National

ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

Leave a Reply

Your email address will not be published. Required fields are marked *

Trending

Exit mobile version