Connect with us

ଭୁବନେଶ୍ୱର: ଓଡ଼ିଆ ସରକାର ଆସନ୍ତା ପାଞ୍ଚ ବର୍ଷ ଅର୍ଥାତ 2026-31 ବର୍ଷ ପାଇଁ ରାଜ୍ୟ ପାଇଁ 12,59,148 କୋଟି ଟଙ୍କାର ଦାବି ଉପସ୍ଥାପନ କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 16ଶ ଅର୍ଥ କମିଶନଙ୍କ ସହିତ ଆଲୋଚନା ପରେ ଗଣମାଧ୍ୟମ ଆଗରେ ବିବୃତ୍ତିରଖି ଏହା କହିଛନ୍ତି ।

 

ରାଜ୍ୟ ସରକାରଙ୍କ ଦାବିର ସାରାଂଶ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ହସ୍ତାନ୍ତର ପୂର୍ବରୁ ରାଜସ୍ୱ ନିଅଣ୍ଟ ( Pre Devolution Revenue Deficit) ଭରଣା ପାଇଁ 9,88,422 କୋଟି ଟଙ୍କା, ରାଜ୍ୟର ନିର୍ଦ୍ଦିଷ୍ଟ ଆବଶ୍ୟକତା (State Specific Needs) ପୂରଣ ପାଇଁ 1,10,434 କୋଟି ଟଙ୍କା, ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଲୋକାଲ ବଡି ମାନଙ୍କ ପାଇଁ ଅନୁଦାନ ବାବଦରେ 1, 00,036 କୋଟି ଟଙ୍କା, ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି ପାଇଁ 31,004 କୋଟି ଟଙ୍କା ଏବଂ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ପାଇଁ 29,252 କୋଟି ଟଙ୍କା ଦାବି ରଖା ଯାଇଛି ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କମିଶନଙ୍କ ସହିତ ରାଜ୍ୟର ବିଭିନ୍ନ ଆର୍ଥିକ ଦିଗ ଉପରେ ଆମେ ଗଠନମୂଳକ ଆଲୋଚନା କରିଛୁ। ରାଜ୍ୟର ବିକାଶମୂଳକ ଆବଶ୍ୟକତା, ଆର୍ଥିକ କ୍ଷମତା ଏବଂ ପ୍ରସ୍ତାବିତ ଆର୍ଥିକ ହସ୍ତାନ୍ତର ବ୍ୟବସ୍ଥାକୁ ଭିତ୍ତିକରି କମିଶନଙ୍କ ସମ୍ମୁଖରେ ଦାବି ଉପସ୍ଥାପନ କରାଯାଇଛି। ଆମେ ରାଜ୍ୟର ସମସ୍ତ ଆର୍ଥିକ ଦିଗ ଏବଂ ଆବଶ୍ୟକତାକୁ ଭିତ୍ତି କରି ଏକ ସ୍ମାରକପତ୍ର ଆକାରରେ କମିଶନଙ୍କ ସମ୍ମୁଖରେ ଲିଖିତ ଉପସ୍ଥାପନା ମଧ୍ୟ କରିଛୁ ବୋଲି ସେ କହିଥିଲେ । କମିଶନ ଆମର ଉପସ୍ଥାପନକୁ ଅନୁକୂଳ ଭାବରେ ବିଚାର କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

 

କମିଶନଙ୍କ ନିକଟରେ ରାଜ୍ୟର ପ୍ରମୁଖ ଦାବି ଗୁଡିକର ଆଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ,-

 

ବର୍ତ୍ତମାନ, କେନ୍ଦ୍ର ସରକାରଙ୍କ ଟିକସ ଆୟର 41% ରାଜ୍ୟ ମାନଙ୍କୁ ବଣ୍ଟନ କରାଯାଉଛି । ଏହା 41% ରୁ 50%କୁ ବୃଦ୍ଧି କରିବା ପାଇଁ ଆମେ ଦାବି କରିଛୁ ।

 

କେନ୍ଦ୍ର ସରକାରଙ୍କ ଟିକସ ଆୟର ଯେଉଁ ଅଂଶ ରାଜ୍ୟ ମାନଙ୍କୁ ବଣ୍ଟନ କରାଯାଏ, ତାହା ରାଜ୍ୟମାନଙ୍କ ମଧ୍ୟରେ ଏକ ନିର୍ଦ୍ଧାରିତ ସୂତ୍ର ଆଧାରରେ ବଣ୍ଟାଯାଏ, ଯେଉଁଥିରୁ ଓଡ଼ିଶା 4.528% ଭାଗ ପାଇଥାଏ। ଓଡିଶାର ଭାଗକୁ 4.964 %କୁ ବୃଦ୍ଧି କରିବା ପାଇଁ ଆମେ ଦାବି ରଖିଛୁ।

 

16ଶ ଅର୍ଥ କମିଶନ, 2026-31 ଅବଧି ପାଇଁ, କେନ୍ଦ୍ର ଦ୍ଵାରା ଆକଳନ କରାଯାଇଥିବା ମୋଟ୍ ରାଜସ୍ୱ ପ୍ରାପ୍ତି ବା Gross Revenue Receipt ର 2 ପ୍ରତିଶତ ଗ୍ରାମୀଣ ଏବଂ ସହରାଞ୍ଚଳ ସ୍ଥାନୀୟ ନିକାୟ ସଂସ୍ଥା ପାଇଁ (Rural and Urban Local Bodies) ଅନୁଦାନ ଦେବା ପାଇଁ ପ୍ରସ୍ତାବ ଦିଆଯାଇଛି । ଏହାଦ୍ୱାରା ଓଡ଼ିଶା ଗ୍ରାମୀଣ ଓ ସହରୀ ସ୍ଥାନୀୟ ନିକାୟ ସଂସ୍ଥାମାନେ କେନ୍ଦ୍ର ସରକାର ଠାରୁ ଅଧିକ ଆର୍ଥିକ ଅନୁଦାନ ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF) ପାଇଁ ଦିଆଯାଉଥିବା ବାର୍ଷିକ ଅନୁଦାନର 75% କେନ୍ଦ୍ର ସରକାର ବହନ କରେ ଓ ଅବଶିଷ୍ଟ 25% ରାଜ୍ୟ ସରକାର ବହନ କରିଥାଏ । ଏହାକୁ କେନ୍ଦ୍ର ସରକାର 100% ବହନ କରୁ ବୋଲି ଆମେ ଦାବୀ କରିଛୁ ବୋଲି ସେ କହିଥିଲେ ।

ଏତଦ୍ ବ୍ୟତୀତ ସ୍ୱାସ୍ଥ୍ୟ, ଜଳ ଯୋଗାଣ ଓ ପରିମଳ ଏବଂ ବାର୍ଦ୍ଧକ୍ୟ ସୁରକ୍ଷା ଇତ୍ୟାଦି ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟ ନିମନ୍ତେ ଅନୁଦାନ ସୁପାରିଶ ପାଇଁ କମିଶନଙ୍କୁ ପ୍ରସ୍ତାବ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

 

ସୂଚନାଯୋଗ୍ୟ ଯେ, ଡ. ଅରବିନ୍ଦ ପାନାଗରିଆଙ୍କ ଅଧ୍ୟକ୍ଷତାରେ 16ଶ ଅର୍ଥ କମିଶନ ଫେବୃଆରୀ 4 ତାରିଖରୁ 7 ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସ୍ଥାନୀୟ ଆଇ.ଟି.ସି ହୋଟେଲ୍‍ ଠାରେ ଅର୍ଥ କମିଶନ ଅଧ୍ୟକ୍ଷ ଓ ଅନ୍ୟ ସଦସ୍ୟ ମାନଙ୍କ ସହିତ ଓଡିଶାର ଲକ୍ଷ୍ୟ, ଆବଶ୍ୟକତା ଓ ଅନ୍ୟାନ୍ୟ ବିଷୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।

 

ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜ୍ୟ ଅର୍ଥ ସଚିବ ଶ୍ରୀ ଶାସ୍ୱତ ମିଶ୍ର ଓ ଅର୍ଥ ବିଭାଗର ଅଧିକାରୀ ଗଣଙ୍କ ସହିତ ଏବଂ ରାଜ୍ୟର ବିଭିନ୍ନ ବିଭାଗର ଶାସନ ମୁଖ୍ୟମାନେ ମଧ୍ୟ ଏହି ବୈଠକରେ ଯୋଗଦେଇଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ବନ୍ୟା ପ୍ରଭାବିତ ଜିଲ୍ଲାରେ ଅଗଷ୍ଟ ୧୫ ସୁଦ୍ଧା ଚାଉଳ ଓ କିରାସିନି କୋଟା ବଣ୍ଟନ ପାଇଁ ସରକାରଙ୍କ ତାଗିଦ  

Published

on

ଭୁବନେଶର : ରାଜ୍ୟର ବନ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ଓ ଏହାର ସହଜ ଉପଲବ୍ଧତା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।ଏ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ  ସଞ୍ଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ବିଭାଗୀୟ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପରାମର୍ଶ କ୍ରମେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସବିଶେଷ ଆଲୋଚନା ହୋଇଛି ।

ଏହି ସମୀକ୍ଷା ବୈଠକରେ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ବିଭାଗୀୟ ପ୍ରମୁଖ ଅଧିକାରୀଙ୍କ ସମେତ ଭିଡ଼ିଓ କନଫରେନସିଙ୍ଗ ମାଧ୍ୟମରେ ସମସ୍ତ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ଯୋଗ ଦେଇଥିଲେ । ଉକ୍ତ ବୈଠକରେ ବନ୍ୟା ପ୍ରପୀଡ଼ିତ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀର ସହଜ ଉପଲବ୍ଧତା ଓ ଏହାର ଦରଦାମ ବୃଦ୍ଧି ନିୟନ୍ତ୍ରଣ ଉପରେ ସବିଶେଷ ଆଲୋଚନା ହୋଇଛି । ଏଥିପ୍ରତି ସଜାଗ ରହିବାକୁ ଯୋଗାଣ ଅଧିକାରୀ ମାନଙ୍କୁ ଶ୍ରୀ ସିଂହ ପରାମର୍ଶ ଦେଇଛନ୍ତି । ଆବଶ୍ୟକ ପଡିଲେ ଏ ସଂକ୍ରାନ୍ତୀୟ ଅଭିଯୋଗ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ସହ ଚଢ଼ାଉ ଜୋରଦାର କରିବାକୁ କୁହାଯାଇଛି ।

ଏତଦବ୍ୟତୀତ ଖାଦ୍ୟ ସୁରକ୍ଷା ଅନ୍ତର୍ଗତ ହିତାଧିକାରୀଙ୍କୁ ବଣ୍ଟନ କରାଯାଉଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ଗତ ଏପ୍ରିଲ-ମଇ-ଜୁନ ମାସର ଚାଉଳ କୋଟା ସହ, ଜୁଲାଇ ଓ ଅଗଷ୍ଟ ମାସର ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଓ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାଗୁଡ଼ିକର ଚାଉଳ କୋଟା ତଥା ଜୁଲାଇ-ଅଗଷ୍ଟ-ସେପ୍ଟେମ୍ବର ମାସର କିରାସିନି କୋଟାର ସମେୟାଚିତ ଉଠାଣ ଏବଂ ବଣ୍ଟନ ଉପରେ ସବିଶେଷ ସମୀକ୍ଷା କରଯାଇଥିଲା ।

ଉପରୋକ୍ତ ଚାଉଳ କୋଟା, କିରାସିନି କୋଟା ଗୁଡ଼ିକ ଯେପରି ଆସନ୍ତା ୧୫ ଅଗଷ୍ଟ ମଧ୍ୟରେ ଉଠାଣ ତଥା ବଣ୍ଟନ କାର୍ଯ୍ୟ ଶେଷ କରାଯିବ ଏଥିପ୍ରତି ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ଯୋଗାଣ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Continue Reading

Nation

ତିନି ଜିଲ୍ଲାରେ ବନ୍ୟା ରିଲିଫ କାର୍ଯ୍ୟ ତଦାରଖ ପାଇଁ ତିନି ଆଇଏଏସ ଅଫିସର ଗଲେ

Published

on

ଭୁବନେଶ୍ୱର : ଓଡିଶା ସରକାର ଆଜି ତିନିଜଣ ଆଇ ଏ ଏସ ଅଫିସରଙ୍କୁ ବନ୍ୟା ରିଲିଫ ଓ ଥଇଥାନ କାର୍ଯ୍ୟ ତଦାରଖ ପାଇଁ ତିନି ବନ୍ୟା ପ୍ଲାବିତ ଜିଲ୍ଳାକୁ ପଠାଇଛନ୍ତି l ଓଏମସିର ଏମଡ଼ି ସୁଧାଂଶୁ ମୋହନ ସାମଲଙ୍କୁ ଭଦ୍ରକ, ଓଡିଶା ରାଜ୍ୟ ସିଭିଲ ସପଲାୟୀ ନିଗମ ଏମଡି  କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର ଏବଂ ରାଜ୍ୟ ଅବକାରୀ କମିଶନର ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀଙ୍କୁ ଯାଜପୁର ଜିଲ୍ଲାକୁ ପଠା ଯାଇଛି l

Continue Reading

Nation

ଅନ୍ତର୍ଜାତୀୟ ଜଳସୀମାରେ ଏବେ ଟୁନା ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ: ମିଳିଲା ଅନୁମୋଦନ ପତ୍ରର

Published

on

ଭୁବନେଶ୍ୱର :  ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ୍ ଆଜି ଏଠାରେ ମୁକ୍ତ ସମୁଦ୍ରରେ ମତ୍ସ୍ୟ ଉତ୍ପାଦନ ଲାଗି ଉଦ୍ଦିଷ୍ଟ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର (LoA)’ର ଜାତୀୟ ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତ ପ୍ରାୟ ୭୩, ୮୯୦ କୋଟି ଟଙ୍କାର ସାମୁଦ୍ରିକ ଖାଦ୍ୟ ସାମଗ୍ରୀ ରପ୍ତାନି କରି ବିଶ୍ୱରେ ଅଗ୍ରଣୀ ସ୍ଥାନ ହାସଲ କରିପାରିଛି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ମାଛଧରା କାର୍ଯ୍ୟ ଉପକୂଳର ୪୦-୫୦ ନଟିକାଲ ମାଇଲ ମଧ୍ୟରେ ସୀମିତ ଥିବାବେଳେ ଗଭୀର ସମୁଦ୍ରର ଅନ୍ତର୍ଜାତୀୟ ଜଳସୀମାରେ ଟୁନା ଭଳି ଉଚ୍ଚ-ମୂଲ୍ୟର ମାଛ ଧରିବା ପାଇଁ ଏହି ନୂତନ ନୀତି ବିରାଟ ସୁଯୋଗ ଆଣିଦେବ ଏବଂ ଖାଦ୍ୟ ସୁରକ୍ଷା ଓ ପୋଷଣ କ୍ଷେତ୍ରକୁ ସୁଦୃଢ଼ କରିବ।

ଏହି ପବିତ୍ର ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ସଫଳତା ‘ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଡକୁମେଣ୍ଟ (୨୦୨୬-୨୦୩୬)’କୁ ମଧ୍ୟ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି।

କେନ୍ଦ୍ର ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ୱାରା ଆୟୋଜିତ ଏହି ସମାରୋହରେ ଜାତୀୟ ସମବାୟ ରପ୍ତାନି ଲିମିଟେଡ୍ (NCEL) ସମେତ ବିଭିନ୍ନ ପ୍ରମୁଖ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଜାହାଜର ମାଲିକମାନଙ୍କୁ ସ୍ୱତନ୍ତ୍ର ଅନୁମୋଦନ ପତ୍ର ବଣ୍ଟନ କରାଯାଇଛି, ଯାହା ଦ୍ୱାରା ଯୋଗ୍ୟ ଭାରତୀୟ ଜାହାଜଗୁଡ଼ିକୁ ଦେଶର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ବାହାରେ ଥିବା ଗଭୀର ଅନ୍ତର୍ଜାତୀୟ ସାମୁଦ୍ରିକ ଜଳସୀମାରେ ନିୟନ୍ତ୍ରିତ ଓ ଦାୟିତ୍ୱପୂର୍ଣ୍ଣ ଭାବେ ଉଚ୍ଚ-ମୂଲ୍ୟବାନ ମାଛ ଧରିବା ପାଇଁ ଅନୁମତି ମିଳିପାରିବ।

 

ଶ୍ରୀ ରାଧାକୃଷ୍ଣନ୍ ଏହି ଜାତୀୟ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ଉପକୂଳବର୍ତ୍ତୀ ରାଜ୍ୟରୁ ଆସିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରାଧିକରଣ ପତ୍ର (LoA) ପ୍ରଦାନ କରିଥିଲେ। ଏହି ଅନୁମୋଦନ ପତ୍ର ପାଇଥିବା ସଂସ୍ଥା ଓ ମତ୍ସ୍ୟଜୀବୀମାନଙ୍କ ମଧ୍ୟରେ ଓଡ଼ିଶାର ପାରାଦୀପ ସମେତ ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଗୋଆ, ଆନ୍ଧ୍ରପ୍ରଦେଶ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଦେଶର ଅନ୍ୟାନ୍ୟ ପ୍ରମୁଖ ଉପକୂଳ ଅଞ୍ଚଳରୁ ଆସିଥିବା ସାମୁଦ୍ରିକ ସମବାୟ ସମିତିର ପ୍ରତିନିଧିମାନେ ସାମିଲ ଥିଲେ।

ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି କହିଛନ୍ତି ଯେ, ଭାରତର ଦୀର୍ଘ ଉପକୂଳ ଏବଂ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ଦେଶର ପ୍ରାୟ ୫୦ ନିୟୁତ ମତ୍ସ୍ୟଜୀବୀଙ୍କୁ ଜୀବିକା ପ୍ରଦାନ କରୁଛି। ଏହି LoA କାର୍ଯ୍ୟକ୍ରମ ଦ୍ୱାରା ଦେଶର ମତ୍ସ୍ୟଜୀବୀ ପରିବାର ଗୁଡିକ ସ୍ୱଚ୍ଛଳ ଓ ସମୃଦ୍ଧ ହୋଇପାରିବେ। ଓଡିଶା ଭଳି ରାଜ୍ୟ ଏହାଦ୍ୱାରା ବିଶେଷ ଭାବେ ଉପକୃତ ହେବେ ବୋଲି ସେ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  କହିଥିଲେ, ଆମ ସମୁଦ୍ର କେବଳ ଭୌଗୋଳିକ ସୀମା ନୁହେଁ, ବରଂ ରାଜ୍ୟର ୬ ଲକ୍ଷ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ଜୀବନରେଖା ଓ ପରିଚୟ ଅଟେ।

ମୁଖ୍ୟମନ୍ତ୍ରୀ କହିଥିଲେ, ଗତ ବର୍ଷ ଡିସେମ୍ବର ୨୦୨୫ରେ ଗୁଜରାଟର ଭେରାଭଲରୁ ଭାରତର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ରେ ମାଛ ଧରିବା ପାଇଁ ‘ଆକ୍ସେସ୍ ପାସ୍’ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଥିଲା। ଏପର୍ଯ୍ୟନ୍ତ ଦେଶର ୫ ହଜାର ମତ୍ସ୍ୟଜୀବୀ ଏହି ପାସ୍ ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଓଡ଼ିଶାର ୮୬୬ ଜଣ ଅଛନ୍ତି।

ସେ କହିଥିଲେ ଯେ, ବର୍ତ୍ତମାନ ଏହାର ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବା ପାଇଁ ପ୍ରାଧିକରଣ ପତ୍ର (LoA) ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରାରମ୍ଭିକ ଭାବେ ଓଡିଶାର ୮ ଜଣ ମତ୍ସ୍ୟଜୀବୀଙ୍କୁ ଏହି LoA ପ୍ରଦାନ କରାଯିବା ସହ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ ଅଧୀନରେ ଭାରତୀୟ EEZ ଅଞ୍ଚଳରେ ମାଛ ଧରିବା ପାଇଁ ୨ଟି ଗଭୀର ସମୁଦ୍ର ମାଛଧରା ଜାହାଜ (DSFV) କୁ ମଧ୍ୟ ‘ଗୋ-ଆହେଡ୍‌’ ଅନୁମତି ଜାରି କରାଯାଇଛି। ଦେଶର ସମଗ୍ର ଉପକୂଳର ୨୪ ଲକ୍ଷ ବର୍ଗ କିଲୋମିଟର ବିଶିଷ୍ଟ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ରରେ (EEZ) ଆମ ମତ୍ସ୍ୟଜୀବୀଙ୍କ ପାଇଁ ଏହା ବିପୁଳ ସୁଯୋଗ ଆଣିଦେବ।

 ଆଗାମୀ ୧୦ ବର୍ଷ ମଧ୍ୟରେ ସମୁଦ୍ରରେ ୧୫୦ଟି ନୂତନ ଅତ୍ୟାଧୁନିକ ଗଭୀର ସମୁଦ୍ର ମାଛଧରା ଜାହାଜର ନିୟୋଜନ କରାଯିବ ଏବଂ ପ୍ରଚଳିତ ୫୦୦ଟି ମାଛଧରା ଜାହାଜର ସମ୍ପୂର୍ଣ୍ଣ ଆଧୁନିକୀକରଣ କରାଯିବ ବୋଲି ସେ କହିଛନ୍ତି ।

 

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ,  ମତ୍ସ୍ୟଜୀବୀମାନଙ୍କୁ ଯେଉଁ ସୁବିଧା ସୁଯୋଗ ଦିଆଯାଉଛି, ତାହା ଜାରି ରହିଲେ ଓଡିଶା ଖୁବ୍ ଶୀଘ୍ର ମତ୍ସ୍ୟ ଉତ୍ପାଦନ ଓ ରପ୍ତାନୀରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିବ। ଗଭୀର ସମୁଦ୍ରରେ ମାଛ ଉତ୍ପାଦନ କାର୍ଯ୍ୟକ୍ରମ ଏ କ୍ଷେତ୍ରରେ ଓଡିଶା ପାଇଁ ଖୁବ୍ ସହାୟକ ହେବ ବୋଲି ସେ ମତ ଦେଇଥିଲେ।

ମତ୍ସ୍ୟ, ପ୍ରାଣୀସମ୍ପଦ, ଦୁଗ୍ଧ ଉତ୍ପାଦନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ  କହିଥିଲେ ଯେ ଗଭୀର ସମୁଦ୍ରର ବିପୁଳ ସାମୁଦ୍ରିକ ସମ୍ପଦର ସ୍ଥାୟୀ ଓ ସୁନିୟୋଜିତ ବ୍ୟବହାର ପାଇଁ ଆମେ ବ୍ୟାପକ ସହାୟକ ନୀତିଗତ ସଂସ୍କାରଗୁଡ଼ିକ କାର୍ଯ୍ୟକାରୀ କରିଛୁ।

ଏହି ଜାତୀୟସ୍ତରର ସମାରୋହରେ କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍.ପି. ସିଂହ ବାଘେଲ, ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଭାରତ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ସଚିବ ଡକ୍ଟର ଅଭିଲାଖ୍ ଲିଖୀ ପ୍ରମୁଖ ଉପସ୍ଥିତ ଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions