ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗରିବ ଲୋକଙ୍କୁ ଘର ମରାମତି ପାଇଁ ୩୦୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।
ମଙ୍ଗଳବାର ରାଜ୍ୟ କ୍ୟାବିନେଟରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନ।
ଆଜି କ୍ୟାବିନେଟ୍ ବୈଠକରେ ମୁଖ୍ୟାଂଶ –
• ବିଜୁ ପକ୍କା ଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କା ଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର ମରାମତି ପାଇଁ ୩୦୦୦ ଟଙ୍କା ସହାୟତା
• ସେହିପରି କେନ୍ଦ୍ର ଯୋଜନାରେ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରକୁ ଘର ମରାମତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦୦୦ ଟଙ୍କା ଲେଖାଏ ସହାୟତା
• ଏହି ଉଭୟ ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ। ୩୦ ଲକ୍ଷ ପରିବାର ଉପକାର ପାଇବେ
• ଏଥିପାଇଁ ୧୪୪୪ କୋଟି ଟଙ୍କା ଖର୍ଚ୍ଚ ହେବ । ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର ଯୋଜନାରୁ ଏ ଖର୍ଚ୍ଚ ବହନ କରାଯିବ
• କେନ୍ଦ୍ର ଯୋଜନାରୁ ଘର ଆଣିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି ରହିବ। ଯଦି କେନ୍ଦ୍ର ସରକାର ରାଜ୍ୟବାସୀଙ୍କ ନ୍ୟାୟପୂର୍ଣ୍ଣ ଦାବୀକୁ ଗ୍ରହଣ ନ କରନ୍ତି, ତେବେ କେନ୍ଦ୍ର ଯୋଜନା ରୁ ବଞ୍ଚିତ ଲୋକଙ୍କୁ ରାଜ୍ୟ ସରକାର ଘର ଦେବାପାଇଁ ପଦକ୍ଷେପ ନେବେ
• ୨୦୧୪ରୁ ରାଜ୍ୟରେ ଗ୍ରାମାଞ୍ଚଳ ଗୃହ ନିର୍ମାଣ କାର୍ଯ୍ୟକ୍ରମରେ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ ବାଇଶ ହଜାର କୋଟି ରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି