୍ରସ୍ତାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ ଏବଂ ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।

Continue Reading

Nation

ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ ହିଣ୍ଡାଲକୋର ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କର କଲେ ଶିଳାନ୍ୟାସ

Published

on

କେନ୍ଦୁଝର: ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଜିଲ୍ଳାରେ ସ୍ଥାପନ ହେବାକୁ ଯାଉଥିବା ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ କରିଛନ୍ତି।

ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝର କେବଳ ଖଣି ଏବଂ ଇସ୍ପାତ ପାଇଁ ଜଣାଯିବ ନାହିଁ। ଆମେ ଏହାକୁ ବହୁବିଧ କ୍ଷେତ୍ର ଶିଳ୍ପ ଅଭିବୃଦ୍ଧିର କେନ୍ଦ୍ର କରିବାକୁ ପ୍ରତିବଦ୍ଧ।

ସୂଚନା ଥାଉ ଯେ, ୧୦୦ କୋଟି ଟଙ୍କା ନିବେଶରେ ବିକଶିତ ହେବାକୁଥିବା ଟେକ୍ସଟାଇଲ୍ ପାର୍କରେ ୧,୨୦୦ ଯୁବକ ଯୁବତୀ ନିଯୁକ୍ତି ସୁଯୋଗ ପାଇବେ। ଆଧୁନିକ ଭିତ୍ତିଭୂମି ଏବଂ ଲଜିଷ୍ଟିକ୍ ସହାୟତା ସହିତ ହିଣ୍ଡାଲ୍କୋ ୭ ଏକର ଜମିରେ ଏକ ପୋଷାକ ଉତ୍ପାଦନ ୟୁନିଟ୍ ସ୍ଥାପନ କରିବ। ଏହି ୟୁନିଟ୍ ବାର୍ଷିକ ୨୪ ଲକ୍ଷ ପୋଷାକ ଉତ୍ପାଦନ କରିବ।

ସେ ଆହୁରି କହିଥିଲେ ଯେ ଗତ ବର୍ଷ ଜୁଲାଇ ମାସରେ ଭୁବନେଶ୍ୱରରେ ଅନୁଷ୍ଠିତ ଓ-ଟେକ୍ସ ଟେକ୍ସଟାଇଲ୍ କନକ୍ଲେଭ ସମୟରେ, ୭,୮୦୦ କୋଟି ଟଙ୍କାର ୩୩ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା, ଯାହା ରାଜ୍ୟ ସାରା ୫୩,୦୦୦ ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିଛି। ଭଦ୍ରକରେ ଏକ ଟେକ୍ନିକାଲ୍ ଟେକ୍ସଟାଇଲ୍ ପାର୍କ ସହିତ, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗୀର, ଗଞ୍ଜାମ, କଟକ ଏବଂ ଜଗତସିଂହପୁର ଠାରେ ମଧ୍ଯ ସମର୍ପିତ ବୟନଶିଳ୍ପ ଏବଂ ପୋଷାକ ପାର୍କ ପ୍ରତିଷ୍ଠା କରାଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଦ୍ୱାରା OCAC ମାଧ୍ୟମରେ 187 କୋଟି ଟଙ୍କା ବିନିଯୋଗରେ ଏକ ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟର ପାଇଁ ମଧ୍ୟ ଶିଳାନ୍ୟାସ କରିଛନ୍ତି।

ସନ୍ତୁଳିତ ଆଞ୍ଚଳିକ ବିକାଶ ଉପରେ ସରକାରଙ୍କ ଧ୍ୟାନକୁ ଦୋହରାଇ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ଜିଲ୍ଲାରେ ମନ୍ଦିର ବିକାଶ ପାଇଁ 312 କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ଏବଂ ମକର ପର୍ବ ସମୟରେ 1,900 କୋଟି ଟଙ୍କାର ପ୍ରକଳ୍ପ ପୂର୍ବରୁ ଆରମ୍ଭ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାଏକ, ବିଧାୟକ ଶ୍ରୀ ଅଖିଳ ନାଏକ, ଡଃ ଫକୀର ମୋହନ ନାଏକ ଜିଲ୍ଲାପାଳ ଶ୍ରୀ ବିଶାଳ ସିଂହ, ଓକାକ ସିଇଓ ଶ୍ରୀ ପ୍ରଦୀପ କୁମାର ରାଉତ, ହିଂଡ଼ାଲକୋ ସଭାପତି ଶ୍ରୀ ଅର୍ଧେନ୍ଦୁ ମହାପାତ୍ର, ବରିଷ୍ଠ ଅଧିକାରୀ ଏବଂ ବହୁ ସଂଖ୍ୟକ ନାଗରିକ ଯୋଗ ଦେଇଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions