Nation

ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବୀକୃତି

Published

on

ଭୁବନେଶ୍ୱର: ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ (Police Recruitment Board) ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ । ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବୀ ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି । ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ। ଦୁଇ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ ଅତିରିକ୍ତ ଡିଜି ବା ଆଇ.ଜି ପାହ୍ୟାର ଅଧିକାରୀ ରହିବେ ଏବଂ ଅନ୍ୟ ଜଣେ ଡି.ଆଇ.ଜି ବା ଏସ୍‌.ପି ପାହ୍ୟାରେ ରହିବେ ।

ପୋଲିସ ବିଭାଗରେ ସିପାହୀଠାରୁ ଆରମ୍ଭ କରି ସବ୍‌ ଇନିସ୍‌ପେକ୍ଟର ତଥା ମିନିଷ୍ଟରିଆଲ ଷ୍ଟାଫ ନିଯୁକ୍ତି ଦାୟିତ୍ବ ଏହି ବୋର୍ଡ ସଂପାଦନ କରିବ। ଏହି ସ୍ଥାୟୀ ବୋର୍ଡ ଗଠନ ଦ୍ବାରା ପୋଲିସ ବିଭାଗର ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ ହେବ ।

Leave a Reply

Your email address will not be published. Required fields are marked *

Trending

Exit mobile version