Connect with us

ଭୁବନେଶ୍ୱର: ନିଜ ନିଜ ସହର କୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର. ଲୋକଙ୍କ ସାଥିରେ ରୁହ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର. ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳା କୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଏହି ପରାମର୍ଶ ଦେଇଛନ୍ତି.

ସହରାଞ୍ଚଳ ର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାଗା ମିଶନ ବିକାଶ ମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି. ସେହିପରି ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ .

ଜାଗା ମିଶନ, ସୁଜଳ,ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତା ଯୋଜନା,ଆହାର ଏବଂ ସ୍ମାର୍ଟ LED
Light ଆଦି ସରକାରଙ୍କflagship ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଫୋକସ କରିଥିଲେ .

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି . ଏ ପର୍ଯ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ bhumi ଅଧିକାର ଦିଆଯାଇଥିବାବେଳ 585 ବସ୍ତିକୁ ଆଦର୍ଶ ବସ୍ତି ରେ ପରିଣତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇ ଥିଲେ . ସେହିପରି
ସୁଜଳ କାର୍ଯ୍ୟକ୍ରମ ରେ ପୁରୀରେ ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳ ରାଜ୍ୟର କୋଡିଏ ଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ.

ସେହିପରି କୋଭିଡ ସମୟରେ ସହରର ଗରିବ ଲୋକ ଓ migrant labourer ମାନଙ୍କ ପାଇଁ ଆରମ୍ଭ ହୋଇ ଥିବା ମୁକ୍ତା ଯୋଜନା ଜାରି ରହିବ ଓ ଏଥିପାଇଁ ବଜେଟରେ 500କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ . ମିଶନ ଶକ୍ତି ଓ slum development association ଜରିଆରେ ଚାଲିଥିବା ଏହି କାର୍ଯ୍ୟକ୍ରମ ବେଶ ଲୋକପ୍ରିୟ ବୋଲି ମୁଖ୍ୟମନ୍ତ୍ରୀ
କହି ଥିଲେ .
ପରିମଳ ସବୁଠାରୁ ଗୁରୁତ୍ୱ ପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ.

ଚଳିତ ପୌର ନିର୍ବାଚନ ରେ ମା ମାନେ bahu ସଂଖ୍ୟା ରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ସେମାନଙ୍କୁ ବିଶେଷ
ଅଭିନନ୍ଦନ ଜଣାଇଥିଲେ ଓ ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଥିଲେ.

ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତର ରେ 5T principle ର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ 5T principle କୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ.

ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ

କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ପଞ୍ଚାୟତି ରାଜ ଓ ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରି କରିବା ଦିଗରେ ନିଷ୍ଠାପର ଉଦ୍ୟମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ.
ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର , ନଗର ଉନ୍ନୟନ ବିଭାଗ ର ପ୍ରମୁଖ ସଚିବ ଶ୍ରୀ ଜି ମାଥି ଭାତ ନାନ ଓ ପୌର ନିର୍ଦେଶକ ଶ୍ରୀ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ତିନି ଜିଲ୍ଲାରେ ବନ୍ୟା ରିଲିଫ କାର୍ଯ୍ୟ ତଦାରଖ ପାଇଁ ତିନି ଆଇଏଏସ ଅଫିସର ଗଲେ

Published

on

ଭୁବନେଶ୍ୱର : ଓଡିଶା ସରକାର ଆଜି ତିନିଜଣ ଆଇ ଏ ଏସ ଅଫିସରଙ୍କୁ ବନ୍ୟା ରିଲିଫ ଓ ଥଇଥାନ କାର୍ଯ୍ୟ ତଦାରଖ ପାଇଁ ତିନି ବନ୍ୟା ପ୍ଲାବିତ ଜିଲ୍ଳାକୁ ପଠାଇଛନ୍ତି l ଓଏମସିର ଏମଡ଼ି ସୁଧାଂଶୁ ମୋହନ ସାମଲଙ୍କୁ ଭଦ୍ରକ, ଓଡିଶା ରାଜ୍ୟ ସିଭିଲ ସପଲାୟୀ ନିଗମ ଏମଡି  କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର ଏବଂ ରାଜ୍ୟ ଅବକାରୀ କମିଶନର ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀଙ୍କୁ ଯାଜପୁର ଜିଲ୍ଲାକୁ ପଠା ଯାଇଛି l

Continue Reading

Nation

ଅନ୍ତର୍ଜାତୀୟ ଜଳସୀମାରେ ଏବେ ଟୁନା ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ: ମିଳିଲା ଅନୁମୋଦନ ପତ୍ରର

Published

on

ଭୁବନେଶ୍ୱର :  ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ୍ ଆଜି ଏଠାରେ ମୁକ୍ତ ସମୁଦ୍ରରେ ମତ୍ସ୍ୟ ଉତ୍ପାଦନ ଲାଗି ଉଦ୍ଦିଷ୍ଟ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର (LoA)’ର ଜାତୀୟ ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତ ପ୍ରାୟ ୭୩, ୮୯୦ କୋଟି ଟଙ୍କାର ସାମୁଦ୍ରିକ ଖାଦ୍ୟ ସାମଗ୍ରୀ ରପ୍ତାନି କରି ବିଶ୍ୱରେ ଅଗ୍ରଣୀ ସ୍ଥାନ ହାସଲ କରିପାରିଛି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ମାଛଧରା କାର୍ଯ୍ୟ ଉପକୂଳର ୪୦-୫୦ ନଟିକାଲ ମାଇଲ ମଧ୍ୟରେ ସୀମିତ ଥିବାବେଳେ ଗଭୀର ସମୁଦ୍ରର ଅନ୍ତର୍ଜାତୀୟ ଜଳସୀମାରେ ଟୁନା ଭଳି ଉଚ୍ଚ-ମୂଲ୍ୟର ମାଛ ଧରିବା ପାଇଁ ଏହି ନୂତନ ନୀତି ବିରାଟ ସୁଯୋଗ ଆଣିଦେବ ଏବଂ ଖାଦ୍ୟ ସୁରକ୍ଷା ଓ ପୋଷଣ କ୍ଷେତ୍ରକୁ ସୁଦୃଢ଼ କରିବ।

ଏହି ପବିତ୍ର ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ସଫଳତା ‘ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଡକୁମେଣ୍ଟ (୨୦୨୬-୨୦୩୬)’କୁ ମଧ୍ୟ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି।

କେନ୍ଦ୍ର ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ୱାରା ଆୟୋଜିତ ଏହି ସମାରୋହରେ ଜାତୀୟ ସମବାୟ ରପ୍ତାନି ଲିମିଟେଡ୍ (NCEL) ସମେତ ବିଭିନ୍ନ ପ୍ରମୁଖ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଜାହାଜର ମାଲିକମାନଙ୍କୁ ସ୍ୱତନ୍ତ୍ର ଅନୁମୋଦନ ପତ୍ର ବଣ୍ଟନ କରାଯାଇଛି, ଯାହା ଦ୍ୱାରା ଯୋଗ୍ୟ ଭାରତୀୟ ଜାହାଜଗୁଡ଼ିକୁ ଦେଶର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ବାହାରେ ଥିବା ଗଭୀର ଅନ୍ତର୍ଜାତୀୟ ସାମୁଦ୍ରିକ ଜଳସୀମାରେ ନିୟନ୍ତ୍ରିତ ଓ ଦାୟିତ୍ୱପୂର୍ଣ୍ଣ ଭାବେ ଉଚ୍ଚ-ମୂଲ୍ୟବାନ ମାଛ ଧରିବା ପାଇଁ ଅନୁମତି ମିଳିପାରିବ।

 

ଶ୍ରୀ ରାଧାକୃଷ୍ଣନ୍ ଏହି ଜାତୀୟ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ଉପକୂଳବର୍ତ୍ତୀ ରାଜ୍ୟରୁ ଆସିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରାଧିକରଣ ପତ୍ର (LoA) ପ୍ରଦାନ କରିଥିଲେ। ଏହି ଅନୁମୋଦନ ପତ୍ର ପାଇଥିବା ସଂସ୍ଥା ଓ ମତ୍ସ୍ୟଜୀବୀମାନଙ୍କ ମଧ୍ୟରେ ଓଡ଼ିଶାର ପାରାଦୀପ ସମେତ ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଗୋଆ, ଆନ୍ଧ୍ରପ୍ରଦେଶ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଦେଶର ଅନ୍ୟାନ୍ୟ ପ୍ରମୁଖ ଉପକୂଳ ଅଞ୍ଚଳରୁ ଆସିଥିବା ସାମୁଦ୍ରିକ ସମବାୟ ସମିତିର ପ୍ରତିନିଧିମାନେ ସାମିଲ ଥିଲେ।

ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି କହିଛନ୍ତି ଯେ, ଭାରତର ଦୀର୍ଘ ଉପକୂଳ ଏବଂ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ଦେଶର ପ୍ରାୟ ୫୦ ନିୟୁତ ମତ୍ସ୍ୟଜୀବୀଙ୍କୁ ଜୀବିକା ପ୍ରଦାନ କରୁଛି। ଏହି LoA କାର୍ଯ୍ୟକ୍ରମ ଦ୍ୱାରା ଦେଶର ମତ୍ସ୍ୟଜୀବୀ ପରିବାର ଗୁଡିକ ସ୍ୱଚ୍ଛଳ ଓ ସମୃଦ୍ଧ ହୋଇପାରିବେ। ଓଡିଶା ଭଳି ରାଜ୍ୟ ଏହାଦ୍ୱାରା ବିଶେଷ ଭାବେ ଉପକୃତ ହେବେ ବୋଲି ସେ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  କହିଥିଲେ, ଆମ ସମୁଦ୍ର କେବଳ ଭୌଗୋଳିକ ସୀମା ନୁହେଁ, ବରଂ ରାଜ୍ୟର ୬ ଲକ୍ଷ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ଜୀବନରେଖା ଓ ପରିଚୟ ଅଟେ।

ମୁଖ୍ୟମନ୍ତ୍ରୀ କହିଥିଲେ, ଗତ ବର୍ଷ ଡିସେମ୍ବର ୨୦୨୫ରେ ଗୁଜରାଟର ଭେରାଭଲରୁ ଭାରତର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ରେ ମାଛ ଧରିବା ପାଇଁ ‘ଆକ୍ସେସ୍ ପାସ୍’ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଥିଲା। ଏପର୍ଯ୍ୟନ୍ତ ଦେଶର ୫ ହଜାର ମତ୍ସ୍ୟଜୀବୀ ଏହି ପାସ୍ ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଓଡ଼ିଶାର ୮୬୬ ଜଣ ଅଛନ୍ତି।

ସେ କହିଥିଲେ ଯେ, ବର୍ତ୍ତମାନ ଏହାର ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବା ପାଇଁ ପ୍ରାଧିକରଣ ପତ୍ର (LoA) ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରାରମ୍ଭିକ ଭାବେ ଓଡିଶାର ୮ ଜଣ ମତ୍ସ୍ୟଜୀବୀଙ୍କୁ ଏହି LoA ପ୍ରଦାନ କରାଯିବା ସହ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ ଅଧୀନରେ ଭାରତୀୟ EEZ ଅଞ୍ଚଳରେ ମାଛ ଧରିବା ପାଇଁ ୨ଟି ଗଭୀର ସମୁଦ୍ର ମାଛଧରା ଜାହାଜ (DSFV) କୁ ମଧ୍ୟ ‘ଗୋ-ଆହେଡ୍‌’ ଅନୁମତି ଜାରି କରାଯାଇଛି। ଦେଶର ସମଗ୍ର ଉପକୂଳର ୨୪ ଲକ୍ଷ ବର୍ଗ କିଲୋମିଟର ବିଶିଷ୍ଟ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ରରେ (EEZ) ଆମ ମତ୍ସ୍ୟଜୀବୀଙ୍କ ପାଇଁ ଏହା ବିପୁଳ ସୁଯୋଗ ଆଣିଦେବ।

 ଆଗାମୀ ୧୦ ବର୍ଷ ମଧ୍ୟରେ ସମୁଦ୍ରରେ ୧୫୦ଟି ନୂତନ ଅତ୍ୟାଧୁନିକ ଗଭୀର ସମୁଦ୍ର ମାଛଧରା ଜାହାଜର ନିୟୋଜନ କରାଯିବ ଏବଂ ପ୍ରଚଳିତ ୫୦୦ଟି ମାଛଧରା ଜାହାଜର ସମ୍ପୂର୍ଣ୍ଣ ଆଧୁନିକୀକରଣ କରାଯିବ ବୋଲି ସେ କହିଛନ୍ତି ।

 

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ,  ମତ୍ସ୍ୟଜୀବୀମାନଙ୍କୁ ଯେଉଁ ସୁବିଧା ସୁଯୋଗ ଦିଆଯାଉଛି, ତାହା ଜାରି ରହିଲେ ଓଡିଶା ଖୁବ୍ ଶୀଘ୍ର ମତ୍ସ୍ୟ ଉତ୍ପାଦନ ଓ ରପ୍ତାନୀରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିବ। ଗଭୀର ସମୁଦ୍ରରେ ମାଛ ଉତ୍ପାଦନ କାର୍ଯ୍ୟକ୍ରମ ଏ କ୍ଷେତ୍ରରେ ଓଡିଶା ପାଇଁ ଖୁବ୍ ସହାୟକ ହେବ ବୋଲି ସେ ମତ ଦେଇଥିଲେ।

ମତ୍ସ୍ୟ, ପ୍ରାଣୀସମ୍ପଦ, ଦୁଗ୍ଧ ଉତ୍ପାଦନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ  କହିଥିଲେ ଯେ ଗଭୀର ସମୁଦ୍ରର ବିପୁଳ ସାମୁଦ୍ରିକ ସମ୍ପଦର ସ୍ଥାୟୀ ଓ ସୁନିୟୋଜିତ ବ୍ୟବହାର ପାଇଁ ଆମେ ବ୍ୟାପକ ସହାୟକ ନୀତିଗତ ସଂସ୍କାରଗୁଡ଼ିକ କାର୍ଯ୍ୟକାରୀ କରିଛୁ।

ଏହି ଜାତୀୟସ୍ତରର ସମାରୋହରେ କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍.ପି. ସିଂହ ବାଘେଲ, ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଭାରତ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ସଚିବ ଡକ୍ଟର ଅଭିଲାଖ୍ ଲିଖୀ ପ୍ରମୁଖ ଉପସ୍ଥିତ ଥିଲେ।

Continue Reading

Nation

ବ୍ରହ୍ମପୁର-ଉଧ୍‌ନା (ସୁରଟ) ଅମୃତ ଭାରତ ଏକ୍ସପ୍ରେସ ଏବେ ଦୈନିକ

Published

on

ଭୁବନେଶ୍ୱର: ଓଡ଼ିଶାର ବିକାଶ ଯାତ୍ରାରେ ଆଜି ଏକ ନୂତନ ଫର୍ଦ୍ଦ ଯୋଡ଼ି ହୋଇଯାଇଛି। ରେଶମ ସହର ବ୍ରହ୍ମପୁରରୁ ବାହାରି ପଶ୍ଚିମ ଓଡ଼ିଶା ଦେଇ ଗୁଜୁରାଟର ଉଧ୍‌ନା (ସୁରଟ) ପର୍ଯ୍ୟନ୍ତ ଚାଲୁଥିବା ସାପ୍ତାହିକ ଅମୃତ ଭାରତ ଏକ୍ସପ୍ରେସ ଆଜିଠାରୁ ଦୈନିକ ଟ୍ରେନ ରୂପେ ନିଜର ଯାତ୍ରା ଆରମ୍ଭ କରିଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମଗ୍ର ରାଜ୍ୟବାସୀ, ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ଏହାକୁ ଓଡ଼ିଶାର ବିକାଶ ଲାଗି ଏକ ଐତିହାସିକ ଦିନ ବୋଲି ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସୁରଟ ସହ ଓଡ଼ିଶାର ଭାବଗତ, ସାଂସ୍କୃତିକ ଓ ଅର୍ଥନୈତିକ ସମ୍ପର୍କ ଅତି ନିବିଡ଼। ଓଡ଼ିଶାର ଲକ୍ଷ ଲକ୍ଷ ଶ୍ରମିକ ଓ ବ୍ୟବସାୟୀ ଭାଇମାନେ ସୁରଟରେ ରହି ସେଠାକାର ଟେକ୍ସଟାଇଲ ଓ ଡାଇମଣ୍ଡ ଶିଳ୍ପରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି।

ପୂର୍ବରୁ ସାପ୍ତାହିକ ଟ୍ରେନ ଯୋଗୁ ଯାତାୟତରେ ଅନେକ ଅସୁବିଧା ହେଉଥିଲା। ଓଡ଼ିଶା ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର ସରକାର ଏହି ସେବାକୁ ଦୈନିକ କରିଥିବାରୁ, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପକ୍ଷରୁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଏବଂ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଇଛନ୍ତି।

ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ଅତ୍ୟାଧୁନିକ ଟ୍ରେନ ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଭାଇଭଉଣୀଙ୍କ ପାଇଁ ନିରାପଦ, ଶସ୍ତା ଓ ଦ୍ରୁତ ଯାତ୍ରାର ସୁବିଧା ପ୍ରଦାନ କରିବ। ଏହାଦ୍ୱାରା ଗୁଜୁରାଟ ସହ ଓଡିଶାର ସମ୍ପର୍କ ଆହୁରି ନିବିଡ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଗୋପାଳପୁର ବନ୍ଦରର ସମ୍ପ୍ରସାରଣ ସହ ଆଗାମୀ ଦିନରେ ବାହୁଦା ଠାରେ ଏକ ବୃହତ୍ ବନ୍ଦର ସ୍ଥାପନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବ୍ରହ୍ମପୁର ସହରକୁ ‘ଗ୍ରେଟର ବ୍ରହ୍ମପୁର ସିଟି’ ଭାବେ ବିକଶିତ କରିବା ସହ ବ୍ରହ୍ମପୁର-ଜୟପୁରକୁ ସଂଯୋଗ କରୁଥିବା ଏକ ୬-ଲେନ୍ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।

କେନ୍ଦ୍ର ରେଳ, ଇଲୋକ୍ଟ୍ରୋନିକ୍‌ସ ଓ ଆଇଟି, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଥିଲେ ଯେ ଅତୀତରେ ସୁରଟ ଠାରେ ଗୋଟିଏ ସଭାରେ ଯୋଗଦେଇଥିବା ଅବସରରେ ସୁରଟରୁ ବ୍ରହ୍ମପୁର ଯାଏ ନିୟମିତ ରେଳ ଚଳାଚଳ ପାଇ ଯେଉଁ ଅନୁରୋଧ କରାଯାଇଥିଲା, ଆଜି ତାହା ପୂରଣ କରାଯାଇଛି । ବର୍ତ୍ତମାନ ସମୟର Latest Technology ର ଟ୍ରେନ୍ ଅମୃତ ଭାରତ ଏକ୍ସପ୍ରେସ ବର୍ତ୍ତମାନ ଠାରୁ ପ୍ରତିଦିନ ବ୍ରହ୍ମପୁରରୁ ସୁରଟ ଅଭିମୁଖେ ଚଳାଚଳ କରିବ । ସେ ଆହୁରି ଘୋଷଣା କରିଥିଲେ ଯେ ବ୍ରହ୍ମପୁର ରେଳ ଷ୍ଟେସନକୁ ବିଶ୍ୱ ସ୍ତରୀୟ ରେଳ ଷ୍ଟେସନ କରିବା ପାଇ ୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ଓ ଏହାର କାମ ଖୁବ୍ ଶୀଘ୍ର ଆରମ୍ଭ ହେବ ।

ଏହି ଶୁଭାରମ୍ଭ ଉତ୍ସବରେ ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୂତି ଭୁଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁରର ସାଂସଦ ଡକ୍ଟର ପ୍ରଦୀପ କୁମାର ପାଣିଗ୍ରାହୀ, ଆସ୍କାର ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ, ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ୍ ଙ୍କ ସମେତ ଗଞ୍ଜାମ ଜିଲ୍ଲାର ସମସ୍ତ ବିଧାୟକଗଣ, ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ପୂର୍ବ ତଟ ରେଳପଥର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions