Connect with us

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି । ସେ ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ ପରମ୍ପରା ବଜାୟ ରଖିବା ସହିତ ସବୁ ଦଳର ବିଧାୟକମାନଙ୍କ ସମ୍ମାନର ଅଧିକାରୀ ହୋଇପାରିଥିଲେ । ମନ୍ତ୍ରୀ ତଥା ବିଧାୟକ ଭାବରେ ଓଡିଶାର ବିକାଶ ପାଇଁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ମଧ୍ୟ ସେ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ପଶ୍ଚିମ ଓଡିଶାରେ ବିଜୁ ଜନତା ଦଳର ସାଂଗଠନିକ କାର୍ଯ୍ୟକ୍ରମକୁ ଦୃଢ ନେତୃତ୍ବ ଦେଇଥିଲେ । ସେବା ଓ ପ୍ରତିବଦ୍ଧତା ତାଙ୍କ ବ୍ୟକ୍ତିତ୍ବର ଅନନ୍ୟ ଦିଗ ଥିଲା ।

ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Continue Reading
Click to comment

Leave a Reply

Your email address will not be published.

Nation

ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର

Published

on

ଭୁବନେଶ୍ୱର : ମନୋରଞ୍ଜନ ପାଣିଗ୍ରାହୀ ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିହାର, ଝାଡ଼ଖଣ୍ଡ ସହ ସେ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ। ପାଣିଗ୍ରାହୀ ୧୯୮୮ ମସିହା ଭାରତୀୟ ରାଜସ୍ୱ ସେବାର ଅଧିକାରୀ । ଏହା ପୂର୍ବରୁ ସେ ପଶ୍ଚିମବଙ୍ଗ ଓ ସିକିମ୍ ର ଅତିରିକ୍ତ ଦାୟିତ୍ୱରେ ମଧ୍ୟ ଥିଲେ। ପାଣିଗ୍ରାହୀ ଓଡ଼ିଶାର ବିଭିନ୍ନ ସ୍ଥାନରେ କାର୍ଯ୍ୟକରି ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ସେ ଓଡ଼ିଶା ସରକାରଙ୍କ ସଂସ୍କୃତି, ସୂଚନା ଓ ଲୋକସମ୍ପର୍କ ବିଭାଗର ଶାସନ ସଚିବ ଭାବେ ଦୀର୍ଘ ପାଞ୍ଚବର୍ଷ କାର୍ଯ୍ୟ କରିଛନ୍ତି। ପାଣିଗ୍ରାହୀ ଏକାଧାରରେ ଜଣେ ସୁବକ୍ତା, ସୁସାହିତ୍ୟିକ ଓ ସଂସ୍କୃତି ପ୍ରେମୀ ବ୍ୟକ୍ତିତ୍ଵ।

Continue Reading

Nation

ଅବସର ପ୍ରାପ୍ତ ବ୍ଲକ ଗ୍ରାଣ୍ଟ କଲେଜ ଅଧ୍ୟାପକଙ୍କୁ ମିଳିବ 10 ଲକ୍ଷ ଟଙ୍କା : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

Published

on

ଭୁବନେଶ୍ବର:

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା 9ଘୋଷଣା କରିଛନ୍ତି।

ଘୋଷଣା ଅନୁଯାୟୀ ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ପନ୍ଦର ଦିନର ସାମୟିକ ଛୁଟି ପାଇବେ।

ଏଥି ସହିତ ମହିଳା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନ ର ମାତୃତ୍ଵ ଛୁଟି ମିଳିବ। ବ୍ଲକ ଗ୍ରାଣ୍ଟ ପାଇବା ଦିନ ଠାରୁ ୧୬ ବର୍ଷ ପରେ, ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କୁ ଉଚ୍ଚତର ବେତନ ହାର ସ୍ତରରେ ଏକ Placement Scale ସୁବିଧା ପ୍ରଦାନ କରାଯିବ |

ସେହିପରି ମୁଖ୍ୟମନ୍ତ୍ରୀ ବିଭିନ୍ନ ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ପାଇଁ ସେବା ସମୟରେ ମୃତ୍ୟୁବରଣ କିମ୍ବା ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତା (Ex-Gratia) ରାଶି ଯଥାକ୍ରମେ ୨ ଲକ୍ଷରୁ ୫ ଲକ୍ଷ ଟଙ୍କା କୁ ଏବଂ ୧.୫୦ ଲକ୍ଷରୁ ୩.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି |

ଇତି ମଧ୍ଯରେ କ୍ଯାବିନେଟ, ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଷାଠିଏ ବର୍ଷ ବୟସରେ ସେବା ନିବୃତ୍ତି ସମୟରେ ଏକକାଳୀନ ରାଶି ଭାବରେ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀଙ୍କ ଯଥାକ୍ରମେ 10 ଲକ୍ଷ ଓ 5 ଲକ୍ଷ ଟଙ୍କା ପ୍ରଦାନ ପାଇଁ ନିଷ୍ପତ୍ତି ମଧ୍ଯ ନେଇଛନ୍ତି ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ବ୍ଲକ ଗ୍ରାଣ୍ଟ କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଏହି ପ୍ରସ୍ତାବ ବିଷୟରେ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ପ୍ରାୟ ୧୭,୫୦୦ କର୍ମଚାରୀ ଉପକୃତ ହେବେ।

Continue Reading

Nation

ଆଉଟସୋର୍ସିଙ୍ଗ କର୍ମଚାରୀମାନଙ୍କ ପାରିଶ୍ରମିକ ୨୫ ପ୍ରତିଶତ ବଢିବ

Published

on

ଭୁବନେଶ୍ୱର : ସର୍ଭିସ ପ୍ରୋଭାଇଡର ଏଜେନସି ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟ ସୋର୍ସିଙ୍ଗ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି। ଏହି କର୍ମଚାରୀ ମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣୀ ବ୍ୟବସ୍ଥା ତଥା ଠିକ୍‌ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ ଏହି Outsourcing କର୍ମଚାରୀ ମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ । ତଦ୍‌ନୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଗଲା।

୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍‌ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି।

୩. Outsourcing କର୍ମଚାରୀ ଓ Service Provider Agency ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ Odisha State Outsourcing Employees Ombudsman ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

୪. ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକହଜାର ଟଙ୍କା ମିଳିବ.

୫. ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ବ ଛୁଟି ନେଇପାରିବେ ।

୬. Outsourcing କର୍ମଚାରୀ ତଥା Service Provider Agencyଙ୍କର ଅଭିଯୋଗ ଶୁଣାଣୀ ପାଇଁ ପ୍ରତି ବିଭାଗରେ ଜମେ ନୋଡାଲ ଅଫିସର ରହିବେ ।

୭. ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ GA&PG Department, CMGI ଜରିଆରେ ଏକ Software Application ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍‌ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ ।

୮. ଯେଉଁ outsourcing କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ।

ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ Service Providing Agency ମାନଙ୍କ ସହିତ supplementary agreement କରିବେ

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions