Connect with us

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ଏକ ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ । ସହର ମାନଙ୍କରେ ହସ୍‌ପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ବାରା ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ଵାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି ।

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ଓଡିଶା ମୁଖ୍ୟମନ୍ତ୍ରୀ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଉପରେ କ୍ଷୁବ୍ଧ

Published

on

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ମଙ୍ଗଳବାର ରାଜ୍ୟରେ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର କାର୍ଯ୍ୟକଳାପକୁ ନେଇ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି l

ଦେଶର ଏହି ତିନୋଟି ପ୍ରମୁଖ ଘରୋଇ ବ୍ୟାଙ୍କର ଉଚ୍ଚସ୍ତରର ପ୍ରତିନିଧି ମାନଙ୍କ ସହିତ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ତାଙ୍କର ମନୋଭାବ ପ୍ରକାଶ କରିଥିଲେ l

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଲୋକମାନଙ୍କୁ ୠଣ ଜରିଆରେ ଆର୍ଥିକ କାର୍ଯ୍ୟକ୍ରମରେ ସାମିଲ କରିବା ସହିତ ସେମାନଙ୍କ ରୋଜଗାର ବୃଦ୍ଧି କରିବା ହେଉଛି ସରକାରଙ୍କ ଲକ୍ଷ୍ୟ। କିନ୍ତୁ, ଏହି ସବୁ ଯୋଜନା ଗୁଡିକରେ ଏହି ତିନୋଟି ବ୍ୟାଙ୍କର ପ୍ରଦର୍ଶନ ଓଡିଶାରେ ଆଦୌ ସନ୍ତୋଷ ଜନକ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ, ଓଡିଶାରେ ବିଭିନ୍ନ ଜନକଲ୍ୟାଣ ଯୋଜନା ଯଥା କୃଷି ୠଣ, ପ୍ରଧାନମନ୍ତ୍ରୀ ରୋଜଗାର ସୃଷ୍ଟି ଯୋଜନା (PMEGP), ପିଏମ୍ ସ୍ୱନିଧି ଯୋଜନା, ଷ୍ଟାଣ୍ଡଅପ୍ ଇଣ୍ଡିଆ ଯୋଜନା, ଗୃହୠଣ, ଶିକ୍ଷାୠଣ ଓ ରପ୍ତାନୀ ୠଣ ଆଦି ବିଭିନ୍ନ ଯୋଜନାରେ ଏହି ବ୍ୟଙ୍କ ଗୁଡିକର ପ୍ରଦର୍ଶନ ଅତ୍ୟନ୍ତ କମ ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁନ୍ ୨୧ ତାରିଖରେ ଏହି ବ୍ୟାଙ୍କ ଗୁଡିକୁ ନିଜର Empanelled List ରୁ କାଢିଦେଇଛନ୍ତି।

କିନ୍ତୁ, ଏହି ସବୁ ଯୋଜନା ଗୁଡିକରେ ଏହି ତିନୋଟି ବ୍ୟାଙ୍କର ପ୍ରଦର୍ଶନ ଓଡିଶାରେ ଆଦୌ ସନ୍ତୋଷ ଜନକ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସରକାରଙ୍କ ଗରିବ କଲ୍ୟାଣ ଯୋଜନାରେ ବ୍ୟାଙ୍କ ଗୁଡିକ ହେଉଛନ୍ତି ଏକ ବଡ ମାଧ୍ୟମ। ତେଣୁ, ଏହି ସବୁ ବ୍ୟାଙ୍କ ଗୁଡିକ ବିଭିନ୍ନ ଯୋଜନାରେ ଯେଉଁଥିରେ ଗରିବ ଲୋକମାନେ ଉପକୃତ ହେଉଛନ୍ତି, ସେଥିରେ ଅଧିକ ଲୋକଙ୍କୁ ୠଣ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବ୍ୟାଙ୍କମାନଙ୍କ ପ୍ରତିନିଧି ମାନେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କରି କହିଥିଲେ ଯେ, ସେମାନେ ଏହି ସବୁ ଯୋଜନାରେ ଲୋକଙ୍କୁ ୠଣଦେବା ପାଇଁ ଆଗ୍ରହୀ ଅଛନ୍ତି ଏବଂ ଖୁବ୍ ଶୀଘ୍ର ଏହି ପ୍ରଦର୍ଶନରେ ଉନ୍ନତି ଆସିବ ବୋଲି ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଭରସା ଦେଇଥିଲେl

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କୁ ବ୍ୟାଙ୍କ ମାନଙ୍କ ପ୍ରଦର୍ଶନ ବିଷୟରେ ଅବଗତ କରିଥିଲେ।

ବୈଠକରେ ଆକ୍ସିସ୍ ବ୍ୟାଙ୍କର ଏକଜୁକ୍ୟୁଟିଭ ଡାଇରେକ୍ଟର ମୁନୀଷ ସାରଦା, ସରକାରୀ ବିଜନେସ କଣ୍ଟ୍ରିହେଡ୍ ଅନୀଲ ଅଗ୍ରୱାଲ୍, ଇଷ୍ଟ ରିଜିଓନାଲ ହେଡ୍ ସୌରଭ ଦତ୍ତା, ଏଚଡିଏଫସି ବ୍ୟାଙ୍କ ପକ୍ଷରୁ କଣ୍ଟ୍ରି ହେଡ୍ ସ୍ମିତା ଭଗତ୍, ବ୍ରାଞ୍ଚ ବ୍ୟାଙ୍କିଙ୍ଗ ହେଡ୍ ଇଷ୍ଟ ସନ୍ଦୀପ କୁମାର, ରିଜିଓନାଲ ହେଡ୍ ଦୀପକ ସିଂହ ଏବଂ ଆସିଆଇସିଆଇ ବ୍ୟାଙ୍କ ପକ୍ଷରୁ ବିଜନେସ ହେଡ ସୁମିତ ମେହେରୋତ୍ରା, ଓଡିଶା ସିଟି ବିଜିନେସ ହେଡ୍ ବିନୋଦ ଏଲ୍ ଏବଂ ରିଜିଓନାଲ ହେଡ୍  ଅମିୟ ନାୟକ ପ୍ରମୁଖ ଯୋଗଦେଇଥିଲେ।

Continue Reading

Nation

ଓଡିଶାରେ ଗୁଜରାଟ ଖଣିଜ ନିଗମ କରିବ ଆଇଟି ପାର୍କ

Published

on

ଭୁବନେଶ୍ୱର : ଗୁଜରାଟ ଖଣିଜ ବିକାଶ ନିଗମର ଲିମିଟେଡ଼ର ପରିଚାଳନା ନିର୍ଦ୍ଦେଶକ ରୂପୱନ୍ତ ସିଂହ ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତ କରି ରାଜ୍ୟରେ ଏହାର କୋଇଲା ବ୍ଲକର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ଆଲୋଚନା କରିବା ସହିତ ଓଡ଼ିଶାରେ କେତେକ ପ୍ରକଳ୍ପ କରିବା ପାଇଁ ମଧ୍ୟ ପ୍ରସ୍ତାବ ରଖିଛନ୍ତି ।

ବୈଠକରେ ସିଂହ ଓଡିଶାରେ ଏକ ଆଧୁନିକ ଚିକିତ୍ସାଳୟ, ଦୁଇଟି ସ୍କୁଲ ଏବଂ ଏକ ଆଇଟି ପାର୍କ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବରେ ସନ୍ତୋଷ ପ୍ରକାଶ କରି ଏହା ରାଜ୍ୟର ବିକାଶରେ ସହାୟକ ହେବ ବୋଲି ମତ ଦେଇଥିଲେ । ଏହି ପ୍ରସ୍ତାବ ଗୁଡିକ ସମ୍ପର୍କରେ ଆଗାମୀ ଦିନରେ ଆହୁରି ଆଲୋଚନା କରାଯିବ ବୋଲି ବୈଠକରୁ ଜଣାଯାଇଛି ।

ସୂଚନାଯୋଗ୍ୟଯେ, ଗୁଜରାଟ ଖଣିଜ ବିକାଶ ନିଗମ, ବୈତରଣୀ ୱେଷ୍ଟ ଓ ବୁରାପାହାଡ଼ କୋଇଲା ବ୍ଲକ ପରିଚାଳନାର ଦାୟିତ୍ୱ ନେଇଛି । ବୈଠକରେ ଏହି ଦୁଇଟି ବ୍ଲକର ବର୍ତ୍ତମାନ ସ୍ଥିତି, ପ୍ରଗତି ଓ ଭବିଷ୍ୟତ ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା।

Continue Reading

Nation

ରାଜ୍ୟରେ ୫ଟି ବୃହତ ଜଳସେଚନ ପ୍ରକଳ୍ପର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଜଳ ସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ ଓ ବୃହତ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଉପରେ ସମୀକ୍ଷା କରି ୫ଟି ବୃହତ୍‍ ଜଳସେଚନ ପ୍ରକଳ୍ପ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ବୈଠକରେ ସୁନ୍ଦରଗଡ଼ ଜିଲ୍ଲାରେ ଇବ ଜଳସେଚନ ପ୍ରକଳ୍ପ, ବରଗଡ଼ ଜିଲ୍ଲାରେ ଅଙ୍ଗ ଜଳସେଚନ ପ୍ରକଳ୍ପ, କେନ୍ଦୁଝର ଜିଲ୍ଲାରେ ଭୀମକୁଣ୍ଡ ବ୍ୟାରେଜ ପ୍ରକଳ୍ପ, ଝାରପଡା ଜଳସେଚନ ପ୍ରକଳ୍ପ, ଓ କାନୁପୁର ଜଳସେଚନ ପ୍ରକଳ୍ପର ବର୍ତ୍ତମାନର ସ୍ଥିତି ଏବଂ ଆଗାମୀ ଦିନରେ ଏହି ପ୍ରକଳ୍ପ ଗୁଡିକ କିପରି ତ୍ୱରାନ୍ୱିତ ହେବ ସେ ବିଷୟରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ଦୀର୍ଘ ଦିନ ଧରି ପ୍ରସ୍ତାବିତ ହେବା ସତ୍ତ୍ୱେ ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ । ତେଣୁ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ସମସ୍ତ ଅଂଚଳରେ ଚାଷୀମାନଙ୍କ ଜଳସେଚନ ସମସ୍ୟା ଦୂର କରିବା ପାଇଁ ବ୍ୟାରେଜ ଏବଂ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ କାର୍ଯ୍ୟକାରୀ ହେବା ଆବଶ୍ୟକ । ଉଭୟ ଖରିଫ୍‍ ଏବଂ ରବି ଋତୁରେ ଏହି ପ୍ରକଳ୍ପ ମାଧ୍ୟମରେ ଚାଷୀ ଭାଇଭଉଣୀମାନେ ଉପକୃତ ହେବା ଦରକାର । ଏଥିସହିତ ଉକ୍ତ ଅଂଚଳରେ ଏହି ପ୍ରକଳ୍ପ ମାଧ୍ୟମରେ ପାନୀୟ ଜଳ ଯୋଗାଣକୁ ମଧ୍ୟ ବ୍ୟବସ୍ଥିତ କରାଯାଇ ପାରିବ ବୋଲି ସେ କହିଥିଲେ ।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଇବ୍‍ ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୧,୦୬,୨୭୯ ହେକ୍ଟର ଜମି ଜଳସେଚିତ ହୋଇପାରିବ । ସେହିପରି ଅଙ୍ଗ ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୩୦,୦୦୦ ହେକ୍ଟର, ଭୀମକୁଣ୍ଡ ବ୍ୟାରେଜ ପ୍ରକଳ୍ପ ଦ୍ୱାରା ୩୧,୮୩୫ ହେକ୍ଟର, କେନ୍ଦୁଝରର ଝାରପଡା ଜଳସେଚନ ପ୍ରକଳ୍ପ ଦ୍ୱାରା ୧୭,୫୦୦ ହେକ୍ଟର, ଓ କାନୁପୁର ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୨୯,୫୭୮ ହେକ୍ଟର ଚାଷଜମିକୁ ଜଳସେଚନର ସୁବିଧା ଯୋଗାଇ ଦିଆ ଯାଇ ପାରିବ । ଏହି ୫ଟି ପ୍ରକଳ୍ପ ଦ୍ୱାରା ସମୁଦାୟ ୨,୧୫, ୧୯୨ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିବ । ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ  ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions